ଭାଜପାକୁ ଶକ୍ତ ଧକ୍କା: ବିଜେଡିର ମମତା ବେଲଗୁଣ୍ଠା ବ୍ଲକ ଅଧ୍ୟକ୍ଷା ନିର୍ବାଚିତ

ଭଞ୍ଜନଗର,୨୪।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ବ୍ଲକ ଅଧ୍ୟକ୍ଷ ନିର୍ବାଚନ ଫଳାଫଳ ସୋମବାର ଘୋଷଣା ହୋଇଛି। ଏଥିରେ ବିଜେଡିର ବଡବୋରସିଙ୍ଗି ସମିତିସଭ୍ୟା ମମତା ଭୋଳ ନିର୍ବାଚିତ ହୋଇଛନ୍ତି। ସେ ଭାଜପାର ଗୀତାଞ୍ଜଳି ବିଶୋଇଙ୍କୁ ପରାସ୍ତ କରିଛନ୍ତି। ଫଳାଫଳ ଘୋଷଣା ପରେ ବିଜେଡି ମହଲରେ ଖୁସିର ଲହରୀ ଖେଳିଯାଇଛି। ଏଥିସହ ପୂର୍ବତନ ବିଜେଡି ବିଧାୟକ ପୂର୍ଣ୍ଣଚନ୍ଦ୍ର ସ୍ବାଇଁ ସୋରଡ଼ା ନିର୍ବାଚନ ମଣ୍ଡଳୀରେ ତାଙ୍କର ଦବଦବାକୁ ବଜାୟ ରଖିବାରେ ସକ୍ଷମ ହୋଇଛନ୍ତି।
ମମତା ଅଧ୍ୟକ୍ଷା ନିର୍ବାଚିତ ହେବାପରେ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ପୁର୍ବତନ ବିଧାୟକ ପୂର୍ଣ୍ଣଚନ୍ଦ୍ର ସାଇଁ, ପଞ୍ଚାୟତ ପ୍ରତିନିଧିମାନଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ସୂଚନାଯୋଗ୍ୟ ଯେ, ୨୦୨୨ ମସିହା ପଞ୍ଚାୟତ ନିର୍ବାଚନରେ ବେଲଗୁଣ୍ଠା ବ୍ଳକ ଅଧକ୍ଷ ଭାବେ ବ୍ଲକ ବିଜେଡି ସଭାପତି ପ୍ରଶାନ୍ତ କୁମାର ନାୟକ ନିର୍ବାଚିତ ହୋଇଥିଲେ। ସେ ଧୁମୁଛାଇ ପଞ୍ଚାୟତରୁ ସମିତିସଭ୍ୟ ଭାବେ ନିର୍ବାଚିତ ହୋଇ ବ୍ଳକ ଅଧ୍ୟକ୍ଷ ଭାବେ ନିର୍ବାଚିତ ହୋଇଥିଲେ। ମାତ୍ର ଦେଢ ବର୍ଷ ଅଧକ୍ଷ ଭାବେ କାର୍ଯ୍ୟ କରିବା ପରେ ଗତ ବର୍ଷ ସେପ୍ଟେମ୍ବର ୫ ତାରିଖରେ ତାଙ୍କର ଅକାଳ ବିୟୋଗ ଘଟିଥିଲା। ଫଳରେ ଏହି ବ୍ଳକର ଉପାଧକ୍ଷା ପ୍ରମିଳା ପ୍ରଧାନ ଅଧ୍ୟକ୍ଷା ଭାବେ ଦାୟିତ୍ୱ ତୁଲାଉଥିଲେ। ସେ ବିଜେଡି ସମର୍ଥନରେ ବ୍ଲକ ଉପାଧ୍ୟକ୍ଷ ନିର୍ବାଚିତ ହୋଇଥିଲେ ମଧ୍ୟ ରାଜ୍ୟ ଶାସନରେ କ୍ଷମତା ବଦଳିବା ପରେ ସେ ମଧ୍ୟ ବିଜେଡି ଛାଡି ଭାଜପା କୁ ଚାଲି ଯାଇଥିଲେ। ଏହିଭଳି ପରିସ୍ଥିତିରେ ଗତ ଜାନୁଆରୀ ୩୦ ତାରିଖରେ ୍ଯଯଯକ୍ଷ ଉପନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଥିଲା। ନିର୍ଦ୍ଧାରିତ ସମୟରେ ଅଧ୍ୟକ୍ଷା ପଦ ପାଇଁ ବିଜେଡିରୁ ବଡବୋରସିଂ ସମିତିସଭ୍ୟା ମମତା ଭୋଳ ଓ ଭାଜପାରୁ ଗାଙ୍ଗପୁର ସମିତିସଭ୍ୟା ଗୀତାଞ୍ଜଳି ବିଷୋୟୀ ପ୍ରାର୍ଥିପତ୍ର ଦାଖଲ କରିଥିଲେ। ଉଭୟ ପକ୍ଷ ନିଜ ନିଜ ପ୍ରାର୍ଥୀଙ୍କୁ ମତଦାନ କରିଥିଲେ। କିନ୍ତୁ କୋର୍ଟଙ୍କ ନିର୍ଦେଶନାମା ଅନୁଯାୟୀ, ଭୋଟ ଗଣତି କିମ୍ବା ଫଳାଫଳ ଉକ୍ତ ଦିନ ଘୋଷଣା ହୋଇପାରି ନ ଥିଲା। କଡା ସୁରକ୍ଷା ବଳୟ ମଧ୍ୟରେ ମତଦାନ ହୋଇଥିବା ବାଲଟ ବକ୍ସ ସିଲ କରି ଟ୍ରେଜେରୀରେ ରଖାଯାଇଥିଲା। ଫଳାଫଳ ଘୋଷଣା ବିଳମ୍ବ ଦେଖି ପୂର୍ବତନ ବିଜେଡି ବିଧାୟକ ପୂର୍ଣ୍ଣଚନ୍ଦ୍ର ସାଇଁ ଗତ ଶୁକ୍ରବାର ଭଞ୍ଜନଗର ଉପ ଜିଲାପାଳ ଉମାଶଙ୍କର ବେହେରାଙ୍କୁ ଭେଟି ଫଳାଫଳ ଘୋଷଣା କରିବା ପାଇଁ ଦାବି କରିଥିଲେ। ଏହାପରେ ପ୍ରଶାସନ ପକ୍ଷରୁ ଆଜି ଫଳାଫଳ ଘୋଷଣା ହୋଇଛି। ଉପନିର୍ବାଚନ ପାଇଁ ଉଭୟ ଦଳ ମଧ୍ୟରେ ପ୍ରବଳ ଭାବେ ବଳ କଷାକଷି ହୋଇଥିବା ବେଳେ ଫଳାଫଳକୁ ସମଗ୍ର ବ୍ଳକବାସୀ ଉତ୍କଣ୍ଠାର ସହ ଅପେକ୍ଷା କରି ରହିଥିଲେ। ଆଜି ଫଳାଫଳ ଘୋଷଣା ସମୟରେ ବ୍ଲକ କାର୍ଯ୍ୟାଳୟ ପରିସରରେ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଥିଲା । ଏହି ସମୟରେ ଭଞ୍ଜନଗର ଏସଡିପିଓ ସୁଜିତ୍‌ କୁମାର ନାୟକ, ବେଲଗୁଣ୍ଠା ଥାନା ଅଧିକାରୀ ବନବିହାର ପ୍ରଧାନ ପ୍ରମୁଖ ଉପସ୍ଥିତ ଥିଲେ। ବୁଗୁଡ଼ା ତହସିଲଦାର ତାପସ ରାଉତ ମାଜିଷ୍ଟ୍ରେଟ ଦାୟିତ୍ୱରେ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କର୍କ ଆଣିବାକୁ ଯାଇଥିବା ବେଳେ ନାବାଳିକାଙ୍କୁ ବଳାତ୍କାର, ୨୦ ବର୍ଷ…

କଟକ,୧୯।୮(ପ୍ରଭୁକଲ୍ୟାଣ ପାଲ୍): ବ୍ୟାଡମିଣ୍ଟନ ଖେଳ ସମୟରେ ନାବାଳିକାଙ୍କୁ ବଳାତ୍କାର ମାମଲାରେ ଦୋଷୀଙ୍କୁ ସଜା ଶୁଣାଇଲେ କଟକ ସ୍ୱତନ୍ତ୍ର ପକ୍ସୋ ଅଦାଲତ । ଆସାମୀ ଜନ୍ମେଜୟ ମଲ୍ଲିକ ଓରଫ…

Gen Z ମନ ଜିତିବାକୁ BJPର ଅଭିଯାନ, କୋଚିଂ ସେଣ୍ଟରରୁ କଲେଜ ଯାଏ ପହଞ୍ଚିବେ ନେତା

ନୂଆଦିଲ୍ଲୀ,୧୯।୮: Gen-Z ଯୁବପିଢ଼ିଙ୍କ ନିକଟରେ ପହଞ୍ଚିବା ପାଇଁ ରଣନୀତି ବଦଳାଇଛି ଭାଜପା । ଏଣିକି କେବଳ ସୋସିଆଲ ମିଡିଆ ମେସେଜିଂ ନୁହେଁ, ଯୁବପିଢ଼ିଙ୍କ ସହ ସିଧାସଳଖ ଆଲୋଚନା…

ଗୋବିନ୍ଦାଙ୍କ ଛାଡପତ୍ରକୁ ନେଇ ବଡ଼ ଖୁଲାସା କଲେ ମ୍ୟାନେଜର, ଏହି କାରଣରୁ କୋର୍ଟ ଯାଇଥିଲେ ସୁନିତା ଆହୁଜା

ମୁମ୍ବାଇ,୧୯।୮: ବଲିଉଡ୍ ଅଭିନେତା ଗୋବିନ୍ଦା ଓ ତାଙ୍କ ପତ୍ନୀ ସୁନିତା ଆହୁଜାଙ୍କ ବୈବାହିକ ଜୀବନକୁ ନେଇ ଦୀର୍ଘଦିନ ଧରି ଚର୍ଚ୍ଚା ଜାରି ରହିଛି । ଦୁହେଁଙ୍କ ମଧ୍ୟରେ…

ରାଜଧାନୀର CNG ପମ୍ପରେ ବଡ଼ ଧରଣର ବିସ୍ଫୋରଣ, ୩ମୃତ

ନୂଆଦିଲ୍ଲୀ,୧୯।୮: ରାଜଧାନୀ ଦିଲ୍ଲୀର ଟିକରୀ କଲାଁ ଅଞ୍ଚଳରେ ଥିବା ଏକ CNG ପମ୍ପରେ ଭୟଙ୍କର ବିସ୍ଫୋରଣ ହୋଇଛି । ଗ୍ୟାସ୍‌ ରିଫିଲିଂ ସମୟରେ ଏହି ଅଘଟଣ ହୋଇଥିବା…

କାଉନସିଲ୍‌ ନିର୍ବାଚନରେ ଜିତିଲେ ମମତା ବାର୍ନାଜୀ; ଭାଜପାକୁ କଲେ ଚିତ୍‌ପଟାଙ୍ଗ, ଦିଲ୍ଲୀରେ ପଡିଲା ଚହଳ…

ନୂଆଦିଲ୍ଲୀ,୧୯।୮: ପ୍ରଥମେ ବିଧାନସଭା ନିର୍ବାଚନରେ ​​ପରାଜୟ, ପରେ ବିଧାୟକମାନଙ୍କ ବିଦ୍ରୋହ ଏବଂ ଶେଷରେ କିଛି ସାଂସଦ ମଧ୍ୟ ସାଥ୍ ଛାଡ଼ିବା ଏସବୁ ପରିସ୍ଥିତିର ସାମ୍ନା କରିଛି ମମତା…

ଗାଁକୁ ରାସ୍ତା ନାହିଁ, ଯାଇପାରିଲାନି ଆମ୍ବୁଲାନ୍ସ, ଭାରରେ ବୁହାହେଲେ ମହିଳା

ପାତ୍ରପୁର,୧୯ା୮(ଉମାଚରଣ ନେପାକ): ପକ୍କା ରାସ୍ତା ନ ଥିବାରୁ ଦୁର୍ଗମ ଅଞ୍ଚଳର ଲୋକଙ୍କ ପାଇଁ ଜରୁରୀକାଳିନ ସ୍ବାସ୍ଥ୍ୟସେବା ସାତସପନ। ଏହାର ଏକ ଦୁଃଖଦ ଚିତ୍ର ପାତ୍ରପୁର ବ୍ଲକ ଆଙ୍କୁଲି…

ତୁମୁଡିବନ୍ଧ BJDରେ ନୂଆ ନେତୃତ୍ୱ: ମଙ୍ଗ ଧରିଲେ କୁନା ଦଣ୍ଡସେନା ଓ ଯୋହନ ବାରିକ

ତୁମୁଡିବନ୍ଧ,୧୯ା୮(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ବିଜୁ ଜନତା ଦଳର ବ୍ଲକ ସ୍ତରୀୟ ଏକ ବୈଠକ ବୁଧବାର ପୂର୍ବାହ୍ନ ୧୦ଘଣ୍ଟା ସମୟରେ ମୁଣ୍ଡିଗଡ଼ ସେବା…

ଶ୍ରାବଣ ଶେଷ ସୋମବାରରେ ୩ଟି ଶୁଭ ଯୋଗ, ଏହି ରାଶିର ବ୍ୟକ୍ତିମାନଙ୍କୁ ମିଳିବ ପ୍ରଚୁର ଧନ-ସମ୍ପତ୍ତି

ଶ୍ରାବଣ ମାସର ଶେଷ ସୋମବାର ବ୍ରତ ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିରୁ ଅତ୍ୟନ୍ତ ମହତ୍ତ୍ୱପୂର୍ଣ୍ଣ ମନେକରାଯାଏ। ଏହି ଦିନ ଭଗବାନ ଶିବଙ୍କର ବିଶେଷ ପୂଜାର୍ଚ୍ଚନା କରାଯାଏ। ଚଳିତ ଶ୍ରାବଣର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri