ବ୍ରଜରାଜନଗର ଷ୍ଟେଶନରେ ରେଳରୋକୋ, ଉଭୟ ପାର୍ଶ୍ୱରେ ଅଟକି ରହିଛି ଟ୍ରେନ୍‌

ଝାରସୁଗୁଡା ଅଫିସ,୫।୫: ରେଳ ରହଣି ଦାବିରେ ସ୍ଥାନୀୟ ନାଗରିକ କମିଟି ତରଫରୁ ଗୁରୁବାର ସକାଳ ୬ଟାରୁ ବ୍ରଜରାଜନଗର ଷ୍ଟେଶନରେ ରେଳରୋକୋ ଆରମ୍ଭ ହୋଇଛି। ଶତାଧିକ ଆନ୍ଦୋଳନକାରୀ ରେଳଧାରଣା ଉପରେ ଟେଣ୍ଡ ପକାଇ ବସି ରହିଛନ୍ତି। ଫଳରେ କେତେକ ଯାତ୍ରୀବାହୀ ଟ୍ରେନ୍‌ ଓ ମାଲ ବୋଝେଇ ଟ୍ରେନ୍‌ ଉଭୟ ପାର୍ଶ୍ୱରେ ଦୀର୍ଘ ସମୟ ଧରି ଅଟକି ରହିଛି। ଏନେଇ ଯାତ୍ରୀମାନେ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଶାନ୍ତିଶୃଙ୍ଖଳା ପାଇଁ ବ୍ୟାପକ ପୋଲିସ ମୁତୟନ ହୋଇଛନ୍ତି। ଏନେଇ କୌଣସି ନିଷ୍କର୍ଷ ବାହାରି ପାରିନାହିଁ।

ସୂଚନାଯୋଗ୍ୟ, ପୂର୍ବରୁ ଏଠାରେ ଯାତ୍ରୀବାହୀ ଟ୍ରେନ୍‌ ରହୁଥିବାବେଳେ କରୋନା ପାଇଁ କେତେକ ଟ୍ରେନ ରହଣିକୁ ରେଳବାଇ କର୍ତ୍ତୃପକ୍ଷ ବାତିଲ କରିଦେଇଛନ୍ତି। ହେଲେ ଏବେ କରୋନା ସଂକ୍ରମଣ ହ୍ରାସ ପାଇଥିବାରୁ ଅଦ୍ୟାବଧି ରେଳରହଣି ସ୍ବାଭାବିକ ହୋଇପାରିନାହିଁ। ଫଳରେ ରେଳଯାତ୍ରୀମାନେ ଯାତାୟତ କରିବାରେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏନେଇ ପୂର୍ବରୁ ଅନେକ ଥର ବିଭାଗୀୟ ଅଧିକାରୀ ଦୃଷ୍ଟି ଆକର୍ଷଣ କରାଯାଇଛି ହେଲେ କୌଣସି ସୁଫଳ ମିଳିନାହିଁ । ଫଳରେ ସ୍ଥାନୀୟ ଲୋକେ ଆଇନକୁ ହାତକୁନେଇ ଆନ୍ଦୋଳନ କରିବାପାଇଁ ବାଧ୍ୟ ହୋଇଛନ୍ତି । ଏନେଇ ପୌର ପରିଷଦ କାର୍ଯ୍ୟାଳୟରେ ଗତ ବୁଧବାର ସନ୍ଧ୍ୟାରେ ଏକ ଜରୁରୀ ବୈଠକ ବସିଥିଲା । ଏଥିରେ ରେଳବାଇ କର୍ତ୍ତୃପକ୍ଷ,ଆନ୍ଦୋଳନକାରୀ ଓ ପୋଲିସ ଉପସ୍ଥିତରେ ଆଲୋଚନା ହୋଇଥିଲା। ହେଲେ ଏହା ଫଳପ୍ରଦ ହୋଇ ନ ଥିଲା। ଫଳରେ ସ୍ଥାନୀୟ ଲୋକେ ଆନ୍ଦୋଳନ କରିବାକୁ ବାଧ୍ୟ ହୋଇଛନ୍ତି ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ତ୍ରୀ ପଛେ ପଛେ ସ୍ବାମୀଙ୍କ ମୃତ୍ୟୁ, ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳି ଆଣିଲେ ୨ ମୃତଦେହ, ସନ୍ଦେହରେ…

ଭଦ୍ରକ,୫ା୯(ସନାତନ ରାଉତ): ମୃତ୍ୟୁର ୨ ଦିନ ପରେ ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳା ହେଲା ଶବ। ସାପ କାମୁଡ଼ାରେ ମୃତ୍ୟୁ ହୋଇଥିବା ସନ୍ଦେହ କରି ପରିବାର…

‘ଯୁଗେ ଯୁଗେ ଗୁରୁ ହିଁ ଶ୍ରେଷ୍ଠ, ଗୁରୁ ହେଉଛନ୍ତି ସମାଜ ସଂସ୍କାରକ’

ଅମରପାଲି,୫ା୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଅମରପାଲି ହାଇସ୍କୁଲରେ ଗୁରୁଦିବସ ପାଳନ ଅବସରରେ ଛାତ୍ରୀମାନଙ୍କ ଦ୍ୱାରା ନାଟକ ତସ୍ମୈ ଶ୍ରୀ ଗୁରବେ ନମଃ ପରିବେଷଣ…

ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କଲା ଆମେରିକା; ଖାର୍ଗ ଦ୍ୱୀପ ନିକଟରେ ୪ କ୍ଷେପଣାସ୍ତ୍ର ମାଡ଼

ତେହରାନ,୫।୯: ଆମେରିକା ଖାର୍ଗ ଦ୍ୱୀପ ନିକଟରେ ଏକ ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କରିଛି। ଆମେରିକା ଜାହାଜ ଉପରେ ଲଗାତାର ଚାରୋଟି କ୍ଷେପଣାସ୍ତ୍ର ମାଡ଼ କରିଛି।…

ଫାଇନାଲ ମ୍ୟାଚ ପୂର୍ବରୁ ବୈଭବଙ୍କୁ ନେଇ ଏ କ’ଣ କହିଦେଲେ ଇଶାନ କିଶନ, ଚାରିଆଡେ ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ, ୫।୯: ଇଷ୍ଟ ଜୋନ ଓ ସାଉଥ ଜୋନ ମଧ୍ୟରେ ରବିବାରଠାରୁ ଦୁଲୀପ ଟ୍ରଫି ୨୦୨୬ର ଫାଇନାଲ ମ୍ୟାଚ ଖେଳାଯିବ। ଚେନ୍ନାଇର ଏମଏ ଚିଦମ୍ବରମ ଷ୍ଟାଡିୟମରେ ଏହି…

ଶିକ୍ଷକ ସମ୍ମାନ ସମାରୋହ: ଆଦର୍ଶ ଶିକ୍ଷୟିତ୍ରୀ-ଶିକ୍ଷକ ସମ୍ବର୍ଦ୍ଧିତ

କଟକସଦର,୫ା୯(ସୁଶାନ୍ତ କୁମାର ଜେନା): ପବିତ୍ର ଗୁରୁଦିବସ ଉପଲକ୍ଷେ କଟକ ସଦର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବ୍ରହ୍ମପୁରଠାରେ ଶନିବାର ଶିକ୍ଷକ ସମ୍ମାନ ସମାରୋହ- ୨୦୨୬ର ଆୟୋଜନ କରାଯାଇଥିଲା। ଏହି…

ପୁଇଁତୋଳା ପରିଚାଳନା କମିଟି ପକ୍ଷରୁ ଗଣେଶ ପୂଜା ପ୍ରସ୍ତୁତି: ଯୋଗଦେବେ ଛତ୍ରପୁର ବିଧାୟକ, ଟପ୍ପର ବିଦ୍ୟାର୍ଥୀଙ୍କୁ …

୫।୯ (ବିଦ୍ୟାଧର ସାହୁ): ଆସନ୍ତା ୧୪ ତାରିଖରେ ଅଗ୍ରପୂଜ୍ୟ ଗଜାନନଙ୍କ ଶ୍ରୀଗଣେଶ ଚତୁର୍ଥୀ। ଏଥିପାଇଁ ଗାଁଠୁ ସହର ସବୁଠି ଉତ୍ସବର ମାହୋଲ ଦେଖାଦେଇଛି। ଆକର୍ଷଣୀୟ ମେଢ଼ ସାଙ୍ଗକୁ…

ବାଘୁଆମନ୍ଦିରରୁ ଚୋରି, ଦେଉଳରୁ ସୁନା, ରୁପା…

ଗୁଣୁପୁର, ୫।୯ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣୁପୁର ସହରର ପୁରୁଣା ବସ୍‌ଷ୍ଟାଣ୍ଡ ନିକଟରେ ଥିବା ପୁରାତନ ଶୈବପୀଠ ବାଘୁଆ ମନ୍ଦିର ତଥା ଉମା ରାମଲିଙ୍ଗେଶ୍ୱର ମନ୍ଦିରରୁ…

ରାଜରାସ୍ତାରେ ଶିକ୍ଷକଙ୍କ ରଣହୁଙ୍କାର, ଲୋୟର ପିଏମ୍‌ଜିରେ ହଜାର ହଜାର ଶିକ୍ଷକଙ୍କ ବିକ୍ଷୋଭ

ଭୁବନେଶ୍ୱର, ୫।୯: ଯେଉଁ ଦିନଟି ଶିକ୍ଷକଙ୍କୁ ସମ୍ମାନ ଓ ଶ୍ରଦ୍ଧା ଜଣାଇବାର ଦିନ, ସେହି ଗୁରୁଦିବସରେ ରାଜରାସ୍ତାକୁ ଓହ୍ଲାଇ ନିଜ ହକ୍‌ ପାଇଁ ଗର୍ଜିଲେ ରାଜ୍ୟର ହଜାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri