କଡ଼ା କଟକଣା, ମାସ୍କ୍‌ ନ ଥିଲେ ପ୍ରବେଶ ନିଷେଧ…

ନୂଆଦିଲ୍ଲୀ,୫।୧୨: ଦିଲ୍ଲୀର ପ୍ରଥମ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହେବାପରେ ଦିଲ୍ଲୀ ସରକାର ମୁକାବିଲା ପାଇଁ ପ୍ରସ୍ତୁତି ଆରମ୍ଭ କରିଛନ୍ତି। ଦିଲ୍ଲୀର ସ୍ବାସ୍ଥ୍ୟମନ୍ତ୍ରୀ ସତ୍ୟେନ୍ଦ୍ର ଜୈନ କେନ୍ଦ୍ର ସରକାରଙ୍କୁ ଦାବି କରିଛନ୍ତି ଯେ ଯେଉଁ ଦେଶରେ ଓମିକ୍ରନ ଭାରିଆଣ୍ଟ ଆକ୍ରାନ୍ତ ଅଛନ୍ତି ସେହି ସ୍ଥାନରୁ ଦିଲ୍ଲୀକୁ ବିମାନ ବନ୍ଦ କରାଯାଉ। ଏହା ବ୍ୟତୀତ ସ୍ବାସ୍ଥ୍ୟମନ୍ତ୍ରୀ କହିଛନ୍ତି ଯେ ଦିଲ୍ଲୀରେ ପୁଣି ଥରେ କଡ଼ା କଟକଣା ବୃଦ୍ଧି କରାଯିବ ଏବଂ ମାସ୍କ ବିନା କୌଣସି ସ୍ଥାନରେ ପ୍ରବେଶ ଅନୁମତି ଦିଆଯିବ ନାହିଁ।

ବିମାନ ବନ୍ଦରରେ ଯାତ୍ରୀମାନଙ୍କର ଆରଟି-ପିସିଆର୍‌ ପରୀକ୍ଷା କରାଯିବା ବାଧ୍ୟତାମୂଳକ କରାଯାଇଛି। ଏପର୍ଯ୍ୟନ୍ତ ୧୭ ଜଣ କରୋନା ପଜିଟିଭ ଆକ୍ରାନ୍ତଙ୍କୁ ଲୋକନାୟକ ଜୟ ପ୍ରକାଶ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଏଥିସହ, ଆକ୍ରାନ୍ତଙ୍‌ ସମ୍ପର୍କରେ ଆସିଥିବା ୬ ଜଣଙ୍କୁ ମଧ୍ୟ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସେମାନଙ୍କର ଫାଇନାଲ ଲ୍ୟାବ ରିପୋର୍ଟ ସୋମବାର ପ୍ରକାଶ ପାଇବ।

ଅନ୍ତିମ ରିପୋର୍ଟ ଆସିବା ପରେ ପରୀକ୍ଷା ପୁଣି କରାଯିବ ବୋଲି ସ୍ବାସ୍ଥ୍ୟମନ୍ତ୍ରୀ କହିଛନ୍ତି। ଚିକିତ୍ସା ପ୍ରୋଟୋକଲ କରୋନାର ଅନ୍ୟ ଲହର ସହିତ ସମାନଥିବା ସ୍ବାସ୍ଥ୍ୟମନ୍ତ୍ରୀ କହିଛନ୍ତି।

ଦିଲ୍ଲୀରେ ୨ ଟି ଲ୍ୟାବ ଜିନୋମ ସିକ୍ୱେନ୍ସିଂ ସେଣ୍ଟର ଅଛି। ସେଥ ମଧ୍ୟରୁ ଗୋଟିଏ ଲୋକନାୟକ ଜୟ ପ୍ରକାଶ ହସ୍ପିଟାଲରେ ଥିବାବେଳେ ଅନ୍ୟଟି ଆଇଏଲବିଏସ ହସ୍ପିଟାଲରେ ରହିଛି।

ସ୍ବାସ୍ଥ୍ୟମନ୍ତ୍ରୀ କହିଛନ୍ତି ଯେ ଓମିକ୍ରନର ଲକ୍ଷଣଗୁଡ଼ିକ କରୋନା ପରି। ଘରୁ ବାହାରକୁ ଯିବା ସମୟରେ ମାସ୍କ ପିନ୍ଧିବା ଜରୁରୀ। ଏହା ଦ୍ୱାରା ୯୯ ପ୍ରତିଶତ କରୋନାକୁ ଏଡାଇ ଦେଇ ହେବ।

ଦିଲ୍ଲୀରେ ୯୦ ପ୍ରତିଶତ ଲୋକ ଟିକାର ପ୍ରଥମ ଡୋଜ୍‌ ନେଇଥିବାବେଳେ ଉଭୟ ଡୋଜ ୬୦ ପ୍ରତିଶତରୁ ଅଧିକ ଲୋକ ଗ୍ରହଣ କରିଛନ୍ତି। ଦିଲ୍ଲୀରେ ଟିକାକରଣର ହାର ବୃଦ୍ଧି କରାଯାଇଛି। ପ୍ରତିଦିନ ୧ ଲକ୍ଷରୁ ଅଧିକ ଟିକାକରଣ କରାଯାଉଛି ବୋଲି ସ୍ବାସ୍ଥ୍ୟମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଡେବ୍ୟୁ ମ୍ୟାଚରେ କମାଲ କଲେ କୁପର କନୋଲି; ଗୁଜରାଟ ମୁହଁରୁ ବିଜୟ ଛଡ଼ାଇ ଆଣିଲା ପଞ୍ଜାବ

ନୂଆଦିଲ୍ଲୀ,୩୧।୩: ଆଇପିଏଲ୍‌ ୨୦୨୫ର ଉପବିଜେତା ପଞ୍ଜାବ କିଙ୍ଗସ ନୂଆ ସିଜନ୍‌ରେ ନିଜର ବିଜୟ ଯାତ୍ରା ଆରମ୍ଭ କରିଛି। ଶ୍ରେୟସ ଆୟରଙ୍କ ନେତୃତ୍ୱାଧୀନ ପଞ୍ଜାବ ଟିମ ଏକ କଡ଼ା…

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ପେଟ୍ରୋଲ, ଡିଜେଲ, ଗ୍ୟାସ ଅଭାବକୁ ନେଇ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀ…

ଭୁବନେଶ୍ୱର, ୩୧।୩: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ସମ୍ଭାବ୍ୟ ପ୍ରଭାବକୁ ନେଇ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି। ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ…

ଟ୍ରମ୍ପଙ୍କ ଚେତାବନୀ…’ତେଲ ଦରକାର ତ ଆମଠୁ କିଣ, ନଚେତ୍ ହର୍ମୁଜ୍‌କୁ ନିଜେ ଦଖଲ କର’

ୱାଶିଂଟନ,୩୧।୩: ଇରାନ ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ସହଯୋଗୀ ଦେଶମାନଙ୍କ ଉପରେ ବର୍ଷିଛନ୍ତି। ଯୁଦ୍ଧରେ ବ୍ୟାକଫୁଟକୁ ଯିବା ପରେ ରାଗିଯାଇ ଟ୍ରମ୍ପ ନିଜର…

ଶିବମ୍‌ ଦୁବେଙ୍କୁ ଆଉଟ କରିବା ପରେ କାହିଁକି ‘ଗନ୍‌-ସଟ୍‌’ ସେଲିବ୍ରେଶନ କରିଥିଲେ ଜାଡେଜା? ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୩୧।୩: ସୋମବାର ଖେଳାଯାଇଥିବା ହାଇଭୋଲଟେଜ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (RR)ର ଷ୍ଟାର୍‌ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜର ପୁରୁଣା ଟିମ ଚେନ୍ନାଇ ସୁପର କିଙ୍ଗସ (CSK) ବିପକ୍ଷରେ…

ଭାଜପାରେ ଯୋଗଦେଲେ ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌

ନୂଆଦିଲ୍ଲୀ,୩୧ା୩: ଭାରତର ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌ ମଙ୍ଗଳବାର ଭାରତୀୟ ଜନତା ପାର୍ଟି (ଭାଜପା)ରେ ଯୋଗଦେଇଛନ୍ତି। ପଶ୍ଚିମବଙ୍ଗରେ ହେବାକୁଥିବା ବିଧାନସଭା ନିର୍ବାଚନ ପୂର୍ବରୁ ୫୧ ବର୍ଷୀୟ ପେସ୍‌…

LIVE ମ୍ୟାଚ୍‌ରେ ଭୋ ଭୋ ହୋଇ କାନ୍ଦି ପକାଇଲେ ଜାଡେଜା, CSK ଲୋଗୋକୁ କଲେ ଚୁମ୍ବନ; ପ୍ରଶଂସକଙ୍କୁ ଭାବବିହ୍ବଳ କରୁଛି VIDEO 

ଅହମ୍ମଦାବାଦ,୩୧।୩: ଚେନ୍ନାଇ ସୁପର କିଙ୍ଗସ (CSK)  ସହ ରବୀନ୍ଦ୍ର ଜାଡେଜା ଦୀର୍ଘ ବର୍ଷ ଧରି ଜଡ଼ିତ ହୋଇ ରହିଥିଲେ। କିନ୍ତୁ ଆଇପିଏଲ ୨୦୨୬ରେ ଏହି ସମୀକରଣ ବଦଳି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri