ଧର୍ମଘଟ ବଢ଼ାଇବ ଆଳୁ ସଙ୍କଟ

ଭୁବନେଶ୍ୱର,୨୦ା୮(ଅନିଲ ଦାସ): ରାଜ୍ୟରେ ଗଚ୍ଛିତ ଥିବା ଆଳୁ ଆଗାମୀ ୩ ଦିନ ମଧ୍ୟରେ ଶେଷ ହୋଇଯିବ। ଏହା ପରେ ରାଜ୍ୟରେ ପୁଣି ଆଳୁ ସଙ୍କଟ ଦେଖାଦେଇ ପାରେ। ରାଜ୍ୟ ବ୍ୟବସାୟୀ ମହାସଂଘ ସାଧାରଣ ସମ୍ପାଦକ ସୁଧାକର ପଣ୍ଡା ସୋମବାର ଏ ନେଇ ସୂଚନା ଦେଇଛନ୍ତି। ପଶ୍ଚିମବଙ୍ଗ ଆଳୁ ବ୍ୟବସାୟୀ ଓ ଶୀତଳଭଣ୍ଡାର ମାଲିକ ଧର୍ମଘଟ ଧମକ ଦେଇଛନ୍ତି। ମଙ୍ଗଳବାର ସୁଦ୍ଧା ସମସ୍ୟାର ସମାଧାନ ନ ହେଲେ ଆଳୁ ଆସିବା ବନ୍ଦ ହୋଇଯିବ। ଫଳରେ ରାଜ୍ୟରେ ପୁଣି ଆଳୁର ଅଭାବ ଦେଖାଦେଇପାରେ।

ରାଜ୍ୟରୁ ଆଳୁ ସଙ୍କଟ ସମ୍ପୂର୍ଣ୍ଣ ଦୂର ହୋଇପାରୁ ନାହିଁ। ଉତ୍ତର ପ୍ରଦେଶରୁ ପର୍ଯ୍ୟାପ୍ତ ପରିମାଣରେ ଆଳୁ ଆସି ପାରୁ ନ ଥିବା ବେଳେ ପଶ୍ଚିମବଙ୍ଗରୁ ଆମଦାନୀ ସ୍ବାଭାବିକ ହୋଇପାରୁନି। ଏଭଳି ସ୍ଥିତିରେ ପଶ୍ଚିମବଙ୍ଗରୁ ଝାଡ଼ଖଣ୍ଡ ଦେଇ ଓଡ଼ିଶାକୁ କିଛି ଆଳୁ ଗାଡ଼ି ଆସୁଛି। ତାହା ପର୍ଯ୍ୟାପ୍ତ ହୋଇପାରୁ ନାହିଁ।

ରାଜ୍ୟକୁ ଆଳୁ ଯୋଗାଣ ସ୍ବାଭାବିକ କରିବାକୁ ଗତ ଅଗଷ୍ଟ ୧୧ରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ସହ ଟେଲିଫୋନରେ ଆଲୋଚନା କରିଥିଲେ। ଦିଲ୍ଲୀଠାରେ ନୀତି ଆୟୋଗ ବୈଠକ ବେଳେ ଦୁଇ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା ପରେ ଓଡ଼ିଶାକୁ ଆଳୁ ଯୋଗାଣ ସ୍ବାଭାବିକ ହେବ ବୋଲି ଅନୁମାନ କରାଯାଉଥିଲା। ଏହାପରେ ମଧ୍ୟ ସମସ୍ୟା ସମ୍ପୂର୍ଣ୍ଣ ଦୂର ହୋଇପାରି ନାହିଁ। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଉତ୍ତର ପ୍ରଦେଶରୁ ଟ୍ରେନ୍‌ ଯୋଗେ ଆଳୁ ଆଣିବାକୁ ପଦକ୍ଷେପ ନେଇଛନ୍ତି। ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ରବିବାର ଗଣମାଧ୍ୟମକୁ ସୂଚନା ଦେଇ କହିଥିଲେ, ରାଜ୍ୟରୁ ଆଳୁ ସଙ୍କଟ ଦୂର କରିବାକୁ ରାଜ୍ୟ ସରକାର ଉତ୍ତର ପ୍ରଦେଶରୁ ୨ଟି ଟ୍ରେନରେ ଆଳୁ ଆଣିବାକୁ ଯୋଜନା କରୁଛନ୍ତି। ଏ ନେଇ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ସହ ଯୋଗାଯୋଗ କରାଯାଉଛି ବୋଲି ମନ୍ତ୍ରୀ କୃଷ୍ଣଚନ୍ଦ୍ର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?