ଜନସାଧାରଣଙ୍କୁ ପରେଡସ୍ଥଳ ମନା

ଭୁବନେଶ୍ୱର,୨୪।୧(ବ୍ୟୁରୋ): ରାଜ୍ୟସ୍ତରୀୟ ସାଧାରଣତନ୍ତ୍ର ଦିବସ ପରେଡ୍‌ ପାଇଁ କମିଶନରେଟ ପୋଲିସ ପକ୍ଷରୁ କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ପରେଡ ସ୍ଥଳ ଗାନ୍ଧୀମାର୍ଗରେ ୩୦ ପ୍ଲାଟୁନ୍‌ ଫୋର୍ସ ମୁତୟନ ହେବେ। ଏହାବ୍ୟତୀତ କାଉଣ୍ଟର ଟେରରିଷ୍ଟ ସ୍କ୍ବାଡ୍‌ (ସିଟିଏସ୍‌), ସ୍ପେଶାଲ ଟାକ୍ଟିକାଲ ୟୁନିଟ୍‌ (ଏସଟିୟୁ), ସ୍ବତନ୍ତ୍ର ତାଲିମପ୍ରାପ୍ତ ଏସ୍‌ଓଜି ଯବାନ, ସାଦା ପୋଷାକଧାରୀ ପୋଲିସ, ସନ୍ଧାନୀ କୁକୁର, ବୋମା ନିଷ୍କ୍ରିୟକାରୀ ଦଳ, ରୁଫଟପ୍‌ ସିକ୍ୟୁରିଟି, ସାର୍ପ ଶୁଟର୍‌ ମୁତୟନ ରହିବେ। ପରେଡସ୍ଥଳ ଚାରିପଟ ଓ ଆଖପାଖ ଅଞ୍ଚଳ ସିସିଟିଭି ନିୟନ୍ତ୍ରଣରେ ରହିବ। ପରେଡସ୍ଥଳ ନିକଟରେ ସିସିଟିଭି ନିୟନ୍ତ୍ରଣ କକ୍ଷ ସ୍ଥାପନ ହେବ। ଶନିବାରଠାରୁ ଗାନ୍ଧୀମାର୍ଗର ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଥିବାବେଳେ କମିଶନରେଟ ପୋଲିସର ବରିଷ୍ଠ ଅଧିକାରୀମାନେ ଏ ନେଇ ଯାଞ୍ଚ କରିଛନ୍ତି। ସେହିପରି ରାଜ୍ୟସ୍ତରୀୟ ପରେଡ୍‌ରେ ଭାଗ ନେବାକୁ ଥିବା ଟ୍ରୁପଗୁଡ଼ିକ ରିହର୍ସାଲ ଚଳାଇଛନ୍ତି। ମହିଳା ଆଇପିଏସ୍‌ ଅଫିସର ଏସ୍‌. ସୁଶ୍ରୀ ପରେଡ୍‌ କମାଣ୍ଡର ହୋଇଛନ୍ତି। ଏଥର ପରେଡ୍‌ରେ ଓଡ଼ିଶା ପୋଲିସ ବ୍ୟାଣ୍ଡ, ଓଡ଼ିିଶା ପୋଲିସ ସପ୍ତମ ବାଟାଲିଅନ୍‌, ଏସ୍‌ଓଜି, ସ୍ବିଫ୍ଟ ଆକ୍ସନ ଫୋର୍ସ, ଆଇଆର୍‌ବି, ଏସ୍‌ଏସ୍‌ବି, ସପ୍ତମ ବାଟାଲିଅନ୍‌, ଓଡ୍ରାଫ, ଅଗ୍ନିଶମ ବାହିନୀ ସମେତ ୧୮ଟି ଟ୍ରୁପ୍‌ ଭାଗ ନେବାର କାର୍ଯ୍ୟକ୍ରମ ରହିଛି। ଚଳିତ ବର୍ଷ କୋଭିଡ କଟକଣା ଯୋଗୁ ଜନସାଧାରଣଙ୍କୁ ପରେଡ୍‌ସ୍ଥଳକୁ ଯିବା ପାଇଁ ବାରଣ କରାଯାଇଛି। ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ପରେଡ ଅଭିବାଦନ ଗ୍ରହଣ କରିବାକୁ ଥିବାବେଳେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମ୍ମାନିତ ଅତିଥି ଭାବେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି। ସେହିପରି ଟ୍ରାଫିକ ପକ୍ଷରୁ ମଧ୍ୟ ସ୍ବତନ୍ତ୍ର ବ୍ୟବସ୍ଥା କରାଯାଇଛି। ରବୀନ୍ଦ୍ର ମଣ୍ଡପ, ଆଇଜି ପାର୍କ ପଟୁ ଗାଡ଼ି ଚଳାଚଳ ସମ୍ପୂର୍ଣ୍ଣ ବନ୍ଦ ରହିବ। ପରେଡ ସ୍ଥଳକୁ ସଂଯୋଗ କରୁଥିବା ସମସ୍ତ ରାସ୍ତାକୁ ସିଲ୍‌ କରିଦିଆଯିବ। ତେବେ ଜନପଥରେ ଗାଡ଼ି ଚଳାଚଳ ସ୍ବାଭାବିକ ରହିବ ବୋଲି କମିଶନରେଟ୍‌ ପୋଲିସ ପକ୍ଷରୁ ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ନିଖୋଜ MKCG ମେଡିକାଲ ଛାତ୍ର ସାଗର ସାହୁ ମୟୂରଭଞ୍ଜରୁ ଉଦ୍ଧାର, ଝାଡ଼ଖଣ୍ଡରୁ ଫେରୁଥିବା ବେଳେ…

ଭୁବନେଶ୍ୱର/ବାରିପଦା, ୮।୯: ଗତ ଅଗଷ୍ଟ ୩୧ ତାରିଖରୁ ନିଖୋଜ ଥିବା ବ୍ରହ୍ମପୁର ମହାରାଜା କୃଷ୍ଣଚନ୍ଦ୍ର ଗଜପତି(MKCG) ମେଡିକାଲ କଲେଜର ଛାତ୍ର ସାଗର ସାହୁ(୨୧) ସୁରକ୍ଷିତ ଭାବେ ଉଦ୍ଧାର…

ବାଲୁଙ୍କେଶ୍ୱର ହାଇସ୍କୁଲ ସହକାରୀ ଶିକ୍ଷକଙ୍କୁ ମରଣାନ୍ତକ ଆକ୍ରମଣ

ଖଲ୍ଲିକୋଟ, ୮/୯/୨୦୨୬ (ପ୍ରଶାନ୍ତ କୁମାର ମିଶ୍ର): ଖଲ୍ଲିକୋଟ ଏନ୍‌ଏସି ଅନ୍ତର୍ଗତ ବାଲୁଙ୍କେଶ୍ୱର ହାଇସ୍କୁଲର ଜଣେ ସହକାରୀ ଶିକ୍ଷକଙ୍କୁ ସ୍କୁଲ ଗେଟ୍‌ ନିକଟରେ ମଙ୍ଗଳବାର ମରଣାନ୍ତକ ଆକ୍ରମଣ କରାଯାଇଛି।…

ଭ୍ରମରପୁର ସ୍କୁଲରେ ଶିକ୍ଷକ ବଦଳି ବାତିଲ ଦାବିରେ ଜେନ୍ ଆଲଫାଙ୍କ ଆନ୍ଦୋଳନ, ସ୍କୁଲ ସମ୍ମୁଖରେ ଉତ୍ତେଜନା            

ଦିଗପହଣ୍ଡି,୮|୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭ୍ରମରପୁର ଗ୍ରାମ ପ୍ରକଳ୍ପ ପ୍ରାଥମିକ ବିଦ୍ୟାଳୟ ଶିକ୍ଷକ ଭାଗବତ ପ୍ରସାଦ ନାୟକଙ୍କୁ ଚୌଧୁରୀ ଟିକରପଡ଼ା ଗ୍ରାମ ବିଦ୍ୟାଳୟକୁ…

ବାଘ ଛାଲ ଡିଲ୍‌ ବେଳେ ମାଡ଼ି ବସିଲା ଗୁଜରାଟ ଟିମ୍‌

ଜୟପୁର,୮।୯: ଗୁଜରାଟର ସ୍ବତନ୍ତ୍ର ଡିଆର୍‌ଆଇ ଟିମ୍‌କୁ ଓଡ଼ିଶାରେ ଏକ ବଡ଼ ସଫଳତା ମିଳିଛି। ଡିଆର୍‌ଆଇ ଟିମ୍‌ ଜୟପୁରରେ ଚଢ଼ାଉ କରି ଏକ କଲରା ପତରିଆ ବାଘ ଛାଲ…

ଏମଆରଏଫ୍‌ ୟୁନିଟ୍‌ରେ ପଶିଲା ୫ ଫୁଟର ଅଜଗର, ପରେ….

କୁଆଁରମୁଣ୍ଡା, ୮।୯ (ମହେନ୍ଦ୍ର କୁମାର ସାହୁ): ମଙ୍ଗଳବାର ମଧ୍ୟାହ୍ନରେ କୁଆଁରମୁଣ୍ଡା ବ୍ଲକ ଏମଆରଏଫ୍‌ ୟୁନିଟ୍‌ ଭିତରକୁ ଏକ ଅଜଗର ସାପ ପଶିଯାଇଥିଲା। ସାପଟିକୁ ଦେଖି କର୍ମଚାରୀମାନେ ଭୟଭୀତ…

ଯୁବ IAS କସ୍ତୁରୀ ଶାହାଙ୍କୁ ଭବାନୀପାଟଣା ଉପଜିଲାପାଳ ଦାୟିତ୍ୱ, ଛୁଟିଲା ଶୁଭେଚ୍ଛା…

ଭବାନୀପାଟଣା,୮।୯(ଉତ୍ତମ କୁମାର ଦାଶ): ଟ୍ରେନିଂ ଶେଷ ପରେ ୯ ଯୁବ IASଙ୍କୁ ଉପଜିଲାପାଳ ଭାବେ ନିଯୁକ୍ତି ମିଳିଛି। ଏନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି।…

ରାଜଧାନୀରେ ମହିଳାଙ୍କୁ ବଳାତ୍କାର

ଭୁବନେଶ୍ୱର,୮।୯: ରାଜଧାନୀ ଭୁବନେଶ୍ୱର ଭରତପୁର ଥାନା ଅଞ୍ଚଳରୁ ଏକ ଲଜ୍ଜା ଜନକ ଘଟଣା ସାମ୍ନାକୁ ଆସିଛି। ଘରେ ପଶି ଜଣେ ମହିଳାଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି।…

ନିଲମ୍ବିତ ହେଲେ ପୂର୍ବତନ ବିଧାୟକଙ୍କ ସ୍ବାମୀ, ଜାଣନ୍ତୁ କାରଣ…

ଭୁବନେଶ୍ୱର,୮।୯: ପୂର୍ବତନ ବିଧାୟକ ସ୍ନେହାଙ୍ଗିନୀ ଛୁରିଆଙ୍କ ସ୍ବାମୀ ଦୁର୍ଗା ଛୁରିଆଙ୍କୁ କାର୍ଯ୍ୟରୁ ନିଲମ୍ବିତ କରାଯାଇଛି। ରାଜନୈତିକ କାର୍ଯ୍ୟକଳାପରେ ସମ୍ପୃକ୍ତି ଥିବା ଅଭିଯୋଗରେ ଓଡ଼ିଶା ସହକାରୀ ସମିତି ରେଜିଷ୍ଟ୍ରାରଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri