Posted inଜାତୀୟ

‘ପାକିସ୍ତାନକୁ କଡ଼ା ଚେତାବନୀ’

ଜାତିସଂଘ,୨୫।୯: ବିକାଶ ବିରୋଧୀ ଚିନ୍ତାଧାରାର କେତେକ ଦେଶ ଆତଙ୍କବାଦକୁ ରାଜନୈତିକ ଅସ୍ତ୍ର କରିଛନ୍ତି। ଏହା ସେମାନଙ୍କ ପାଇଁ ସମାନ ବିପଦ, ଏକଥାକୁ ଉକ୍ତ ରାଷ୍ଟ୍ରଗୁଡ଼ିକ ହୃଦୟଙ୍ଗମ କରିବା ଉଚିତ ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ଜାତିସଂଘ ସାଧାରଣ ସଭାର ୭୬ତମ ଅଧିବେଶନକୁ ସମ୍ବୋଧନ କରି କହିଛନ୍ତି। ଆତଙ୍କବାଦୀଙ୍କ ନିରାପଦ ଭୂସ୍ବର୍ଗ ଭାବେ ପରିଚିତ ପାକିସ୍ତାନର ନାଁ ନ ନେଇ ପ୍ରଧାନମନ୍ତ୍ରୀ କଡ଼ା ଚେତାବନୀ ଦେଇଛନ୍ତି।

ନିୟମାବଳୀ ଆଧାରିତ ଅନ୍ତର୍ଜାତୀୟ ନିୟନ୍ତ୍ରଣ ବ୍ୟବସ୍ଥାକୁ ସୁଦୃଢ଼ କରିବାକୁ ହେଲେ ଅନ୍ତର୍ଜାତୀୟ ସମୁଦାୟଙ୍କୁ ମିଳିତ ସ୍ବର ଉଠାଇବାକୁ ହେବ ବୋଲି ପରୋକ୍ଷରେ ଚାଇନାକୁ ଇଙ୍ଗିତ କରି ପ୍ରଧାନମନ୍ତ୍ରୀ କହିଛନ୍ତି। ଭାରତ-ପ୍ରଶାନ୍ତ ମହାସାଗର ଅଞ୍ଚଳରେ ଚାଇନା ସାମରିକ ଶକ୍ତି ବୃଦ୍ଧି କରିଚାଲିଥିବା ବେଳେ ବିସ୍ତାରବାଦ ବିରୋଧରେ ମିଳିତ ସ୍ବର ଉତ୍ତୋଳନ ପାଇଁ ମୋଦି ଆହ୍ବାନ ଦେଇଛନ୍ତି। କରୋନା ମହାମାରୀ ବିରୋଧୀ ଲଢ଼େଇରେ ଭାରତର ସଫଳତା ସମ୍ପର୍କରେ ସେ ଜାତିସଂଘ ସାଧାରଣ ସଭାରେ କହିବା ସହ ଭାରତରେ କୋଭିଡ୍‌ ଟିକା ପ୍ରସ୍ତୁତି ଲାଗି ଭାକ୍ସିନ ଉତ୍ପାଦନକାରୀ କମ୍ପାନୀଗୁଡ଼ିକ ଆଗେଇ ଆସିବାକୁ ଆମନ୍ତ୍ରଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ୱ ଦରବାରରେ ଓଡ଼ିଆ ପୁଅ: ଜାପାନରେ ପ୍ରଶଂସିତ ହୋଇ ଜନ୍ମମାଟି ପାଇଁ ଗୌରବ ଆଣିଲେ ଗୋଡ଼ଭଗାର ଡାକ୍ତର ଅଭିଷେକ

ଅତାବିରା,୧୦ା୧୦(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ବ୍ଲକ ଗୋଡ଼ଭଗାର ଡା. ଅଭିଷେକ ନାଏକ। ଜନ୍ମମାଟି ପାଇଁ ଆଣିଛନ୍ତି ଗର୍ବ ଓ ଗୌରବ। ସେ ବିଏଚ୍‌ୟୁସ୍ଥିତ ଇନ୍‌ଷ୍ଟିଚ୍ୟୁଟ ଅଫ…

IND vs WI: ବୋଲରଙ୍କ କ୍ୟାରିୟର ବରବାଦ…! କାହା ଉପରେ ରାଗି ଏମିତି କହିଲେ ଗୌତମ ଗମ୍ଭୀର? ଜାଣନ୍ତୁ…

ନୂଆଦିଲ୍ଲୀ,୧୦।୧୦: ଦଶ ଦିନ ମଧ୍ୟରେ ଦ୍ୱିତୀୟ ଥର ପାଇଁ, ଦଳର ମୁଖ୍ୟ କୋଚ ଗୌତମ ଗମ୍ଭୀର ପିଚକୁ ନେଇ କଡ଼ା ସମାଲୋଚନା କରିଛନ୍ତି। ଗତ ରାତିରେ ଭାରତ…

ଲଜ୍ଜାଜନକ ରେକର୍ଡ କଲେ ଶ୍ରେୟସ ଆୟର: ଅଧିନାୟିକତ୍ୱ ଉପରେ ଉଠିଲା ପ୍ରଶ୍ନବାଚୀ

ନୂଆଦିଲ୍ଲୀ,୧୦।୧୦: ରାଞ୍ଚିର JSCA ଅନ୍ତର୍ଜାତୀୟ ଷ୍ଟାଡିୟମରେ ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଟି-୨୦ ମ୍ୟାଚରେ ଭାରତୀୟ କ୍ରିକେଟ ଦଳ ଏକ ଲଜ୍ଜାଜନକ ପରାଜୟର ସମ୍ମୁଖୀନ ହୋଇଛି। ପ୍ରଥମେ ବ୍ୟାଟିଂ…

ନୀଳମାଧବଙ୍କ ନୀତିକାନ୍ତି ବିଳମ୍ବ ନେଇ ବିବାଦୀୟ ପରିସ୍ଥିତି, ମଧ୍ୟାହ୍ନ ସାଢ଼େ ୧୨ଟା ସୁଦ୍ଧା ହୋଇନି ଆଳତି

ଖଣ୍ଡପଡ଼ା,୧୦ା୧୦(ଅଜୟ କୁମାର ମହାରଣା): ଜଗନ୍ନାଥ ସଂସ୍କୃତିର ଆଦି ଦେବତା ଭାବରେ ପ୍ରଭୁ ଶ୍ରୀ ନୀଳମାଧବ ଜୀଉ ସର୍ବଜନ ବିଦିତ। ପୁରୀ ଶ୍ରୀ ମନ୍ଦିରର ପୂଜା ନୀତି ସହ…

ବିଦ୍ୟାଳୟରେ ଅବ୍ୟବସ୍ଥା: ଚରମସୀମାରେ ଛାତ୍ରୀଛାତ୍ରଙ୍କ ଅସନ୍ତୋଷ, ବିଡିଓଙ୍କୁ ଭେଟିବାକୁ ଚାଲିଚାଲି ପଳେଇଲେ

ବାରିପଦା,୧୦ା୧୦(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ବ୍ଲକ ଅନ୍ତର୍ଗତ ଶ୍ୟାମସୁନ୍ଦରପୁର ଏକଲବ୍ୟ ମଡେଲ ଆବାସିକ ବିଦ୍ୟାଳୟରେ ଅବ୍ୟବସ୍ଥାକୁ ନେଇ ଶନିବାର ଛାତ୍ରୀଛାତ୍ରଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ…

CJPର ଦିଲ୍ଲୀ ବିକ୍ଷୋଭରେ କାହିଁକି ଯୋଗ ଦେଲେ ନାହଁ ସୋନମ ୱାଙ୍ଗଚୁକ ? ନିଜେ କହିଲେ ଏହାର ବଡ଼ କାରଣ

ନୂଆଦିଲ୍ଲୀ,୧୦।୧୦: ‘କକରୋଚ ଜନତା ପାର୍ଟି’ (Cockroach Janata Party) ଶନିବାର (୧୦ ଅକ୍ଟୋବର, ୨୦୨୬) ଦିଲ୍ଲୀର ଜନ୍ତର ମନ୍ତର ଠାରେ ଏକ ବିକ୍ଷୋଭ ପ୍ରଦର୍ଶନ କରିଛି। ନିର୍ବାଚନ…

CJPକୁ ନେଇ ବଡ଼ ବୟାନ ଦେଲେ ଚିରାଗ ପାସୱାନ, କହିଲେ କେହି ଅଟକାଇ ପାରିବେ ନାହିଁ…

ନୂଆଦିଲ୍ଲୀ,୧୦।୧୦: କେନ୍ଦ୍ରମନ୍ତ୍ରୀ ଚିରାଗ ପାସୱାନ ଶୁକ୍ରବାର କହିଛନ୍ତି ଯେ ଟ୍ରେନ ବାତିଲ କରି ଭାରତର ଯୁବପିଢ଼ିଙ୍କୁ ଅଟକାଯାଇ ପାରିବ ନାହିଁ। ସେ ନିର୍ୱାଚନ ଆୟୋଗ ବିରୋଧରେ ବିକ୍ଷୋଭ…

ନିଜ ପତ୍ନୀଙ୍କ ବିରୋଧରେ ଗୁରୁତର ଅଭିଯୋଗ ଆଣିଲେ ତେଜ ପ୍ରତାପ ଯାଦବ, କହିଲେ, ‘ପୂର୍ବତନ ପ୍ରେମିକଙ୍କୁ ଦେଉଥିଲେ…’

ପାଟନା,୧୦।୧୦: ବିହାରର ପୂର୍ବତନ ମନ୍ତ୍ରୀ ତଥା ‘ଜନ ଶକ୍ତି ଜନତା ଦଳ’ (JJD)ର ଜାତୀୟ ସଭାପତି ତେଜ ପ୍ରତାପ ଯାଦବ ନିଜ ପତ୍ନୀ ଐଶ୍ୱର୍ଯ୍ୟା ରାୟଙ୍କ ବିରୁଦ୍ଧରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?