୧୪ରୁ କାର୍ଯ୍ୟବନ୍ଦ ଆନ୍ଦୋଳନ: କଳାବ୍ୟାଚ୍‌ ପିନ୍ଧି ରାଜସ୍ବ ଅମଲା ସଂଘର ବିକ୍ଷୋଭ

ଭଞ୍ଜନଗର,୯।୭(ବାବୁଲା ପ୍ରଧାନ)-ବିଭିନ୍ନ ଦାବି ନେଇ ଓଡ଼ିଶା ରାଜସ୍ବ ଅମଲା ସଂଘ ଗତ ୭ ତାରିଖରୁ କଳାବ୍ୟାଚ ପିନ୍ଧି ଆନ୍ଦୋଳନ ଚଳାଇଛି। ଏହି ଆନ୍ଦୋଳନ ଆସନ୍ତା ୧୩ ତାରିଖ ପର୍ଯ୍ୟନ୍ତ ଚାଲିବ। ୧୩ ତାରିଖ ସୁଦ୍ଧା ସରକାର ଦାବିଗୁଡ଼ିକ ପୂରଣ ନ କଲେ ୧୪ରୁ କଲମ ଛାଡ ଆନ୍ଦୋଳନ କରିବେ। ଉକ୍ତ ଆନ୍ଦୋଳନରେ ଭଞ୍ଜନଗର ଉପଖଣ୍ଡ ରାଜସ୍ବ ଅମଲା ସଂଘ ମଧ୍ୟ ସାମିଲ ହୋଇଛି। ତେଣୁ ସଙ୍ଘର କର୍ମକର୍ତ୍ତା୍‌ମାନେ ଭଞ୍ଜନଗର ଉପଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ମଙ୍ଗଳବାର ବିକ୍ଷୋଭ ପ୍ରଦର୍ଶନ କରିଥିଲେ।
ଦାବିଗୁଡ଼ିକ ହେଲା ରାଜସ୍ବ ଅମଲାଙ୍କ ମୂଳ ଦରମା ଓଆରଏସପି-୨୦୧୭ ନିୟମ ଅନୁଯାୟୀ ଲେବେଲ-୯ କୁ ବୃଦ୍ଧି,ତଥ୍ୟକୁ ଆଧାର କରି ନୂତନ ପଦବୀ ସୃଷ୍ଟି ଓ ପଦବୀ ପୁନର୍ଗଠନ, କାର୍ଯ୍ୟରତ ସରକାରୀ କର୍ମଚାରୀଙ୍କୁ ବାର୍ଷିକ ୨୦ଲକ୍ଷ ଟଙ୍କା ପର୍ଯ୍ୟନ୍ତ ସ୍ବାସ୍ଥ୍ୟ ବୀମା, ପୁନଃ ଥଇଥାନ ଯୋଜନା ନିୟମାବଳୀ ଅନୁଯାୟୀ ମୃତ ସରକାରୀ କର୍ମଚାରୀଙ୍କ ପରିବାରର ଯେକୌଣସି ଜଣଙ୍କୁ ଯୋଗ୍ୟତା ଭିଭିରେ ନିଯୁକ୍ତି, ଓଡ଼ିଶା ରାଜସ୍ବ ସେବା ପଦ୍ଧତିରେ ରାଜସ୍ବ ଅମଲାଙ୍କୁ ଶତ ପ୍ରତିଶତ ପଦୋନ୍ନତି, ନୂତନ ପେନସନ ଯୋଜନାକୁ ରଦ୍ଦ କରି ପୁରାତନ ପେନଶନ ଯୋଜନା କାର୍ଯ୍ୟକାରୀ କରାଯିବା ପ୍ରମୁଖ ଦାବି ଅନ୍ତର୍ଭୁକ୍ତ। ଉକ୍ତ ଆନ୍ଦୋଳନରେ ଉପଖଣ୍ଡର ସମସ୍ତ ସଭ୍ୟା ସଭ୍ୟ ସାମିଲ ହୋଇ ଆନ୍ଦୋଳନ ଚଳାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

‘ତ୍ରିଲୋଚନଙ୍କ ବଳିଦାନକୁ ଓଡ଼ିଶା ପୋଲିସ ଭୁଲିବ ନାହିଁ’

ଭଞ୍ଜନଗର,୨।୪(ବାବୁଲା ପ୍ରଧାନ)-ଏପ୍ରିଲ ପହିଲାରେ ଓଡିଶା ପୋଲିସ ପ୍ରତିଷ୍ଠା ଦିବସ ପାଳନ ହେଉଛି। ଏହି ଅବସରରେ ଶହିଦ୍ ଯବାନମାନଙ୍କୁ ପୋଲିସ ପକ୍ଷରୁ ଶ୍ରଦ୍ଧାଞ୍ଜଳି ଦିଆଯାଉଛି । ଏହିଭଳି ଗଞ୍ଜାମ…

ବରଗଡ଼ରେ ଧରପଗଡ଼, ଅତର୍କିତ ଚଢ଼ାଉ କରି ୧୮ ସାର ବ୍ରିକ୍ରେତାଙ୍କ ଲାଇସେନ୍ସ ରବ୍ଦ

ବରଗଡ଼,୪।୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ସାରବିକ୍ରିରେ କଳାବଜାର ତଥା ଅନ୍ୟ ଅନିୟମିତତା ନେଇ କୃଷି ବିଭାଗ ପକ୍ଷରୁ ଧରପଗଡ଼ ଆରମ୍ଭ ହୋଇଛି। ଏହି କ୍ରମରେ ବୁଧବାର ଓ…

ପୂର୍ବ ଶତ୍ରୁତାରୁ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ, ଜାମିନ ନାମଞ୍ଜୁର ପରେ ଅଭିଯୁକ୍ତ…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ କରିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ଜଣେ ବ୍ୟକ୍ତିଙ୍କୁ ଗିରଫ…

ଧରିତ୍ରୀ’ ପ୍ରଭାବ: ପଲିଥିନ୍ ତଳେ ଛଟପଟ ହାନ୍ଦୁଙ୍କୁ ମିଳିବ ସ୍ୱପ୍ନର ପକ୍କା ଘର, ଖବର ପ୍ରକାଶ ପରେ…

ଥୁଆମୂଳ ରାମପୁର, ୨। ୪(ଦୁର୍ଗା କୀର୍ତ୍ତି): ଅସହାୟଙ୍କ ସ୍ୱର ସାଜିଛି ‘ଧରିତ୍ରୀ’। ଖବର ପ୍ରସାରଣର ମାତ୍ର କିଛି ଦିନ ମଧ୍ୟରେ ପ୍ରଶାସନିକ ସ୍ତରରେ ଦେଖାଦେଇଥିବା ତ୍ୱରିତ ପଦକ୍ଷେପ…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri