ଚିଲିକା ତଟବର୍ତ୍ତୀ ଅଞ୍ଚଳରେ କଡ଼ା ସୁରକ୍ଷା

କୃଷ୍ଣପ୍ରସାଦ,୨୧ା୧୧(ଡି.ଏନ୍‌.ଏ): ଶୀତ ପଡ଼ିଲେ ବିଦେଶାଗତ ପକ୍ଷୀଙ୍କ କଳରବରେ ଚିଲିକାର ପରିବେଶ ମୁଖରିତ ହୋଇଉଠେ। ଲକ୍ଷଲକ୍ଷ ପର୍ଯ୍ୟଟକଙ୍କୁ ଏହା ଆକର୍ଷିତ କରିଥାଏ। ଏବେ ଶୀତର ପ୍ରଭାବ ଧିରେ ଧିରେ ବଢୁଥିବାରୁ ପକ୍ଷୀଙ୍କ ସମାଗମ ମଧ୍ୟ ବୃଦ୍ଧି ପାଇବାରେ ଲାଗିଛି। ପକ୍ଷୀ ଅଭୟାରଣ୍ୟରେ ଖାଦ୍ୟ ଅଭାବ ଯୋଗୁ ବିଦେଶାଗତ ପକ୍ଷୀମାନେ ଚିଲିକା ତଟଦେଶରେ ଥିବା ପାରିକୁଦ, ଗୁରୁବାଇ, ଚିଲିକା, ନୂଆପଡ଼ା, ଅଁଳାକୁଦା, ସିପିଆ, ତିଛିଣି, ଖଟିଆକୁଦି, ଖୋଳାମୁହଁ ଅଞ୍ଚଳକୁ ଚାଲିଆସୁଛନ୍ତି। ଏସବୁ ଅଞ୍ଚଳରେ ପ୍ରଚୁର ମାତ୍ରାରେ ଦଳ ଓ କଇଁଫୁଲ ଖାଇବାକୁ ମିଳୁଛି। ବିଶେଷକରି ପାରିକୁଦ ଚିଲିକାର ତଟଦେଶସ୍ଥ ପାଞ୍ଚକୁଦି, ପାଣ୍ଢା, ଚିଖିଲି, ଚିତ୍ରକୋଟ, ବନମାଳ, ସୋଲାକୁଦି, ଚଟେଇକୋଣ ଆଦି ସ୍ଥାନରେ ମଧ୍ୟ ହଜାର ହଜାର ସଂଖ୍ୟାରେ ଏହି ପକ୍ଷୀମାନଙ୍କ ସମାଗମ ହେଉଥିବା ଦେଖିବାକୁ ମିଳିଛି।  ମାଂସ ପିପାସୁ ଶିକାରୀମାନଙ୍କ କବଳରୁ ପକ୍ଷୀଙ୍କ ସୁରକ୍ଷା ନିମନ୍ତେ ଚିଲିକା ବନ୍ୟପ୍ରାଣୀ ବନଖଣ୍ଡ, ବାଲୁଗାଁ ତରଫରୁ ସ୍ବତନ୍ତ୍ର ବ୍ୟବସ୍ଥା କରାଯାଇଛି। ବାଲୁଗାଁ ବନ୍ୟପ୍ରାଣୀ ବନାଞ୍ଚଳ ଅଧିକାରୀ ବନରାମ ପ୍ରସାଦ ନନ୍ଦଙ୍କ ନେତୃତ୍ୱରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି। ପାରିକୁଦ ତଟଦେଶରେ ବନପାଳ ଜିତେନ୍ଦ୍ରୀୟ କୁମାର ଜେନା, ବନରକ୍ଷୀ ଅନିଲ କୁମାର ଲେଙ୍କା, ସୁରକ୍ଷାକର୍ମୀ ସନ୍ତୋଷ ସେଠୀ, ସାଧୁ ଚରଣ ସାହୁ, ସୌମ୍ୟରଞ୍ଜନ ବିଶ୍ୱାଳ, ଲଲାଟ ସ୍ବାଇଁ, ସୁଶାନ୍ତ ସାହୁ, ଜୟନ୍ତ ଜେନା, ପ୍ରମୋଦ ବେହେରା, ଜ୍ଞାନ ସାହୁ ପ୍ରମୁଖ ଅଞ୍ଚଳ ପରିଦର୍ଶନରେ ସାମିଲ ହୋଇଛନ୍ତି। ଚିଲିକା ନୂଆପଡ଼ା ବନ୍ୟପ୍ରାଣୀ ବନାଞ୍ଚଳ ପକ୍ଷରୁ ନୂଆପଡ଼ା ରେଞ୍ଜର ରଞ୍ଜନ କୁମାର ଦାସଙ୍କ ତତ୍ତ୍ୱାବଧାନରେ ବନପାଳ ମୀନା କୁମାରୀ ନାୟକଙ୍କ ନେତୃତ୍ୱରେ ବନରକ୍ଷୀ ତ୍ରିଲୋଚନ ମହାରଣା ଏବଂ ଅନ୍ୟ କର୍ମଚାରୀ ପକ୍ଷୀଙ୍କ ସୁରକ୍ଷା ଦାୟିତ୍ୱରେ ରହିଛନ୍ତି। ସେହିପରି ସାମୁଦ୍ରିକ କଇଁଛଙ୍କ ପାଇଁ ମଧ୍ୟ ବିଭାଗ ତରଫରୁ ଏଭଳି ସୁରକ୍ଷା ବ୍ୟବସ୍ଥା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

VRS ପାଇଁ ଆବେଦନ କଲେ ଓଡ଼ିଶାର ସିଇଓ ଆର୍.ଏସ୍. ଗୋପାଳନ୍‌: ଜୋର୍‌ ଧରିଲା ଚର୍ଚ୍ଚା…

ଭୁବନେଶ୍ୱର,୧ା୧୦: ଓଡ଼ିଶାର ମୁଖ୍ୟ ନିର୍ବାଚନ ଅଧିକାରୀ (CEO) ଆର୍. ଏସ୍. ଗୋପାଳନ୍‌ ସରକାରୀ ଚାକିରିରୁ ସ୍ୱେଚ୍ଛାକୃତ ଅବସର (VRS) ପାଇଁ ଆବେଦନ କରିଛନ୍ତି। ୨୦୦୧ ବ୍ୟାଚ୍‌ର ଏହି…

ସରକାରଙ୍କ ବଡ଼ ଘୋଷଣା! ଏଣିକି ୫ କିଲୋ ଗ୍ୟାସ ସିଲିଣ୍ଡରରେ ମିଳିବ ସବ୍‌ସିଡି, ଜାଣନ୍ତୁ କେତେ…

ନୂଆଦିଲ୍ଲୀ, ୧।୧୦: ଦେଶରେ ଘରୋଇ LPGର ବଢ଼ୁଥିବା ଦର ଯୋଗୁ ସାଧାରଣ ଲୋକଙ୍କ ରୋଷେଇ ଘରର ବଜେଟ ଉପରେ ଚାପ ବଢ଼ିଛି। ଯଦି ଆପଣଙ୍କ ରୋଷେଇ ଘରେ…

ପାର୍ବଣ ଋତୁ ପୂର୍ବରୁ ଗ୍ରାହକଙ୍କୁ ଝଟକା: ଆଜିଠାରୁ ମହଙ୍ଗା ହେଲା AC, TV ଓ ଫ୍ରିଜ୍‌! ଜାଣନ୍ତୁ କିଣାକିଣି ଉପରେ କେତେ ପଡ଼ିବ…

ନୂଆଦିଲ୍ଲୀ,୧।୧୦: ପାର୍ବଣ ଋତୁ ଆରମ୍ଭରୁ ହିଁ ସାଧାରଣ ଗ୍ରାହକଙ୍କ ପକେଟ୍‌ ଉପରେ ଚାପ ପଡ଼ିବାକୁ ଯାଉଛି। ଅକ୍ଟୋବର ୧ ତାରିଖ ଅର୍ଥାତ୍‌ ଆଜିଠାରୁ AC, LED TV,…

ବସ୍‌କୁ ଧକ୍କାଦେଲା ଟ୍ରକ୍‌, ପରେ ସ୍କୁଟି ଉପରେ ଚଢ଼ିଗଲା ବସ୍‌, ଆଉ ତା’ ପରେ…

ଛତ୍ରପୁର,୧ା୧୦(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ଥାନା ଅନ୍ତର୍ଗତ ଭାଗ୍ୟଲକ୍ଷ୍ମୀ ନଗର ନିକଟ ଜାତୀୟ ରାଜପଥ ପାର୍ଶ୍ୱରେ ଗୁରୁବାର ଏକ ଅଭାବନୀୟ ସିରିଜ ଦୁର୍ଘଟଣା ଘଟି…

ବକେୟା ଚାଲାଣ ଥିଲେ ସାବଧାନ! ସୁପ୍ରିମକୋର୍ଟ ଦେଲେ ବଡ଼ ନିର୍ଦ୍ଦେଶ, ଜାଣନ୍ତୁ କେଉଁ କେଉଁ ସେବା ହେବ ବନ୍ଦ

ନୂଆଦିଲ୍ଲୀ, ୧।୧୦: ଆପଣଙ୍କ ଗାଡ଼ିରେ ଦୀର୍ଘଦିନ ଧରି ଇ-ଚାଲାଣ ବକେୟା ରହିଛି କି? ତେବେ ଏହାକୁ ଅଣଦେଖା କରିବା ମହଙ୍ଗା ପଡ଼ିପାରେ। ଟ୍ରାଫିକ ଜରିମାନା ଆଦାୟକୁ ନେଇ…

ଶେଷ ମିନିଟ୍‌ରେ ଗୋଲ୍, ପାକିସ୍ତାନକୁ ହରାଇ ଫାଇନାଲରେ ଭାରତ

ନୂଆଦିଲ୍ଲୀ,୧।୧୦: ଏସିଆନ୍ ଗେମ୍ସ ୨୦୨୬ର ପୁରୁଷ ହକି ସେମିଫାଇନାଲରେ ପାକିସ୍ତାନକୁ ରୋମାଞ୍ଚକର ଢଙ୍ଗରେ ପରାସ୍ତ କରିଛି ଭାରତ । ଗୁରୁବାର (୧ ଅକ୍ଟୋବର) ଖେଳାଯାଇଥିବା ମ୍ୟାଚ୍‌ରେ ଭାରତ…

୪ ବଡ଼ ଗ୍ରହ ପରିବର୍ତ୍ତନ: ଆଜିଠୁ କର୍କଟ ସମେତ ୪ ରାଶିଙ୍କ ଭାଗ୍ୟରେ ଲାଗିବ ଚାରିଚାନ୍ଦ, ହେବେ ମାଲାମାଲ, ଘରକୁ ଆସିବ ଖୁସିଖବର

ଭୁବନେଶ୍ୱର: ଅକ୍ଟୋବର ମାସରେ ଅନେକ ଗ୍ରହଙ୍କ ଚଳନ ଓ ରାଶି ପରିବର୍ତ୍ତନ ହେବ। ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଏହି ଗ୍ରହ ପରିବର୍ତ୍ତନର ପ୍ରଭାବ କିଛି ରାଶିର ଲୋକଙ୍କ…

ରାଜ୍ୟ ସରକାରଙ୍କ ବଡ଼ କାର୍ଯ୍ୟାନୁଷ୍ଠାନ: ଚାନ୍ଦବାଲି ବିଡିଓଙ୍କୁ ସସ୍‌ପେଣ୍ଡ କରି…

ଚାନ୍ଦବାଲି,୧ା୧୦(ଅଶୋକ ପଣ୍ଡା): ଭଦ୍ରକ ଜିଲା ଚାନ୍ଦବାଲି ବିଡିଓ ସଞ୍ଜୀବ ମହାପାତ୍ରଙ୍କ ବିରୋଧରେ ରାଜ୍ୟ ସରକାର ନେଇଛନ୍ତି କଠୋର କାର୍ଯ୍ୟାନୁଷ୍ଠାନ। କାର୍ଯ୍ୟରେ ଅବହେଳା ଓ ଶୃଙ୍ଖଳାଗତ ନିୟମ ଭଙ୍ଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?