୧ରୁ ଡାକ୍ତରଙ୍କ ଆନ୍ଦୋଳନ ଚେତାବନୀ

ଭୁବନେଶ୍ୱର, ୧୨।୧(ବ୍ୟୁରୋ): ରାଜ୍ୟ ସରକାର ଯଥାଶୀଘ୍ର ଦାବି ପୂରଣ ନ କଲେ ଫେବୃୟାରୀ ୧ରୁ ଡାକ୍ତରମାନେ ଆନ୍ଦୋଳନକୁ ଓହ୍ଲାଇବେ। ଏନେଇ ଓଡ଼ିଶା ମେଡିକାଲ ସର୍ଭିସ୍‌ ଆସୋସିଏଶନ (ଓମ୍‌ସା) ଚେତାବନୀ ଦେଇଛି। ବୁଧବାର ଓମ୍‌ସା ପକ୍ଷରୁ ଆୟୋଜିତ ଖବରଦାତା ସମ୍ମିଳନୀରେ ସଭାପତି ନାରାୟଣ ରାଉତ କହିଛନ୍ତି, ଓଡ଼ିଶାରେ ଡାକ୍ତରଙ୍କୁ କେନ୍ଦ୍ରୀୟ ହାରରେ (ଡିଏସିପି) ଦରମା ପ୍ରଦାନ କରାଯାଉ ନାହିଁ। ୨୦୧୯ରେ ଆମ ରାଜ୍ୟ ସରକାର ଡିଏସିପି ନାମରେ ୭, ୧୪ ଓ ୨୧
ବର୍ଷରେ ପ୍ରମୋଶନ ବ୍ୟବସ୍ଥା କରି ଠକି ଦେଇଛନ୍ତି। ସେଥିରେ ଯୁବବର୍ଗ ଓ ଅଭିଜ୍ଞ ଡାକ୍ତରମାନେ ଆଦୌ ଆର୍ଥିକ ଲାଭବାନ ହୋଇପାରୁ ନ ଥିବାରୁ ସରକାରୀ ଚାକିରି କରିବାକୁ ଅନାଗ୍ରହ ପ୍ରକାଶ କରୁଛନ୍ତି। ତେଣୁ କେନ୍ଦ୍ରୀୟ ହାରରେ ଦରମା ପ୍ରଦାନ, ଓଏମ୍‌ଏଚଏସ୍‌ କ୍ୟାଡର ଡାକ୍ତରଙ୍କ ପୁନର୍ବିନ୍ୟାସ, ଆଡ୍‌ହକ ଡାକ୍ତରଙ୍କ ସ୍ଥାୟୀ ନିଯୁକ୍ତି, ବାଧ୍ୟତାମୂଳକ କେବିକେ ଅଞ୍ଚଳରେ କାର୍ଯ୍ୟ କରିବା ନିୟମାବଳୀକୁ ଉଚ୍ଛେଦ, ଡାକ୍ତରଙ୍କ ଅବସର ବୟସ ବୃଦ୍ଧି କରା ନ ଯିବା ଭଳି ବିଭିନ୍ନ ଦାବି ନେଇ ଓମ୍‌ସା ରାଜ୍ୟ ସରକାରଙ୍କ ସହ ବହୁବାର ଆଲୋଚନା କରିଛି। କିନ୍ତୁ ସରକାର କୌଣସି ପଦକ୍ଷେପ ନେଉନାହାନ୍ତି। ଗତ ଡିସେମ୍ବର ୧୦ରେ ଓମ୍‌ସାର ସାଧାରଣ ପରିଷଦ ବୈଠକ ଅନୁଷ୍ଠିତ ହୋଇଥିଲା। ବୈଠକରେ ଏ ସମସ୍ତ ଦାବି ନେଇ ଜାନୁୟାରୀ ୧୬ରୁ ଓମ୍‌ସା ଆନ୍ଦୋଳନକୁ ଓହ୍ଲାଇବା ପାଇଁ ନିଷ୍ପତ୍ତି ନିଆଯାଇଥିଲା। ଯେହେତୁ ୧୩ ତାରିଖରୁ ହକି ବିଶ୍ୱକପ୍‌ ଓଡ଼ିଶାରେ ଆୟୋଜନ ହେଉଛି, ଏହା ଓଡ଼ିଶାର ଗର୍ବ ଓ ଗୌରବ ହୋଇଥିବାରୁ ଏହାକୁ ସମ୍ମାନ ଜଣାଇ ଆନ୍ଦୋଳନକୁ ସାମୟିକ ସ୍ଥଗିତ ରଖାଯାଇଛି। ଫେବୃୟାରୀ ୧ରୁ ପୁନର୍ବାର ଆନ୍ଦୋଳନକୁ ଓହ୍ଲାଇବାକୁ ନିଷ୍ପତ୍ତି ନିଆଯାଇଛି ବୋଲି ସଭାପତି ରାଉତ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଜିଠାରୁ ଭାରତ-ଶ୍ରୀଲଙ୍କା ଟେଷ୍ଟ ସିରିଜ: ଜାଣନ୍ତୁ କେତେବେଳେ କେଉଁଠି ଦେଖିପାରିରେ ମ୍ୟାଚ୍‌

ଗାଲେ, ୧୫ା୮:ଭାରତ ଓ ଘରୋଇ ଶ୍ରୀଲଙ୍କା ମଧ୍ୟରେ ଦୁଇ ମ୍ୟାଚ୍‌ ବିଶିଷ୍ଟ କ୍ରିକେଟ ଟେଷ୍ଟ ସିରିଜ ଶନିବାରଠାରୁ ଆରମ୍ଭ ହେବ। ଗାଲେ ପ୍ରଥମ ମ୍ୟାଚ ଖେଳାଯିବ। ଉଭୟ…

୯ ଜଣଙ୍କୁ କୀର୍ତ୍ତି ଚକ୍ର, ୧୯ଙ୍କୁ ଶୌର୍ଯ୍ୟ ଚକ୍ର

ନୂଆଦିଲ୍ଲୀ,୧୫ା୮(ପି.ଟି.): ୮୦ତମ ସ୍ବାଧୀନତା ଦିବସର ଦିନକ ପୂର୍ବରୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶୁକ୍ରବାର ୭୮ଟି ସାହସିକତା ପୁରସ୍କାରକୁ ମଞ୍ଜୁରୀ ପ୍ରଦାନ କରିଛନ୍ତି। ସେଥିରୁ ୧୩ଟି ପୁରସ୍କାର ମରଣୋତ୍ତର…

ଲାଲ୍‌କିଲ୍ଲାରେ ପ୍ରଥମଥର ‘ବନ୍ଦେ ମାତରମ୍‌’: ବିକଶିତ ରାଷ୍ଟ୍ର ଗଢ଼ିବା ଦିଗରେ…

ନୂଆଦିଲ୍ଲୀ,୧୫।୮: ଚଳିତବର୍ଷ ସ୍ବାଧୀନତା ଦିବସ ପାଳନ ବେଳେ ଦିଲ୍ଲୀର ଲାଲ୍‌କିଲ୍ଲାରେ ପ୍ରଥମ ଥର ପାଇଁ ଜାତୀୟ ଗାନ ‘ବନ୍ଦେ ମାତରମ୍‌’ ଗାୟନ କରାଯିବ। ୨୦୪୭ ସୁଦ୍ଧା ଭାରତକୁ…

ଦୁର୍ବଳ ହେଲା ଅବପାତ; ରାଜ୍ୟରେ ୧୮ ଯାଏ ପ୍ରବଳ ବର୍ଷା, ଏସବୁ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୧୪।୮ (ବନ୍ଦନା ସେଠୀ)- ଝାଡ଼ଖଣ୍ଡ ଏବଂ ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ଅବପାତ ସକ୍ରିୟ ରହିଛି। ଶୁକ୍ରବାର ପୂର୍ବାହ୍ନ ୧୧ଟା ୩୦ରେ ଏହା ଝାଡ଼ଖଣ୍ଡ ଉପରେ…

ପୋଲିସ ସେବା ପୁରସ୍କାର-୨୦୨୬ ଘୋଷଣା: ଓଡ଼ିଶାର ସଞ୍ଜୀବ ପଣ୍ଡା, ସ୍ମୀତାରାଣୀ ମହାନ୍ତିଙ୍କୁ ରାଷ୍ଟ୍ରପତି ପଦକ

ଭୁବନେଶ୍ୱର,୧୪ା୮(ତ୍ରିନାଥ ମହାନ୍ତି): ସ୍ବାଧୀନତା ଦିବସର ଅବ୍ୟବହିତ ପୂର୍ବରୁ ଶୁକ୍ରବାର ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ଓଡ଼ିଶା ସମେତ ଦେଶର ଅନ୍ୟାନ୍ୟ ରାଜ୍ୟ, କେନ୍ଦ୍ର ଶାସିତ ଅଞ୍ଚଳ ଏବଂ ବିଭିନ୍ନ…

ଗମ୍ଭୀର-ଅଗରକରଙ୍କ BOSS ହେବେ VVS ଲକ୍ଷ୍ମଣ! ପ୍ରଥମ ଥର ଭାରତୀୟ କ୍ରିକେଟରେ ବଡ଼ ପରିବର୍ତ୍ତନ…

ନୂଆଦିଲ୍ଲୀ,୧୪।୮ : ଆଗାମୀ ଦିନରେ ଭାରତୀୟ କ୍ରିକେଟ୍‌ରେ ଏକ ବଡ଼ଧରଣର ପରିବର୍ତ୍ତନ ଦେଖିବାକୁ ମିଳିବ। ଏଯାବତ୍‌ ବୋର୍ଡର କ୍ରିକେଟ୍‌ ସମ୍ବନ୍ଧୀୟ ସମସ୍ତ ବଡ଼ ନିଷ୍ପତ୍ତି ସଭାପତି ଏବଂ…

୧୮ ବର୍ଷ ପରେ ମା’ ଯୋଗମାୟା ପୀଠକୁ ସ୍ପେନର ଗବେଷକଙ୍କ ପୁନଃ ପରିଦର୍ଶନ

କେସିଙ୍ଗା, ୧୪/୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ ଗୁର୍ଜିମୁଣ୍ଡାସ୍ଥିତ ମା’ ଯୋଗମାୟା ଶକ୍ତିପୀଠକୁ ୧୮ ବର୍ଷ ପରେ ପୁଣି ଥରେ ପରିଦର୍ଶନ କରିଛନ୍ତି…

ନିଜ ଝିଅ ବୟସର ଯୁବତୀଙ୍କୁ ଧରି ବୁଲୁଛନ୍ତି ଗୋବିନ୍ଦା, ସ୍ତ୍ରୀ କହିଲେ-ଲଜ୍ଜା ଲାଗିବା କଥା

ମୁମ୍ବାଇ: ଦିନ ଥିଲା ବଲିଉଡ ଅଭିନେତା ଗୋବିନ୍ଦା ନିଜର ଫିଲ୍ମକୁ ନେଇ ବେଶ ଚର୍ଚ୍ଚାରେ ରହୁଥିଲେ। ହେଲେ ଆଜିକାଲି ସିନେମାକୁ ନେଇ କମ୍‌ ହେଲେ ବ୍ୟକ୍ତିଗତ ଜୀବନକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri