ପାଣିଟାଙ୍କି ଉପରେ ଜିଲା ପରିଷଦ ସଭ୍ୟାଙ୍କ ଧାରଣା

ବେଲପଡ଼ା, ୪ା୧୦(ମନୋଜ କୁମାର ମିଶ୍ର): ବଲାଙ୍ଗୀର ଜିଲା ବେଲପଡ଼ା ବ୍ଲକ ଧୁମାଭଟା ଗ୍ରାମରେ ଜଳଯୋଗାଣ ପ୍ରକଳ୍ପ କାର୍ଯ୍ୟକ୍ଷମ ହୋଇନାହିଁ। ଅବିଳମ୍ବେ କାମ ସାରି ଜଳ ଯୋଗାଣ କରିବାକୁ ବିଭିନ୍ନ ସମୟରେ ଦାବି ହୋଇ ଆସୁଥିଲେ ବି କୌଣସି ସୁଫଳ ମିଳୁନାହିଁ। ଫଳରେ ପାଣି ପାଇଁ ଗ୍ରାମବାସୀ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏହାର ପ୍ରତିବାଦ କରି ବେଲପଡ଼ା ବ୍ଲକ ଭାଜପାର ଦୁଇଜଣ ଜିଲା ପରିଷଦ ସଭ୍ୟା ଅଭିନବ ପ୍ରତିବାଦ କରିଥିଲେ। ୨୫ନଂ. ଜିଲା ପରିଷଦ ସଭ୍ୟା ଶବ୍ଦ ମିର୍ଦ୍ଧା ଓ ୨୬ନଂ. ଜିଲା ପରିଷଦ ସଭ୍ୟା ଅନିମା ଦାଶ ୫୦ ଫୁଟ ଉଚ୍ଚର ନିର୍ମାଣାଧୀନ ଓଭରହେଡ୍‌ ପାଣି ଟାଙ୍କି ଉପରେ ଚଢ଼ି ଧାରଣା ଦେଇଥିଲେ। ଦାବି ପୂରଣ ନ ହେବା ଯାଏ ତଳକୁ ଓହ୍ଲାଇବେ ନାହିଁ ବୋଲି ଚେତାବନୀ ଦେଇଥିଲେ। ଖବର ପାଇ ବିଭାଗୀୟ କନିଷ୍ଠ ଯନ୍ତ୍ରୀ ଦିବ୍ୟଲୋଚନ ମାଝି ଘଟଣା ସ୍ଥଳରେ ପହଞ୍ଚତ୍ ଉଭୟ ଜନପ୍ରତିନିଧିଙ୍କୁ ବୁଝାଶୁଝା କରିଥିଲେ। ହେଲେ ସେମାନେ ଉଚ୍ଚ କର୍ତ୍ତୃପକ୍ଷଙ୍କ ପ୍ରତିଶ୍ରୁତି ନ ମିଳିବାଯାଏ ଧାରଣାରୁ ଓହରିବେ ନାହିଁ ବୋଲି ଅଡ଼ି ବସିଥିଲେ। ଅପରାହ୍ନ ୪ଟାରେ ଆନ୍ଦୋଳନସ୍ଥଳକୁ ଗ୍ରାମ୍ୟ ଜଳ ଯୋଗାଣ ଓ ପରିମଳ ବିଭାଗ ନିର୍ବାହୀ ଯନ୍ତ୍ରୀ ରୌପ୍ୟରଞ୍ଜନ ବେହେରା ଓ ବେଲପଡ଼ା ତହସିଲଦାର ପ୍ରଶାନ୍ତି ପ୍ରଧାନ ଆସି ଆନ୍ଦୋଳନକାରୀ ଦୁଇ ଜିଲା ପରିଷଦ ସଭ୍ୟାଙ୍କ ସହ ଆଲୋଚନା କରିଥିଲେ। ଆସନ୍ତା ୨୦ ତାରିଖ ସୁଦ୍ଧା ପ୍ରକଳ୍ପରୁ ଜଳଯୋଗାଣ ସ୍ବାଭାବିକ ହେବାର ପ୍ରତିଶ୍ରୁତିଦେବା ପରେ ସେମାନେ ତଳକୁ ଓହ୍ଲେଇ ଥିଲେ। ପ୍ରତିଶ୍ରୁତି ପାଳନ ନ ହେଲେ ସେମାନେ ପୁଣି ଆନ୍ଦୋଳନାତ୍ମକ ପନ୍ଥା ଆପଣାଇବେ ବୋଲି ଚେତାବନୀ ଦେଇଥିଲେ। କୌଣସି ଅଘଟଣ ଆଶଙ୍କା କରି ବେଳପଡ଼ା ଅଗ୍ନିଶମ ବିଭାଗ ଘଟଣାସ୍ଥଳରେ ଉପସ୍ଥିତ ରହିଥିଲେ।

ସୂଚନାଯୋଗ୍ୟ, ଗ୍ରାମରେ ପୂର୍ବରୁ ଏକ ଜଳପ୍ରକଳ୍ପ ଥିଲା। ହେଲେ ବିଛା ଯାଇଥିବା ପାଇପ୍‌ ସବୁ ଫାଟିଯିବାରୁ ପ୍ରକଳ୍ପ କାର୍ଯ୍ୟକ୍ଷମ ହେବାରୁ ୪ମାସ ପରେ ଜଳଯୋଗାଣ ବ୍ୟାହତ ହୋଇଥିଲା। ଏହାପରେ ପ୍ରକଳ୍ପକୁ ବିଦ୍ୟୁତ୍‌ ଯୋଗାଣ ବିଚ୍ଛିନ୍ନ ହୋଇଯାଇଥିଲା। ପରେ ବିଭାଗ ପକ୍ଷରୁ ନୂତନ ପାଇପ୍‌ ଲାଇନ ବିଛାଯାଇଥିଲା। ନୂତନ ବିଦ୍ୟୁତ୍‌ ଟ୍ରାନ୍ସଫର୍ମର ସଂଯୋଗ କରାଯାଇଥିଲା। ହେଲେ ଜଳ ଯୋଗାଣ ହୋଇପାରି ନାହିଁ। ପ୍ରକଳ୍ପ କାର୍ଯ୍ୟକ୍ଷମ ଦାବିରେ ଅକ୍ଟୋବର ୨ ତାରିଖରୁ ଧୁମାଭଟା ଗ୍ରାମରେ ଧାରଣାରେ ବସିଥିଲେ ୨୬ ନମ୍ବର ଜିଲା ପରିଷଦ ଅନିମା ଦାସ। କୌଣସି ସୁଫଳ ନ ମିଳିବାରୁ ବୁଧବାର ସେ ଓ ୨୫ନଂ. ଜିଲା ପରିଷଦ ସଭ୍ୟା ମିର୍ଦ୍ଧା ପାଣିଟାଙ୍କି ଉପରକୁ ଚଢ଼ି ପ୍ରତିବାଦ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅତିରିକ୍ତ ତହସିଲଦାରଙ୍କ ଦୁର୍ବ୍ୟବହାରରେ କୀଟନାଶକ ପିଇଦେଲେ ପିଇଓ

ଚିକିଟି,୭ା୨(ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ଲକରେ ଏକ ଅଭାବନୀୟ ଘଟଣା ଘଟିଛି। ଅତିରିକ୍ତ ତହସିଲଦାର ଶାଶ୍ୱତୀ ଷଡ଼ଙ୍ଗୀଙ୍କ ଦୁର୍ବ୍ୟବହାରରେ ଅତିଷ୍ଠ ହୋଇ ରାମଚନ୍ଦ୍ରପୁର ପଞ୍ଚାୟତ…

ଅଶାନ୍ତ ହୋଇପଡ଼ିଛି ବରଗଡ଼: ଜଳୁଛି କ୍ରୋଧର ନିଆଁ, ସହରବାସୀ ଅସୁରକ୍ଷିତ

ବରଗଡ଼,୭ା୨(ପ୍ରେମାନନ୍ଦ ଖମାରୀ): ବିଚ୍‌ ରାସ୍ତା ଉପରେ ହୋଇଥିବା ଗୋଷ୍ଠୀ ସଂଘର୍ଷରେ ୨ଯୁବକଙ୍କ ମୃତ୍ୟୁ ପରେ ବରଗଡ଼ ସହର ଅଶାନ୍ତ ହୋଇ ପଡ଼ିଛି। ଏବେ ମଧ୍ୟ ଉତ୍ତେଜନା ଲାଗି…

ଜିଲାକୁ ରହିଛି ପ୍ରାକୃତିକ ବିପର୍ଯ୍ୟୟ ଭୟ: ସାମୁଦ୍ରିକ ପ୍ରାଚୀର, ହେନ୍ତାଳ ବଣ ପ୍ରସ୍ତାବରେ ସୀମିତ

କେନ୍ଦ୍ରାପଡ଼ା, ୭ା୨ (ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲା ପ୍ରାକୃତିକ ବିପର୍ଯ୍ୟୟପ୍ରବଣ। ଏହି ଜିଲାକୁ ପ୍ରତିବର୍ଷ ବନ୍ୟା, ବାତ୍ୟା ସହିତ ସୁନାମି ଭୟ ରହିଛି। ଏପରି ପ୍ରାକୃତିକ ବିପର୍ଯ୍ୟୟ…

ରାସ୍ତାରେ ଷ୍ଟଣ୍ଟ୍‌ କରୁଥିଲେ ଯୁବକ: ମାଡ଼ିବସିଲା ପୋଲିସ

ସମ୍ବଲପୁର,୭।୨(ପ୍ରମୋଦ ବହିଦାର): ବୁର୍ଲା ଥାନା ଅନ୍ତର୍ଗତ ହୀରାକୁଦ ଜଳଭଣ୍ଡାର ଦକ୍ଷିଣ(ରାଇଟ) ଡାଇକ ରାସ୍ତାରେ ବେପରୁଆ ଓ ବିପଦପୂର୍ଣ୍ଣ ଭାବରେ କାର୍‌ ଚାଳନା(ଷ୍ଟଣ୍ଟ) କରିଥିବା ଅଭିଯୋଗରେ ୭ ଯୁବକଙ୍କୁ…

ପଣ୍ୟାଗାର କେମିକାଲ ଗୋଦାମରୁ ଧୂଆଁ ନିର୍ଗତ: ସ୍ଥାନୀୟ ବାସିନ୍ଦାଙ୍କ ଆଖି, ନାକ ଜଳାପୋଡ଼ା

ମହାକାଳପଡ଼ା, ୭ା୨(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ପାରାଦୀପ-ଚଣ୍ଡିଖୋଲ ୫୩ ନଂ. ଜାତୀୟ ରାଜପଥ ପାର୍ଶ୍ୱ ମଶାକଣି ବଡ଼ଦଣ୍ଡାଠାରେ କେନ୍ଦ୍ରୀୟ ପଣ୍ୟାଗାର ନିଗମ ଗୋଦାମ…

ଆଇନମନ୍ତ୍ରୀଙ୍କ ବଡ଼ ସୂଚନା: ବଡି କ୍ୟାମେରା ପିନ୍ଧିବେ ଚଢ଼ାଉ ଟିମ୍‌, ପ୍ରମାଣ ଅଭାବରୁ ଖସି ପାରିବେନି ଅଭିଯୁକ୍ତ

ଭୁବନେଶ୍ୱର,୭ା୨: ରାଜ୍ୟରେ ଖୁବ୍‌ଶୀଘ୍ର ଲାଗୁ ହେବ ନୂଆ ଅବକାରୀ ଆଇନ। ପ୍ରକ୍ରିୟା ଶେଷ ହେବା ପରେ ଅବକାରୀ ଆଇନ ଅନୁପାଳନ କରାଯିବ। ଏନେଇ ଅବକାରୀ ମନ୍ତ୍ରୀ ପୃଥ୍ବୀରାଜ…

ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗ: ନିଲମ୍ବିତ ହେଲେ ସହକାରୀ ପ୍ରଫେସର

ସମ୍ବଲପୁର,୭।୨(ପ୍ରମୋଦ ବହିଦାର): ସମ୍ବଲପୁର ବିଶ୍ବବିଦ୍ୟାଳୟର ଏମ୍‌ବିଏ ବିଭାଗର ଗବେଷଣାରତ ଜଣେ ପିଏଚ୍‌ଡି ଛାତ୍ରୀଙ୍କୁ ତାଙ୍କ ଗାଇଡ ଅସଦାଚରଣ କରିଥିବା ଅଭିଯୋଗ ହୋଇଥିଲା। ଛାତ୍ରୀଙ୍କ ଅଭିଯୋଗ ଆଧାରରେ ବିଶ୍ବବିଦ୍ୟାଳୟର…

ସ୍କାଉଟସ-ଗାଇଡ଼ସ କ୍ୟାମ୍ପରୀ ଉଦଯାପିତ: ଦଣ୍ଡ ନାଚରେ ଦୁଲୁକିଲା ମଞ୍ଚ

ଦାରିଙ୍ଗବାଡି,୭।୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିମନବାଡି ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ପରିସର ମଧ୍ୟରେ ଗତ ୩ ଦିନ ଧରି ଚାଲିଥିବା ୨୨ତମ ଜିଲାସ୍ତରୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri