କଡ଼ା ନିର୍ଦ୍ଦେଶ: ନିୟମ ନ ମାନିଲେ ୩୦ ତାରିଖରୁ ଦୈନିକ ୫୦୦ ଜରିମାନା

ରାୟଗଡ଼ା,୬।୯(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ପୌରାଞ୍ଚଳରେ ଓଡ଼ିଆ ନାମଫଳକକୁ ବାଧ୍ୟତାମୂଳକ କରିଛି ପୌରପରିଷଦ। ଏନେଇ ପୌର ନିର୍ବାହୀ ଅଧିକାରୀ କୁଲଦୀପ କୁମାରଙ୍କ ନେତୃତ୍ୱରେ ଏକ ଟିମ୍‌ ଶନିବାର ରାୟଗଡ଼ା ସହରର ବିଭିନ୍ନ ବ୍ୟବସାୟିକ ପ୍ରତିଷ୍ଠାନକୁ ବୁଲି ଓଡ଼ିଆ ନାମଫଳକ ଲଗାଇବାକୁ ନିର୍ଦ୍ଦେଶ ଦେଇଛନ୍ତି।

ଓଡ଼ିଶା ସରକାରଙ୍କ ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ ପତ୍ର ସଂଖ୍ୟା ୧୮୧୪୪ରେ ମିଳିଥିବା ନିର୍ଦ୍ଦେଶନାମା ଅନୁଯାୟୀ ଦୋକାନ ଏବଂ ବାଣିଜିକ ପ୍ରତିଷ୍ଠାନମାନଙ୍କ ନାମଫଳକରେ ଓଡ଼ିଆ ଭାଷାର ବ୍ୟବହାର ବାଧ୍ୟତା ମୂଳକ କରାଯାଇଛି।

ସାଇନବୋର୍ଡର ସମୁଦାୟ କ୍ଷେତ୍ରଫଳର ଅନ୍ୟୁନ ୬୦ ପ୍ରତିଶତ ଓଡିଆ ଭାଷାରେ ଲିପିବଦ୍ଧ ରହିବା ଆବଶ୍ୟକ। ଏହି ନିୟମକୁ ଅନୁପାଳନ ପାଇଁ ସରକାରୀ ପ୍ରୋତ୍ସାହନ ରୂପେ ଟ୍ରେଡ ଲାଇସେନ୍ସ ନବୀକରଣ ସମୟରେ ୫୦ ପ୍ରତିଶତ ରିହାତି ପ୍ରଦାନ କରିବା ବ୍ୟବସ୍ଥା ରହିଛି ବୋଲି ନିର୍ବାହୀ ଅଧିକାରୀ କୁଲଦୀପ କହିଛନ୍ତି।

ଏହି ନିର୍ଦ୍ଦେଶନାମାକୁ ସମସ୍ତଙ୍କ ପାଖରେ ପହଞ୍ଚାଇବା ପାଇଁ ମାଇକ ଯୋଗେ ପ୍ରଚାର କରାଯିବା ସହିତ ଏନଫୋର୍ସମେଣ୍ଟ ଟିମ୍‌ ଦ୍ୱାରା ପ୍ରତିଷ୍ଠାନଗୁଡ଼ିକୁ ସଚେତନ କରାଯାଉଛି ବୋଲି କୁଲଦୀପ କହିଛନ୍ତି। ଯଦି ଏହି ସଚେତନତା ଓ ନିର୍ଦ୍ଦେଶନାମାକୁ କୌଣସି ବ୍ୟବସାୟିକ ପ୍ରତିଷ୍ଠାନ ଖାତିର ନ କରନ୍ତି ତେବେ ସେପ୍ଟେମ୍ବର ୩୦ରୁ ଦୈନିକ ୫୦୦ ଟଙ୍କା ଜରିମାନା ପକାଯିବ ବୋଲି କହିଛନ୍ତି। ତେଣୁ ପୌର ପରିଷଦ ଅଧୀନ ସମସ୍ତ ବ୍ୟବସାୟୀ ତଥା ବାଣିଜି୍ୟକ ପ୍ରତିଷ୍ଠାନ ଯଥାଶୀଘ୍ର ଓଡିଆରେ ନାମ ଫଳକ ଲେଖିବା ପାଇଁ ପୌରାଧ୍ୟ ପି. ମହେଶ ପଟ୍ଟନାୟକ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତ-ନ୍ୟୁଜିଲାଣ୍ଡ ଫାଇନାଲ ମ୍ୟାଚ୍‌: ହୋଟେଲ ରୁମ୍‌ ଭଡ଼ା ୪୦୦% ବୃଦ୍ଧି

ଅହମଦାବାଦ,୭।୩:  ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରବିବାର ସନ୍ଧ୍ୟାରେ ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଟି୨୦ ବିଶ୍ୱକପ୍‌ ଫାଇନାଲ ମ୍ୟାଚ୍‌ ଖେଳାଯିବ। ଏଥିଲାଗି ସହରର ପ୍ରାୟତଃ ହୋଟେଲରେ ରୁମ୍‌…

ନିର୍ବାଚନ ପୂର୍ବରୁ ମମତାଙ୍କ ବଡ଼ ଘୋଷଣା

କୋଲକାତା,୭ା୩: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପୂର୍ବରୁ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏକ ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ ସମସ୍ତ ଦଶମ ଶ୍ରେଣୀ ପାସ୍‌ ବେରୋଜଗାରୀ ଯୁବବର୍ଗଙ୍କୁ ମାସିକ…

ଦୁବାଇରେ ହଠାତ ଶସ୍ତା ହେଉଛି ସୁନା! ଇରାନ ସହ ଯୁଦ୍ଧ ମଧ୍ୟରେ ମୂଲ୍ୟରେ ବଡ଼ ହ୍ରାସ, ଭାରତ ଉପରେ ପଡ଼ିବ…

ଦୁବାଇ/ନୂଆଦିଲ୍ଲୀ,୭।୩: ବିଶ୍ୱର ସୁନା ବଜାର କୁହାଯାଉଥିବା ଦୁବାଇରୁ ଏବେ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଚାଲିଥିବା ଭୟଙ୍କର ଯୁଦ୍ଧ ଯୋଗୁ…

କେନିଆରେ ବର୍ଷା ବିତ୍ପାତ: ଚାଲିଗଲା ୨୩ ଜୀବନ

ନାଇରୋବି,୭ା୩: କେନିଆ ରାଜଧାନୀ ନାଇରୋବିରେ ପ୍ରବଳ ବର୍ଷାରେ ୨୩ ଜଣଙ୍କ ମୃତ୍ୟୁ ଘଟିବା ସହ ବିମାନ ଚଳାଚଳ ବାଧାପ୍ରାପ୍ତ ହୋଇଛି। ଶନିବାର ରାସ୍ତାଘାଟ ଜଳାର୍ଣ୍ଣବ ହୋଇଥିବାରୁ ଗାଡ଼ିଚାଳକମାନେ…

ଘରଭାଙ୍ଗି ଧାନ ଖାଇଲା ଦନ୍ତା

ନାକଟିଦେଉଳ, ୭ା୨(ବୈକୁଣ୍ଠନାଥ ସାହୁ): ସମ୍ବଲପୁର ଜିଲା ନାକଟିଦେଉଳ ବନାଞ୍ଚଳ ଅଧୀନ ଆଭ୍ୟନ୍ତରୀଣ ତଥା ପାହାଡ଼ ତଳି ଗ୍ରାମରେ ଗତ କିଛି ଦିନ ହେଲା ଦନ୍ତାହାତୀ ଉପଦ୍ରବ ଲାଗି…

ବୋହୂଙ୍କୁ ମାଡ଼ ମାରି ଲହୁଲୁହାଣ କଲେ ପୁଅ, ଥାନାରେ ପହଞ୍ଚି ଅଭିଯୋଗ କରିଦେଲେ ବାପା, ପୁରୁଷୋତ୍ତମଙ୍କୁ ବାନ୍ଧି…

ବୈଶିଙ୍ଗା,୭।୩(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ନଡପୁର ଗ୍ରାମରେ ଜନୈକା ବିବାହିତା ମହିଳାଙ୍କୁ ମାଡ଼ ମାରି ଗୁରୁତର କରିଥିବା ଅଭିଯୋଗରେ ପୋଲିସ ସ୍ବାମୀଙ୍କୁ ଗିରଫ…

ବସ୍‌କୁ ଧକ୍କା ଦେଇ ଚାଲିଗଲା ବାଇକ୍‌ ଆରୋହୀଙ୍କ ଜୀବନ

କୋକସରା,୭ା୩ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ଥାନା ଲଡୁଗାଁ-ଚିକିଲି ରାସ୍ତାର ପେଟ୍ରୋଲ ପମ୍ପ ନିକଟରେ ଏକ ଦୁର୍ଘଟଣା ଘଟିଛି। ରାସ୍ତା କଡରେ ଛିଡା ହୋଇଥିବା ଏକ ବସ୍‌କୁ…

ମୋ’ କଥା କେହି ଶୁଣନ୍ତିନି! ବାପା କି ବଡ଼ ଭାଇ ହୋଇ କିଛି ଲାଭ ନାହିଁ…ଫାଇନାଲ ପୂର୍ବରୁ କାହିଁକି ଏମିତି କହିଲେ ସୂର୍ଯ୍ୟା

ଅହମ୍ମଦାବାଦ,୭।୩: ଟି-୨୦ ବିଶ୍ୱକପ ୨୦୨୬ର ଫାଇନାଲ ମୁକାବିଲା ପାଇଁ ପ୍ରସ୍ତୁତ ଟିମ ଇଣ୍ଡିଆ। ୮ ମାର୍ଚ୍ଚରେ ନ୍ୟୁଜିଲାଣ୍ଡ ବିପକ୍ଷରେ ଫାଇନାଲ ମୁକାବିଲା ପାଇଁ ପଡ଼ିଆକୁ ଓହ୍ଲାଇବେ ସୂର୍ଯ୍ୟକୁମାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri