ବାଲିଚାଲାଣକୁ ବିରୋଧ କରି ତହସିଲ ସମ୍ମୁଖରେ ଧାରଣା

ପାଟଣା,୨୩ା୧୨(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ତହସିଲ ସମ୍ମୁଖରେ ଶୁକ୍ରବାର ଭାଜପାର ନଦୀ ସୁରକ୍ଷା ସମିତି ପକ୍ଷରୁ  ବେଆଇନ ବାଲି ଉତ୍ତୋଳନ ଚୋରାଚାଲାଣକୁ ବିରୋଧ କରି ପ୍ରତିବାଦ ସମାବେଶ ଅନୁଷ୍ଠିତ ହୋଇଛି। ଏହି ବେଆଇନ ବାଲି ବ୍ୟବସାୟ ପଛରେ ରାଜସ୍ବ ଓ ପୋଲିସ ପ୍ରଶାସନର ସିଧାସଳଖ ସମ୍ପୃକ୍ତି ରହିଥିବା ଭାଜପା ନେତାମାନେ ଅଭିଯୋଗ କରିଥିଲେ। ଆୟୋଜିତ ପ୍ରତିବାଦ ସମାବେଶ ନଦୀ ସୁରକ୍ଷା ସମିତିର ଜିଲା ସଂଯୋଜକ ସୁବ୍ରତ ମହାନ୍ତିଙ୍କ ସଂଯୋଜନାରେ ଅନୁଷ୍ଠିତ ହୋଇଥିଲା। ରାଜ୍ୟ ନଦୀ ସୁରକ୍ଷା ସମିତିର ରାଜ୍ୟ ସଭାପତି ମହେଶ୍ୱର ସାହୁ, ରାଜ୍ୟ କୃଷକ ମୋର୍ଚ୍ଚା ଉପ ସଭାପତି ରାଧାକାନ୍ତ ମହାନ୍ତ, ବରିଷ୍ଠ ଭାଜପା ନେତା ଅଖିଳ ଚନ୍ଦ୍ର ନାଏକ, କମଳାକାନ୍ତ ଦାଶ, ଅଭୟ କୁମାର ବେହେରା, ପ୍ରହଲ୍ଲାଦ ପଳେଇ, ରାଜେଶ କୁମାର ମହାନ୍ତ ହୃଷୀକେଶ ସାହୁ ପ୍ରମୁଖ ଯୋଗ ଦେଇ ପ୍ରଶାସନର ବାଲିମାଫିଆଙ୍କ ସହ ସମ୍ପୃକ୍ତିକୁ ନେଇ କଡ଼ା ସମାଲୋଚନା କରିଥିଲେ।  ପାଟଣା ତହସିଲ ଅଞ୍ଚଳରେ ଚୋରା ବାଲି ଚାଲାଣ ରୋକିବାରେ ପ୍ରଶାସନ ଅଙ୍କୁଶ ନ ଲଗାଇଲେ ଆଗାମୀ ଦିନରେ ନଦୀ ସୁରକ୍ଷା ସମିତି ପକ୍ଷରୁ ତହସିଲ ଘେରାଉ କରାଯିବା ସହ ବାଲି ଗାଡ଼ିଗୁଡ଼ିକୁ ନଦୀ ସୁରକ୍ଷା ସମିତି ପକ୍ଷରୁ ଅଟକ ରଖାଯିବ ବୋଲି ମହେଶ୍ବର ସାହୁ ଚେତାବନୀ ଦେଇଥିଲେ। ଏହା ପରେ ନଦୀ ସୁରକ୍ଷା ସମିତି ପକ୍ଷରୁ ଏକ ପ୍ରତିନିଧି ମଣ୍ଡଳୀ ବେଆଇନ ବାଲି ଚାଲାଣ ରୋକିବା ପାଇଁ ପାଟଣା ତହସିଲଦାର ତାପସ ରଞ୍ଜନ ଦେହୁରୀଙ୍କୁ ଦାବିପତ୍ର ପ୍ରଦାନ କରିଛନ୍ତି।  ପାଟଣା ତହସିଲ ଅନ୍ତର୍ଗତ ବୈତରଣୀ ନଦୀର ପାଟଣା,ଡୁମୁରିଆ,ତୁରୁମୁଙ୍ଗା,ରାଜନଗର ଏବଂ ଉଦୟପୁର ବାଲିଘାଟରୁ ଦିନରାତି ବେଆଇନ ଭାବରେ ମେଶିନ ଲଗାଇ ଶହଶହ ଟ୍ରିପ୍‌ ବାଲି ଚୋରାଚାଲାଣ ହେଉଥିଲେ ମଧ୍ୟ ପୋଲିସ ଓ ରାଜସ୍ବ ବିଭାଗ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରୁନାହିଁ ବୋଲି ଅଭିଯୋଗ କରି ରାଜ୍ୟ ସରକାରଙ୍କୁ ତୀବ୍ର ସମାଲୋଚନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଶୁଖୁଛି ଜଳଭଣ୍ଡାର, ସଙ୍କଟରେ ହାତୀ

କେନ୍ଦୁଝର,୨୬ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାରେ ତାପମାତ୍ରା ୪୩ ଡିଗ୍ରୀ ଉପରେ ରହୁଛି। ଅତ୍ୟଧିକ ଉତ୍ତାପରେ ଜନଜୀବନ ବ୍ୟତିବ୍ୟସ୍ତ ହୋଇପଡ଼ିଛି। ଗରମ ସାଙ୍ଗକୁ ନଦୀ, ନାଳ,...

ଗରା ଧରି ଜିଲାପାଳଙ୍କୁ ପାଣି ମାଗିଲେ ଜୁଆଙ୍ଗ ଆଦିବାସୀ

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାର ଆଦିବାସୀ ଓ ଗରିବ ଲୋକଙ୍କ ପାଇଁ ମାଳମାଳ ଯୋଜନା କରି ଅନେକ କୋଟି ଖର୍ଚ୍ଚ କରୁଛନ୍ତି। ମାତ୍ର ଜିଲାର ପୁରାତନ...

ନିଜ ଦେହରେ କିରୋସିନ ଢାଳି ନିଆଁ ଲଗାଇ ଦେଲେ ମହିଳା, ରକ୍ଷା କରିବାକୁ ଯାଇ ସ୍ବାମୀ ଗୁରୁତର

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା କାଠକଟା ଗାଁରେ ବୁଧବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପରିବାରିକ କଳହରୁ ଜଣେ...

ଭାଜପାରୁ ପ୍ରାର୍ଥୀ ହେବେ ସୌମ୍ୟରଞ୍ଜନ!

ଘସିପୁରା(ନିରଞ୍ଜନ ସାହୁ)/ରାମଚନ୍ଦ୍ରପୁର (ଗଣେଶ୍ୱର ସା),୨୫।୪: କେନ୍ଦୁଝର ଜିଲା ଘଷିପୁରା ବିଧାନସଭା ନିର୍ବାଚନମଣ୍ଡଳୀରେ ବିଜେଡି ପୂର୍ବତନ ମନ୍ତ୍ରୀ ତଥା ବିଧାୟକ ବଦ୍ରି ନାରାୟଣ ପାତ୍ରଙ୍କୁ ପ୍ରାର୍ଥୀ କରିଥିବା...

ବ୍ୟାପୁଛି ଜଙ୍ଗଲ ନିଆଁ, ବନ୍ୟଜନ୍ତୁ କଲବଲ

କେନ୍ଦୁଝର,୨୫ା୪(ଦୀପକ ମିଶ୍ର)କେନ୍ଦୁଝର ବନଖଣ୍ଡର ୭ଟି ରେଞ୍ଜ ଅନ୍ତର୍ଗତ ବିଭିନ୍ନ ଜଙ୍ଗଲରେ ନିଆଁ ଲାଗିଛି। ଏଥିରେ ବହୁ ମୂଲ୍ୟବାନ୍‌ ଗଛ ନଷ୍ଟ ହେଉଥିବା ବେଳେ ବନ୍ୟପ୍ରାଣୀ ଉତ୍ତାପରେ...

ଘରେ ପଶି ଗୃହକର୍ତ୍ତାଙ୍କ ପାଟିରେ ବନ୍ଧୁକ ଭର୍ତ୍ତି କରି ଡକାୟତି ଉଦ୍ୟମ, ମରଣାନ୍ତକ ଆକ୍ରମଣ କରି ୩ ଫେରାର

ବଡ଼ବିଲ,୨୪ା୪(ଦେବପ୍ରିୟ ରଣା): କେନ୍ଦୁଝର ଜିଲା ବଡ଼ବିଲ ଥାନା ଅନ୍ତର୍ଗତ ପିଏଚ୍‌ଡି ରୋଡ୍‌ସ୍ଥିତ ଭଞ୍ଜ କଲୋନୀରେ ବୁଧବାର ଜଣେ ବ୍ୟକ୍ତିଙ୍କ ଘରେ ସ୍ପଷ୍ଟ ଦିବାଲୋକରେ ଡକାୟତି ପାଇଁ...

ନାବାଳିକାଙ୍କୁ ବଳାତ୍କାର କରି ଯୁବକଙ୍କୁ ୧୦ ବର୍ଷ ଜେଲ୍‌ଦଣ୍ଡ

କେନ୍ଦୁଝର,୨୪ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଫାଷ୍ଟଟ୍ରାକ୍‌ କୋର୍ଟର ମାନ୍ୟବର ବିଚାରପତି ବିଜୟ କୁମାର ମିଶ୍ର ଏକ ବଳାତ୍କାର ମାମଲାର ବିଚାର କରି ଅଭିଯୁକ୍ତଙ୍କୁ ଦଣ୍ତାଦେଶ ଶୁଣାଇଛନ୍ତି।...

ଅବକାରୀ ଥାନା ପରିସରରେ ଭୟାବହ ଅଗ୍ନିକାଣ୍ଡ: କୋଟିଏରୁ ଉର୍ଦ୍ଧ୍ୱ ସମ୍ପତ୍ତି ନଷ୍ଟ

ବଡ଼ବିଲ,୨୪।୪ (ଦେବପ୍ରିୟ ରଣା):କେନ୍ଦୁଝର ବଡବିଲ ଅବକାରୀ ଥାନା ପରିସରରେ ମଙ୍ଗଳବାର ବିଳମ୍ବିତ ରାତିରେ ଭୟାବହ ଅଗ୍ନିକାଣ୍ଡ ଘଟି କୋଟିଏରୁ ଉଦ୍ଧର୍‌ବ ଟଙ୍କାର ଜବତ ହୋଇ ରହିଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri