ଜମି ପଟ୍ଟାରେ ସଅର କାଟି ଶବର ଲେଖାଯାଉ

କଟକ ଅଫିସ,୩୧।୩: ଜମି ପଟ୍ଟାରେ ଶବର ଲେଖାଯିବା ପରିବର୍ତ୍ତେ ସଅର ଲେଖାଯାଇଛି। ରାଜ୍ୟ ସରକାରଙ୍କ ଏପରି ଭୁଲ୍‌ ଯୋଗୁ ଗରିବ ଆଦିବାସୀ ସେମାନଙ୍କ ଅଧିକାରରୁ ବଞ୍ଚିତ ହେଉଛନ୍ତି। ଏହାକୁ ବିରୋଧ କରି ବୁଧବାର ଇଂ. ଦେବାଶିଷ ହୋତାଙ୍କ ନେତୃତ୍ୱରେ ଢେଙ୍କାନାଳ ଜିଲାର ୮୭୨ ଜଣ ଗରିବ ଆଦିବାସୀ ବୁଧବାର ସିଡିଏ ନେତାଜୀ ସେତୁ ନିକଟରୁ ଶୋଭାଯାତ୍ରାରେ ବାହାରି ବୋର୍ଡ ଅଫ୍‌ ରେଭିନ୍ୟୁ କାର୍ଯ୍ୟାଳୟ ପରିସରରେ ପହଞ୍ଚି ଧାରଣାରେ ବସିଥିଲେ। ପରେ ରାଜସ୍ବ ପର୍ଷଦ ସଦସ୍ୟ ଜି.ଭି.ଭି. ଶର୍ମା ଦେବାଶିଷଙ୍କ ସମେତ ଏକ ତିନିଜଣିଆ ଟିମ୍‌ ସହ ଘଟଣା ସମ୍ପର୍କରେ ଆଲୋଚନା କରିଥିଲେ। ଆସନ୍ତା ଏପ୍ରିଲ ୨୮ରେ ସମ୍ବଲପୁର ଆର୍‌ଡିସି ଢେଙ୍କାନାଳ ଯାଇ ସମସ୍ୟାର ସମାଧାନ କରିବେ ବୋଲି ଶର୍ମା ପ୍ରତିଶ୍ରୁତି ଦେବା ପରେ ଧାରଣା ପ୍ରତ୍ୟାହୃତ ହୋଇଥିଲା। ସୂଚନାଯୋଗ୍ୟ, ରାଜ୍ୟ ଏସ୍‌ସି/ଏସ୍‌ଟି ଉନ୍ନୟନ ବିଭାଗର ପ୍ରିନ୍ସିପାଲ୍‌ ସେକ୍ରେଟାରୀ ରଞ୍ଜନା ଚୋପ୍ରା ୨୦୦୯ ଜୁନ୍‌ ୧୨ରେ ଜମିପଟ୍ଟାରେ ଜାତି ସ୍ଥାନରେ ଲେଖାଯାଇଥିବା ସଅରକୁ କାଟି ତୁରନ୍ତ ଶବର ଲେଖାଯିବା ପାଇଁ ଜିଲାପାଳମାନଙ୍କୁ ବୋର୍ଡ ଅଫ୍‌ ରେଭିନ୍ୟୁର କ୍ଷମତା ପ୍ରଦାନ କରିବା ନିମନ୍ତେ ରାଜସ୍ବ ଏବଂ ବିପର୍ଯ୍ୟୟ ପରିଚାଳନା ବିଭାଗକୁ ଚିଠି ଲେଖିଥିଲେ। ସେହିପରି ପୋଲିସ୍‌ ଡିଜି ମଧ୍ୟ ମେମ୍ବର ଶର୍ମାଙ୍କୁ ଏହି ସମସ୍ୟାର ତୁରନ୍ତ ସମାଧାନ କରିବା ପାଇଁ ୨୮ା୪ା୨୦୨୧ରେ ଚିଠି ମାଧ୍ୟମରେ ଜଣାଇଥିଲେ। କିନ୍ତୁ ଶର୍ମା କୌଣସି ପଦକ୍ଷେପ ନ ନେବାରୁ ଏହି ଧାରଣା ଦିଆଯାଇଥିଲା ବୋଲି ହୋତା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରେଳ ଲାଇନ୍‌ ପାରି ହେଉଥିଲେ, ଧକ୍କା ଦେଲା ବାଙ୍ଗିରିପୋଷି-ରୁପ୍ସା ଟ୍ରେନ: ମୁଣ୍ଡରୁ ଗଣ୍ଡି ଅଲଗା…

ବୈଶିଙ୍ଗା, ୧।୪ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମଛପଦା ନିକଟରେ ବୁଧବାର ରାତିରେ ଏକ ମର୍ମନ୍ତୁଦ ରେଳ ଦୁର୍ଘଟଣା ଘଟିଯାଇଛି। ବାଙ୍ଗିରିପୋଷି-ରୁପ୍ସା ଡିଏମୟୁ…

ଗଜପତି ପୋଲିସର ବଡ଼ ସଫଳତା: ୧ କୋଟି ୮୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ୩ ମାଫିଆ…

ମୋହନା, ୧।୪(ମନ୍ମଥ ମିଶ୍ର): ରାଜ୍ୟ ସରକାରଙ୍କ ଗଞ୍ଜେଇ ମୁକ୍ତ ଓଡ଼ିଶା ଅଭିଯାନ ମଧ୍ୟରେ ଗଜପତି ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଜିଲାର ଆର୍‌. ଉଦୟଗିରି ଥାନା…

ରାସାୟନିକ ଦୁର୍ଘଟଣା ରୋକିବାରେ ‘ଗ୍ରାସିମ୍‌’ ତୁଲାଉଛି ଗୁରୁଦାୟିତ୍ୱ, ଜନସାଧାରଣଙ୍କ ମଧ୍ୟରେ…

ଗଞ୍ଜାମ,୧ା୪(ଅନାଥ ତରାଇ/ବିଦ୍ୟାଧର ସାହୁ)- ପରିବେଶ ସୁରକ୍ଷା ଏବଂ ଜନସାଧାରଣଙ୍କ ନିରାପତ୍ତା ପ୍ରତି ନିଜର ପ୍ରତିବଦ୍ଧତା ପ୍ରଦର୍ଶନ କରି ପୁଣିଥରେ ଚର୍ଚ୍ଚାରେ ଗ୍ରାସିମ୍‌ ଇଣ୍ଡଷ୍ଟ୍ରିଜ୍‌। ମଙ୍ଗଳବାର ଅପରାହ୍ନ ପ୍ରାୟ…

ଥୁଆମୂଳ ରାମପୁରରେ ମା’ ଠାକୁରାଣୀଙ୍କ ଚୈତ୍ର ଘଣ୍ଟଯାତ୍ରା ସମ୍ପନ୍ନ: ଭକ୍ତିମୟ ପରିବେଶରେ ନିଜ ଆସ୍ଥାନକୁ ଫେରିଲେ ମା’

ଥୁଆମୂଳ ରାମପୁର,୧।୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ମୁଖ୍ୟାଳୟରେ ଅତି ଆଡ଼ମ୍ବର ସହକାରେ ଅନୁଷ୍ଠିତ ହେଉଥିବା ମା’ ଠାକୁରାଣୀଙ୍କ ପବିତ୍ର ଚୈତ୍ର ଘଣ୍ଟଯାତ୍ରା…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ଛତ୍ରପୁରରେ ୯୧ତମ ପୋଲିିସ ପ୍ରତିଷ୍ଠା ଦିବସ ପାଳିତ: ଗଞ୍ଜାମ ପୋଲିସର ସଫଳତାକୁ ଏସ୍‌ପିଙ୍କ ପ୍ରଶଂସା, ପୁରସ୍କୃତ ହେଲେ…

ଛତ୍ରପୁର,୧।୪(ଦିଲ୍ଲୀପ ସାମଲ): ଛତ୍ରପୁର ପୋଲିସ ପଡ଼ିଆଠାରେ ବୁଧବାର ୯୧ତମ ପୋଲିସ ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଗଞ୍ଜାମ ଜିଲା ଏସ୍‌ପି  ଶୁଭେନ୍ଦୁ କୁମାର ପାତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri