ୟୁଜିସିର କଡ଼ା ତାଗିଦ୍‌, ଟଙ୍କା ଫେରସ୍ତ ନ କଲେ କଡ଼ା କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୯ା୭(ଅସମାପିକା ସାହୁ):ଉଚ୍ଚ ଶିକ୍ଷାନୁଷ୍ଠାନଗୁଡ଼ିକ ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ(ୟୁଜିସି) ନିର୍ଦ୍ଦେଶନାମାକୁ ପାଳନ କରୁନାହାନ୍ତି। ବାରମ୍ବାର ତାଗିଦ୍‌ ସତ୍ତ୍ୱେ ଫି’ ଫେରସ୍ତ ନିୟମ (ଫି ରିଫଣ୍ଡ୍‌ ପଲିସି)କୁ ପାଳନ କରୁ ନ ଥିବାରୁ ୟୁଜିସି ଉଦ୍‌ବେଗ ପ୍ରକାଶ କରିଛି। ତେଣୁ ଏଥର ନିୟମ ପାଳନ ନ କଲେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ଏ ନେଇ ୟୁଜିସି ପକ୍ଷରୁ ସମସ୍ତ ବିଶ୍ୱବିଦ୍ୟାଳୟ କୁଳପତି ଏବଂ ମହାବିଦ୍ୟାଳୟ ଅଧ୍ୟକ୍ଷଙ୍କୁ ଚିଠି ଲେଖି ଅବଗତ କରାଯାଇଥିବାବେଳେ ସୋମବାର ପୁଣି ଚେତାଇ ଦେଇଛନ୍ତି।
କୌଣସି ଉଚ୍ଚ ଶିକ୍ଷାନୁଷ୍ଠାନରେ ନାମ ଲେଖାଇବା ପରେ ଅନ୍ୟତ୍ର ସ୍ଥାନାନ୍ତର ବା ରଦ୍ଦ କଲେ ତୁରନ୍ତ ନାମଲେଖା ଫି’ ଫେରସ୍ତ କରିବା ପାଇଁ ୟୁଜିସି ସ୍ବତନ୍ତ୍ର ନୀତି ଆଣିଥିଲା। ଏହାକୁ ପାଳନ କରିବା ପାଇଁ ୟୁଜିସି ପକ୍ଷରୁ ବାରମ୍ବାର ଉଚ୍ଚ ଶିକ୍ଷାନୁଷ୍ଠାନଗୁଡ଼ିକୁ ଚିଠି କରାଯାଇଛି। କିନ୍ତୁ ଉଚ୍ଚ ଶିକ୍ଷାନୁଷ୍ଠାନଗୁଡ଼ିକ ଏହାକୁ ପାଳନ କରୁ ନ ଥିବା ଅଭିଯୋଗ ଆସୁଛି। ସିଟ୍‌ ଛାଡ଼ିଲେ ମଧ୍ୟ ନାମଲେଖା ଫି’ ଫେରସ୍ତ କରିବାରେ ଉଚ୍ଚ ଶିକ୍ଷାନୁଷ୍ଠାନଗୁଡ଼ିକ ମାତ୍ରାଧିକ ବିଳମ୍ବ କରୁଥିବା ନେଇ ମଧ୍ୟ ଅଭିଯୋଗ ଆସୁଛି। ତେଣୁ ୟୁଜିସି ଏଣିକି ଖିଲାପକାରୀଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବ। ଆବଶ୍ୟକ ପଡ଼ିଲେ ଶିକ୍ଷାନୁଷ୍ଠାନର ମାନ୍ୟତା, ସ୍ବୟଂଶାସିତ ମାନ୍ୟତା, ନୂଆ ନାମଲେଖା ପାଇଁ ଆବେଦନକୁ ଗ୍ରହଣ ନ କରିବା, ସାଧାରଣ ଲୋକଙ୍କୁ ଅବଗତ ନିମନ୍ତେ ଖବରକାଗଜ କିମ୍ବା କୌଣସି ଉପଯୁକ୍ତ ଗଣମାଧ୍ୟମରେ ବିଜ୍ଞାପନ ପ୍ରକାଶ କରିବା, ଆୟୋଗର ଓ୍ବେବ୍‌ସାଇଟ୍‌ରେ ଉକ୍ତ ଶିକ୍ଷାନୁଷ୍ଠାନ ସମ୍ପର୍କରେ ପୋଷ୍ଟ କରିବା କିମ୍ବା ଆୟୋଗ କ୍ଷମତା ଭିତରେ ଥିବା କାର୍ଯ୍ୟାନୁଷ୍ଠାନ ମଧ୍ୟ ନିଆଯିବ ବୋଲି ଚିଠିରେ ଉଲ୍ଲେଖ କରାଯାଇଛି।
ୟୁଜିସିର ଫି’ ଫେରସ୍ତ ପଲିସି ଅନୁସାରେ, ନାମ ଲେଖାଇଥିବା ଛାତ୍ରୀଛାତ୍ର ସେପ୍ଟେମ୍ବର ଶେଷ ସୁଦ୍ଧା ଅନ୍ୟତ୍ର ସ୍ଥାନାନ୍ତର ବା ନାମଲେଖା ରଦ୍ଦ ପାଇଁ ଆବେଦନ କଲେ ସେମାନଙ୍କୁ ଶତ ପ୍ରତିଶତ ଫି’ ଫେରସ୍ତ କରାଯିବ। ସେହିପରି ଅକ୍ଟୋବର ଶେଷ ସୁଦ୍ଧା ଆବେଦନ କଲେ ପ୍ରୋସେସିଂ ଫି’ ବାବଦକୁ ସର୍ବାଧିକ ହଜାରେ ଟଙ୍କା କାଟି ଫେରସ୍ତ କରାଯିବ। ଏହାଠାରୁ ଅଧିକ ଟଙ୍କା କାଟିପାରିବେ ନାହିଁ। ସେହିପରି ଅକ୍ଟୋବର ପରେ ନାମଲେଖା ସୂଚୀ ଥିଲେ ତଦନୁଯାୟୀ ଫି’ ଫେରସ୍ତ କରାଯିବ। ଅର୍ଥାତ୍‌ ପ୍ରକାଶିତ ବିଜ୍ଞପ୍ତିରେ ଉଲ୍ଲେଖ ଥିବା ନାମଲେଖା ଶେଷ ତାରିଖର ୧୫ଦିନ ପୂର୍ବରୁ ସିଟ୍‌ ଛାଡ଼ିଲେ ସମ୍ପୂର୍ଣ୍ଣ ଫି’ ଫେରିପାଇବେ ଛାତ୍ରୀଛାତ୍ର। ଶେଷ ତାରିଖ ୧୫ରୁ କମ୍‌ ଦିନ ଥିଲେ ୯୦ ପ୍ରତିଶତ ଫି’ ଫେରସ୍ତ କରାଯିବ। ସେହିପରି ନାମଲେଖା ଅବଧି ସରିବାର ୧୫ ଦିନ ମଧ୍ୟରେ ଆବେଦନ କଲେ ୮୦ପ୍ରତିଶତ ଓ ୧୫ରୁ ୩୦ ଦିନ ମଧ୍ୟରେ ଆବେଦନ କଲେ ୫୦ ପ୍ରତିଶତ ଫି’ ଫେରସ୍ତ ହେବ। ମାସେ ବା ୩୦ ଦିନ ପରେ ଅନ୍ୟତ୍ର ସ୍ଥାନାନ୍ତର ବା ନାମଲେଖା ରଦ୍ଦ ପାଇଁ ଆବେଦନ କଲେ କୌଣସି ଫି’ ଫେରସ୍ତ ହେବ ନାହିଁ ବୋଲି ୟୁଜିସି ସ୍ପଷ୍ଟ କରିଛି। ୟୁଜିସି ଅଧୀନରେ ଥିବା କେନ୍ଦ୍ରୀୟ ବା ରାଜ୍ୟର ସମସ୍ତ ଉଚ୍ଚ ଶିକ୍ଷାନୁଷ୍ଠାନ ଏହାକୁ ପାଳନ କରିବେ। ନିୟମର ଖିଲାପ କଲେ ମାନ୍ୟତା ରଦ୍ଦ ଭଳି ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ୟୁଜିସି ଚେତାବନୀ ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରମ୍ପଙ୍କ ୪୮ ଘଣ୍ଟିଆ ଅଲ୍ଟିମେଟମକୁ ନେଇ ପରିହାସ କଲା ଇରାନ, ଚେତାବନୀ ଦେଇ କହିଲା ନର୍କର ଦ୍ବାର…

ତେହେରାନ,୫।୪: ଇରାନର କେନ୍ଦ୍ରୀୟ ସାମରିକ କମାଣ୍ଡ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ୪୮ ଘଣ୍ଟିଆ ଅଲ୍ଟିମେଟମକୁ ପ୍ରତ୍ୟାଖ୍ୟାନ କରିଛି । ଇରାନ କେବଳ ଟ୍ରମ୍ପଙ୍କ ଧମକକୁ ଅଣଦେଖା…

ନାବାଳିକାଙ୍କ ଫଟୋକୁ ଏଡିଟିଂ କରି ଅଶ୍ଲିଳ ଫଟୋ ଭାଇରାଲ କରିଥିଲା ଯୁବକ, ଅଭିଯୁ୍‌କ୍ତ ଗିରଫ

ଦେବଗଡ,୫।୪(ଶଶାଙ୍କ ଶେଖର ଝାଙ୍କର): ଜଣେ ୧୫ ବର୍ଷିୟା ନାବାଳିକାଙ୍କ ଫଟୋକୁ ଏଡିଟିଂ ମାଧ୍ୟମରେ ବିକୃତ କରି ଅଶ୍ଲିଳ ଫଟୋକୁ ସୋସିଆଲ ମିଡିଆରେ ଭାଇରାଲ କରୁଥିଲା ଯୁବକ ।…

ମହୁଲ ଗୋଟାଉଥିବା ବେଳେ କଚାଡି ଦେଲା ଦନ୍ତା, ଆକ୍ରମଣରେ ୩….

ପରଜଙ୍ଗ୫।୪(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ବନଖଣ୍ଡ ମହାବିରୋଡ ରେଞ୍ଜ ଡିହଡୋଳ ଫରେଷ୍ଟ ସେକ୍ସନ ଅଧିନ କନ୍ତୋର ଓ ବାରିହାପୁର ଗାଁରେ ଦନ୍ତା ଆତଙ୍କ ଦେଖିବାକୁ ମିଳିଛି। ରବିବାର ଭୋର୍…

ସ୍କୁଲ ଚୟନ ଅଧିକାର ଶିକ୍ଷାଧିକାରରେ ନାହିଁ: ହାଇକୋର୍ଟ

ନୂଆଦିଲ୍ଲୀ,୫।୪: ଶିକ୍ଷା ଅଧିକାର ଆଇନ ଅନୁଯାୟୀ ଜଣେ ପିଲାର ଶିକ୍ଷା ଗ୍ରହଣ କରିବାର ଅଧିକାର ରହିଛି, କିନ୍ତୁ ନାମଲେଖା ପାଇଁ ଏକ ନିର୍ଦ୍ଦିଷ୍ଟ ସ୍କୁଲକୁ ଚୟନ କରିବା…

ବିଳମ୍ବିତ ରାତିରେ କୋରାପୁଟରେ ଭୂକମ୍ପ ଝଟ୍‌କା: ଭୟଭୀତ ଅବସ୍ଥାରେ ଘରୁ ବାହାରି ଆସିଲେ ଲୋକେ

କୋରାପୁଟ/ପଟ୍ଟାଙ୍ଗି, ୪।୪(ଅମିତାଭ ବେହେରା/ ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦର ମହକୁମା ସମେତ ଆଖପାଖ ଅଞ୍ଚଳରେ ଶନିବାର ମୃଦୁ ଭୂକମ୍ପ ଅନୁଭୂତ ହୋଇଛି।…

ଗୁଜରାଟକୁ ହରାଇ ରାଜସ୍ଥାନର ଦ୍ୱିତୀୟ ବିଜୟ

ଅହମଦାବାଦ,୪ା୪: ଯଶସ୍ୱି ଜୟସ୍ୱାଲ ଓ ଧ୍ରୁବ ଜୁରେଲଙ୍କ ଅର୍ଦ୍ଧଶତକ ପରେ ରବି ବିଷ୍ଣୋଇଙ୍କ ୪ ଉଇକେଟ ସଫଳତା ଯୋଗୁ ରାଜସ୍ଥାନ ରୟାଲ୍ସ ୬ ରନରେ ଗୁଜରାଟ ଟାଇଟନ୍ସକୁ…

ମଦ ପିଇ ବସ୍‌ ଚଳାଉଥିଲେ ଡ୍ରାଇଭର, ବ୍ରେଥ୍‌ ଆନାଲାଇଜର୍‌ରେ ଯାଞ୍ଚ କରି ଧରିଲା ପୋଲିସ, ଡିଏଲ୍‌ ସସ୍‌ପେଣ୍ଡ ସହ…

ଛତ୍ରପୁର, ୪।୪(ଦିଲୀପ ସାମଲ): ଯାତ୍ରୀଙ୍କ ଜୀବନ ସହ ଖେଳୁଥିବା ଜଣେ ଦାୟିତ୍ୱହୀନ ବସ୍‌ ଚାଳକଙ୍କୁ ଧରିଛି ପୋଲିସ। ନିଶାଶକ୍ତ ଅବସ୍ଥାରେ ବସ ଚଳାଇବା ଅଭିଯୋଗରେ ଗାଡ଼ି ଜବତ…

ମୁମ୍ୱାଇକୁ ହରାଇଲା ଦିଲ୍ଲୀ

ନୂଆଦିଲ୍ଲୀ,୪ା୪: ସମୀର ରିଜ୍‌ଭୀଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ଶନିବାର ଅପରାହ୍ନରେ ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ ମୁମ୍ୱାଇ ଇଣ୍ଡିଆନ୍ସ (ଏମ୍‌ଆଇ)କୁ ୬ ଉଇକେଟରେ ପରାସ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri