ଆବେଦନ ଲାଗି ଟଙ୍କା ମାଗିବାରୁ ୨ ଜନସେବା କେନ୍ଦ୍ର ଉପରେ କଡା କାର୍ଯ୍ୟାନୁଷ୍ଠାନ: ଅଙ୍ଗନୱାଡି କର୍ମୀଙ୍କ ଦରମା ବନ୍ଦ

କେନ୍ଦ୍ରାପଡ଼ା, ୫ା୯ (ଜଗନ୍ନାଥ ଧଳ): ରାଜ୍ୟ ସରକାରଙ୍କ ବହୁଚର୍ଚ୍ଚିତ ସୁଭଦ୍ରା ଯୋଜନା କାର୍ଯ୍ୟକାରିତାରେ କେନ୍ଦ୍ରାପଡ଼ା ଜିଲାର କେତେକ ସ୍ଥାନରେ ବାଧା ସୃଷ୍ଟି ହୋଇଛି। ଏପରି ଅଭିଯୋଗ ପରେ ଜିଲା ପ୍ରଶାସନ ପକ୍ଷରୁ ତଦନ୍ତ ସହ ୩ ଜଣଙ୍କ ଉପରେ ଗୁରୁବାର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି।

ଜିଲାପାଳ ସ୍ମୃତିରଞ୍ଜନ ପ୍ରଧାନଙ୍କ ନିର୍ଦ୍ଦେଶରେ ଡେରାବିଶ ବ୍ଲକ ବେଲାରପୁରର ୨ ଜନସେବା କେନ୍ଦ୍ର ଉପରେ ଚଢ଼ାଉ ହୋଇଥିଲା। ଏହି ଜନସେବା କେନ୍ଦ୍ରରେ ସୁଭଦ୍ରା ଯୋଜନା ଫର୍ମ ଅନ୍‌ଲାଇନରେ ସଂଯୋଗ ସମୟରେ ଟଙ୍କା ନେଉଥିବା ସମ୍ଭାବ୍ୟ ହିତାଧିକାରୀ ଅଭିଯୋଗ କରିଥିଲେ। ତଦନ୍ତ ପରେ ବେଲାରପୁରର ସପନ କୁମାର ପଣ୍ଡା ଓ ଶ୍ରୀକାନ୍ତ କୁମାର ନାୟକଙ୍କ ଜନସେବା କେନ୍ଦ୍ରକୁ ସାମୟିକ ଭାବେ ବନ୍ଦ କରି ଦିଆଯାଇଛି।

ସେହିପରି ବଡ଼ ସରଦେଇପୁର ଅଙ୍ଗନୱାଡି କର୍ମୀ ପୁଷ୍ପଲତା ପଣ୍ଡା ଏହି କେନ୍ଦ୍ର ଅଧୀନ ମହିଳାଙ୍କୁ ସୁଭଦ୍ରା ଫର୍ମ ଦିଆଯିବ ନାହିଁ କହିବା ସହ ଦୁର୍ବ୍ୟବହାର କରିଥିଲେ। ଏ ନେଇ ଅଭିଯୋଗ ପରେ ଅଙ୍ଗନୱାଡି କର୍ମୀ ପଣ୍ଡାଙ୍କୁ କାର୍ଯ୍ୟରୁ ନିଲମ୍ବିତ କରାଯାଇଥିବା ଜିଲା ପ୍ରଶାସନ ପକ୍ଷରୁ ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

IAS ସ୍ତରରେ ବଡ଼ ଧରଣର ଅଦଳବଦଳ: ଅରବିନ୍ଦ ପାଢ଼ୀଙ୍କୁ ରାଜସ୍ୱ ବିଭାଗ

ଭୁବନେଶ୍ୱର,୫।୨: ଓଡିଶା ସରକାର ସଚିବ ସ୍ତରରେ ବଡ଼ ଅଦଳବଦଳ କରିଛନ୍ତି। ଅନେକ ଅଭିଜ୍ଞ IAS ଅଧିକାରୀଙ୍କୁ ଗୁରୁତ୍ୱପୂର୍ଣ୍ଣ ବିଭାଗର ଦାୟିତ୍ୱ ସହ ଅତିରିକ୍ତ କାର୍ଯ୍ୟଭାର ମଧ୍ୟ ଅର୍ପଣ…

ୟୁରୋପ, ଆମେରିକା ପରେ ଭାରତ ଟାର୍ଗେଟରେ ଏସବୁ ଧନୀ ଦେଶ; ଖୁବଶୀଘ୍ର ହେବ ବାଣିଜ୍ୟ ଚୁକ୍ତି

ନୂଆଦିଲ୍ଲୀ,୫।୨: ଅନେକ ଆଲୋଚନା ପରେ ଭାରତ ୟୁରୋପ, ଆମେରିକା ସହିତ ବାଣିଜ୍ୟ ଚୁକ୍ତି କରିବାରେ ସଫଳ ହୋଇଛି। ଏହି ଚୁକ୍ତି ଭାରତ ଅର୍ଥନୀତି ପାଇଁ ଖୁବ ସୁଯୋଗ…

ସରୁନି ବିସ୍ଥାପିତଙ୍କ ଥଇଥାନ ଦୁଃଖ: ବଢ଼ୁଛି ଅସନ୍ତୋଷ

ମୋହନା,୫।୨(ମନ୍ମଥ ମିଶ୍ର) ଛେଳିଗଡ଼ ପ୍ରକଳ୍ପରେ କ୍ଷତିଗ୍ରସ୍ତ ହୋଇଥିବା ବିସ୍ଥାପିତଙ୍କ ଆଜି ଯାଏ ଥଇଥାନ ହୋଇପାରି ନାହିଁ। ୩ ଦଶନ୍ଧି ଧରି ଚାଲିଛି ବିସ୍ଥାପନ ପ୍ରକ୍ରିୟା। ଚାଷ ଓ…

ଅଶ୍ବିନୀ ବୈଷ୍ଣବଙ୍କୁ ଓଡିଶାରେ ପୁରାଇ ଦେବୁନି..’: ରାଜ୍ୟସଭାରେ ଗର୍ଜିଲେ ମୁନ୍ନା ଖାଁ

ନୂଆଦିଲ୍ଲୀ,୫।୨: ରାଜ୍ୟସଭାରେ ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବଙ୍କୁ ଟାର୍ଗେଟ କରି ଗର୍ଜିଛନ୍ତି ଏମପି ମୁନ୍ନା ଖାଁ। ନବରଙ୍ଗପୁର ଏବଂ ମାଲକାନଗିରି ଜିଲାକୁ ରେଳପଥ ସଂଯୋଗ ପାଇଁ କେନ୍ଦ୍ର ସରକାରଙ୍କ…

ନୂତନ ଉପନିବନ୍ଧନ କାର୍ଯ୍ୟାଳୟ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ: ଏଣିକି ଆଉ ହଇରାଣ ହେବେନି ଅଞ୍ଚଳବାସୀ

ତୁମୁଡିବନ୍ଧ,୫।୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧରେ ଅଭାସୀ ମାଧ୍ୟମରେ ଗୁରୁବାର ମୁଖ୍ୟମନ୍ତ୍ରୀ ତୁମୁଡିବନ୍ଧ ତହସିଲ କାଯ୍ୟଳୟ ପରିସରରେ ଉପନିବନ୍ଧନ କାର୍ଯ୍ୟାଳୟ ଉଦ୍‌ଘାଟନ କରିଛନ୍ତି। ଏହି କାର୍ଯ୍ୟକ୍ରମଟିକୁ…

ତତ୍ପରତା ଦେଖାଇଲା ଜିଲା ପ୍ରଶାସନ, ଜେସିବି ମେଶିନ ସାହାଯ୍ୟରେ ହଟାଗଲା ହମ୍ପସ

ବଞ୍ଚୋ,୫ା୨(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲାର ଜୀବନରେଖା କୁହାଯାଉଥିବା ୨୦ ନମ୍ବର ଜାତୀୟ ରାଜପଥର କୋଳିମାଟି ଛକ ଦୁର୍ଘଟଣାର ହଟ୍‌ସ୍ପଟ୍‌ ପାଲଟିଛି। ଉକ୍ତ ସ୍ଥାନରେ ବାରମ୍ବାର ଦୁର୍ଘଟଣା…

ଚାଇନା-ରୁଷିଆ-ଆମେରିକାକୁ ପଛରେ ପକାଇ ଏହି ଲିଷ୍ଟ୍‌ରେ ଆଗକୁ ଗଲା ଭାରତ, ଜାଣନ୍ତୁ ପାକିସ୍ତାନ ସ୍ଥିତି କ’ଣ

ନୂଆଦିଲ୍ଲୀ,୫।୨: ବିଶ୍ୱ ବୌଦ୍ଧିକ ଫାଉଣ୍ଡେସନ (WIF) ଦ୍ୱାରା ପ୍ରକାଶିତ ଦାୟିତ୍ୱବାନ ରାଷ୍ଟ୍ର ସୂଚକାଙ୍କ ଦେଶଗୁଡ଼ିକ ଉପରେ ଏକ ନୂତନ ଦୃଷ୍ଟିକୋଣ ପ୍ରଦାନ କରେ। ଏହି ତାଲିକା ଏକ…

ବଲାଙ୍ଗୀର ସହର ପରିକ୍ରମା କଲେ ଆୟୁର୍ବେଦ ଛାତ୍ରୀଛାତ୍ର, ସୁବର୍ଣ୍ଣ ଜୟନ୍ତୀ ଗେଟକୁ କଳିକେଶ…

ବଲାଙ୍ଗୀର,୫।୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସରକାରୀ ଆୟୁର୍ବେଦିକ କଲେଜ ଏବଂ ହସ୍ପିଟାଲର ସୁବର୍ଣ୍ଣ ଜୟନ୍ତୀ ସମାରୋହ ଗୁରୁବାର ଉଦଘାଟିତ ହୋଇଛି । ଏହି ଅବସରରେ ବଲାଙ୍ଗୀର ବିଧାୟକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri