ଦରମା ନ ମିଳିବାରୁ କାର୍ଯ୍ୟବନ୍ଦ ଆନ୍ଦୋଳନ

ଭବାନୀପାଟଣା,୨୭ା୯ (ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲାର ୧୩ ବ୍ଲକରେ ମିଶନ ଶକ୍ତି ଅଧୀନରେ କାର୍ଯ୍ୟରତ କର୍ମୀମାନଙ୍କୁ ଦୀର୍ଘ ୬ମାସରୁ ଊଦ୍ଧର୍‌ବ ହେବ ଦରମା ଟଙ୍କା ମିଳିନାହିଁ। ଏହାକୁ ନେଇ ମିଶନ ଶକ୍ତିରେ କାର୍ଯ୍ୟରତ ୫ କମ୍ୟୁନିଟି ସପୋର୍ଟ ଷ୍ଟାଫ୍‌ ସିଆର୍‌ପି, ଏମ୍‌ବିକେ, ବ୍ୟାଙ୍କମିତ୍ର, ପ୍ରାଣୀମିତ୍ର ଓ କୃଷି ମିତ୍ର ପ୍ରମୁଖ ଅସନ୍ତୋଷ ପ୍ରକାଶ କରି କାର୍ଯ୍ୟବନ୍ଦ ଆନ୍ଦୋଳନ କରିଛନ୍ତି। ଏହି ପରିପ୍ରେକ୍ଷୀରେ ଗୁରୁବାର ଜିଲାର ମୁଖ୍ୟାଳୟ ଭବାନୀପାଟଣାରେ ସେମାନେ ଏକତ୍ରିତ ହୋଇ ନିଜର ଶକ୍ତି ପ୍ରଦର୍ଶନ କରିଛନ୍ତି। ସ୍ଥାନୀୟ ବସ୍‌ଷ୍ଟାଣ୍ଡଠାରୁ ଜିଲାପାଳଙ୍କ ଅଫିସ ପର୍ଯ୍ୟନ୍ତ ସେମାନେ ଏକ ବିରାଟ ଶୋଭାଯାତ୍ରା କରିଥିଲେ। ଏଥିରେ ଜିଲାର ବିଭିନ୍ନ ବ୍ଲକର ଶତାଧିକ କର୍ମଚାରୀ ଯୋଗଦେଇଥିଲେ। ଦରମା ନ ମିଳିବା ନେଇ ଜିଲାପାଳଙ୍କ ଅଫିସ ଆଗରେ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ପରେ ଜିଲାପାଳଙ୍କୁ ୬ଦଫା ଦାବିପତ୍ର ପ୍ରଦାନ କରିଥିଲେ। ତେବେ ଜିଲାପାଳ ଉପସ୍ଥିତ ନ ଥିବାରୁ ଏହାକୁ ଅତିରିକ୍ତ ଜିଲାପାଳ ତନ୍ମୟ କୁମାର ଦରୱାନ ଗ୍ରହଣ କରିଥିଲେ। ଦୀର୍ଘ ୬ ମାସରୁ ଊଦ୍ଧର୍‌ବ ହେବ ଦରମା ନ ମିଳିବାରୁ ତାଙ୍କ ପରିବାର ଚଳିବା କଷ୍ଟକର ହୋଇପଡିଛି। ଏହାକୁ ନେଇ ବିଭିନ୍ନ ସମୟରେ ବିଭାଗୀୟ ଅଧିକାରୀଙ୍କୁ ଦୃଷ୍ଟି ଆକର୍ଷଣ କରିଥିଲେ ମଧ୍ୟ କିଛି ସୁଫଳ ମିଳିନାହିଁ। ଅନ୍ୟପକ୍ଷରେ ଦରମା ନ ମିଳିବା ପର୍ଯ୍ୟନ୍ତ ଏହି ଆନ୍ଦୋଳନ ଚାଲିବ ବୋଲି ଜିଲା ସଭାନେତ୍ରୀ ସବିତା ନାଗ ଓ ସିଆର୍‌ପି କର୍ମୀ ପଦ୍ମିନୀ ଶବର ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?