ଧର୍ମଘଟ ବଢ଼ାଇବ ଆଳୁ ସଙ୍କଟ

ଭୁବନେଶ୍ୱର,୨୦ା୮(ଅନିଲ ଦାସ): ରାଜ୍ୟରେ ଗଚ୍ଛିତ ଥିବା ଆଳୁ ଆଗାମୀ ୩ ଦିନ ମଧ୍ୟରେ ଶେଷ ହୋଇଯିବ। ଏହା ପରେ ରାଜ୍ୟରେ ପୁଣି ଆଳୁ ସଙ୍କଟ ଦେଖାଦେଇ ପାରେ। ରାଜ୍ୟ ବ୍ୟବସାୟୀ ମହାସଂଘ ସାଧାରଣ ସମ୍ପାଦକ ସୁଧାକର ପଣ୍ଡା ସୋମବାର ଏ ନେଇ ସୂଚନା ଦେଇଛନ୍ତି। ପଶ୍ଚିମବଙ୍ଗ ଆଳୁ ବ୍ୟବସାୟୀ ଓ ଶୀତଳଭଣ୍ଡାର ମାଲିକ ଧର୍ମଘଟ ଧମକ ଦେଇଛନ୍ତି। ମଙ୍ଗଳବାର ସୁଦ୍ଧା ସମସ୍ୟାର ସମାଧାନ ନ ହେଲେ ଆଳୁ ଆସିବା ବନ୍ଦ ହୋଇଯିବ। ଫଳରେ ରାଜ୍ୟରେ ପୁଣି ଆଳୁର ଅଭାବ ଦେଖାଦେଇପାରେ।

ରାଜ୍ୟରୁ ଆଳୁ ସଙ୍କଟ ସମ୍ପୂର୍ଣ୍ଣ ଦୂର ହୋଇପାରୁ ନାହିଁ। ଉତ୍ତର ପ୍ରଦେଶରୁ ପର୍ଯ୍ୟାପ୍ତ ପରିମାଣରେ ଆଳୁ ଆସି ପାରୁ ନ ଥିବା ବେଳେ ପଶ୍ଚିମବଙ୍ଗରୁ ଆମଦାନୀ ସ୍ବାଭାବିକ ହୋଇପାରୁନି। ଏଭଳି ସ୍ଥିତିରେ ପଶ୍ଚିମବଙ୍ଗରୁ ଝାଡ଼ଖଣ୍ଡ ଦେଇ ଓଡ଼ିଶାକୁ କିଛି ଆଳୁ ଗାଡ଼ି ଆସୁଛି। ତାହା ପର୍ଯ୍ୟାପ୍ତ ହୋଇପାରୁ ନାହିଁ।

ରାଜ୍ୟକୁ ଆଳୁ ଯୋଗାଣ ସ୍ବାଭାବିକ କରିବାକୁ ଗତ ଅଗଷ୍ଟ ୧୧ରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ସହ ଟେଲିଫୋନରେ ଆଲୋଚନା କରିଥିଲେ। ଦିଲ୍ଲୀଠାରେ ନୀତି ଆୟୋଗ ବୈଠକ ବେଳେ ଦୁଇ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା ପରେ ଓଡ଼ିଶାକୁ ଆଳୁ ଯୋଗାଣ ସ୍ବାଭାବିକ ହେବ ବୋଲି ଅନୁମାନ କରାଯାଉଥିଲା। ଏହାପରେ ମଧ୍ୟ ସମସ୍ୟା ସମ୍ପୂର୍ଣ୍ଣ ଦୂର ହୋଇପାରି ନାହିଁ। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଉତ୍ତର ପ୍ରଦେଶରୁ ଟ୍ରେନ୍‌ ଯୋଗେ ଆଳୁ ଆଣିବାକୁ ପଦକ୍ଷେପ ନେଇଛନ୍ତି। ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ରବିବାର ଗଣମାଧ୍ୟମକୁ ସୂଚନା ଦେଇ କହିଥିଲେ, ରାଜ୍ୟରୁ ଆଳୁ ସଙ୍କଟ ଦୂର କରିବାକୁ ରାଜ୍ୟ ସରକାର ଉତ୍ତର ପ୍ରଦେଶରୁ ୨ଟି ଟ୍ରେନରେ ଆଳୁ ଆଣିବାକୁ ଯୋଜନା କରୁଛନ୍ତି। ଏ ନେଇ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ସହ ଯୋଗାଯୋଗ କରାଯାଉଛି ବୋଲି ମନ୍ତ୍ରୀ କୃଷ୍ଣଚନ୍ଦ୍ର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାହାଘର ପାଇଁ ଝିଅଙ୍କୁ ଟଙ୍କା ଦେବେ ଓଡ଼ିଶା ସରକାର, ଆକାଉଣ୍ଟକୁ ଆସିବ ଏତେଟଙ୍କା

ଭୁବେନଶ୍ୱର,୫।୧୨: ସୁଭଦ୍ରା ଯୋଜନା ପରେ ଓଡ଼ିଶାରେ ନୂଆ ଯୋଜନା ପାଇଁ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ଏବେ ବାହାଘର ପାଇଁ ଟଙ୍କା ଦେବେ ଓଡ଼ିଶା...

ଗଞ୍ଜେଇ ଜବତ, ଜଣେ ଗିରଫ

ମୋହନା, ୫ା୧୨(ମନ୍ମଥ ମିଶ୍ର): ଗଞ୍ଜେଇ ଚୋରାଚାଲାଣ କରୁଥିବା ବେଳେ ଶୁକ୍ରବାର ଜଣେ ବ୍ୟକ୍ତିଙ୍କୁ ମୋହନା ଅବକାରୀ ବିଭାଗ କର୍ମଚାରୀ ଗିରଫ କରି କୋର୍ଟଚାଲାଣ କରିଛନ୍ତି। ସେ...

ରୁଷିକୁଲ୍ୟା ମୁହାଁଣରୁ ୨ ଆନ୍ଧ୍ର ଟ୍ରଲର ଜବତ

ଗଞ୍ଜାମ,୫ା୧୨(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରୁଷିକୁଲ୍ୟା ମୁହାଁଣ ନୋ ଫିସିଙ୍ଗ ଜୋନ୍‌ରୁ ଆନ୍ଧ୍ର ପ୍ରଦେଶର ଦୁଇଟି ଟ୍ରଲରକୁ ଶୁକ୍ରବାର ବନ ବିଭାଗ ଜବତ କରି ମତ୍ସ୍ୟ...

ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ, ବନ୍ଧୁକ ଜବତ

ବାଲିଗୁଡ଼ା,୫ା୧୨ (ସଞ୍ଜୟ କୁମାର ପାଣିଗ୍ରାହୀ): କିଛି ଦିନର ନୀରବତା ପରେ ପୁଣି କନ୍ଧମାଳ ଜିଲା ବେଲଘର-କୋଟଗଡ଼ ଥାନା ସୀମାନ୍ତରେ ମାଓ ଗତିବିଧି ଦେଖାଦେଇଛି। ଏସଓଜି ଏବଂ...

ପ୍ଲାଷ୍ଟିକର ବହୁଳ ବ୍ୟବହାର ଜୀବଜଗତ ପ୍ରତି ବିପଦ

ଦିଗପହଣ୍ଡି,୫ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ‘ଇକୋ’ କ୍ଲବ୍‌ ପକ୍ଷରୁ ଏକ...

୭ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ତୁମୁଡିବନ୍ଧ ପୋଲିସ

ତୁମୁଡିବନ୍ଧ,୫ା୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲାରେ ନୀଳ ଜହର ଅପରେଶନ ଜୋରଦାର ଜାରି ରହିଥିବାବେଳେ ବେଆଇନ ଭାବେ କରାଯାଇଥିବା ୮ ଏକର ପରିମିତ ଜାଗାର ପ୍ରାୟ...

ଲାଗିଗଲା କାହା ନଜର: ଏକାବେଳକେ ଆଖି ବୁଜିଦେଲେ ସ୍ତ୍ରୀ- ସ୍ବାମୀ, ପେଟରୁ ମରିଗଲା…

ଦିଗପହଣ୍ଡି,୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ସାରେ ଏକ...

‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ କହିଦେଲେ ମନ୍ତ୍ରୀ

ଭୁବନେଶ୍ୱର,୫।୧୨: ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? କଂଗ୍ରେସ ବିଧାୟକ ଦଳ ନେତାଙ୍କର ଏପରି ପ୍ରଶ୍ନର ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ। ବିଧାନସଭାରେ ଓଡ଼ିଆ ଭାଷା,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri