ରାସ୍ତାରୋକୋ କଲେ ଚାଷୀ :  ଏସ୍‌ଏଚ୍‌ଜିର ଧାନକିଣାକୁ ବିରୋଧ

ଭଦ୍ରକ ଅଫିସ/ପଦ୍ମପୁର,୨୩ା୧୨(ଡି.ଏନ୍‌.ଏ.)- ଭଦ୍ରକ ବ୍ଲକ ଅଧୀନ ବରହମ୍‌ପୁର ପଞ୍ଚାୟତର ସେବା ସମବାୟ ସମିତିରେ ସ୍ବୟଂ ସହାୟକ ଗୋଷ୍ଠୀର ଧାନକିଣାକୁ ବିରୋଧ କରି ମଙ୍ଗଳବାର ଶତାଧିକ ଚାଷୀ ଧାନ ବୋଝେଇ ଟ୍ରକ ଓ ଟ୍ରାକ୍ଟର ରଖି ଇଚ୍ଛାପୁରଠାରେ ରାସ୍ତାରୋକୋ କରିଥିଲେ। ଏହି ସେବା ସମବାୟ ସମିତିରେ କେଦାରପୁର, ବରହମ୍‌ପୁର ଓ ବେନ୍ତାଳ ପଞ୍ଚାୟତର ଚାଷୀମାନେ ଧାନ ବିକ୍ରି କରୁଥିବା ବେଳେ ଜିଲା ପ୍ରଶାସନ ସେବା ସମବାୟ ସମିତି ବଦଳରେ ସ୍ବୟଂ ସହାୟକ ଗୋଷ୍ଠୀକୁ ଧାନ କିଣିବା ପାଇଁ ଅନୁମତି ଦେଇଥିଲେ। ଏହାକୁ ବିରୋଧ କରି ୫ ଶହରୁ ଊର୍ଦ୍ଧ୍ୱ ଚାଷୀ ଗତ ୧୭ ତାରିଖରେ ନିଷ୍ପତ୍ତିର ପୁର୍ନବିଚାର କରିବା ପାଇଁ ଜିଲାପାଳ, ଜିଲା ଯୋଗାଣ ଅଧିକାରୀ, ବିଭାଗୀୟ ମନ୍ତ୍ରୀ ଓ ଏସ୍‌ପିଙ୍କୁ ଲିଖିତ ଅଭିଯୋଗ କରିଥିଲେ। ୧୮ ତାରିଖରେ ଚାଷୀମାନଙ୍କ ମୋବାଇଲକୁ ଧାନ ବିକ୍ରି କରିବା ପାଇଁ ସୂଚନା ଆସିଥିଲା। ଏଥିସହ ସରକାରଙ୍କର ଖାଦ୍ୟ ଯୋଗାଣ ବିଭାଗର ୱେବ୍‌ସାଇଟ୍‌ରେ ପ୍ରଦର୍ଶିତ ହୋଇଥିଲା। କିନ୍ତୁ ଏହାପରେ ସ୍ଥାନୀୟ ସ୍ବୟଂ ସହାୟକ ଗୋଷ୍ଠୀ ଧାନ କିଣିବ ବୋଲି ସୂଚନା ମିଳିଥିଲା। ଏହାକୁ ବିରୋଧ କରି ସୋମବାର ସେବା ସମବାୟ ସମିତି ସମ୍ମୁଖରେ ଚାଷୀମାନେ ଧାରଣା ଦେଇଥିଲେ। ସୋମବାର ପ୍ରଶାସନ କୌଣସି ନିଷ୍ପତ୍ତି ନ ନେବାରୁ ମଙ୍ଗଳବାର ଶତାଧିକ ଚାଷୀ ଇଚ୍ଛାପୁର ଛକରେ ରାସ୍ତା ଅବରୋଧ କରିଥିଲେ। ଫଳରେ ଭଦ୍ରକ-ଚାନ୍ଦବାଲି ଓ ଭଦ୍ରକ-ବାସୁଦେବପୁର ରାସ୍ତାର ଉଭୟପାର୍ଶ୍ୱରେ ଶତାଧିକ ଗାଡ଼ି ଅଟକି ରହିଥିଲା। ଘଟଣାସ୍ଥଳରେ ଉତ୍ତେଜନା ପ୍ରକାଶ ପାଇବାରୁ ଗ୍ରାମାଞ୍ଚଳ ପୋଲିସ ଓ ସାବରଙ୍ଗ ଫାଣ୍ଡି କର୍ମଚାରୀ ମୁତୟନ ଅଛନ୍ତି। ରିପୋର୍ଟ ଲେଖା ସୁଦ୍ଧା ରାସ୍ତାରୋକା ଜାରି ରହିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଜ୍ୱାଇଁଙ୍କ ଟାଙ୍ଗିଆ ଚୋଟରେ ଚାଲିଗଲା ଶାଶୁଙ୍କ ଜୀବନ

ବାଲିଗୁଡା,୨୭ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅଧୀନ କ.ନୂଆଗାଁ ଥାନା ସିର୍ତିଗୁଡା ଗ୍ରାମରେ ଶନିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିିଛି। ପାରିବାରିକ...

ଯୁବକଙ୍କୁ ଚାପିଦେଲା ଟ୍ରକ୍‌: ଆଉ ତା’ପରେ…

କୋକସରା,୨୭ା୧୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥର କୋକସରା ଥାନା କୁସୁମଖୁଣ୍ଟି ନିକଟରେ ଶନିବାର ରାତି ପ୍ରାୟ ୭ଟାରେ ଏକ ଟ୍ରକ୍‌ ଧକ୍କାରେ ଜଣେ...

ଥୁଆମୂଳ ରାମପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ କର୍ମଚାରୀଙ୍କ ଚରମ ଅବହେଳା: ୨୦ ମିନିଟ୍ କାଳ ବେଡ୍‌ରେ ଛଟପଟ ହେଲେ ଦୁର୍ଘଟଣାଗ୍ରସ୍ତ ଯୁବକ

ଥୁଆମୂଳ ରାମପୁର, ୨୭।୧୨(ଦୁର୍ଗା କୀର୍ତ୍ତି):- କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ସ୍ବାସ୍ଥ୍ୟସେବା ଏବେ ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ। କର୍ମଚାରୀଙ୍କ ଲଗାତାର ଅବହେଳା ଓ...

ପାରମ୍ପରିକ ‘ଟୋକି ପର୍ବ’ ପାଇଁ  ଚଳଚଞ୍ଚଳ କଳାହାଣ୍ଡି:  ସଜାଗ ଅଛନ୍ତି ପର୍ବ ପାଳନ କମିଟି, ଜାନୀ-ଦିଶାରୀଙ୍କ ନେତୃତ୍ୱରେ…

ଥୁଆମୂଳ ରାମପୁର, ୨୮ା୧୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ବିଭିନ୍ନ ଆଦିବାସୀ ଅଞ୍ଚଳରେ ଆସନ୍ତାକାଲି ଅର୍ଥାତ ରବିବାର କନ୍ଧ ସମ୍ପ୍ରଦାୟର ଗଣପର୍ବ...

ପରକୀୟା ପ୍ରୀତି: ସ୍ତ୍ରୀଙ୍କୁ ତଣ୍ଟି ଚିପି ହତ୍ୟା ଉଦ୍ୟମ, ଜେଲ ଗଲେ ସ୍ବାମୀ

ଦିଗପହଣ୍ଡି,୨୭।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳ କଲୋନୀ ପ୍ରଥମ ଲେନର ଚନ୍ଦନ ପାତ୍ରଙ୍କ ପରକୀୟା ପ୍ରୀତି ପଦାରେ ପଡ଼ିଛି। ବିବାହିତା ସ୍ତ୍ରୀ ଥାଉ...

ଋଷିକୂଲ୍ୟା ରେଳ ବ୍ରିଜ ଉପରେ ଚଢ଼ିଗଲେ ଯୁବକ, ଓହ୍ଲାଇବାକୁ ନାକେଦମ ହେଲା ପୋଲିସ, ସ୍ଥାନୀୟ ଲୋକେ ପହଞ୍ଚି… 

ଗଞ୍ଜାମ,୨୭।୧୨(ବିଦ୍ୟାଧର ସାହୁ ): ମାନସିକ ବିକୃତ ଯୁବକଙ୍କ ଉନ୍ମତ କାଣ୍ଡ। ତାଙ୍କ ପାଇଁ ନାକେଦମ ହେଲା ପୋଲିସ। ଏଭଳି ଏକ ଘଟଣା ଶନିବାର ଅପରାହ୍ନରେ ଗଞ୍ଜାମରେ...

କୁର୍ମି କ୍ଷତ୍ରୀୟ ପ୍ରଦେଶ ସଂସ୍ଥାର ବିରାଟ ମହିଳା ସମ୍ମିଳନୀ: ନାରୀ ଶିକ୍ଷା, ରୋଜଗାର ଉପରେ…

ଭଞ୍ଜନଗର,୨୭।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ତିଳିସିଙ୍ଗିଠାରେ ଚାଲିଥିବା ନିଖିଳ ଉତ୍କଳ କୁର୍ମି କ୍ଷତ୍ରୀୟ ପ୍ରଦେଶ ମହାସଭା ଶନିବାର ତୃତୀୟ ଦିବସରେ ପହଞ୍ଚିଛି। ରବିବାର ମହାସଭା...

ଆନ୍ତଃରାଜ୍ୟ ଡକାୟତ ଗ୍ୟାଙ୍ଗକୁ ଧରିଲା ବଲାଙ୍ଗୀର ପୋଲିସ: ଦେଶୀ ବନ୍ଧୁକ, ବାଇକ୍‌ ଜବତ

ବଲାଙ୍ଗୀର,୨୭।୧୨(ସୁନିଲ ମହାନ୍ତି): ବଲାଙ୍ଗୀର ଟାଉନ ଥାନା ପୋଲିସଏକ ସ୍ବତନ୍ତ୍ର ଟିମ୍‌ ଶନିବାର ଏକ ଆନ୍ତଃରାଜ୍ୟ ଡକାୟତ ଗ୍ୟାଙ୍ଗକୁ ଧରିଛି l ଏ ନେଇ ବଲାଙ୍ଗୀର ଏସ୍‌ପି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri