ସିସିଟିଭି ନଜରରେ ରାଜଧାନୀ

ଭୁବନେଶ୍ୱର,୧୧।୧(ବ୍ୟୁରୋ): ଜାନୁୟାରୀ ୧୩ରୁ ୨୯ ପର୍ଯ୍ୟନ୍ତ ଓଡ଼ିଶାରେ ପୁରୁଷ ହକି ବିଶ୍ୱକପ୍‌ ଅନୁଷ୍ଠିତ ହେବ। ରାଉରକେଲା ଓ ଭୁବନେଶ୍ୱରରେ ମ୍ୟାଚ୍‌ ଖେଳାଯିବାକୁ ଥିବାବେଳେ କମିଶନରେଟ ପୋଲିସ ପକ୍ଷରୁ ରାଜଧାନୀ ପାଇଁ କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ତେବେ ବୁଧବାର କଟକରେ ହକି ବିଶ୍ୱକପ୍‌ର ଉଦ୍‌ଘାଟନ ଉତ୍ସବ ଆୟୋଜିତ ହେବାକୁ ଥିବାବେଳେ ଏଥିପାଇଁ ମଧ୍ୟ ସୁରକ୍ଷା ବ୍ୟବସ୍ଥାକୁ ବଢ଼ାଇ ଦିଆଯାଇଛି। ଏ ନେଇ ମଙ୍ଗଳବାର ଭୁବନେଶ୍ୱର ଡିସିପି ପ୍ରତୀକ ସିଂ ଖବରଦାତା ସମ୍ମିଳନୀରେ ସୁରକ୍ଷା ବ୍ୟବସ୍ଥାକୁ ନେଇ ବହୁ ସୂଚନା ଦେଇଛନ୍ତି। ଡିସିପି ସିଂ କହିଛନ୍ତି, ପୋଲିସ ପକ୍ଷରୁ ସମସ୍ତ ସୁରକ୍ଷା ବ୍ୟବସ୍ଥା କରାଯାଇଛି। ଏୟାରପୋର୍ଟଠାରୁ କଟକ ପର୍ଯ୍ୟନ୍ତ ଭିଡ଼ ନିୟନ୍ତ୍ରଣକୁ ଗୁରୁତ୍ୱ ଦିଆଯିବ। ଏଥିପାଇଁ ୧୬ ପ୍ଲାଟୁନ୍‌ ଫୋର୍ସ ରାଜଧାନୀରେ ନିୟୋଜିତ ହୋଇଛନ୍ତି। ବିଶ୍ୱକପକୁ ଦୃଷ୍ଟିରେ ରଖି ରାଜଧାନୀକୁ ସିସିଟିଭି ସ୍କାନରରେ ରଖାଯାଇଛି। ସହରର ୧୪୭ ସ୍ଥାନରେ ୫୨୮ଟି ସିସିଟିଭି ଲଗାଯାଇଛି। ସମସ୍ତଙ୍କ ସହଭାଗିତାରେ ହେବ ରାଜଧାନୀର ଟ୍ରାଫିକ୍‌ ନିୟନ୍ତ୍ରଣ ହେବ। ପୋଲିସ ମିତ୍ର ଏବଂ ଏନ୍‌ଜିଓ କର୍ମୀଙ୍କୁ ଟ୍ରାଫିକ୍‌ ପରିଚାଳନାରେ ନିୟୋଜିତ କରାଯିବ। ହକି ବିଶ୍ୱକପ୍‌କୁ ଦୃଷ୍ଟିରେ ରଖି ୧ ମାସ ହେବ ନୋ ପାର୍କିଂ ଡ୍ରାଇଭରେ ୪ଟି ଟିମ୍‌ ବୁଲୁଛି। ଏହାରି ଭିତରେ ୪୯୮ ଗାଡ଼ି ଉଠାଯାଇଛି। ମଦ୍ୟପ ଗାଡ଼ି ଚାଳକଙ୍କ ଉପରେ ନଜର ରଖାଯାଇଛି। ହକି ଷ୍ଟାଡିୟମ ପାଖରେ ପାର୍କିଂ ପାଇଁ ବିଭିନ୍ନ ସ୍ଥାନ ଚିହ୍ନଟ କରାଯାଇଛି। ରିଜର୍ଭ ପଡିଆ, ବେହେରା ସାହି, ନ୍ୟୁ ଏଜି ପଡ଼ିଆ ଏବଂ ନିକୋ ପାର୍କ ରୋଡ୍‌ ନିକଟରେ ୨ଚକିଆ ଏବଂ ୪ଚକିଆ ଯାନ ପାଇଁ ପାର୍କିଂ ବ୍ୟବସ୍ଥା କରାଯାଇଛି। ଏହାକୁ ନେଇ ଏକ ଆନିମେଶନ୍‌ ଭିଡିଓ ମଧ୍ୟ ତିଆରି କରାଯାଇଛି। ଯାହା ଆଗକୁ ଗଣମାଧ୍ୟମରେ ପ୍ରସାରଣ କରାଯିବ। ସେ ଆହୁରି କହିଛନ୍ତି, ୯ଟି ସ୍ଥାନରେ ଆଇକନିକ୍‌ ଟ୍ରାଫିକ୍‌ ପୋଷ୍ଟ କରାଯାଇଛି। ଏଥିସହ ୧୦ଟି ନୂଆ ପୋଲିସ ଏଡ୍‌ ପୋଷ୍ଟ କରାଯାଇଛି। ୧୬ଟି ସ୍ଥାନରେ ‘ମେ ଆଇ ହେଲ୍ପ ୟୁ’ କିଓକ୍ସ ବ୍ୟବସ୍ଥା କରାଯାଇଛି। ଏହି କିଓସ୍କ ଜରିଆରେ ଲୋକଙ୍କୁ ପରାମର୍ଶ ଦିଆଯିବ। ସୋସିଆଲ୍‌ ମିଡିଆ ଓ ଏଫ୍‌ଏମ୍‌ ଜରିଆରେ ଲୋକଙ୍କୁ ପରାମର୍ଶ ଦିଆଯାଉଛି। ସେହିପରି ସନ୍ଧ୍ୟା ସମୟରେ ଭାରିଯାନ ଚଳାଚଳ ଉପରେ ସମ୍ପୂର୍ଣ୍ଣ ଭାବେ ରୋକ ଲଗାଯାଇଛି ବୋଲି ଡିସିପି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?