୧ରୁ ବସ୍‌ ଧର୍ମଘଟ ଚେତାବନୀ

ଭୁବନେଶ୍ୱର,୧୨।୬(ବ୍ୟୁରୋ): ଆସନ୍ତା ଜୁଲାଇ ୧ ତାରିଖରୁ ସମଗ୍ର ରାଜ୍ୟରେ ଘରୋଇ ବସ୍‌ ଚଳାଚଳ ବନ୍ଦ ରହିବ। ରାଜ୍ୟ ଘରୋଇ ବସ୍‌ ମାଲିକ ସଂଘ ଏଭଳି ଚେତାବନୀ ଦେଇଛି। ଶନିବାର ଘରୋଇ ବସ୍‌ ମାଲିକ ସଂଘର ରାଜ୍ୟ କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହୋଇଥିଲା। ଦୀର୍ଘ ଦିନ ଧରି ୮ ଦଫା ଦାବି ପୂରଣ ନ ହେବାରୁ ସର୍ବସମ୍ମତିକ୍ରମେ ଧର୍ମଘଟକୁ ଓହ୍ଲାଇବାକୁ ସଂଘ ନିଷ୍ପତ୍ତି ନେଇଛି।
୨୦୨୧ ନଭେମ୍ବର ୧୧ ତାରିଖରେ ତତ୍କାଳୀନ ପରିବହନ ମନ୍ତ୍ରୀ ଓ ସଚିବଙ୍କ ଉପସ୍ଥିତିରେ ନିଷ୍ପତ୍ତି ହୋଇଥିବା ଦାବିରୁ କୌଣସି ଗୋଟିଏ ବି ପୂରଣ ହୋଇନାହିଁ ବୋଲି ସଂଘ ଅଭିଯୋଗ କରିଛି।
ବସ୍‌ ପର୍‌ମିଟଗୁଡ଼ିକୁ ତୃତୀୟ ପକ୍ଷକୁ ହସ୍ତାନ୍ତର କରିବା ନିଷ୍ପତ୍ତି କାର୍ଯ୍ୟକାରୀ ନ କରିବା, ବସ୍‌ଗୁଡ଼ିକର ବଡିକୋଡ୍‌ ଆଇନ ଅନୁସାରେ ହୋଇଥିଲେ ମଧ୍ୟ ଉକ୍ତ ବସ୍‌ଗୁଡ଼ିକୁ ଦିନବେଳା ଚଳାଚଳ କରିବାକୁ ଦିଆଯାଉ ନାହିଁ। ମୋଟରଯାନ ଆଇନର ବ୍ୟବସ୍ଥା ଅନୁଯାୟୀ ବସ୍‌ଗୁଡ଼ିକର ଫିଟ୍‌ନେସ ଅବଧି ବଳବତ୍ତର ରହିଥିବା ପର୍ଯ୍ୟନ୍ତ ସ୍ଥାୟୀ ପର୍‌ମିଟ ଦେବାର ନିୟମ ସତ୍ତ୍ୱେ ଉକ୍ତ ବସ୍‌ଗୁଡ଼ିକୁ ପର୍‌ମିଟ ଦିଆଯାଉ ନାହିଁ। ମଙ୍ଗୁଳିଠାରୁ ସମ୍ବଲପୁର ପର୍ଯ୍ୟନ୍ତ ଜାତୀୟ ରାଜପଥ-୫୫ର ନିର୍ମାଣ କାର୍ଯ୍ୟରେ ବିଳମ୍ବ, ଯାତ୍ରୀବାହୀ ବସ୍‌ଗୁଡ଼ିକ ଜାତୀୟ ରାଜପଥ ଉପରେ ଯାତ୍ରୀ ଓହ୍ଲାଇବା ଓ ଚଢ଼ାଇବା ପାଇଁ ସରକାର କୌଣସି ସ୍ଥାନ ନିରୂପଣ ନ କରିବା, ଘରୋଇ ବସ୍‌ଗୁଡ଼ିକର ସାମାନ୍ୟ ତ୍ରୁଟି ପାଇଁ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା, ନିକଟରେ ପରିବହନ କମିଶନରଙ୍କ ଦ୍ୱାରା ଜାରି କରାଯାଇଥିବା ନୂତନ ନିୟମ ଅନୁସାରେ ୫ ବର୍ଷ ସ୍ଥାୟୀ ପର୍‌ମିଟ ଥିବା ବସ୍‌ ଯଦି ୧ ବର୍ଷ ପାଇଁ ଅଫ୍‌ରୋଡ ହୁଏ ସେହି ବସ୍‌ର ପର୍‌ମିଟ ନବୀକରଣ ନ ହେବା, କୋଭିଡ୍‌ ସମୟରେ ବସ୍‌ ମାଲିକମାନଙ୍କୁ କୋହଳ ଋଣ ଯୋଗାଇ ଦେବା ପାଇଁ ସରକାର ଦେଇଥିବା ପ୍ରତିଶ୍ରୁତି କାର୍ଯ୍ୟକାରୀ ନ କରିବା ଏବଂ ଯାତ୍ରୀବାହୀ ବସ୍‌ଗୁଡ଼ିକରେ ହାଇସିକ୍ୟୁରିଟି ନମ୍ବର ପ୍ଲେଟ୍‌ ଲଗାଇବା ନିଷ୍ପତ୍ତି ପ୍ରତ୍ୟାହାର କରିବା ଭଳି ୮ ଦଫା ଦାବିକୁ ନେଇ ଘରୋଇ ବସ୍‌ ମାଲିକ ସଂଘ ସରକାରଙ୍କୁ ଚେତାବନୀ ଦେଇଛିି।
ଦାବି ସମ୍ପର୍କରେ ମୁଖ୍ୟମନ୍ତ୍ରୀ, ପରିବହନ ମନ୍ତ୍ରୀ, ସଚିବ, ପରିବହନ କମିଶନରଙ୍କୁ ସଂଘ ପକ୍ଷରୁ ଜଣାଇ ଦିଆଯାଇଛି। ରାଜ୍ୟ ସରକାର ଯଦି ଜୁନ୍‌ ୩୦ ତାରିଖ ମଧ୍ୟରାତ୍ର ସୁଦ୍ଧା ଏ ସମସ୍ତ ଦାବି ପୂଣ ନ କରନ୍ତି, ତେବେ ଜୁଲାଇ ୧ ତାରିଖରୁ ରାଜ୍ୟର ୧୪ ହଜାର ଘରୋଇ ବସ୍‌ ଅନିର୍ଦ୍ଦିଷ୍ଟ କାଳ ପାଇଁ ବନ୍ଦ ରହିବ ବୋଲି ସଂଘ ସଭାପତି ଲୋକନାଥ ପାଣି ଚେତାବନୀ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ, କ୍ଷତିପୂରଣ ଦାବିରେ ତେଜିଲା ଆନ୍ଦୋଳନ

ପୁରୁଷୋତ୍ତମପୁର,୧୭ା୮(ସବିତା ମିଶ୍ର): ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବାଇଧର ମନ୍ଦିର ନିକଟରେ ସୋମବାର ସନ୍ଧ୍ୟାରେ ଏକ ଡାଲାଗାଡି ଧକ୍କାରେ ଯୁବକଙ୍କ ମୃତ୍ୟୁ ଘଟିଛି। ସେ…

ଇତିହାସ ରଚିଲେ ରବୀନ୍ଦ୍ର ଜାଡେଜା, ଏପରି କରିବାରେ ହେଲେ ଦ୍ୱିତୀୟ ଭାରତୀୟ

ନୂଆଦିଲ୍ଲୀ, ୧୭।୮: ଶ୍ରୀଲଙ୍କା ବିପକ୍ଷରେ ଗଲ୍‌ରେ ଖେଳାଯାଉଥିବା ପ୍ରଥମ ଟେଷ୍ଟ ମ୍ୟାଚରେ ଭାରତୀୟ ସ୍ପିନ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜ ନାମରେ ଏକ ବଡ଼ ରେକର୍ଡ କରିଛନ୍ତି।…

ଭାରତୀୟ ମଜଦୁର ସଂଘର ଦେଶ ବ୍ୟାପୀ ପ୍ରତିବାଦ

ଛତ୍ରପୁର,୧୭।୮(ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ରାଞ୍ଚିଠାରେ ହୋଇଥିବା ୧୬୧ତମ କେନ୍ଦ୍ରୀୟ କାର୍ଯ୍ୟ ସମିତିର ନିଷ୍ପତ୍ତି କ୍ରମେ ଭାରତୀୟ ମଜଦୁର ସଂଘ(ବିଏମ୍‌ଏସ) ପକ୍ଷରୁ ସୋମବାର ସ୍ଥାନୀୟ ଜିଲାପାଳ କାର୍ଯ୍ୟାଳୟ ସମ୍ମୁଖରେ…

BJPରେ ସ୍ମୃତି ଇରାନୀଙ୍କୁ ବଡ଼ ଦାୟିତ୍ୱ: ସଂଗଠନକୁ ଫେରି କହିଲେ ଏହି ବଡ଼ କଥା, ରାଜନୀତିରେ ଚହଳ

ନୂଆଦିଲ୍ଲୀ, ୧୭।୮: ଭାରତୀୟ ଜନତା ପାର୍ଟି (BJP)ର ଜାତୀୟ ଅଧ୍ୟକ୍ଷ ନୀତିନ ନବୀନ ସୋମବାର ତାଙ୍କ ନୂଆ ଟିମର ଘୋଷଣା କରିଛନ୍ତି। ଏହି ଟିମରେ ଦଳକୁ ଆହୁରି…

ଭାଜପାର ନୂଆ ଟିମରେ ଓଡ଼ିଶାରୁ ୨: ସୋସିଆଲ ମିଡିଆରେ ଧର୍ମେନ୍ଦ୍ର ପ୍ରଧାନ କହିଲେ…

ନୂଆଦିଲ୍ଲୀ, ୧୭।୮: ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ ନୂଆ ଟିମ ଘୋଷଣା କରିଛନ୍ତି। ସ୍ମୃତି ଇରାନୀଙ୍କୁ ସାଧାରଣ ସମ୍ପାଦକ ଏବଂ ବସୁନ୍ଧରା ରାଜେଙ୍କୁ ଉପାଧ୍ୟକ୍ଷ ଭାବେ ନିଯୁକ୍ତ…

ଧାନମଣ୍ଡି ରେଜିଷ୍ଟ୍ରେଶନରେ ସମସ୍ୟା: ଗର୍ଜିଲା ଓଡ଼ିଶା କୃଷକ ସଭା

ଦିଗପହଣ୍ଡି,୧୭।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିମାନଙ୍କରେ ଚଳିତବର୍ଷ ଧାନ ମଣ୍ଡିରେ ଚାଷୀମାନଙ୍କ ନାଁ ରେଜିଷ୍ଟ୍ରେସନ ପାଇଁ ଚାଷୀ…

ଭାଜପାର ନୂଆ ଟିମରୁ ଅମିତ ମାଲବ୍ୟ ବାଦ୍‌, ସୋସିଆଲ ମିଡିଆରେ ଲେଖିଲେ ଏଭଳି କଥା

ନୂଆଦିଲ୍ଲୀ, ୧୭।୮: ଭାରତୀୟ ଜନତା ପାର୍ଟି (BJP)ର ଜାତୀୟ ଅଧ୍ୟକ୍ଷ ନୀତିନ ନବୀନଙ୍କ ନୂଆ ଟିମରେ ଅମିତ ମାଲବ୍ୟଙ୍କୁ ସ୍ଥାନ ମିଳିନାହିଁ। ତାଙ୍କ ସ୍ଥାନରେ ଛତିଶଗଡ଼ର ଦୀପକ…

ଡବ୍ଲ୍ୟୁସିଏଲ୍‌ ପାଇଁ ବଡ଼ ଘୋଷଣା, ସିଜନ-୩ରେ ଖେଳିବେ ଏହି ଷ୍ଟାର ଖେଳାଳି, ଜାଣନ୍ତୁ…

ନୂଆଦିଲ୍ଲୀ,୧୭ା: ଅକ୍ଟୋବର ୩ରୁ ଆରମ୍ଭ ହେବଓ୍ବାଲର୍‌ଡ ଚାମ୍ପିୟନଶିପ୍‌ ଅଫ୍‌ ଲିଜେଣ୍ଡ୍ସ(ଡବ୍ଲ୍ୟୁସିଏଲ୍‌)। ଏଥିରେ ଯୁବରାଜ ସିଂ, ଡ୍ବେନ ବ୍ରାଭୋ ଓ ଏବି ଡି’ଭିଲର୍ସଙ୍କ ଭଳି ପୂର୍ବତନ ଷ୍ଟାର ଖେଳାଳିଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri