Posted inଖେଳ

ଧନଞ୍ଜୟଙ୍କ ଦୃଢ଼ ବ୍ୟାଟିଂ

ଗାଲେ, ୧୭।୭: ଶ୍ରୀଲଙ୍କା ଓ ପାକିସ୍ତାନ ମଧ୍ୟରେ ଚଳିତ ସିରିଜର ପ୍ରଥମ କ୍ରିକେଟ ଟେଷ୍ଟ ରବିବାର ଏଠାରେ ଆରମ୍ଭ ହୋଇଛି। ପାକିସ୍ତାନ ବୋଲରମାନେ ଶ୍ରୀଲଙ୍କାର ପ୍ରାରମ୍ଭିକ ବ୍ୟାଟିଂ ବିପର୍ଯ୍ୟୟ ଘଟାଇଥିଲେ ହେଁ ଧନଞ୍ଜୟ ଡି’ସିଲ୍‌ଭାଙ୍କ ଦୃଢ଼ ବ୍ୟାଟିଂ ବଳରେ ଶ୍ରୀଲଙ୍କା ଏକ ସମ୍ମାନଜନକ ସ୍କୋର ଦିଗରେ ଅଗ୍ରସର ହୋଇଛି। ବର୍ଷା ବାଧା ଯୋଗୁ ପ୍ରଥମ ଦିବସରେ ୬୫.୪ ଓଭର ଖେଳ ସମ୍ଭବ ହୋଇଥିଲା। ଷ୍ଟମ୍ପ୍ସ ପ୍ରତ୍ୟାହୃତ ହେବା ବେଳକୁ ଶ୍ରୀଲଙ୍କା ୬ ଉଇକେଟ ହରାଇ ୨୪୨ ରନ ସ୍କୋର କରିଛି। ଧନଞ୍ଜୟ ୯୪ ରନକରି ଅପରାଜିତ ରହିଛନ୍ତି।
ଟସ୍‌ ଜିତି ବ୍ୟାଟିଂ ନିଷ୍ପତ୍ତି ନେଇଥିଲା ଶ୍ରୀଲଙ୍କା। ତେବେ ଆହତ ସମସ୍ୟାରୁ ମୁକୁଳି ପାକିସ୍ତାନ ଦଳକୁ ପ୍ରତ୍ୟାବର୍ତ୍ତନ କରିଥିବା ଶାହିନ ଶାହା ଆଫ୍ରିଦୀ ଚମତ୍କାର ବୋଲିଂ କରି ଶ୍ରୀଲଙ୍କାର ପ୍ରାରମ୍ଭିକ ବ୍ୟାଟିଂ ବିପର୍ଯ୍ୟୟ ଘଟାଇଥିଲେ। ଶାହିନ ୩ଟି ଓ ନସିମ ଶାହା ଗୋଟିଏ ଉଇକେଟ ନେବାରୁ ଶ୍ରୀଲଙ୍କା ମାତ୍ର ୫୪ ରନରେ ୪ଟି ଉଇକେଟ ହରାଇଥିଲା। ନିଶାନ ମଦୁସ୍କା (୪ ରନ)ଙ୍କୁ ଆଉଟ କରି ଶାହିନ ପାକିସ୍ତାନର ୧୯ତମ ବୋଲରଭାବେ ଟେଷ୍ଟ କ୍ରିକେଟରେ ୧୦୦ ଉଇକେଟ ପୂରଣ କରିଥିଲେ। ଏହି ମାଇଲଖୁଣ୍ଟ ସ୍ପର୍ଶ କରିବାରେ ସେ ପାକିସ୍ତାନ ଦ୍ରୁତ ବୋଲରଙ୍କ ମଧ୍ୟରେ ୪ର୍ଥ ଦ୍ରୁତତମ ସାବ୍ୟସ୍ତ ହୋଇଥିଲେ। ମଧ୍ୟାହ୍ନ ଭୋଜନ ବିରତି ସମୟରେ ୩୦ ମିନିଟରୁ ଊର୍ଦ୍ଧ୍ୱ ସମୟ ଧରି ଝଡ଼ବର୍ଷା ହୋଇତ୍ଥଲା।
ସଂକ୍ଷିପ୍ତ ସ୍କୋର
ଶ୍ରୀଲଙ୍କା ପ୍ରଥମ ଇନିଂସ: ୨୪୨/୬ (ଧନଞ୍ଜୟ ଡି’ସିଲଭା-୯୪*, ଆଞ୍ଜେଲୋ ମାଥ୍ୟୁସ-୬୪, ଶାହିନ ଶାହା ଆଫ୍ରିଦୀ-୩/୬୩, ନସିମ ଶାହା-୧/୬୬, ଆବ୍ରାର ଅହମଦ-୧/୫୯, ଆଘା ସଲମାନ-୧/୧୮)।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦ୍ରୀୟ କର୍ମଚାରୀଙ୍କ ବଢିବ ଦରମା, ରାକ୍ଷୀରେ ଆସିବ DA!

ନୂଆଦିଲ୍ଲୀ,୨୩।୮: ଦେଶବ୍ୟାପୀ ଲକ୍ଷ ଲକ୍ଷ କେନ୍ଦ୍ରୀୟ କର୍ମଚାରୀ ଏବଂ ପେନଶନଭୋଗୀ ଅଷ୍ଟମ ବେତନ ଆୟୋଗ (8th Pay Commission) ଗଠନକୁ ଅପେକ୍ଷା କରିଥିବା ବେଳେ, ବର୍ତ୍ତମାନ ସେମାନଙ୍କ…

ସାଇବର ଠକେଇର ଶିକାରଙ୍କୁ ୪୫ ଲକ୍ଷ ଟଙ୍କା ଫେରାଇଲା ସମ୍ବଲପୁର ପୋଲିସ

ସମ୍ବଲପୁର, ୨୩।୮ (ପ୍ରମୋଦ ବହିଦାର): ସମ୍ବଲପୁର ଜିଲାରେ ବଢ଼ୁଥିବା ସାଇବର ଅପରାଧ ଓ ଆର୍ଥିକ ଠକେଇ ବିରୋଧରେ ସମ୍ବଲପୁର ପୋଲିସକୁ ବଡ଼ ସଫଳତା ମିଳିଛି। ସାଇବର ଥାନା…

ୱାଘା ବର୍ଡର ବନ୍ଦ ପରେ ବି ଭାରତ ଆସିଲେ ୧୫୦ ପାକିସ୍ତାନୀ ବଧୂ! କଲେ ବିବାହ, ଜାଣନ୍ତୁ କିପରି

ନୂଆଦିଲ୍ଲୀ,୨୩।୮: ଅପରେଶନ ସିନ୍ଦୂର ପରେ ଭାରତ-ପାକିସ୍ତାନ ମଧ୍ୟରେ ଉତ୍ତେଜନା ବଢ଼ିବା ସହ ଅଟାରୀ-ୱାଘା ବର୍ଡର ବନ୍ଦ କରାଯାଇଥିଲା। ଏହାର ପ୍ରଭାବରେ ଦୁଇ ଦେଶରେ ବିବାହ ପାଇଁ ଅପେକ୍ଷା…

ଡିଫେନ୍ସ ମିନିଷ୍ଟ୍ରିରେ କରୁଥିଲେ ଚାକିରି, ହଠାତ୍‌ ୩ ମାସର ଗର୍ଭବତୀବସ୍ଥାରେ କଲେ ଆତ୍ମହତ୍ୟା; ରାଜଧାନୀରେ ଚାଞ୍ଚଲ୍ୟ…

ନୂଆଦିଲ୍ଲୀ,୨୩।୮: ଦିଲ୍ଲୀରେ ପ୍ରତିରକ୍ଷା ମନ୍ତ୍ରଣାଳୟ (ଡିଫେନ୍ସ ମିନିଷ୍ଟ୍ରି) ରେ କାର୍ଯ୍ୟରତ ଜଣେ ୩ ମାସର ଗର୍ଭବତୀ ମହିଳା ଆତ୍ମହତ୍ୟା କରିଛନ୍ତି। ଅଭିଯୋଗ ହୋଇଛି ଯେ ଶାଶୂଘର ଲୋକେ…

କାନ୍ଥରୁ ଲିଭିନି ‘ଶୁଭ ବିବାହ: ଭାଇ ହାତରେ ରାଖୀ ବାନ୍ଧିବାକୁ ଚାହିଁ ରହିଥିଲା ଭଉଣୀ , ହେଲେ ବିଧିର ବିଧାନ କିଛି ଅଲଗା ଫେରୁଛି ଶବ

ଖଲ୍ଲିକୋଟ, ୨୩/୮ (ପ୍ରଶାନ୍ତ କୁମାର ମିଶ୍ର/ବିଦ୍ୟାଧର ସାହୁ): ଗଞ୍ଜାମରେ ସରୁନି ଦାଦନ ଦୁଃଖ। ଭଉଣୀ ହାତରେ ରହିଗଲା ରାଖୀ, ଦୁବାଇରୁ ଆସିଲା ଭାଇଙ୍କ ମୃତଦେହ। ସରକାର ବଦଳୁଛି,…

ବାଂଲାଦେଶରେ ପୁଣି ହିନ୍ଦୁମାନଙ୍କୁ କରାଯାଉଛି କି ଟାର୍ଗେଟ? ଛାତ ଉପରେ ବାପା, ସିଡ଼ିରେ ମାଆ-ଝିଅ, ଖଟ ତଳେ ମିଳିଲା ୧୨ ବର୍ଷ ପୁଅର ମୃତଦେହ

ଢାକା,୨୩।୮: ବାଂଲାଦେଶର ରଙ୍ଗପୁର ସହରରେ ଏକ ବନ୍ଦ ଘର ଭିତରେ ପରିବାରର ଚାରି ଜଣଙ୍କ ମୃତଦେହ ମିଳିବା ଘଟଣା ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି। ମୃତକଙ୍କ ମଧ୍ୟରେ…

ସୂର୍ଯ୍ୟ-ଚନ୍ଦ୍ରଙ୍କ ଅଶୁଭ ଯୋଗ; ଅଗଷ୍ଟ ମାସ ଶେଷବେଳକୁ ୪ ରାଶିଙ୍କ ବଢିପାରେ ଅଡୁଆ, ଧନହାନୀକୁ ଶରୀର ପୀଡା…

ଏହି ଯୋଗ ମାଙ୍ଗଳିକ କାର୍ଯ୍ୟ ପାଇଁ ଅଶୁଭ କିମ୍ୱା ବିନାଶକାରୀ ବୋଲି ଧରାଯାଏ। ଏବେ ୩୧ ଅଗଷ୍ଟରେ ଏହି ଯୋଗ ସୃଷ୍ଟି ହେବାକୁ ଯାଉଛି। ଏହି ଯୋଗ…

ଚାଇନା ଯିବେ NSA ଅଜିତ ଡୋଭାଲ; ଜାଣନ୍ତୁ ଏହାର ପ୍ରମୁଖ କାରଣ

ନୂଆଦିଲ୍ଲୀ,୨୩।୮: ଭାରତ ଏବଂ ଚାଇନା ମଧ୍ୟରେ ସୀମା ବିବାଦ ସମ୍ପର୍କରେ ପୁଣି ଥରେ କୂଟନୈତିକ ଆଲୋଚନା ଆଗକୁ ବଢ଼ିବାକୁ ଯାଉଛି। ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri