୭ ଦିନରେ ସାଇନ୍‌ବୋର୍ଡ ବନାନ ସଂଶୋଧନ କରିବାକୁ କଡ଼ା ନିର୍ଦ୍ଦେଶ

ଭୁବନେଶ୍ୱର,୭ା୯(ରବିନାରାୟଣ ଜେନା): ଓଡ଼ିଆ ଉଚ୍ଚାରଣ ସହ ସମନ୍ବୟ ରଖି ସଂଶୋଧିତ ହୋଇଥିବା ବିଭିନ୍ନ ସ୍ଥାନ ନାମର ଇଂଲିଶ ବନାନକୁ ସମସ୍ତ ସରକାରୀ କାର୍ଯ୍ୟାଳୟ ଓ ପ୍ରତିଷ୍ଠାନରେ ସମାନ ଭାବେ ବ୍ୟବହାର ସୁନିଶ୍ଚିତ କରିବାକୁ ରାଜସ୍ବ ବିଭାଗ ପକ୍ଷରୁ ୭ଦିନିଆ କଣ୍ଟ ଦିଆଯାଇଛି। ଏ ସଂକ୍ରାନ୍ତରେ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ(ଏସିଏସ୍‌) ଅରବିନ୍ଦ କୁମାର ପାଢ଼ୀ ସମସ୍ତ ଜିଲାପାଳଙ୍କୁ ପତ୍ର ଲେଖି ନିଜ ଜିଲାର ସମସ୍ତ ସରକାରୀ କାର୍ଯ୍ୟାଳୟ ଓ ପ୍ରତିଷ୍ଠାନର ନାମଫଳକ ତଥା ସାଇନବୋର୍ଡଗୁଡ଼ିକରେ ସଂଶୋଧିତ ବନାନର ବ୍ୟାପକ ବ୍ୟବହାର ସୁନିଶ୍ଚିତ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି l
ପ୍ରକାଶ ଥାଉ କି, ଗତ ୨୨ ଜୁନ୍‌ରେ ଓଡ଼ିଶା ସରକାରଙ୍କ ପକ୍ଷରୁ ଏ ସଂକ୍ରାନ୍ତରେ ଏକ ବିଜ୍ଞପ୍ତି ପ୍ରକାଶ ପାଇଥିଲା; ଯେଉଁଥିରେ ସଂଶୋଧିତ ବନାନକୁ ସରକାରୀ କାର୍ଯ୍ୟାଳୟ ଓ ପ୍ରତିଷ୍ଠାନଗୁଡ଼ିକର ସାଇନବୋର୍ଡରେ ଏକ ମାସ ମଧ୍ୟରେ ଲାଗୁ କରିବାକୁ ସମୟସୀମା ଧାର୍ଯ୍ୟ କରାଯାଇଥିଲା। ସେହିପରି, ବେସରକାରୀ ଓ ଅଣ-ସରକାରୀ ପ୍ରତିଷ୍ଠାନଗୁଡ଼ିକ ପାଇଁ ୬ମାସର ସମୟସୀମା ରଖାଯାଇଛି। ସରକାରଙ୍କ ଏହି ନିଷ୍ପତ୍ତି ଅନେକ ଜିଲାରେ କାର୍ଯ୍ୟକାରୀ ହୋଇଥିଲେ ହେଁ ଅଧିକାଂଶ ଜିଲାରେ ତାହା ଏପର୍ଯ୍ୟନ୍ତ କାର୍ଯ୍ୟକାରୀ ହୋଇନାହିଁ। ଇତିମଧ୍ୟରେ ଅନୁଗୋଳ, ବାଲେଶ୍ୱର, କେନ୍ଦ୍ରାପଡ଼ା ଏବଂ କଟକ ସଂଶୋଧିତ ଇଂଲିଶ ବନାନରେ ବ୍ୟବହାର କରାଯାଉଛି। ମାତ୍ର କେତେକ ସରକାରୀ କାର୍ଯ୍ୟାଳୟର ସାଇନବୋର୍ଡରେ ଏପର୍ଯ୍ୟନ୍ତ ପୁରୁଣା ଇଂଲିଶ ବନାନ ବ୍ୟବହୃତ ହେଉଥିବା ରାଜ୍ୟ ସରକାରଙ୍କ ଦୃଷ୍ଟିଗୋଚର ହୋଇଛି। ଏଥିମଧ୍ୟରେ ଜୟପୁର ଏବଂ ସୋର ଭଳି ପୁରୁଣା ବନାନ ମଧ୍ୟ ରହିଛି। ରାଜ୍ୟ କ୍ୟାବିନେଟର ନିଷ୍ପତ୍ତି ଅନୁଯାୟୀ ସରକାରୀ ସ୍ଥାନନାମରେ ସଂଗତି ବଜାୟ ରଖିବା ଅତ୍ୟାବଶ୍ୟକ। ସରକାରୀ ସାଇନବୋର୍ଡରେ ପୁରୁଣା ବନାନର ବ୍ୟବହାର ଜାରି ରହିଲେ ସରକାରୀ ନାମକରଣରେ ଅସଙ୍ଗତି ସୃଷ୍ଟି ହେବା ସହ କ୍ୟାବିନେଟ୍‌ ନିଷ୍ପତ୍ତିର ଉଦ୍ଦେଶ୍ୟ ପ୍ରଭାବିତ ହେବ। ଏହି ପରିପ୍ରେକ୍ଷୀରେ ସମସ୍ତ ଜିଲାପାଳଙ୍କୁ ନିଜ ଜିଲାର ସମସ୍ତ ସରକାରୀ କାର୍ଯ୍ୟାଳୟ, ପ୍ରତିଷ୍ଠାନ ଓ ଅନ୍ୟାନ୍ୟ ସରକାରୀ ସାଇନବୋର୍ଡର ସମୀକ୍ଷା କରି ସଂଶୋଧିତ ଇଂଲିଶ ବନାନର ସମାନ ଓ ସମୁଚିତ ବ୍ୟବହାର ସୁନିଶ୍ଚିତ କରିବାକୁ କୁହାଯାଇଛି। ଏଥିସହ ବେସରକାରୀ ଓ ଅଣ-ସରକାରୀ ପ୍ରତିଷ୍ଠାନଗୁଡ଼ିକ ଦ୍ୱାରା ମଧ୍ୟ ଏହି ପରିବର୍ତ୍ତନକୁ ସକାରାତ୍ମକ ଭାବେ ଗ୍ରହଣ କରି ସଂଶୋଧିତ ବନାନର ବ୍ୟାପକ ବ୍ୟବହାର ସୁନିଶ୍ଚିତ କରିବାକୁ ଜିଲାପାଳମାନଙ୍କୁ ଡ. ପାଢ଼ୀ ନିର୍ଦ୍ଦେଶ ଦେଇଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ପୁଣି ମାଡ଼ିଆସୁଛି ବଡ଼ ବର୍ଷା: ୯ରୁ ଅତିପ୍ରବଳ ବର୍ଷା

ଭୁବନେଶ୍ୱର, ୭ା୯: ରାଜ୍ୟକୁ ପୁଣି ମାଡ଼ିଆସୁଛି ବଡ଼ ବର୍ଷା। ଆଜି ଓ ଆସନ୍ତାକାଲି ବିଭିନ୍ନ ଜିଲାରେ ଘଡ଼ଘଡ଼ି, ବିଜୁଳି ସହ ବର୍ଷା ହେବ। ଏହାପରେ ୯ ତାରିଖରୁ…

ଖଣି ନିଲାମକୁ ନେଇ ତେଜୁଛି ବିରୋଧ, ଆନ୍ଦୋଳନ ଚେତାବନୀ ଦେଇ ଅଞ୍ଚଳବାସୀ କହିଲେ…

ଥୁଆମୂଳ ରାମପୁର,୭।୯ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା କର୍ଲାପାଟ ବନ୍ୟପ୍ରାଣୀ ଅଭୟାରଣ୍ୟ ଅନ୍ତର୍ଗତ ଖଣ୍ଡୁଆଳମାଳି ପାହାଡ଼ କର୍ଲାପାଟ ବକ୍ସାଇଟ ବ୍ଲକକୁ ନେଇ ବିରୋଧ ତେଜୁଛି। ଆନୁମାନିକ ୨୪.୮…

PCB ଛାଡିବା ପରେ ପାକିସ୍ତାନ କ୍ରିକେଟର ଚିଠା ଖୋଲିଲେ ମିସବା, ହେଲାଣି ଚର୍ଚ୍ଚା

ଇସଲାମାବାଦ,୭।୯: ପାକିସ୍ତାନ କ୍ରିକେଟରେ କ’ଣ ଘଟୁଛି? ଦଳ ଏବଂ ଚୟନ କମିଟି ପରିବର୍ତ୍ତନ କରିବା ଦ୍ୱାରା ପାକିସ୍ତାନ କ୍ରିକେଟ ଦଳର ବର୍ତ୍ତମାନ ଏବଂ ଭବିଷ୍ୟତ ପରିବର୍ତ୍ତନ ହେବ…

ଓଜନ କମାଇବାର ସହଜ ଉପାୟ

ଆମ ଶରୀରର ଓଜନ ସନ୍ତୁଳିତ ରହିବା ନିହାତି ଦରକାର। ହେଲେ ଏହାର ଏକ ସରଳ ଉପାୟ ରହିଛି। ଏହାକୁ ଜଣେ ଅତି ସହଜରେ ଆପଣେଇ ପାରିବ। ତାହା…

ଆଜି ରାଜ୍ୟ କ୍ୟାବିନେଟ୍‌: ୯ ପ୍ରସ୍ତାବ ଉପରେ ବାଜିପାରେ ମୋହର

ଭୁବନେଶ୍ୱର,୭ା୯(ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ପକ୍ଷରୁ ସୋମବାର ଅପରାହ୍ନ ୫ଟାରେ ରାଜ୍ୟ କ୍ୟାବିନେଟ ବୈଠକ ବସିବ। ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଏହି…

ଗୋ’ ଚାଲାଣବେଳେ ଫାଟିଲା ପିକ୍‌ଅପ୍‌ ଟାୟାର, ୩ ବଳଦ ମୃତ

ଜଗନ୍ନାଥପ୍ରସାଦ,୭ା୯(ବିଭୁ ପ୍ରସାଦ ପଟ୍ଟନାୟକ): ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ଥାନା ଅଞ୍ଚଳରେ ରବିବାର ମଧ୍ୟରାତ୍ରିରେ ବେଆଇନ ଗୋ-ଚାଲାଣ ବେଳେ ଏକ ବଡ଼ ଦୁର୍ଘଟଣା ଘଟିଛି। ଜିରାବାଡ଼ି ଗ୍ରାମ ନିକଟରେ…

ପୁଣି ମୁହାଁମୁହିଁ ହେବେ ଭାରତ-ପାକିସ୍ତାନ! ICC ଏକ ଯୋଜନା ପ୍ରସ୍ତୁତ କରିଛି

ନୂଆଦିଲ୍ଲୀ,୭।୯: ଭାରତ ଏବଂ ପାକିସ୍ତାନ ମଧ୍ୟରେ ଦୀର୍ଘ ସମୟ ଧରି କୌଣସି ଦ୍ୱିପାକ୍ଷିକ କିମ୍ବା ତ୍ରି-ସିରିଜ ଖେଳାଯାଇ ନାହିଁ। ଭାରତ ଏପରି କାର୍ଯ୍ୟକ୍ରମକୁ ନିରନ୍ତର ମନା କରିଆସିଛି,…

ବୃହତ୍ତମ ‘ଟି-ରେକ୍ସ’ ଡାଇନୋସର ମୃତ୍ୟୁ ରହସ୍ୟରୁ ହଟିଲା ପରଦା

ସାସ୍କାଚେୱାନ(କାନାଡା),୭ା୯: ପ୍ରାୟ ୬ କୋଟି ୬୦ ଲକ୍ଷ ବର୍ଷ ପୂର୍ବେ ପୃଥିବୀ ପୃଷ୍ଠରୁ ବିଲୁପ୍ତ ହୋଇଯାଇଥିବା ବିଶ୍ୱର ସବୁଠାରୁ ବୃହତ୍ତମ ‘ଟାଇରାନୋସରସ୍‌ ରେକ୍ସ’ (ଟି-ରେକ୍ସ) ଡାଇନୋସର ‘ସ୍କଟି’…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri