ଶାଶୁଘର ଆଗରେ ବୋହୂଙ୍କ ଧାରଣା

ଗଞ୍ଜାମ,୨୭।୮(ଡି.ଏନ୍‌.ଏ.): ଶାଶୁଘର ଆଗରେ ଧାରଣା ଦେଲେ ବୋହୂ। ଗଞ୍ଜାମ ଥାନା ଅନ୍ତର୍ଗତ ୱାର୍ଡ ନଂ ୩ ମଧ୍ୟଖଣ୍ଡ ସାହିରେ ଏଭଳି ଘଟଣା ଦେଖିବାକୁ ମିଳିଛି। ଏଠାରେ ରହୁଥିବା ନାରାୟଣ ପଣ୍ଡା ଓ ତାଙ୍କ ପରିବାରଲୋକେ ବୋହୂଙ୍କୁ ନିର୍ଯାତନା ଦେଇ ଆସୁଥିବା ଅଭିଯୋଗରେ ଶନିବାର ବୋହୁ ତନ୍ମୟୀ ପଣ୍ଡା ଶାଶୁଘର ଆଗରେ ଧାରଣା ଦେଇଛନ୍ତି। ଧାରଣାରେ ତନ୍ମୟୀଙ୍କ ଆଈ ସୁବାସିନୀ ମହାପାତ୍ର ବସିଥିବା ମଧ୍ୟ ଦେଖିବାକୁ ମିଳିଛି । ତେବେ ତାଙ୍କ ଶାଶୁ, ନଣନ୍ଦ ବାରମ୍ବାର ତାଙ୍କୁ ନିର୍ଯାତନା ଦେଇ ଆସୁଥିବା ନେଇ ସେ ବ୍ରହ୍ମପୁର ମହିଳା ଥାନାରେ ଲିଖିତ ଅଭିଯୋଗ ମଧ୍ୟ କରିଛନ୍ତି ।

ତନ୍ମୟୀଙ୍କ କହିବା ମୁତାବକ, ତାଙ୍କ ନିଜ ଘର ରଣଝାଲି ଅଞ୍ଚଳରେ। ତାଙ୍କ ମାଆ ନ ଥିବା ବେଳେ ବାପା ଜଣେ ମାନସିକ ରୋଗୀ l ଏଥିପାଇଁ ମାମୁଘର ଲୋକେ ୨୦୨୦ ରେ ହିନ୍ଦୁ ରୀତିନୀତି ଅନୁସାରେ ଗଞ୍ଜାମ ସହର ମଧ୍ୟଖଣ୍ଡ ସାହିର ନାରାୟଣ ପଣ୍ଡାଙ୍କ ପୁଅ ସୁଜିତ କୁମାର ପଣ୍ଡାଙ୍କ ସହ ତାଙ୍କର ବିବାହ କରିଥିଲେ l ସୁଜିତ ଦମକଳ ବାହିନୀରେ କାର୍ଯ୍ୟ କରୁଥିବା ବେଳେ ବିବାହର ଦୁଇ ମାସ ପରେ ଉଭୟ ସ୍ବାମୀସ୍ତ୍ରୀଙ୍କ ମଧ୍ୟରେ ଝଗଡା ଆରମ୍ଭ ହୋଇଥିଲା। ତାଙ୍କ ସ୍ବାମୀ ଭଉଣୀ ଓ ମା’ଙ୍କ କଥାରେ ତାଙ୍କୁ ବିଭିନ୍ନ ସମୟରେ ମାରପିଟ୍‌ ମଧ୍ୟ କରିଥିଲେ। ଏହାକୁ ସହ୍ୟ କରି ନ ପାରି ସେ ତାଙ୍କ ମାମୁ ଘର ବ୍ରହ୍ମପୁର ରାମହରି ନଗର ସେକେଣ୍ଡ ଲାଇନକୁ ଚାଲିଯାଇଥିଲେ। ଘଟଣାର ଏକ ମାସ ପରେ ସ୍ବାମୀ ସୁଜିତ ତାଙ୍କ ମାମୁ ଘରକୁ ଯାଇ ସ୍ତ୍ରୀଙ୍କୁ ବୁଝାସୁଝା କରି ଅଲଗା ଘରଭଡ଼ା ନେଇ ଗୋପାଳପୁରରେ ରହିବାକୁ ନିଷ୍ପତ୍ତି ନେଇଥିଲେ। କିନ୍ତୁ ପରବର୍ତ୍ତୀ ସମୟରେ ନିଜ ପରିବାରଲୋକଙ୍କ କଥାରେ ପଡ଼ି ପୁଣି ଝଗଡା କରିଥିଲେ। ବର୍ତ୍ତମାନ ଯଦି ତାଙ୍କୁ ଶାଶୁଘର ଲୋକେ ଗ୍ରହଣ ନ କରନ୍ତି ତାହେଲେ ସେ ଯୌତୁକ ବାବଦରେ ନେଇଥିବା ୨୦ ଭରି ସୁନା ଓ ନଗଦ ୨ ଲକ୍ଷ କୋଡିଏ ହଜାର ଟଙ୍କା ଫେରସ୍ତ କରନ୍ତୁ ବୋଲି ତନ୍ମୟୀ ଅଡ଼ି ବସିଛନ୍ତି। ଉକ୍ତ ଘଟଣା ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚାର କେନ୍ଦ୍ର ବିନ୍ଦୁ ପାଲଟିବା ସହ ପରିସ୍ଥିତି ଉତ୍ତେଜନାମୂଳକ ରହିଛି। ମଧ୍ୟାହ୍ନରେ ଗଞ୍ଜାମ ଥାନାରେ ନିଜ ଆଇ ସହ ପହଞ୍ଚିବା ପରେ ପୋଲିସ ଶ୍ୱଶୁର ଓ ସ୍ବାମୀଙ୍କୁ ଡାକିଥିଲେ। ସେଠାରେ କୌଣସି ସୁଫଳ ନ ମିଳିବାରୁ ସାରେ ସେ ଧାରଣା ଦେଇଛନ୍ତି। ଏନେଇ ତନ୍ମୟୀଙ୍କ ଶ୍ୱଶୁର କିମ୍ବା ସ୍ବାମୀଙ୍କ ମତାମତ ମିଳି ପାରିନାହିଁ ।


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri