ଟିଟାନିୟମ କମ୍ପାନୀର କର୍ମଚାରୀଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ : ଶ୍ରମ ଅଧିକାରୀଙ୍କ କାର୍ଯ୍ୟାଳୟରେ ଆଲୋଚନା ବୈଠକ

ଛତ୍ରପୁର,୫।୧୦(ଦିଲ୍ଲୀପ ସାମଲ) : ଗଞ୍ଜାମ ଜିଲା ଛତ୍ରପୁର ସ୍ଥିତ ସରାଫ ଟିଟାନିୟମ କମ୍ପାନୀ ଫାଟକରେ ଶ୍ରମିକମାନଙ୍କୁ ତିନି ମାସ ହେଲା ଦରମା ପ୍ରଦାନ କରାଯାଉନଥିବା ନେଇ ଏସ. ଚକ୍ରପାଣି ରେଡ୍ଡୀଙ୍କ ନେତୃତ୍ୱରେ ଟାଟା କମ୍ପାନୀ ସମ୍ମୁଖରେ ଆନ୍ଦୋଳନ କରାଯାଇଥିଲା। ଏନେଇ ଗୁରୁବାର ଛତ୍ରପୁର ସ୍ଥିତ ଜିଲା ଶ୍ରମ ଅଧିକାରୀଙ୍କ କାର୍ଯ୍ୟାଳୟ ପରିସରରେ ଏକ ଆଲୋଚନା ବୈଠକ ଅନୁଷ୍ଠିତ ହୋଇଯାଇଛି । ଜମି ଦେଲୁ, ଶ୍ରମ ଦେଲୁ, କମ୍ପାନୀ ଗଢିବାରେ ସମ୍ପୁର୍ଣ୍ଣ ସହଯୋଗ କଲୁ ମାତ୍ର, କମ୍ପାନୀ କର୍ତ୍ତୃପକ୍ଷ ଆମକୁ ଆମ ପରିଶ୍ରମର ପ୍ରାପ୍ୟ ଦେବାରେ ଅବହେଳା କରିଚାଲଛନ୍ତି। ଏନେଇ ବାରମ୍ବାର କମ୍ପାନୀ କର୍ତ୍ତୃପକ୍ଷଙ୍କ ଦୃଷ୍ଟି ଆକର୍ଷଣ କରିଲେ ବି କେହି ଶୁଣୁ ନାହାନ୍ତି। ସୂଚନାଯୋଗ୍ୟ, ଅଗଷ୍ଟ ୨୬ରେ ଛତ୍ରପୁର ଶ୍ରମଅଧିକାରୀଙ୍କୁ ଭେଟି ଏହି ଘଟଣା ସମ୍ପର୍କରେ କହିବା ପରେ ମଧ୍ୟ୍ୟ କୌଣସି ସୁଫଳ ମିଳି ନ ଥିବାରୁ ବୁଧବାର ଆନ୍ଦୋଳନ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

ଝଡତୋଫାନ, ବଜ୍ରପାତରେ ନେଲା ଜୀବନ

ପାତ୍ରପୁର,୫।୦(ଉମା ଚରଣ ନେପାକ): କାଳବୈଶାଖୀ ପ୍ରଭାବରେ ରବିବାର ଅପରାହ୍ନରେ ଗଞ୍ଜାମ ଜିଲା ପାତ୍ରପୁର ବ୍ଳକର ବିଭିନ୍ନ ସ୍ଥାନରେ ଝଡତୋଫାନ ସହ କୁଆପଥର ବର୍ଷା ହୋଇଛି। ଏପରିକି ବଜ୍ରପାତ…

ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ ପରେ ବଳାତ୍କାର: ବନ୍ଧା ହେଲେ ଅଭିଯୁକ୍ତ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧୀନ ୧୫ ବର୍ଷୀୟା ଜଣେ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ ଏବଂ ବଳାତ୍କାର ମାମଲାରେ ସମ୍ପୃକ୍ତ ଅଭିଯୁକ୍ତ…

ରାଜ୍ୟରେ ଝଡ଼ବର୍ଷା ଆଲର୍ଟ

ଭୁବନେଶ୍ୱର,୫ା୪: ରାଜ୍ୟରେ କିଛିଦିନ ହେଲା ପ୍ରବଳ ଗରମ ଗୁଳୁଗୁଳି ଅନୁଭୂତ ହେଉଛି। ହେଲେ ଅପରାହ୍ନରେ ହଠାତ୍‌ ବଦଳି ଯାଉଛି ପାଗ। ମାଡ଼ି ଆସୁଛି କାଳବୈଶାଖୀ। କାଳବୈଶାଖୀ ପ୍ରଭାବରେ…

‘ଛାତ୍ରୀଛାତ୍ର ଶୃଙ୍ଖଳାର ସହ ଦେଶ ପ୍ରେମରେ ନିଜକୁ ଦୀକ୍ଷିତ କରାଇ ଭଲ ମଣିଷ ହେବାକୁ ଆହ୍ବାନ’

ଗଞ୍ଜାମ,୫ା୪(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ଐତିହାସିକ ଦନ୍ତପୁର ତଥା ଅଧୁନା ରାମଗଡ଼ ପଞ୍ଚାୟତର ରଘୁନାଥପୁରଠାରେ ଥିବା ସ୍ବାମୀ ବିବେକାନନ୍ଦ ବିଦ୍ୟା ମନ୍ଦିରର ତ୍ରୟୋଦଶ ବାର୍ଷିକ ଉତ୍ସବ…

IPLରେ ଇତିହାସ ରଚିଲେ ମହମ୍ମଦ ଶାମି, ୪ ଓଭରରେ…

ନୂଆଦିଲ୍ଲୀ,୫।୪: ମହମ୍ମଦ ଶାମି ୨୦୨୬ IPL ସିଜିନରେ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ (LSG) ପାଇଁ ଖେଳୁଛନ୍ତି। ବର୍ତ୍ତମାନ ଟୁର୍ଣ୍ଣାମେଣ୍ଟର ୧୦ମ ଲିଗ ମ୍ୟାଚ ହାଇଦ୍ରାବାଦର ରାଜୀବ ଗାନ୍ଧୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri