ଭାଜପାକୁ ଶକ୍ତ ଝଟ୍‌କା: ଦଳରୁ ଇସ୍ତଫା ଦେଲେ କାଳୁଙ୍କ ସମେତ ୧୦୦ରୁ ଅଧିକ କର୍ମୀ

ଖୋର୍ଦ୍ଧା,୩୦।୪ (ପ୍ରଭାତ ପାଣିଗ୍ରାହୀ): ରାଜ୍ୟରେ ତୃତୀୟ ପର୍ଯ୍ୟାୟ ପାଇଁ ବିଜ୍ଞପ୍ତି ପ୍ରକାଶ ସହ ନାମାଙ୍କନ ଦାଖଲ ଆରମ୍ଭ ହୋଇଛି। ଆସନ୍ତା ୨ରେ ଭାଜପା ଭୁବନେଶ୍ବର ଲୋକ ସଭା ଓ ଖୋର୍ଦ୍ଧା ବିଧାନସଭା ପ୍ରାର୍ଥୀ ନାମାଙ୍କନ ଦାଖଲ ପାଇଁ ପ୍ରସ୍ତୁତ ହେଉଥିବା ବେଳେ ଭାଜପା ଆଶାୟୀ ପ୍ରାର୍ଥୀ କାଳୁଚରଣ ଖଣ୍ଡାୟତରାୟଙ୍କ ଟିକେଟ କଟିବା ନେଇ ତୀବ୍ର ଅସନ୍ତୋଷ ପ୍ରକାଶ କରିଛନ୍ତି। କାଳୁଙ୍କ ସମେତ ଶହେରୁ ଉଦ୍ଧର୍‌ବ ମଣ୍ଡଳ, ନଗର ପ୍ରଭୃତି ଆଗଧାଡିର କର୍ମୀ ସମୂହ ଇସ୍ତଫା ଦେଇଛନ୍ତି। ମଙ୍ଗଳବାର ଏକ ଖବରଦାତା ସମ୍ମିଳନୀରେ ଏହି ସୂଚନା ଦେଇଛନ୍ତି କାଳୁ।
ଟିକେଟ କଟିବା ନେଇ ସାମ୍ବାଦିକଙ୍କୁ ସମ୍ବୋଧିତ ବେଳେ ଭାବବିହ୍ବଳ ହୋଇ ଭୋ ଭୋ ହୋଇ କାନ୍ଦି ପକାଇଲେ କାଳୁ। ସ୍ବାଧୀନ ଲଢି ବିଧାୟକ ହେବି ବୋଲି କହିଛନ୍ତି। ଏହାସହ ସେ ଏମ୍‌ପି ପ୍ରାର୍ଥୀ ଅପରାଜିତା ଷଡ଼ଙ୍ଗୀଙ୍କ ବିରୋଧରେ ବର୍ଷିଛନ୍ତି। ସେ କହିଛନ୍ତି, ଅପରାଜିତାଙ୍କୁ ହରାଇବା ପାଇଁ ଘରକୁ ଘର ବୁଲି ପ୍ରଚାର କରିବି। ତାଙ୍କୁ ବିହାର ପଠାଇଦେବି। ମୋ ସହ ଷଡଯନ୍ତ୍ର କରାଯାଇଛି। ୧୦ ବର୍ଷ ଦଳ ପାଇଁ ସମୟ ଦେଇଥିବା ବେଳେ ୧୦ ଦିନ ତଳେ ଯୋଗଦେଇଥିବା ଜଣେ ଦାଗୀ, ଅପରାଧୀଙ୍କୁ ଟିକେଟ ଦେଇଛନ୍ତି ଅପରାଜିତା। ରାଜ୍ୟ ସଭାପତି ୪୮ ଘଣ୍ଟା ସମୟ ମାଗି ମୋ ସହ ଖେଳୁଛନ୍ତି। ମୋ ସହ ଶହେରୁ ଉଦ୍ଧର୍‌ବ ଦଳୀୟ କର୍ମୀ ସମୂହ ଇସ୍ତଫା ଦେଇଛନ୍ତି। ସମର୍ଥକଙ୍କ ନିଷ୍ପତ୍ତି କ୍ରମେ ମୁଁ ସ୍ବାଧୀନ ଭାବେ ଲଢିବି। ମୁଁ ପାଇକ ପୁଅ ଖୋର୍ଦ୍ଧା ମାଟିର ବିକାଶ ପାଇଁ ଲଢେଇ କରିବି। ଜନମତ ମୋ ସାଥିରେ ଅଛି, ମୁଁ ନିଶ୍ଚିତ ବିପୁଳ ଭୋଟ ବ୍ୟବଧାନରେ ବିଜୟୀ ହେବି। ମୁଁ କାହା ସହ ଯୋଗାଯୋଗରେ ନାହିଁ। ଖୋର୍ଦ୍ଧାର ବିଭିନ୍ନ ପ୍ରସଙ୍ଗ ରହିଛି। ଏକାକୀ ଲଢିବି ସମୟ କହିବ ଜନତା କାହା ସାଥିରେ ଅଛନ୍ତି। କୌଣସି ଅପରାଧୀଙ୍କୁ ଲୋକେ ଭୋଟଦେବେ ନାହିଁ। ମୁଁ ମୋ ସ୍ବାଭିମାନ ସହ ଲଢି ବିଜୟୀ ହେବି।


Enter your email to get our daily news in your inbox.

All Right Reserved By Dharitri.Com

ବିଜୟ ସହିତ ମୁମ୍ବାଇର ଅଭିଯାନ ଆରମ୍ଭ

ମୁମ୍ବାଇ,୨୯ା୩: ରୋହିତ ଶର୍ମା ଓ ରିୟାନ ରିକଲଟନଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ମୁମ୍ବାଇ ଇଣ୍ଡିଆନ୍ସ (ଏମ୍‌ଆଇ) ରବିବାର ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ କୋଲକାତା ନାଇଟ୍‌ ରାଇଡର୍ସ(କେକେଆର୍‌)କୁ ୬…

ପାକିସ୍ତାନରେ ହେବ ଲକ୍‌ଡାଉନ୍‌

ଇସ୍‌ଲାମାବାଦ,୨୯ା୩: ମଧ୍ୟପ୍ରାଚ୍ୟ ଯୁଦ୍ଧ ଯୋଗୁ ପାକିସ୍ତାନରେ ଇନ୍ଧନ ସଙ୍କଟ ଗୁରୁତର ହୋଇପଡିଛି। ଦେଶରେ ଶକ୍ତି ଏବଂ ଇନ୍ଧନ ବ୍ୟବହାର କମାଇବା ଉଦ୍ୟମ ସ୍ବରୂପ ପାକ୍‌ ସରକାର ପ୍ରତି…

ଭିମ୍‌ସାରରେ ପିଜି ଛାତ୍ରୀଙ୍କ ଆତ୍ମହତ୍ୟା ଉଦ୍ୟମ, ନିର୍ଯାତନା ଅଭିଯୋଗ ନେଇ ଚର୍ଚ୍ଚା

ସମ୍ବଲପୁର,୨୯ା୩(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ଆୟୁର୍ବିଜ୍ଞାନ ଓ ଗବେଷଣା ପ୍ରତିଷ୍ଠାନ(ଭିମ୍‌ସାର)ର ଜଣେ ପିଜି ଛାତ୍ରୀ ଆତ୍ମହତ୍ୟା ଉଦ୍ୟମ କରି ଗୁରୁତର ହୋଇଛନ୍ତି।…

ଇସ୍ରାଏଲ ଉପରେ ବଡ଼ ଆକ୍ରମଣ କଲା ଇରାନ; କେମିକାଲ୍ ଲିକ୍ ନେଇ ଚେତାବନୀ, ଝରକା ବନ୍ଦ ରଖିବାକୁ…

ନୂଆଦିଲ୍ଲୀ,୨୯।୩: ଇରାନ ଇସ୍ରାଏଲର ଏକ ପ୍ରମୁଖ ରାସାୟନିକ କେନ୍ଦ୍ର ଉପରେ ବାଲିଷ୍ଟିକ୍ ମିଶାଇଲ୍ ହମଲା କରିଛି । ଏହା ଫଳରେ ସେହି ସ୍ଥାନରେ ଏକ ବଡ଼ ଅଗ୍ନିକାଣ୍ଡ ଘଟିଛି…

 ଓହରିଯାଉଥିବା ବିଦେଶୀ ଖେଳାଳିଙ୍କୁ କଠୋର ଦଣ୍ଡ ଦେବାକୁ ଦାବି କଲେ ଗାଭାସ୍କର

ନୂଆଦିଲ୍ଲୀ,୨୯ା୩: କିମ୍ବଦନ୍ତୀ ଭାରତୀୟ କ୍ରିକେଟର ସୁନୀଲ ଗାଭାସ୍କର ଆଇପିଏଲ୍‌ରୁ ଅନ୍ତିମ ସମୟରେ ଓହରିଯାଉଥିବା ବିଦେଶୀ ଖେଳାଳିଙ୍କ ପାଇଁ କଠୋର ଦଣ୍ଡ ଲାଗି ଦାବି କରିଛନ୍ତି। ଏଥିସହିତ ବର୍ତ୍ତମାନ…

ଅଭିଯୋଗର ୧୨ ଘଣ୍ଟା ମଧ୍ୟରେ ନିଖୋଜ ନାବାଳିକାଙ୍କୁ ଖୋଜିଲା ପାଟପୁର ପୋଲିସ, ଗାଁରୁ….

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ଉଦ୍ଧାର କଲା…

ଆମେରିକାକୁ ଧମକ ଦେଲା ତେହେରାନ, ‘ସାର୍କର ଖାଦ୍ୟ ହେବେ…..’

ନୂଆଦିଲ୍ଲୀ,୨୯।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ଅନ୍ତ ପାଇଁ ପ୍ରୟାସ ଚାଲିଥିବା ବେଳେ ଉଭୟ ପକ୍ଷ ପରସ୍ପର ଉପରେ ନିରନ୍ତର ଆକ୍ରମଣ ଜାରି ରଖିଛନ୍ତି । ଆମେରିକାର ସ୍ଥଳ…

ଗାଧୋଇବାକୁ ଯାଇ ମହାନଦୀରେ ବୁଡ଼ିଗଲେ ନାବାଳକ

ବାଙ୍କୀ,୨୯।୩(ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ବୈଦେସ୍ବର ଥାନା ଅଧୀନ ମହାନଦୀରେ ଗାଧୋଉଥିବା ବେଳେ ପାଣିରେ ବୁଡି ଜଣେ ନାବାଳକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଶୁଭମ୍‌ କୁମାର ରାଉତ(୧୫)।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri