Posted inଜାତୀୟ

ଏଲ୍‌ଓସିରେ କଡ଼ା ସୁରକ୍ଷା, ୧୨୦ରୁ ଅଧିକ ଆତଙ୍କବାଦୀ ଅନୁପ୍ରବେଶ ପାଇଁ ବସିଛନ୍ତି ସୁଯୋଗ ଉଣ୍ଡି…

ଶ୍ରୀନଗର, ୭।୪ : ଜମ୍ମୁ-କଶ୍ମୀରର ଭାରତ ପାକିସ୍ତାନ ନିୟନ୍ତ୍ରଣ ରେଖା ଏଲ୍‌ଓସିରେ ସୁରକ୍ଷାକର୍ମୀଙ୍କ ପକ୍ଷରୁ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଛି। ପାକିସ୍ତାନ ଫରଓ୍ବାର୍ଡ ପୋଷ୍ଟ ନିକଟରେ ଥିବା ଲଞ୍ଚପ୍ୟାଡ୍‌ରେ ଭାରତରେ ଅନୁପ୍ରବେଶ ପାଇଁ ୧୨୦ରୁ ଅଧିକ ଆତଙ୍କବାଦୀ ସୁଯୋଗ ଉଣ୍ଡି ବସିଛନ୍ତି। ଏସମ୍ପର୍କିତ ଗୋଇନ୍ଦା ରିପୋର୍ଟ ମିଳିବା ପରେ ଭାରତୀୟ ସେନା ପକ୍ଷରୁ ଏଭଳି କଡ଼ା ପଦକ୍ଷେପ ଗ୍ରହଣ କରାଯାଇଛି।

ସୂତ୍ରରୁ ପ୍ରକାଶ ଯେ ଗତ ଏକ ସପ୍ତାହ ମଧ୍ୟରେ କଶ୍ମୀରର ବାନ୍ଦିପୋରା ଜିଲାର ଗୁରେଜ ସେକ୍ଟରରେ ଏବଂ କୁପୱାରା ଜିଲାର ମାଛିଲ ଏବଂ କିରାନ ସେକ୍ଟରର ଅପରପାର୍ଶ୍ୱରେ ପାକିସ୍ତାନ ଅଧିକୃତ କଶ୍ମୀରରେ ୧୨୦ରେ ଆତଙ୍କବାଦୀ ପହଞ୍ଚିଛନ୍ତି। ସେମାନଙ୍କମ ମଧ୍ୟରେ ଲଶ୍କର-ଇ-ତୋଏବା, ଜୈଶ-ଇ-ମହମ୍ମଦ ଏବଂ ଅଲ ବଦରର ୪୫ ଜଣ ଆତଙ୍କବାଦୀ ଦୁଧ୍‌ନିଆଲ ଏବଂ ଅଥମୁଗାମ ଲଞ୍ଚ ପ୍ୟାଡରେ ରହିଛନ୍ତି।

ସେହିଭଳି ଗୁରେଜ ସେକ୍ଟରରେ ଲୋସର କମ୍ପ୍ଲେକ୍ସ, ସୋନାର ଏବଂ ସରଦାରି ଲଞ୍ଚପ୍ୟାଡ୍‌ରେ ୩୦ ଆତଙ୍କବାଦୀ ସୁଯୋଗକୁ ଅପେକ୍ଷା କରିଛନ୍ତି। ଏହି ଆତଙ୍କବାଦୀମାନେ ନୋଶେରା ନାର, ଗୋବିନ୍ଦ ନାଲ, ପରିବଲ ଜଙ୍ଗଲ ବାଟେ ଅନୁପ୍ରବେଶ ପାଇଁ ଷଡ଼ଯନ୍ତ୍ର କରିଛନ୍ତି। ଏଥି ସହିତ, ମାଛିଲ ସେକ୍ଟରରେ ୪୮ ଆତଙ୍କବାଦୀ ଅନୁପ୍ରବେଶ ଲାଗି ଅପେକ୍ଷା କରିଛନ୍ତି। ଏହି ଆତଙ୍କବାଦୀମାନେ ସରଦାରି, କେଲ ଏବଂ ତେଜିନଙ୍କ ଲଞ୍ଚ ପ୍ୟାଡରେ ଅଛନ୍ତି। ଆତଙ୍କବାଦୀମାନେ ରିଙ୍ଗ ପେନ ଏବଂ କୁପୱାରାର କୁମକାରି ଗାଲିରୁ ଅନୁପ୍ରବେଶ କରିବା ଯୋଜନା କରିଥିବା ଗୋଇନ୍ଦା ରିପୋର୍ଟରେ ଉଲ୍ଲେଖ କରାଯାଇଛି।

ବର୍ତ୍ତମାନ କାଶ୍ମୀରରେ୧୭୨ ଆତଙ୍କବାଦୀ ସକ୍ରିୟ ଅଛନ୍ତି। ସେଥିମଧ୍ୟରୁ ୭୯ ଜଣ ବିଦେଶୀ ଏବଂ ୯୩ ଜଣ ସ୍ଥାନୀୟ। କିଛି ମାସ ପୂର୍ବରୁ ସ୍ଥାନୀୟ ଆତଙ୍କବାଦୀଙ୍କ ସଂଖ୍ୟା ୩୦୦ ରୁ ଅଧିକ ଥିଲା ବୋଲି କଶ୍ମୀର ଜୋନ୍‌ ପୋଲିସ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଘରୁ ଲକ୍ଷାଧିକ ଟଙ୍କା ଚୋରି ଘଟଣା; ୯୨ ହଜାର ୫ ଶହ ଟଙ୍କା ଜବତ, ୩ ନାବାଳକ କରିଥିଲେ…

ଦିଗପହଣ୍ଡି/ଚିକିଟି,୨୨।୩(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟିପେଣ୍ଠ ଗ୍ରାମ ପଦ୍ମନଗର ୬ଷ୍ଠ ଲେନ ବାସିନ୍ଦା ମଙ୍ଗୁଳୁ ପ୍ରଧାନଙ୍କ ଘରୁ ଚୋରି ଘଟଣାରେ ପୋଲିସକୁ…

ମଧ୍ୟପ୍ରାଚ୍ୟ ଯୁଦ୍ଧ: ମୋଦିଙ୍କ ଅଧ୍ୟକ୍ଷତାରେ ୩ଘଣ୍ଟା ଧରି ବସିଲା ଉଚ୍ଚସ୍ତରୀୟ ବୈଠକ, ତେଲ-ଗ୍ୟାସ ନେଇ ଦେଲେ ବଡ଼ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ମଧ୍ୟରେ ରବିବାର ସନ୍ଧ୍ୟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ବୈଠକ ବସିଥିଲା । ପ୍ରଧାନମନ୍ତ୍ରୀଙ୍କ ବାସଭବନରେ ଅନୁଷ୍ଠିତ ଏହି ଉଚ୍ଚସ୍ତରୀୟ…

ପାରିବାରିକ କଳହର କରୁଣ ପରିଣତି; ଆତ୍ମହତ୍ୟା କଲେ ନବବଧୂ, କାରଣ ଜାଣିଲେ…

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଷ୍ଟେଟବ୍ୟାଙ୍କ ସମ୍ମୁଖ ରାମଚନ୍ଦ୍ର ନଗରରେ ରହୁଥିବା ଚନ୍ଦ୍ରମା ଗୌଡ଼ (୨୮)ନାମକ ଜଣେ ନବବଧୂ ଆତ୍ମହତ୍ୟା କରିଥିବା ଜଣାପଡିଛି ।…

ବେପରୁଆ ଗାଡି ଚାଳନା, ଚକା ଫାଟି ଭାଙ୍ଗିଲା ଘର କାଚ

ଗଞ୍ଜାମ,୨୨।୩(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ସ୍ଥିତ ଗ୍ରାସୀମ କମ୍ପାନୀକୁ ବିଭିନ୍ନ କାମରେ ଦୈନଦିନ ଶହ ଶହ ଟ୍ରକ ଟ୍ରାକ୍ଟର ଦଶ ଚକିଆ ଭାରୀଯାନ ଯାତାୟତ କରୁଛି…

ଯୁଦ୍ଧ ଆରମ୍ଭ! ୪୮ ଘଣ୍ଟା ମଧ୍ୟରେ ୪ଟି ବଡ଼ ଆକ୍ରମଣ, ନେତାନ୍ୟାହୁ କହିଲେ ଇରାନ ବିରୋଧରେ ବିଶ୍ୱ…

ନୂଆଦିଲ୍ଲୀ,୨୨।୩: ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍ ନେତାନ୍ୟାହୁ ରବିବାର ଦିନ ଡିମୋନା ଏବଂ ଆରାଦ ସହରରେ ମିଶାଇଲ୍ ଆଟାକ୍ ହୋଇଥିବା ସ୍ଥାନ ପରିଦର୍ଶନ କରିଥିଲେ। ସେ କହିଥିଲେ ଯେ…

ଧରିତ୍ରୀ ପ୍ରଭାବ: ସଜଡା ହେଲା ବ୍ଲକ ଗେଟ୍‌, ମରାମତି ହେଲା ‘ମରଣଯନ୍ତା’

ଥୁଆମୂଳ ରାମପୁର,୨୨।୩(ଦୁର୍ଗା କୀର୍ତ୍ତି): ଜନସାଧାରଣଙ୍କ ସମସ୍ୟା ସମାଧାନର ପେଣ୍ଠସ୍ଥଳ କୁହାଯାଉଥିବା ଥୁଆମୂଳ ରାମପୁର ପଞ୍ଚାୟତ ସମିତି କାର୍ଯ୍ୟାଳୟର ମୁଖ୍ୟ ପ୍ରବେଶ ପଥ ଏବେ ସମ୍ପୂର୍ଣ୍ଣ ସୁରକ୍ଷିତ ହୋଇଛି…

ପାକିସ୍ତାନ ପରେ ଏହି ଦେଶରେ ତେଲ ସଙ୍କଟ, ପେଟ୍ରୋଲ-ଡିଜେଲ ମୂଲ୍ୟ ୨୫% ବଢ଼ାଇଲେ ସରକାର

ନୂଆଦିଲ୍ଲୀ,୨୨।୩: ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଯୁଦ୍ଧ ଯୋଗୁଁ ବିଶ୍ୱବ୍ୟାପୀ ଶକ୍ତି ଯୋଗାଣ ବିପର୍ଯ୍ୟସ୍ତ ହୋଇପଡ଼ିଛି । ଅଶୋଧିତ ତୈଳ ମୂଲ୍ୟ ବୃଦ୍ଧି ପାଉଥିବାବେଳେ, ଗ୍ୟାସ୍…

ଯାତ୍ରୀଙ୍କୁ ମୃତ୍ୟୁମୁଖରୁ ବଞ୍ଚାଇଲେ ଆରପିଏଫ୍ କନେଷ୍ଟବଳ, ଟ୍ରେନରେ….

ରାୟଗଡ଼ା,୨୨।୩(ଆଶିଷ ରଞ୍ଜନ ପଣ୍ଡା): ଆରପିଏଫ କନଷ୍ଟେବଳଙ୍କ ସତର୍କତା କାରଣରୁ ମୃତ୍ୟୁମୁଖରୁ ଅଳ୍ପକେ ବର୍ତ୍ତିଗଲେ ଯାତ୍ରୀ । ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି ରାୟଗଡ଼ା ରେଳ ଷ୍ଟେସନରେ ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri