ରାସ୍ତାରୋକୋ କଲେ ଚାଷୀ :  ଏସ୍‌ଏଚ୍‌ଜିର ଧାନକିଣାକୁ ବିରୋଧ

ଭଦ୍ରକ ଅଫିସ/ପଦ୍ମପୁର,୨୩ା୧୨(ଡି.ଏନ୍‌.ଏ.)- ଭଦ୍ରକ ବ୍ଲକ ଅଧୀନ ବରହମ୍‌ପୁର ପଞ୍ଚାୟତର ସେବା ସମବାୟ ସମିତିରେ ସ୍ବୟଂ ସହାୟକ ଗୋଷ୍ଠୀର ଧାନକିଣାକୁ ବିରୋଧ କରି ମଙ୍ଗଳବାର ଶତାଧିକ ଚାଷୀ ଧାନ ବୋଝେଇ ଟ୍ରକ ଓ ଟ୍ରାକ୍ଟର ରଖି ଇଚ୍ଛାପୁରଠାରେ ରାସ୍ତାରୋକୋ କରିଥିଲେ। ଏହି ସେବା ସମବାୟ ସମିତିରେ କେଦାରପୁର, ବରହମ୍‌ପୁର ଓ ବେନ୍ତାଳ ପଞ୍ଚାୟତର ଚାଷୀମାନେ ଧାନ ବିକ୍ରି କରୁଥିବା ବେଳେ ଜିଲା ପ୍ରଶାସନ ସେବା ସମବାୟ ସମିତି ବଦଳରେ ସ୍ବୟଂ ସହାୟକ ଗୋଷ୍ଠୀକୁ ଧାନ କିଣିବା ପାଇଁ ଅନୁମତି ଦେଇଥିଲେ। ଏହାକୁ ବିରୋଧ କରି ୫ ଶହରୁ ଊର୍ଦ୍ଧ୍ୱ ଚାଷୀ ଗତ ୧୭ ତାରିଖରେ ନିଷ୍ପତ୍ତିର ପୁର୍ନବିଚାର କରିବା ପାଇଁ ଜିଲାପାଳ, ଜିଲା ଯୋଗାଣ ଅଧିକାରୀ, ବିଭାଗୀୟ ମନ୍ତ୍ରୀ ଓ ଏସ୍‌ପିଙ୍କୁ ଲିଖିତ ଅଭିଯୋଗ କରିଥିଲେ। ୧୮ ତାରିଖରେ ଚାଷୀମାନଙ୍କ ମୋବାଇଲକୁ ଧାନ ବିକ୍ରି କରିବା ପାଇଁ ସୂଚନା ଆସିଥିଲା। ଏଥିସହ ସରକାରଙ୍କର ଖାଦ୍ୟ ଯୋଗାଣ ବିଭାଗର ୱେବ୍‌ସାଇଟ୍‌ରେ ପ୍ରଦର୍ଶିତ ହୋଇଥିଲା। କିନ୍ତୁ ଏହାପରେ ସ୍ଥାନୀୟ ସ୍ବୟଂ ସହାୟକ ଗୋଷ୍ଠୀ ଧାନ କିଣିବ ବୋଲି ସୂଚନା ମିଳିଥିଲା। ଏହାକୁ ବିରୋଧ କରି ସୋମବାର ସେବା ସମବାୟ ସମିତି ସମ୍ମୁଖରେ ଚାଷୀମାନେ ଧାରଣା ଦେଇଥିଲେ। ସୋମବାର ପ୍ରଶାସନ କୌଣସି ନିଷ୍ପତ୍ତି ନ ନେବାରୁ ମଙ୍ଗଳବାର ଶତାଧିକ ଚାଷୀ ଇଚ୍ଛାପୁର ଛକରେ ରାସ୍ତା ଅବରୋଧ କରିଥିଲେ। ଫଳରେ ଭଦ୍ରକ-ଚାନ୍ଦବାଲି ଓ ଭଦ୍ରକ-ବାସୁଦେବପୁର ରାସ୍ତାର ଉଭୟପାର୍ଶ୍ୱରେ ଶତାଧିକ ଗାଡ଼ି ଅଟକି ରହିଥିଲା। ଘଟଣାସ୍ଥଳରେ ଉତ୍ତେଜନା ପ୍ରକାଶ ପାଇବାରୁ ଗ୍ରାମାଞ୍ଚଳ ପୋଲିସ ଓ ସାବରଙ୍ଗ ଫାଣ୍ଡି କର୍ମଚାରୀ ମୁତୟନ ଅଛନ୍ତି। ରିପୋର୍ଟ ଲେଖା ସୁଦ୍ଧା ରାସ୍ତାରୋକା ଜାରି ରହିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜାମ ବ୍ଲକ ପ୍ରମୁଖ ଶୈବପୀଠରେ ହଜାର ହଜାର କାଉଡିଆଙ୍କ ଜଳାଭିଷେକ, ଆଉ ଦୁଇଟି ସୋମବାରରେ…

ଗଞ୍ଜାମ,୧୦।୮ (ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ କାଇଁଚ ପୁର ପଞ୍ଚାୟତ ମାଳୀ ଜଗନ୍ନାଥ ପୁର ନିକଟସ୍ଥ ବାବା ବାଲୀ ଲୋକନାଥ, ପାଳିବନ୍ଧ ପଞ୍ଚାୟତ କଣ୍ଟିଆଗଡ଼…

ଜିଲାପାଳଙ୍କ ଶୁଣାଣିରେ ବିଷପିଇ ଜୀବନ ହାରିବାକୁ ଉଦ୍ୟମ: କାବୁ କରି…

ରାଜନଗର,୧୦।୮(ଭାସ୍କର ରାଉତ ରାୟ): ବିଷ ପିଇବାକୁ ଉଦ୍ୟମ ବେଳେ କାବୁ କରିନେଲା ପୋଲିସ। ଏଭଳି ଘଟଣା ଘଟିଛି କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକ ତାଳଚୁଆ ଓ ଢୋଲମରା…

କାରମେଲ ସିନିୟର ସେକେଣ୍ଡାରୀ ସ୍କୁଲରେ ଥ୍ରୋ ବଲ ପ୍ରତିଯୋଗିତା ଅନୁଷ୍ଠିତ

ଛତ୍ରପୁର, ୧୦।୮ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ) : ଛତ୍ରପୁର ସ୍ଥିତ କାରମେଲ ସିନିୟର ସେକେଣ୍ଡାରୀ ସ୍କୁଲ ପକ୍ଷରୁ ସିଆଇସିଏସଇ ସ୍ପୋଟର୍‌ସ ଏଣ୍ଡ ଗେମ୍ସ ପକ୍ଷରୁ ଦିନିକିଆ ଆଞ୍ଚଳିକ…

ଚାଷଜମିକୁ ଜଳସେଚନର ହେବ ସୁବିଧା : ଖୋଲିଲା ଜୟ ମଙ୍ଗଳ ଓ ଋଷିକୂଳ୍ୟାର ୧୫ ନମ୍ବର କେନାଲ

ଛତ୍ରପୁର,୧୦।୮, (ଦିଲ୍ଲୀପି ସାମଲ/ଦ୍ୱାରିକା ପଟ୍ଟନାୟକ) : ଚଳିତ ଖରିଫ ଚାଷ ଋତୁରେ ଚାଷୀଙ୍କୁ ଆବଶ୍ୟକ ଜଳସେଚନ ସୁବିଧା ଯୋଗାଇବା ଉଦ୍ଦେଶ୍ୟରେ ଜୟ ମଙ୍ଗଳ କେନାଲରେ ଜଳ ଛଡ଼ାଯାଇଛି।…

ଶଶ୍ମାନ, ଠାକୁରାଣୀ ଶାଳରୁ ଜବରଦଖଲ ଉଚ୍ଛେଦ ଦାବି

ପାଟଣା,୧୦ା୮(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ବୁଢ଼ୀ କାପୁଡ଼ି ଗାଁ ତେନ୍ତେଳା ଗ୍ରାମର ଶ୍ମଶାନ ଓ ଠାକୁରାଣୀ ଶାଳରେ ଉକ୍ତ ଗ୍ରାମର ସୁଦାମ ମହାନ୍ତ ଓ…

ଝାଡୁ ଧରିଲେ ମହାବିଦ୍ୟାଳୟର ଛାତ୍ରୀଛାତ୍ର, ଲକ୍ଷ୍ୟ ପୂରଣ ପାଇଁ ସମସ୍ତେ ଏକାଠି ହୋଇ…

ଭଞ୍ଜନଗର,୧୦ା୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ସୋମବାର ସ୍ବଚ୍ଛତା ପଖଓ୍ବାଡ଼ା ଅବସରରେ ଜାତୀୟ ସେବା ଯୋଜନା (NSS) କୋ-ୟୁନିଟ୍‌ ଓ…

ମାଛ ଜାଲରେ ଫସିଲା ବିରାଟକାୟ ଅଜଗର

ବୀରମହାରାଜପୁର, ୧୦/୮ (ଯୁଗଳ କିଶୋର ମିଶ୍ର): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ମୁର୍ଷୁଣ୍ଢୀ ପଞ୍ଚାୟତ ଅନ୍ତର୍ଗତ ସଦେଇପୁର ଗାଁ ନିକଟସ୍ଥ ଏକ ପୋଖରୀରେ ମାଛ ଧରିବା ପାଇଁ…

ବିଦେଶୀ ମଦ ଦୋକାନ ବନ୍ଦ ଦାବି: ଉପଜିଲାପାଳ କାର୍ଯ୍ୟାଳୟ ଘେରାଉ

ବୀରମହାରାଜପୁର, ୧୦/୯ (ଯୁଗଳ କିଶୋର ମିଶ୍ର): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ସୁବଳୟା ଥାନା ନୁଆଁପଡ଼ାଠାରେ ଥିବା ବିଦେଶୀ ମଦ ଦୋକାନ ବନ୍ଦ ଦାବିରେ ମହିଳାମାନେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri