ଦାବି ପୂରଣ ନ ହେଲେ ଜୁଲାଇ ୧୪ରୁ କାର୍ଯ୍ୟବନ୍ଦ ଆନ୍ଦୋଳନ

ନୂଆପଡ଼ା,୨୬ା୬ (ମକାରୁ ବେମାଲ):ଓଡ଼ିଶା ରାଜସ୍ବ ଅମଲାସଂଘର ଆହ୍ବାନକ୍ରମେ ଜିଲା ଅମଲା ସଂଘ ନୂଆପଡା ପକ୍ଷରୁ ବୁଧବାର ଜିଲାପାଳ ମଧୁସୂଦନ ଦାଶଙ୍କୁ ୧୦ଦଫା ଦାବିପତ୍ର ପ୍ରଦାନ କରାଯାଇଛି। ଜିଲା ସଭାପତି ତ୍ରିଲୋଚନ ରଥଙ୍କ ନେତୃତ୍ୱରେ ସମସ୍ତ ଜିଲା ସ୍ତରୀୟ ଅମଲା ଉପସ୍ଥିତ ଥିଲେ। ଆସନ୍ତା ୧୫ ଦିନ ମଧ୍ୟରେ ଦାବି ପୂରଣ ନ ହେଲେ ଜୁଲାଇ ୧୪ରୁ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ କାର୍ଯ୍ୟବନ୍ଦ ଆନ୍ଦୋଳନ କରିବାକୁ ଅମଲାମାନେ ଚେତାବନୀ ଦେଇଛନ୍ତି। ପ୍ରମୁଖ ଦାବି ମଧ୍ୟରେ ଜିଲା ସ୍ତରରେ କାର୍ଯ୍ୟରତ ଅମଲାଙ୍କ ଶିକ୍ଷାଗତ ଯୋଗ୍ୟତା ଆଧାରରେ କନିଷ୍ଠ ରାଜସ୍ବ ଅମଲାଙ୍କ ମୂଳ ଦରମା ଓଆରଏସପି-୨୦୧୭ ନିୟମ ଅନୁଯାୟୀ ଲେଭଲ-୯କୁ ବୃଦ୍ଧି, ରାଜ୍ୟ ସରକାରଙ୍କ ସାଧାରଣ ପ୍ରଶାସନ ଏବଂ ଅଭିଯୋଗ ବିଭାଗର ପତ୍ର ସଂଖ୍ୟା-୮୮୯୮/୨୦୨୪ ମାର୍ଚ୍ଚ ୧୫ ଅନୁଯାୟୀ ସମସ୍ତ ଜିଲାପାଳଙ୍କ ଦ୍ୱାରା ପ୍ରଦାନ କରାଯାଇଥିବା ତଥ୍ୟକୁ ଆଧାର କରି ନୂତନ ପଦବୀ ସୃଷ୍ଟି, ରାଜ୍ୟରେ କାର୍ଯ୍ୟରତ ସମସ୍ତ ସରକାରୀ କର୍ମଚାରୀ ଓ ତାଙ୍କ ପରିବାର ବର୍ଗଙ୍କ ପାଇଁ ବାର୍ଷିକ ୨୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ସ୍ବାସ୍ଥ୍ୟ ବୀମା,୨୦୨୦ ମସିହାରେ ଲାଗୁ କରା ଯାଇଥିବା ପୁନଃ ଥଇଥାନ ଯୋଜନାର ନିୟମାବଳୀକୁ ଉଚ୍ଛେଦ କରାଯାଇ ୧୯୯୦ରେ ଲାଗୁ କରାଯାଇଥିବା ନିୟମାବଳୀ ଅନୁଯାୟୀ ମୃତ ସରକାରୀ କର୍ମଚାରୀଙ୍କ ପରିବାରର ଜଣେ ସଦସ୍ୟଙ୍କୁ ଯୋଗ୍ୟତା ଭିତ୍ତିରେ ନିଯୁକ୍ତି ପ୍ରଦାନ, ନୂତନ ପେନ୍‌ସନ ଯୋଜନା ବନ୍ଦ କରି ପୁରାତନ ପେନ୍‌ସନ ଯୋଜନାରେ ଅନ୍ତର୍ଭୁକ୍ତୀକରଣ ଆଦି ଅନ୍ୟତମ। ଏ ନେଇ ରା୍ଯଯ ସରକାରଙ୍କ ସହ ଅନେକ ଥର ଆଲୋଚନା ହୋଇଥିଲେ ମଧ୍ୟ ଦାବି ପୂରଣ ହୋଇପାରି ନାହିଁ ା ଆଗାମୀ ୧୫ ଦିନ ଭିତରେ ଦାବି ପୂରଣ ନ ହେଲେ ଜୁଲାଇ ୭ରୁ ୧୧ ପର୍ଯ୍ୟନ୍ତ କଳାବ୍ୟାଜ୍‌ ପରିଧାନ ଓ ଜୁଲାଇ ୧୪ରୁ ସମ୍ପୂର୍ଣ୍ଣ କାର୍ଯ୍ୟବନ୍ଦ ଆନ୍ଦୋଳନ କରାଯିବ ବୋଲି ଚେତାବନୀ ଦେଇଛନ୍ତି। ଏହି ସମୟରେ ଜିଲା ସମ୍ପାଦକ ମଦନ ସୁନ୍ଦର ସାହୁ, କାର୍ଯ୍ୟକାରୀ ସଭାପତି ମନୋଜ କୁମାର ମହାରଣା, ମମତା ଶବରଦ, ସଙ୍ଗିତା ସାହୁ ପ୍ରମୁଖ ଉପସ୍ଥିତ ଥିଲେ ା


Enter your email to get our daily news in your inbox.

All Right Reserved By Dharitri.Com

ମୋବାଇଲ ଝାମ୍ପି ଫେରାର ବେଳେ ଦୁର୍ଘଟଣା, ୨ ଯୁବକଙ୍କୁ କାବୁ କଲେ ସ୍ଥାନୀୟ ଲୋକେ

ଜୟପୁର,୨୧।୯(ପବନ ପାଣିଗ୍ରାହୀ): ଦିନ ଦଶଟା ବେଳେ ପଞ୍ଚାନନ ମନ୍ଦିର ଛକରୁ ମହିଳା ଶ୍ରମିକଙ୍କ ମୋବାଇଲ ଛଡାଇ ଫେରାର ହେଉଥିଲେ । ହେଲେ ସେହି ସମୟରେ ଏକ ସଡ଼କ…

ଉଚ୍ଚ ଦରମାରେ ଚାକିରି ସୁଯୋଗ ଆଣିଛି SBI, ଜାଣନ୍ତୁ କେମିତି କରିବେ ଆବେଦନ, ଶେଷ ତାରିଖ ରହିଛି…

ନୂଆଦିଲ୍ଲୀ,୨୦ା୯: ଆଜିକାଲି ସମସ୍ତେ ଭଲ ଦରମା ପାଇବା ପାଇଁ ଗୋଟିଏ ଭଲ ଚାକିରି ଖୋଜୁଛନ୍ତି। ଦେଶର ସବୁଠାରୁ ବଡ଼ ବ୍ୟାଙ୍କ ଷ୍ଟେଟ୍‌ ବ୍ୟାଙ୍କ ଅଫ୍‌ ଇଣ୍ଡିଆ’ (SBI)…

ବଙ୍ଗ ରାଜନୀତିରେ ହଇଚଇ; ଏହି କଂଗ୍ରେସ ନେତାଙ୍କୁ ଘୃଣା କରନ୍ତି ମମତା! TMC ନେତା କଲେ ବଡ଼ ଖୁଲାସା

କୋଲକାତା,୨୧।୯: ପଶ୍ଚିମବଙ୍ଗର ନନ୍ଦୀଗ୍ରାମ ବିଧାନସଭା ଆସନରେ ଅକ୍ଟୋବର ୬ରେ ଉପନିର୍ବାଚନ ହେବ । ଏହା ପୂର୍ବରୁ ରାଜ୍ୟ ରାଜନୀତିରେ ତୃଣମୂଳ କଂଗ୍ରେସ ଓ କଂଗ୍ରେସ ମଧ୍ୟରେ ସମୀକରଣକୁ…

ଅନ୍ତେବାସୀଙ୍କୁ ମିଳୁଥିଲା ପୋକରା ଚାଉଳ ଭାତ: ଅଧିକାରୀଙ୍କୁ ଜଣାଇବାକୁ ୮ କି.ମି. ଚାଲିଲେ ଛାତ୍ରୀଛାତ୍ର

ଉଦଳା,୨୧।୯(ସନ୍ତୋଷ ବାଛିନୀ): ହଷ୍ଟେଲରେ ଦୁଇ ମାସରୁ ଊର୍ଦ୍ଧ୍ୱ ହେଲା ଅବ୍ୟବସ୍ଥା ଲାଗି ରହିଥିବା ବେଳେ ଛାତ୍ରୀଛାତ୍ରମାନଙ୍କୁ ଆବଶ୍ୟକ ମୌଳିକ ସୁବିଧା ଯୋଗାଇ ଦିଆଯାଉ ନାହିଁ। ଯାହାକୁ ନେଇ…

ବ୍ୟାକ୍ଟେରିଆ ରୋକିବାର ସହଜ ଉପାୟ

ବ୍ୟାକ୍ଟେରିଆ ଆମ ଶରୀରରେ କାୟା ବିସ୍ତାର କଲେ ତାହା କେତେକ ରୋଗର କାରଣ ସାଜିଥାଏ। ତେବେ ଏହାକୁ ପ୍ରତିହତ କରିବାର ଏକ ସହଜ ତଥା ସରଳ ଉପାୟ…

ଜଏଣ୍ଟ ରିପ୍ଲେସମେଣ୍ଟ ସର୍ଜରି

ଏବେ ଆମ ଦେଶରେ ଜଏଣ୍ଟ ରିପ୍ଲେସମେଣ୍ଟ ସର୍ଜରିର ଚାହିଦା ଅଭୂତପୂର୍ବ ଭାବେ ବୃଦ୍ଧି ପାଉଛି। ଗୁରୁତର ଆର୍ଥ୍ରାଇଟିସ ଏବଂ ଜଏଣ୍ଟର ଅନ୍ତିମ ପର୍ଯ୍ୟାୟର ରୋଗରେ ପୀଡ଼ିତ ଅନେକ…

ସଲମାନଙ୍କ ସମର୍ଥନରେ ବାହାରିଲେ ରୋହିତ ଶେଟ୍ଟୀ; ଟ୍ରୋଲର୍ସଙ୍କୁ ଦେଲେ ଜବରଦସ୍ତ ଜବାବ

ମୁମ୍ବାଇ,୨୧।୯: ବଲିଉଡ୍ ଷ୍ଟାର୍ ସଲମାନ ଖାନ୍‌ ଏବେ ‘ବିଗ୍ ବସ୍ ୨୦’କୁ ନେଇ ଚର୍ଚ୍ଚାରେ ରହିଛନ୍ତି । ନିକଟରେ ‘ୱିକେଣ୍ଡ କା ୱାର୍’ରେ ସୋସିଆଲ ମିଡିଆ ଟ୍ରୋଲର୍ସଙ୍କ…

ରାସ୍ତାରେ ଛିଡ଼ା ହୋଇଥିବା ବେଳେ ଯୁବକଙ୍କୁ ଧକ୍କା ଦେଲା ବସ୍‌, ଆଉ ତା’ପରେ…

କୁଚିଣ୍ଡା,୨୧।୯(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା କୁଚିଣ୍ଡା ଥାନା ଅଧୀନ ପତ୍ରାପାଲି ନିକଟରେ ଏକ ଘରୋଇ ବସ୍‌ ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି। ମୃତକ ହେଲେ କୁଚିଣ୍ଡା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?