ଯାତ୍ରୀବାହୀ ଟ୍ରେନ୍‌ ପାଇଁ ରେଳରୋକୋ

କେନ୍ଦ୍ରାପଡ଼ା ଅଫିସ, ୧୧।୧୧: କେନ୍ଦ୍ରାପଡ଼ା ଜିଲା ମ‘ଧ୍ୟ ଦେଇ ୨୦୨୦ ଜୁଲାଇ ୨୪ରୁ ମାଲବାହୀ ଟ୍ରେନ ଚଳାଚଳ କରୁଛି। ଏହି ରେଳ ପଥରେ ଯାତ୍ରୀବାହୀ ଟ୍ରେନ ଚଳାଇବା ଦାବି କରି କେନ୍ଦ୍ରାପଡ଼ା ବ୍ଲକ ଓ ନଗର କଂଗ୍ରେସ ପକ୍ଷରୁ ୪ ଘଣ୍ଟିଆ ରେଳରୋକୋ ଗୋପ ସ୍ଥିତ କେନ୍ଦ୍ରାପଡ଼ା ରେଳ ଷ୍ଟେଶନରେ ବୁଧବାର ଅନୁଷ୍ଠିତ ହୋଇଯାଇଛି। ଏହି ରେଳରୋକୋର ନେତୃତ୍ୱ ନେଇଥିବା ବରିଷ୍ଠ ନେତା ଗଣେଶ୍ୱର ବେହେରା କହିଛନ୍ତି, ରେଳ ହେଉଛି ବିକାଶର ମାର୍ଗ। ତେବେ କେନ୍ଦ୍ରାପଡ଼ା ଜିଲାରେ ଏହାର ପ୍ରଭାବ ଅଦ୍ୟାବଧି ପଡିନାହିଁ। ମାଲବାହୀ ଗାଡି ଚଳାଚଳ ପରେ ଜିଲାବାସୀ ଶିଳ୍ପ ପାଇଁ ଭିତ୍ତିଭୂମି ସହ ଯାତ୍ରାପଥ ସୁଗମ ହେବ ବୋଲି ଚିନ୍ତା କରିଥିଲେ। ଏଥିପାଇଁ କଂଗ୍ରେସ ପକ୍ଷରୁ ରାଜ୍ୟ ଓ କେନ୍ଦ୍ର ସରକାର, ବିଭାଗୀୟ ଅଧିକାରୀଙ୍କ ଦୃଷ୍ଟି ଆକର୍ଷଣ କରାଯାଇଛି। ମାତ୍ର ସୁଫଳ ମିଳିପାରୁନି। ଏବେ ଓଡ଼ିଶାରୁ ପ୍ରତିନିଧିତ୍ୱ କରୁଥିବା ଏମ୍‌ପି ଅଶ୍ୱିନୀ ବୈଷ୍ଣବ କେନ୍ଦ୍ର ସରକାରଙ୍କ ରେଳମନ୍ତ୍ରୀ ଅଛନ୍ତି। ମନ୍ତ୍ରୀଙ୍କ ସମେତ ବିଭାଗୀୟ ଅଧିକାରୀଙ୍କୁ ଯାତ୍ରୀବାହୀ ଟ୍ରେନ ଚଳାଚଳ ପାଇଁ ବହୁବାର ଲିଖିତ ଦାବିପତ୍ର ପ୍ରଦାନ କରାଯାଇଛି। ସୁଫଳ ନ ମିଳିବାରୁ ପୂର୍ବାହ୍ନ ୮ରୁ ମଧ୍ୟାହ୍ନ ୧୨ଟା ପର୍ଯ୍ୟନ୍ତ ରେଳରୋକୋ କରାଯାଇ ଦୃଷ୍ଟି ଆକର୍ଷଣ କରାଯାଇଥିବା ସେ ପ୍ରକାଶ କରିଛନ୍ତି। ଏହି କାର୍ଯ୍ୟକ୍ରମରେ ବରିଷ୍ଠ ନେତା ସୌମେନ୍ଦ୍ର କୁମାର ପୃଷ୍ଟି, ଶରତ କୁମାର ବେହୁରା, ସମ୍ବିତ ଶ୍ରୀଚନ୍ଦନ, ମୁର୍ସିଦ ଆଲମ ପ୍ରମୁଖ ସାମିଲ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅଧାରେ ଅଟକିଲା ଧାନମଣ୍ଡି ନିର୍ମାଣ

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ରାଜ୍ୟରେ ଅଧିକ ଧାନ ଉତ୍ପାଦନ ଯୋଗୁ ଜିଲାର ଏଭଳି ପରିଚୟ ରହିଛି। ହେଲେ ଏଠାରେ ଚାଷ, ଚାଷୀଙ୍କ…

ଖରାଦିନେ ଫ୍ରିଜରେ ଜମୁଛି କି ମୋଟା ବରଫ ସ୍ତର? କରନ୍ତୁନି ହେୟଜ୍ଞାନ, ଏହି ୪ ଉପାୟରେ…

ଗ୍ରୀଷ୍ମ ଋତୁରେ ଫ୍ରିଜ ପ୍ରତ୍ୟେକ ଘରର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଆବଶ୍ୟକତା ପାଲଟିଯାଏ। ମାତ୍ର ଅନେକ ସମୟରେ ଲୋକମାନେ ଏକ ବଡ଼ ସମସ୍ୟାର ସମ୍ମୁଖୀନ ହୁଅନ୍ତି। ସେଇଟି ହେଉଛି…

ବରଗଡ଼ ଟାଉନ କେନାଲର ହେବ ସୌନ୍ଦର୍ଯ୍ୟକରଣ, ନିର୍ମାଣ ହେବ ବକ୍ସ କଣ୍ଡୁଇଟ

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ କେନାଲର ଉନ୍ନତିକରଣ ଓ ସୌନ୍ଦର୍ଯ୍ୟକରଣ ସହିତ କେନାଲ ଉପରେ ବକ୍ସ କଣ୍ଡୁଇଟ ନିର୍ମାଣ ହେବ। ରବିବାର ସନ୍ଧ୍ୟାରେ ଏହାର ଭିତ୍ତିପ୍ରସ୍ତର ସ୍ଥାପନ…

ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ, ଗାଡି ସହ ଡ୍ରାଇଭର ଫେରାର

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ସଦର ଥାନା ଅଧୀନ ଗୋବିନ୍ଦପୁର ଛକ ନିକଟରେ ରବିବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ ଗାଡ଼ି ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ…

ଅଧରାତିରେ ପ୍ରେମିକାଙ୍କୁ ଭେଟିବାକୁ ଲୁଚିଛପି ଯାଇଥିଲେ ପ୍ରେମିକ, ଗାଁ  ଲୋକଙ୍କ ହାବୁଡ଼ରେ ପଡ଼ିବା ପରେ…

ପାଟନା,୧୭।୫: ବିହାରର ମୁଜାଫରପୁର ଜିଲାରୁ ଏକ ଚକିତ କଲା ଭଳି ଖବର ସାମ୍ନାକୁ ଆସିଛି। ରାତିର ଅନ୍ଧାରରେ ପ୍ରେମିକାକୁ ଦେଖା କରିବାକୁ ଆସିଥିବା ଜଣେ ପ୍ରେମିକକୁ ଗ୍ରାମବାସୀ…

ବଜ୍ରପାତରେ ଚାଲିଗଲା ଶ୍ରମିକଙ୍କ ଜୀବନ, ୨ ଆହତ

କୁଆଁରମୁଣ୍ଡା,୧୭ା୫(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ରାଏବୋଗା ଥାନା ଝୁନୁମୁରରେ ରହି ଦିନ ମଜୁରିଆ ଭାବେ କାମ କରୁଥିବା ବୁଧୁଆ ବାଗେ(୩୧)ଙ୍କ ବଜ୍ରପାତରେ ମୃତ୍ୟୁ ଘଟିଛି। ତାଙ୍କ…

ପରିବାରଲୋକଙ୍କୁ ଅଟକ ରଖି କୋଦାଳରେ ଆକ୍ରମଣ କରିଥିଲେ ଯୁବକ, ବାନ୍ଧିଲା ପୋଲିସ

ଆନନ୍ଦପୁର,୧୭ା୫(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ପୌରପାଳିକା ଫକୀରପୁର ଗ୍ରାମର ପ୍ରଶାନ୍ତ କୁମାର ଦାସ ପରିବାର ଲୋକଙ୍କୁ ଆକ୍ରମଣ କରିବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି…

‘୩ ପରୀକ୍ଷା, ଜଣେ ମନ୍ତ୍ରୀ…’ଧର୍ମେନ୍ଦ୍ରଙ୍କୁ କାହିଁକି ବରଖାସ୍ତ କରୁନାହାନ୍ତି ମୋଦି; ବର୍ଷିଲେ…

ନୂଆଦିଲ୍ଲୀ,୧୭।୫: ଲୋକ ସଭାର ବିରୋଧୀ ଦଳ ନେତା ତଥା କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ରବିବାର  ପୁଣି ନିଟ୍‌(NEET) ପେପର ଲିକ୍‌ ମାମଲା ଏବଂ ଶିକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri