ଜନସେବା କେନ୍ଦ୍ର ଆଧାର ଅପଡେଟ୍‌ ପାଇଁ ଅଧିକ ଟଙ୍କା ମାଗୁଥିଲେ ହେବ କଡ଼ା କାର୍ଯ୍ୟାନୁଷ୍ଠାନ, ଏହି ନମ୍ବରରେ କରନ୍ତୁ ଅଭିଯୋଗ

ଭୁବନେଶ୍ୱର, ୩।୯: ସୁଭଦ୍ରା ଯୋଜନାରେ ଆବେଦନ କରିବା ଲାଗି ରାଜ୍ୟର ସମସ୍ତ ଜନସେବା କେନ୍ଦ୍ରରେ ଅହେତୁକ ଭିଡ଼ ଦେଖିବାକୁ ମିଳୁଛି।
ଏନେଇ ଜନସେବା କେନ୍ଦ୍ର ଓଡ଼ିଶା ମୁଖ୍ୟ ମଦନ ମୋହନ ରାଉତ ଗଣମାଧ୍ୟମରେ ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି ଯେ, ସୁଭଦ୍ରା’ ଆବେଦନ ପାଇଁ ୪ଟି ମୋଡ୍‌ରେ ଆଧାର ଅଥେଣ୍ଟିକେସନ ହେଉଛି। ମୋବାଇଲ, ବାୟୋମେଟ୍ରିକ, ଫେସ୍‌, ଆଇରିସ ଜରିଆରେ ଅଥେଣ୍ଟିକେସନ କରାଯାଉଛି। କୌଣସିଟିରେ ବି ଅଥେଣ୍ଟିକେସନ ହେଲେ ଆଧାର ଅପଡେଟ୍‌ ଜରୁରୀ ନାହିଁ।”

ତେବେ ”ଜନସେବା କେନ୍ଦ୍ର ଆଧାର ଅପଡେଟ୍‌ ପାଇଁ ଅଧିକ ଟଙ୍କା ମାଗୁଥିଲେ ଜଣାଇବାକୁ ସେ କହିଛନ୍ତି। ନିର୍ଦ୍ଧାରିତ ଠାରୁ ଅଧିକ ଟଙ୍କା ମାଗୁଥିଲେ ଲୋକେ ୧୪୬୭୮ ନମ୍ବରରେ ଅଭିଯୋଗ କରିପାରିବେ।

ସେପଟେ ସୁଭଦ୍ରା ଯୋଜନା ପାଇଁ ରାଜ୍ୟ ସରକାର ଓ୍ବେବ୍‌ ପୋର୍ଟାଲ ଆରମ୍ଭ କରିଛନ୍ତି । ସୁଭଦ୍ରା ଯୋଜନାର ସମସ୍ତ ତଥ୍ୟ www.subhadra.odisha.gov.in ୱେବ୍‌ପୋର୍ଟାଲରୁ ଉପଲବ୍ଧ ହୋଇପାରିବ। ଉପମୁଖ୍ୟମନ୍ତ୍ରୀ ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ପ୍ରଭାତୀ ପରିଡ଼ା ସୋମବାର ଏହି ପୋର୍ଟାଲର ଶୁଭାରମ୍ଭ କରିଛନ୍ତି । ମନ୍ତ୍ରୀ କହିଛନ୍ତି, ହିତାଧିକାରୀଙ୍କ ଯୋଗ୍ୟତା, ସେମାନଙ୍କ ଅଧିକାର, ଆବେଦନର ପ୍ରକ୍ରିୟା, ବାରମ୍ବାର ପଚରାଯାଉଥିବା ପ୍ରଶ୍ନ ଓ ତା’ର ଉତ୍ତର ଏହି ପୋର୍ଟାଲରେ ଉପଲବ୍ଧ ଅଛି।

ଏହି ୱେବ୍‌ସାଇଟ୍‌ରେ ସମସ୍ତ ତଥ୍ୟ ଉଭୟ ଓଡ଼ିଆ ଓ ଇଂଲିଶ ଭାଷାରେ ଦିଆଯାଇଛି। ଏଥିସହ ଯୋଜନା ସମ୍ପର୍କରେ ଅଧିକ ସୂଚନା ପାଇଁ ରାଜ୍ୟ ସରକାର ୧୪୬୭୮ ଟୋଲ ଫ୍ରି ନମ୍ବର ଜାରି କରିଛନ୍ତି। ଏହି ଟୋଲ ଫ୍ରି ନମ୍ବର ସକାଳ ୬ଟାରୁ ରାତି ୧୦ ପର୍ଯ୍ୟନ୍ତ କାମ କରିବ। ନିରୂପଣ କରାଯାଇଥିବା ନିର୍ଦ୍ଦିଷ୍ଟ ସ୍ଥାନ ଓ କାର୍ଯ୍ୟାଳୟରେ ସେପ୍ଟେମ୍ବର ୪ ଅପରାହ୍ନରୁ ଫର୍ମ ଦାଖଲ କରାଯିବ। ଫର୍ମ ପୂରଣ କରି ଆଧାର କାର୍ଡ ନକଲ ସହ ଦାଖଲ କରିବେ। ମୋ ସେବା କେନ୍ଦ୍ର, ଜନସେବା କେନ୍ଦ୍ର କିମ୍ବା ଜିଲାପାଳଙ୍କ ନିର୍ଦ୍ଦେଶାନୁସାରେ ନିରୂପଣ କରାଯାଇଥିବା ସ୍ଥାନ ଓ କାର୍ଯ୍ୟାଳୟରୁ ଫର୍ମ ସଂଗ୍ରହ କରାଯିବ। ସମସ୍ତ ଯୋଗ୍ୟ ମହିଳାଙ୍କୁ ଏହି ଯୋଜନାର ଲାଭ ମିଳିବା ପର୍ଯ୍ୟନ୍ତ ପୋର୍ଟାଲ ଚାଲୁ ରହିବ। ଫର୍ମ ବଣ୍ଟନ ଓ ଦାଖଲ ସମ୍ପୂର୍ଣ୍ଣ ମାଗଣା ହେବ ବୋଲି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା କହିଛନ୍ତି। ସେପ୍ଟେମ୍ବର ୧୭ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିନରେ ଯୋଗ୍ୟ ହିତାଧିକାରୀଙ୍କୁ ସୁଭଦ୍ରାର ପ୍ରଥମ କିସ୍ତି ମିଳିବ । ପ୍ରଧାନମନ୍ତ୍ରୀ ଏହାର ଶୁଭାରମ୍ଭ କରିବେ ।


Enter your email to get our daily news in your inbox.

All Right Reserved By Dharitri.Com

IAS ସ୍ତରରେ ବଡ଼ ଧରଣର ଅଦଳବଦଳ: ଅରବିନ୍ଦ ପାଢ଼ୀଙ୍କୁ ରାଜସ୍ୱ ବିଭାଗ

ଭୁବନେଶ୍ୱର,୫।୨: ଓଡିଶା ସରକାର ସଚିବ ସ୍ତରରେ ବଡ଼ ଅଦଳବଦଳ କରିଛନ୍ତି। ଅନେକ ଅଭିଜ୍ଞ IAS ଅଧିକାରୀଙ୍କୁ ଗୁରୁତ୍ୱପୂର୍ଣ୍ଣ ବିଭାଗର ଦାୟିତ୍ୱ ସହ ଅତିରିକ୍ତ କାର୍ଯ୍ୟଭାର ମଧ୍ୟ ଅର୍ପଣ…

ୟୁରୋପ, ଆମେରିକା ପରେ ଭାରତ ଟାର୍ଗେଟରେ ଏସବୁ ଧନୀ ଦେଶ; ଖୁବଶୀଘ୍ର ହେବ ବାଣିଜ୍ୟ ଚୁକ୍ତି

ନୂଆଦିଲ୍ଲୀ,୫।୨: ଅନେକ ଆଲୋଚନା ପରେ ଭାରତ ୟୁରୋପ, ଆମେରିକା ସହିତ ବାଣିଜ୍ୟ ଚୁକ୍ତି କରିବାରେ ସଫଳ ହୋଇଛି। ଏହି ଚୁକ୍ତି ଭାରତ ଅର୍ଥନୀତି ପାଇଁ ଖୁବ ସୁଯୋଗ…

ଅଶ୍ବିନୀ ବୈଷ୍ଣବଙ୍କୁ ଓଡିଶାରେ ପୁରାଇ ଦେବୁନି..’: ରାଜ୍ୟସଭାରେ ଗର୍ଜିଲେ ମୁନ୍ନା ଖାଁ

ନୂଆଦିଲ୍ଲୀ,୫।୨: ରାଜ୍ୟସଭାରେ ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବଙ୍କୁ ଟାର୍ଗେଟ କରି ଗର୍ଜିଛନ୍ତି ଏମପି ମୁନ୍ନା ଖାଁ। ନବରଙ୍ଗପୁର ଏବଂ ମାଲକାନଗିରି ଜିଲାକୁ ରେଳପଥ ସଂଯୋଗ ପାଇଁ କେନ୍ଦ୍ର ସରକାରଙ୍କ…

ଚାଇନା-ରୁଷିଆ-ଆମେରିକାକୁ ପଛରେ ପକାଇ ଏହି ଲିଷ୍ଟ୍‌ରେ ଆଗକୁ ଗଲା ଭାରତ, ଜାଣନ୍ତୁ ପାକିସ୍ତାନ ସ୍ଥିତି କ’ଣ

ନୂଆଦିଲ୍ଲୀ,୫।୨: ବିଶ୍ୱ ବୌଦ୍ଧିକ ଫାଉଣ୍ଡେସନ (WIF) ଦ୍ୱାରା ପ୍ରକାଶିତ ଦାୟିତ୍ୱବାନ ରାଷ୍ଟ୍ର ସୂଚକାଙ୍କ ଦେଶଗୁଡ଼ିକ ଉପରେ ଏକ ନୂତନ ଦୃଷ୍ଟିକୋଣ ପ୍ରଦାନ କରେ। ଏହି ତାଲିକା ଏକ…

ବଲାଙ୍ଗୀର ସହର ପରିକ୍ରମା କଲେ ଆୟୁର୍ବେଦ ଛାତ୍ରୀଛାତ୍ର, ସୁବର୍ଣ୍ଣ ଜୟନ୍ତୀ ଗେଟକୁ କଳିକେଶ…

ବଲାଙ୍ଗୀର,୫।୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସରକାରୀ ଆୟୁର୍ବେଦିକ କଲେଜ ଏବଂ ହସ୍ପିଟାଲର ସୁବର୍ଣ୍ଣ ଜୟନ୍ତୀ ସମାରୋହ ଗୁରୁବାର ଉଦଘାଟିତ ହୋଇଛି । ଏହି ଅବସରରେ ବଲାଙ୍ଗୀର ବିଧାୟକ…

ରାଶନକୁ ନେଇ କେନ୍ଦ୍ର ସରକାରଙ୍କ ବଡ଼ ପଦକ୍ଷେପ: ଏଣିକି ଶସ୍ୟ ବଦଳରେ ମିଳିବ…

ନୂଆଦିଲ୍ଲୀ,୫।୨: ଯଦି ଆପଣଙ୍କର ରାଶନ କାର୍ଡ ଅଛି ଏବଂ ଆପଣ ସରକାରଙ୍କ ମାସିକ ମାଗଣା ରାଶନ ଯୋଜନାର ହିତାଧିକାରୀ, ତେବେ ଏହା ଆପଣଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ସୂଚନା।…

ବଲାଙ୍ଗୀରରେ ଚର୍ଚ୍ଚା: ମା’ ପାଟଣେଶ୍ବରୀଙ୍କ ମନ୍ଦିରରେ କେଭି-କଳିକେଶ, ଏକାଠି ବସିଲେ ହୋମଯଜ୍ଞ କଲେ

ବଲାଙ୍ଗୀର,୫।୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରର ଇଷ୍ଟଦେବି ମାଁ ପାଟଣେଶ୍ବରୀଙ୍କ ମନ୍ଦିରକୁ ଶହେ ପଚାଶ ବର୍ଷ (୧୫୦) ପୂରଣ ହୋଇଛି । ତେଣୁ ଯାକଜମକରେ ଦେବାଳୟ ଐତିହ୍ୟ…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ସୂଚନା: ଭାରତ-ଆମେରିକା ବାଣିଜ୍ୟ ଚୁକ୍ତିରୁ ଓଡ଼ିଶାକୁ ମିଳିବ ଫାଇଦା, ଏମାନେ ହେବେ ଉପକୃତ….

ଭୁବନେଶ୍ୱର,୫।୧: ଭାରତ-ଆମେରିକା ନୂତନ ବାଣିଜ୍ୟ ଚୁକ୍ତିରୁ ଓଡ଼ିଶାକୁ ଫାଇଦା। ଏନେଇ ଗୁରୁବାର ଏକ୍ସରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୂଚନା ଦେଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ଓଡ଼ିଶାର ସାମୁଦ୍ରିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri