ଗୋପାଳ ପଣ୍ଡା ବିଦ୍ୟାଳୟ ଅଶାନ୍ତ: ଧାରଣାରେ ଛାତ୍ରୀଛାତ୍ର

ରସୁଲପୁର,୫।୨(ଡି.ଏନ.ଏ.): ରସୁଲପୁର ବ୍ଲକ ଅଧୀନ ୫-ଟି ରୂପାନ୍ତରିତ ହିଙ୍ଗୁଳା ଗୋପାଳ ପଣ୍ଡା ସରକାରୀ ଉଚ୍ଚ ବିଦ୍ୟାଳୟର ବିଜ୍ଞାନ ଶିକ୍ଷକ ମାଧବ ସ୍ବାଇଁଙ୍କୁ ଅନ୍ୟ ବିଦ୍ୟାଳୟକୁ ୩ଦିନ ଡେପୁଟେଶନରେ ପଠାଇବାକୁ ଜିଲାପାଳ ନିର୍ଦ୍ଦେଶ ଦେଇଛନ୍ତି। ମାତ୍ର ଉକ୍ତ ନିର୍ଦ୍ଦେଶନାମାକୁ ନେଇ ଛାତ୍ର ଅଶାନ୍ତି ଦେଖାଦେଇଛି। ବିଦ୍ୟାର୍ଥୀ, ଅଭିଭାବକ, କମିଟି ସଦସ୍ୟ ପ୍ରତିକ୍ରିୟାଶୀଳ ହୋଇପଡ଼ିଛନ୍ତି, ଯାହାର ପ୍ରତିଫଳନ ବିଦ୍ୟାଳୟର ଫାଟକ ସମ୍ମୁଖରେ ଶନିବାର ଦେଖିବାକୁ ମିଳିଛି। ଡେପୁଟେଶନ ନିର୍ଦ୍ଦେଶନାମା ପ୍ରତ୍ୟାହାର ଦାବିରେ ବିଦ୍ୟାର୍ଥୀ ଶ୍ରେଣୀ ଗୃହ ବର୍ଜନ କରିଛନ୍ତି। ୩୦୦ରୁ ଊର୍ଦ୍ଧ୍ୱ ଛାତ୍ରୀଛାତ୍ର ଏହି ଦାବିରେ ବିଦ୍ୟାଳୟ ଆଗରେ ଧାରଣାରେ ବସିଥିଲେ। ଖବର ପାଇ ବ୍ଲକ ସହକାରୀ ଶିକ୍ଷାଧିକାରୀ ଅରୁଣ ସେଠୀ ପହଞ୍ଚତ୍ ପ୍ରଧାନଶିକ୍ଷକ କମଳ ଲୋଚନ ପଣ୍ଡାଙ୍କ ସହ ଆଲୋଚନା କରିଥିଲେ। ଏଥିସହିତ ଧାରଣାରତ ବିଦ୍ୟାର୍ଥୀଙ୍କୁ ବୁଝାଇଥିଲେ। ପିଲାଙ୍କ ସମସ୍ୟା ଉପରିସ୍ଥ ଅଧିକାରୀଙ୍କୁ ଅବଗତ କରାଇବାକୁ ପ୍ରତିଶ୍ର୍ରୁତି ଦେବାପରେ ପିଲାମାନେ ଶ୍ରେଣୀ କକ୍ଷକୁ ପ୍ରତ୍ୟାବର୍ତ୍ତନ କରିଥିଲେ। ଏଭଳିସ୍ଥିତି ପ୍ରଥମେ ଦର୍ଶନ ସରକାରୀ ହାଇସ୍କୁଲରେ ଘଟିଥିଲା। ଘଟଣା ସମ୍ପର୍କରେ ଅଭିଭାବକ ଓ ପରିଚାଳନା କମିଟି ସଦସ୍ୟ ଜିଲାପାଳଙ୍କୁ ଲିଖିତ ଅଭିଯୋଗ କରିଛନ୍ତି। ଡେପୁଟେଶନ ନିର୍ଦ୍ଦେଶ ବାତିଲ ପାଇଁ ଅଭିଯୋଗ ଜରିଆରେ ଅନୁରୋଧ କରିବା ସହ ଏହାର ନକଲ ଜିଲା ଶିକ୍ଷାଧିକାରୀ ଓ ବିଦ୍ୟାଳୟ ପ୍ରଧାନଶିକ୍ଷକଙ୍କୁ ପ୍ରଦାନ କରିଛନ୍ତି। ସୋମବାର ଅଭିଭାବକ ଜିଲାପାଳଙ୍କୁ ଭେଟିବେ ବୋଲି ମସୁଧା କରୁଛନ୍ତି। ଅନ୍ୟପକ୍ଷରେ ଅଭିଭାବକ ଓ ବିଦ୍ୟାର୍ଥୀଙ୍କ ଅଭିଯୋଗ ଆଧାରରେ ବିଦ୍ୟାଳୟ ପକ୍ଷରୁ ଜିଲାପାଳଙ୍କୁ ଚିଠି ଜରିଆରେ ଅବଗତ କରାଯିବ ବୋଲି ପ୍ରଧାନଶିକ୍ଷକ ପଣ୍ଡା ପ୍ରକାଶ କରିଛନ୍ତି।
ସୂଚନାଯୋଗ୍ୟ, ଶିକ୍ଷକ ସ୍ବାଇଁଙ୍କୁ ଡେପୁଟେସନରେ ଯିବା ପାଇଁ ୧ ତାରିଖରେ ବିଦ୍ୟାଳୟକୁ ଚିଠି ଆସିଥିଲା। ପ୍ରଧାନଶିକ୍ଷକ ୬ତାରିଖ ଦିନ ସମ୍ପୃକ୍ତ ଶିକ୍ଷକଙ୍କୁ ଅନ୍ୟ ବିଦ୍ୟାଳୟକୁ ଯିବା ପାଇଁ ଅନୁମତି ପ୍ରଦାନ କରିବେ। ମାତ୍ର ଏଠାରେ ପିଲାଙ୍କ ଧାରଣା ପ୍ରଧାନଶିକ୍ଷକଙ୍କ ନିଷ୍ପତ୍ତି ନେବାରେ ବାଧା ସୃଷ୍ଟି କରୁଛି। ସେହିପରି ଅନୁରୂପସ୍ଥିତି ଦର୍ଶନ ହାଇସ୍କୁଲରେ ଦେଖାଯାଇଛି। ଏଠରେ ଜଣେ ଶିକ୍ଷକଙ୍କୁ ଅନ୍ୟତ୍ର ଡେପୁଟେଶନରେ ଯିବା ପାଇଁ ଜିଲାପାଳଙ୍କ ପକ୍ଷରୁ ନିର୍ଦ୍ଦେଶକୁ ବିରୋଧ କରାଯାଇଛି। ଏକ ପ୍ରତିନିଧି ଦଳ ଜିଲାପାଳ ଓ ଜିଲା ଶିକ୍ଷାଧିକାରୀଙ୍କ ସହ ଆଲୋଚନା କରିବାର କାର୍ଯ୍ୟକ୍ରମ ରହିଛି। ଆଲୋଚନା ବିଫଳ ହେଲେ ବିଦ୍ୟାର୍ଥୀ ଜିଲାପାଳଙ୍କ କାର୍ଯ୍ୟାଳୟ ଘେରାଉ କରିବେ ବୋଲି ବୋଲି ବିଶେଷ ସୂତ୍ରରୁ ଜଣାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ମନ୍ତ୍ରୀ

ବରଗଡ଼,୧।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଚିଖିଲି ସମେତ ବିଭିନ୍ନ ଗ୍ରାମରେ ଗତ ୨୭ ତାରିଖରୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା। ଉପରମୁଣ୍ଡରେ ପ୍ରବଳ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଘରୋଇ କଲେଜ ସିଲ୍‌ କଲା ପ୍ରଶାସନ, ତଦନ୍ତ ଆରମ୍ଭ

ବଲାଙ୍ଗୀର,୧।୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରର ଶାନ୍ତିପଡ଼ାରେ ଥିବା ଏକ ଘରୋଇ କଲେଜରେ ଗୁରୁବାର ପ୍ରଶାସନିକ ଟିମ ଚଢ଼ାଉ କରିଥିଲା। ଡିସିପିଓ, cwc, ପୋଲିସ ଓ ଶିକ୍ଷା…

ଯୁବକଙ୍କୁ ଆକ୍ରମଣ ପରେ ଛିନ ତାଇ ଘଟଣା: ଜଣେ ଅଭିଯୁକ୍ତ ଗଲେ ଜେଲ, ସମ୍ପୃକ୍ତ ୩ ନାବାଳକ ଗଲେ ବାଳ ସୁଧାର ଗୃହ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଚୁଡୁଙ୍ଗପୁର ଗ୍ରାମ ଶ୍ରୀ ଗଣେଶ ମନ୍ଦିର ସମ୍ମୁଖ ୩୨୬ ନଂ ଜାତୀୟ ରାଜପଥରେ ବାଇକ ଅଟକାଇ ବୁଗୁଡ଼ା…

ମା’ ତାରାତାରିଣୀ ପୀଠରେ ଷୋଡ଼ଶ ପୂଜା ଲାଗି ପ୍ରସ୍ତୁତି ଆରମ୍ଭ, ଭକ୍ତଙ୍କ ଦର୍ଶନ, ସୁରକ୍ଷାକୁ ଗୁରୁତ୍ୱ

ପୁରୁଷୋତ୍ତମପୁର,୧।୧୦(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ପୀଠରେ ଆସନ୍ତା ୩ ତାରିଖରୁ ଆରମ୍ଭ ହେବାକୁ ଥିବା ଷୋଡଶ ପୂଜାକୁ ନେଇ ପ୍ରଶାସନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?