ଗଣେଶ ପୂଜା ପାଇଁ ଗଞ୍ଜାମ ଏସ୍‌ପିଙ୍କ କଡ଼ା ନିର୍ଦ୍ଦେଶ: ରାତି ୧୦ଟା ପରେ ବାଜିବନି ଲାଉଡସ୍ପିକର, ଜୋରଜବରଦସ୍ତ ଚାନ୍ଦା ଆଦାୟ ମନା

ଛତ୍ରପୁର,୮।୯(ଦିଲ୍ଲୀପ ସାମଲ): ଆଗାମୀ ଗଣେଶ ପୂଜା ସମେତ ପୂଜା ପାର୍ବଣ ସମୟରେ ଆଇନ ଶୃଙ୍ଖଳା ରକ୍ଷା ଓ ଶାନ୍ତିଶୃଙ୍ଖଳା ବଜାୟ ରଖିବା ନିମନ୍ତେ ଗଞ୍ଜାମ ଆରକ୍ଷୀ ଅଧିକ୍ଷକ (ଏସ୍‌ପି) ହରିଶ ବି. ସି. ଜନସାଧାରଣ ଓ ପୂଜା କମିଟିଗୁଡ଼ିକ ପାଇଁ ସୋମବାର ଏକ ବିସ୍ତୃତ ନିର୍ଦ୍ଦେଶାବଳୀ ଜାରି କରିଛନ୍ତି।

ଗଞ୍ଜାମ ଏସ୍‌ପିଙ୍କ ଦ୍ୱାରା ଜାରି ନିର୍ଦ୍ଦେଶାନୁସାରେ, ସମସ୍ତ ପୂଜା ଆୟୋଜକ ପୂଜା ମଣ୍ଡପ ନିର୍ମାଣ ପୂର୍ବରୁ ପ୍ରଶାସନ ଓ ପୋଲିସ ପକ୍ଷରୁ ଆବଶ୍ୟକୀୟ ଅନୁମତି ନେବା ବାଧ୍ୟତାମୂଳକ। ଏହାସହ ଜନସାଧାରଣଙ୍କଠାରୁ ବାଧ୍ୟତାମୂଳକ କିମ୍ବା ଜୋରଜବରଦସ୍ତ ଚାନ୍ଦା ଆଦାୟ ନ କରିବାକୁ କଡ଼ା ତାଗିଦ୍ କରାଯାଇଛି।

ଶବ୍ଦ ପ୍ରଦୂଷଣ ରୋକିବା ପାଇଁ ରାତ୍ରି ୧୦ଟାରୁ ସକାଳ ୬ଟା ପର୍ଯ୍ୟନ୍ତ ଲାଉଡସ୍ପିକର୍ କିମ୍ବା ଡିଜେ ବଜାଇବା ଉପରେ କଟକଣା ଲଗାଯାଇଛି। ସେହିପରି କୌଣସି ସମ୍ବେଦନଶୀଳ ସ୍ଥାନରେ ଉତ୍ତେଜକ କିମ୍ବା ଉଚ୍ଚ ଶବ୍ଦରେ ଗୀତ ନ ବଜାଇବାକୁ କୁହାଯାଇଛି। ପୂଜା ମଣ୍ଡପଗୁଡ଼ିକରେ ଶ୍ରଦ୍ଧାଳୁମାନେ ଯେପରି ସୁବିଧାରେ ଦର୍ଶନ କରିପାରିବେ, ସେଥିପାଇଁ ଶୃଙ୍ଖଳିତ ବ୍ୟବସ୍ଥା ସହ ସୁରକ୍ଷା ଦୃଷ୍ଟିରୁ ସିସିଟିଭି (CCTV) କ୍ୟାମେରା ସ୍ଥାପନ କରିବାକୁ ନିର୍ଦ୍ଦେଶ ଦିଆଯାଇଛି।

ଶୋଭାଯାତ୍ରା, ପୂଜା ମଣ୍ଡପ ଓ ମୂର୍ତ୍ତି ବିସର୍ଜନ ସମୟରେ ମଦ୍ୟପାନ କରିବା ଉପରେ ସମ୍ପୂର୍ଣ୍ଣ କଟକଣା ଜାରି କରାଯାଇଛି। ଆଇନ ଅମାନ୍ୟ କଲେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଚେତାବନୀ ଦିଆଯାଇଛି। ପାର୍ବଣ ଋତୁକୁ ଶାନ୍ତିପୂର୍ଣ୍ଣ ଭାବେ ଶେଷ କରିବା ପାଇଁ ପ୍ରଶାସନ ଓ ପୋଲିସକୁ ସମ୍ପୂର୍ଣ୍ଣ ସହଯୋଗ କରିବାକୁ ଗଞ୍ଜାମ ଏସ୍‌ପି ଜନସାଧାରଣଙ୍କୁ ନିବେଦନ କରିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବୋମା ଖାଇ ୨ ଗୋରୁ ଗୁରୁତର, ତଦନ୍ତ ନିର୍ଦ୍ଦେଶ

ଖମାର,୨୪।୧୦(ରଜନୀକାନ୍ତ ମହାରଣା): ଅନୁଗୋଳ ଜିଲା ଖମାର ଥାନା ଅନ୍ତର୍ଗତ ରଜଡ଼ଙ୍ଗ ଗାଁ ଜଙ୍ଗଲରେ ବନ୍ୟଜନ୍ତୁ ଶିକାର ପାଇଁ ଜଙ୍ଗଲରେ ବିଛାଯାଇଥିବା ବୋମା ଖାଇ ୨ଟି ଗୋରୁ ଶୁକ୍ରବାର…

ବରଗଡ଼ ମୁଖ୍ୟ କେନାଲରେ ୨ମାସ ଆସିବନି ପାଣି: ଏହି ଦିନଠାରୁ ଯୋଗାଣ ବନ୍ଦ, ଚିନ୍ତାରେ ଚାଷୀ

ବରଗଡ଼, ୨୪।୧୦ (ପ୍ରେମାନନ୍ଦ ଖମାରୀ): ବରଗଡ଼ ମୁଖ୍ୟ କେନାଲରେ ଆସନ୍ତା ନଭେମ୍ବର ମାସ ୧ ତାରିଖରୁ ଜଳ ଯୋଗାଣ ସମ୍ପୂର୍ଣ୍ଣ ବନ୍ଦ କରାଯିବ। ଦୀର୍ଘ ୨ ମାସ…

ଧର୍ମପରାୟଣ ଶିକ୍ଷକ ଏସ୍‌. ସୀମା ରେଡ୍ଡୀ ଆଉ ନାହାନ୍ତି: ଶୋକାକୁଳ ପରିବେଶରେ…

ଦିଗପହଣ୍ଡି, ୨୪।୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଓଡ଼ାସିଙ୍ଗି ଗ୍ରାମର ଜଣାଶୁଣା ଧର୍ମପରାୟଣ ବ୍ୟକ୍ତିତ୍ୱ ତଥା ଅବସରପ୍ରାପ୍ତ ହିନ୍ଦୀ ଶିକ୍ଷକ ଏସ୍‌. ସୀମା…

ନଦୀରେ ଭାସୁଥିଲା ଅଖା, ଭିତରୁ ଯାହା ମିଳିଲା…

କାଲିମେଳା, ୨୪।୧୦ (ଜୀବନ କୃଷ୍ଣ ଦାସ): ମାଲକାନଗିରି ଜିଲା କାଲିମେଳା ଥାନା ଅଧୀନ ଏମଭି-୬୪/୧୦ ଗ୍ରାମ ନିକଟସ୍ଥ ପଟେରୁ ନଦୀରୁ ଏକ ଗଳିତ ମୃତଦେହ ଶନିବାର ମିଳିଛି।…

ଦିଗପହଣ୍ଡିରେ କଲେଜ ନିର୍ବାଚନ ପରବର୍ତ୍ତୀ ହିଂସା ଓ ହତ୍ୟା ଉଦ୍ୟମ: ପୁଣି ୨ ଅଣଛାତ୍ର ଗିରଫ, ଜେଲ୍‌ ଗଲେ…

ଦିଗପହଣ୍ଡି, ୨୪।୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି କଲେଜ ଛାତ୍ର ନିର୍ବାଚନ ପରବର୍ତ୍ତୀ ହିଂସାକାଣ୍ଡ ଓ ହତ୍ୟା ଉଦ୍ୟମ ଘଟଣାରେ ପୋଲିସକୁ…

ରାଜ୍ୟ ସ୍ତରୀୟ ସୁଟିଙ୍ଗ ପ୍ରତିଯୋଗିତା: କଳାହାଣ୍ଡିକୁ ମିଳିଲା ୯ ପଦକ

ଲାଞ୍ଜିଗଡ଼,୨୪।୧୦(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକର ପ୍ରତିଯୋଗୀମାନେ ରାଜ୍ୟସ୍ତରୀୟ ୬୧ତମ ବାର୍ଷିକ ସୁଟିଙ୍ଗ ପ୍ରତିଯୋଗିତାରେ ଭାଗ ନେଇ ୪ଟି ସ୍ବର୍ଣ୍ଣ, ୨ଟି ରୌପ୍ୟ ଏବଂ…

ମୂଳ ମନ୍ଦିରକୁ ବାହୁଡ଼ିଲେ ମା’ ବୁଢ଼ୀ ଠାକୁରାଣୀ: ରଙ୍ଗ-ଫଗୁ ଖେଳି ବର୍ଷକ ପାଇଁ ମେଲାଣି ଦେଲେ ଭକ୍ତ

ଦିଗପହଣ୍ଡି, ୨୪/୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ସହରର ଗଣପର୍ବ ଥା ପ୍ରସିଦ୍ଧ ମା’ ବୁଢ଼ୀ ଠାକୁରାଣୀଙ୍କ ଶାରଦୀୟ ବାର୍ଷିକ ଯାତ୍ରା ମହୋତ୍ସବ ଶନିବାର…

ବି. ତୁରୁବୁଡ଼ିରେ ଦୁର୍ଗାପୂଜା: ମଞ୍ଚସ୍ଥ ହେଲା ପୌରାଣିକ ନାଟକ, କଳାକାରଙ୍କ ଜୀବନ୍ତ ଅଭିନୟ ମନ ଜିଣିଲା

ଦିଗପହଣ୍ଡି, ୨୪।୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡ଼ି ଗ୍ରାମରେ ନବରାତ୍ରି ଦୁର୍ଗାପୂଜା ଅବସରରେ ପୌରାଣିକ ରାମାୟଣ ନାଟକ ଆନନ୍ଦଉଲ୍ଲାସର ସହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?