Odisha Elections 2024

ଠିକା କର୍ମଚାରୀଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ,ବିଦ୍ୟୁତ ସେବା ଠପ୍‌ ହେବା ଆଶଙ୍କା

ଛତ୍ରପୁର,୪।୧୦(ସନ୍ତୋଷ ପାଢ଼ୀ): ଛତ୍ରପୁର ବିଦ୍ୟୁତ ନିର୍ବାହୀ ଯନ୍ତ୍ରୀ ଡିଭିଜନ ଅଧୀନରେ କାର୍ଯ୍ୟରତ ୩୦୦ରୁ ଉର୍ଦ୍ଧ ଠିକା କର୍ମଚାରୀ ବୁଧବାର ଠାରୁ କାର୍ଯ୍ୟ ବନ୍ଦ ଆନ୍ଦୋଳନ ଆରମ୍ଭ କରିଛନ୍ତି। ଫଳରେ ବିଦ୍ୟୁତ ବିଭାଗରେ ଅଚଳାବସ୍ଥା ଦେଖାଯିବା ସହ ବିଦ୍ୟୁତ ସେବା ଠପ୍‌ ହେବା ଆଶଙ୍କା ଦେଖାଦେଇଛି। ଠିକା କର୍ମଚାରୀଙ୍କୁ ଛଟେଇ ମସୁଧା ନେଇ କର୍ମଚାରୀମାନେ ସ୍ଥାନୀୟ କାର୍ଯ୍ୟଳୟ ସମ୍ମୁଖରେ ପ୍ରତିବାଦ ସହ ଧାରଣା ଦେଇଛନ୍ତି । ଆଲୋଚନା ବିଫଳ ପରେ ଏହି କାର୍ଯ୍ୟ ବନ୍ଦ ଆନ୍ଦୋଳନ ଆରମ୍ଭ ହୋଇଛି। ଦାବି ପୂରଣ ନ ହେବା ପର୍ଯ୍ୟନ୍ତ ଏହି କାର୍ଯ୍ୟ ବନ୍ଦ ଆନ୍ଦୋଳନ ଚାଲିବ ବୋଲି ସୂଚନା ଦିଆଯାଇଛି। ସୂଚନା ଅନୁଯାୟୀ ଛତ୍ରପୁର, ରମ୍ଭା ସେକ୍ସନ, ଗଞ୍ଜାମ ସେକ୍ସନ, ମାଲୁଦ ସେକ୍ସନ ଓ ୩୩ କେଭି ଜିଏନଇଡି ସେକ୍ସନର ୩୦୦ରୁ ଊଦ୍ଧର୍ବ ଠିକା କର୍ମଚାରୀ ଜି.ଭି. ଇଲେକ୍ଟ୍ରିକାଲ କମ୍ପାନୀ ସଂସ୍ଥା ଅଧୀନରେ କାର୍ଯ୍ୟ କରିଆସୁଥିଲେ। ଗତ ୩୦ ତାରିଖରେ ସେମାନଙ୍କ କାର୍ଯ୍ୟକାଳ ଶେଷ ହୋଇଛି। ତେବେ ଆଗକୁ କାମ କଲେ କମ୍ପାନୀ କୌଣସି ଦାୟୀ ନୁହଁ ବୋଲି ସୁପରଭାଇଜର କର୍ମଚାରୀଙ୍କୁ ଚେତାଇ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୋଖରୀରେ ବୁଡ଼ି ଚାଲିଗଲା ୨ ସମ୍ପର୍କୀୟ ଭଉଣୀଙ୍କ ଜୀବନ

ବିଞ୍ଝାରପୁର,୨୧ା୫(ରାମକୃଷ୍ଣ ଦାସ): ଯାଜପୁର ଜିଲା ବିଞ୍ଝାରପୁର ବ୍ଲକ ଅଳକୁଣ୍ଡ ଥାନା ଅଧୀନ କପିଳା ପଞ୍ଚାୟତ ରଁାସ-ଗୁହାଳି ଗ୍ରାମରେ ମଙ୍ଗଳବାର ଏକ ଅଘଟଣ ଘଟିଛି। ଗାଁ ପୋଖରୀରେ...

କେନ୍ଦୁଝରରେ ଅମିତ ଶାହା ଦେଲେ ବଡ଼ ବୟାନ 

କେନ୍ଦୁଝର,୨୧।୫(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ମଙ୍ଗଳବାର କେନ୍ଦୁଝର ଜିଲା ଗସ୍ତରେ ଆସି ଭାଜପା ଲୋକ ସଭା ପ୍ରାର୍ଥୀ ଅନନ୍ତ ନାୟକ...

ଷ୍ଟ୍ରଙ୍ଗରୁମ୍‌ରେ ସିଲ ହେଲା ପ୍ରାର୍ଥୀଙ୍କ ଭାଗ୍ୟ

ବାଲିଗୁଡ଼ା,୨୧।୫:(ସଞ୍ଜୟ କୁମାର ପାଣିଗ୍ରାହୀ): ଦେଶର ପଞ୍ଚମ ପର୍ଯ୍ୟାୟ ଲୋକସଭା ନିର୍ବାଚନ ଏବଂ ଓଡ଼ିଶାର ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ମେ’ ୨୦ ତାରିଖରେ ଶେଷ ହୋଇଛି। ଏହି...

କାଜୁର ଅମଳ ବେଳକୁ ଅଭାବୀ ବିକ୍ରି: ଚିନ୍ତାରେ ଚାଷୀ

ଭବାନୀପାଟଣା,୨୧ା୫ (ଉତ୍ତମ କୁମାର ଦାଶ)- କାଳବୈଶାଖୀ ପ୍ରଭାବରେ ଝଡ଼ିଗଲା କାଜୁ ବଉଳ। ଆଉ ଯାହା କିଛି ରହିଥିଲା ଅମଳ ବେଳକୁ ଏବେ ଅଭାବୀ ବିକ୍ରି ଚାଷୀକୁ...

ଓଡ଼ିଶାରେ ପ୍ରଥମ ଥର ପାଇଁ ଶାହା କହିଦେଲେ ଏମିତି କଥା, ବିରୋଧୀ ଛାନିଆ

ନୟାଗଡ,୨୧।୫: ସମ୍ବଲପୁରରେ ପ୍ରଚାର ପରେ ଢେଙ୍କାନାଳ ପରଜଙ୍ଗରେ ପହଞ୍ଚିଛନ୍ତି ଗୃହମନ୍ତ୍ରୀ ଅମିତ ଶାହ। । ବିରାଟ ଜନସଭାକୁ ସମ୍ବୋଧିତ କରି ସେ ପୁଣି ବିଜେଡି ଉପରେ...

ବିଧାୟକ, ସାଂସଦ ପ୍ରାର୍ଥୀଙ୍କ ପାଇଁ ଭୋଟ ମାଗିଲେ ପାଣ୍ଡିଆନ

ପାଟଣା,୨୧।୫(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ନିର୍ବାଚନମଣ୍ଡଳୀ ସାହାରପଡ଼ା ବ୍ଲକ ମୁଖ୍ୟାଳୟ ହାଇସ୍କୁଲ ପଡ଼ିଆରେ ମଙ୍ଗଳବାର ଅପରାହ୍ନରେ ବିଜେଡି ନେତା କାର୍ତ୍ତିକ ପାଣ୍ଡିୟାନ ପାଟଣା ବିଜେଡି...

ରତ୍ନଭଣ୍ଡାର ଚାବି ହଜେଇଛି କିଏ? ସମ୍ବଲପୁରରୁ ଶାହାଙ୍କ ବଡ଼ ଖୁଲାସା

ସମ୍ବଲପୁର,୨୧।୫: ସମ୍ବଲପୁର ଅଇଁଠାପାଲି ପିଏଚଡି ପଡ଼ିଆରେ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ବିରାଟ ଜନସଭାକୁ ସମ୍ବୋଧିତ କରିଛନ୍ତି। ଏହି ସମୟରେ ଶାହା ବିଜେଡି ସରକାରଙ୍କୁ...

ଦୁର୍ଘଟଣା ପରେ ହେଲପରଙ୍କ ଉପରେ ମାଡ଼ିଗଲା ଟ୍ରକ୍‌

କେନ୍ଦୁଝର,୨୧।୫(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ଥାନା ଅଧୀନ ୨୦ ନମ୍ବର ଜାତୀୟ ରାଜପଥ ପଳାସପଙ୍ଗା ଓଭରବ୍ରିଜ ନିକଟରେ ମଙ୍ଗଳବାର ଏକ ଦୁର୍ଘଟଣା ଘଟିଛି। ଦୁର୍ଘଟଣା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri