Posted inଜାତୀୟ

କରୋନାର କୋରଡ଼ା ମାଡ଼: ବିଦେଶ ପାଠପଢ଼ା ପ୍ରତି କମୁଛି ଆଗ୍ରହ

ନୂଆଦିଲ୍ଲୀ, ୨୨।୮: ବିଦେଶରେ ପାଠପଢ଼ା ପ୍ରତି ପୂର୍ବରୁ ଭାରତୀୟ ଯୁବବର୍ଗଙ୍କ ମଧ୍ୟରେ ଆଗ୍ରହ ଥିବାବେଳେ ଏବେ ଏହା କମିବାରେ ଲାଗିଛି। କରୋନା ମହାମାରୀ ସଂକ୍ରମଣ ଯୋଗୁ ରହିବା ଏବଂ ଖାଇବା ପିଇବା ସମ୍ପର୍କରେ ଭାରତୀୟ ଯୁବବର୍ଗ ନିଶ୍ଚିତ ହୋଇପାରୁ ନାହାଁନ୍ତି। ତେଣୁ ବିଦେଶରେ ପାଠପଢ଼ା ନ କରି ବିକଳ୍ପ ଯୋଜନା ଉପରେ ସେମାନେ ଅଧିକ ଗୁରୁତ୍ୱ ଦେଉଥିବା ଏକ ସର୍ଭେରୁ ଜଣାପଡ଼ିଛି। କରୋନାର କୋରଡ଼ା ମାଡ଼ ଯୋଗୁ ୬୧ ପ୍ରତିଶତରୁ ଅଧିକ ଭାରତୀୟ ଯୁବବର୍ଗ ବିଦେଶ ପାଠପଢ଼ାକୁ ସ୍ଥଗିତ ରଖିବାକୁ ନିଷ୍ପତ୍ତି ଗ୍ରହଣ କରିଥିବା ସର୍ଭେ ରିପୋର୍ଟରେ ଉଲ୍ଲେଖ କରାଯାଇଛି। କ୍ୱେକରେଲି ସାଇମଣ୍ଡସ୍‌ ନାମକ ସର୍ଭେ ଏଜେନ୍ସି ପକ୍ଷରୁ ଏହି ରିପୋର୍ଟ ପ୍ରକାଶ ପାଇଛି। ଅଗଷ୍ଟ ୧୧ ପର୍ଯ୍ୟନ୍ତ ହୋଇଥିବା ଅନ୍‌ଲାଇନ୍‌ ସର୍ଭେରେ ୬୬ ହଜାର ୯୫୯ ଯୁବବର୍ଗ ନିଜର ପ୍ରତିକ୍ରିୟା ଦେଇଥିଲେ। ସେମାନଙ୍କ ମଧ୍ୟରେ ୧୧ ହଜାର ୩୧୦ ଭାରତୀୟ ଯୁବବର୍ଗ ରହିଛନ୍ତି। ସୂଚନାଯୋଗ୍ୟ, ୨୦୧୮ ରିପୋର୍ଟ ଅନୁସାରେ ୭ ଲକ୍ଷ ୫୦ ହଜାରରୁ ଅଧିକ ଭାରତୀୟ ଯୁବବର୍ଗ ୯୦ରୁ ଅଧିକ ଦେଶରେ ପାଠପଢୁଛନ୍ତି। ତେବେ କରୋନା ସଂକ୍ରମଣ ଯୋଗୁ ଉଚ୍ଚଶିକ୍ଷା ପାଇଁ ବିଦେଶ ଯିବାକୁ ଯୁବବର୍ଗ ଅମଙ୍ଗ ହେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?