Posted inଖେଳ

ଆରସିବିକୁ ଶକ୍ତ ଧକ୍କା: ଯୁବ ଓପନର ପଡିକାଲ କରୋନା ପଜିଟିଭ୍‌

ନୂଆଦିଲ୍ଲୀ,୫।୪: ଆଉ ମାତ୍ର ୫ ଦିନ ପରେ ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌) ଆରମ୍ଭ ହେବାକୁ ଯାଉଥିବା ବେଳେ ବିରାଟ କୋହଲିଙ୍କ ନେତୃତ୍ୱାଧୀନ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର (ଆରସିବି)କୁ ଶକ୍ତ ଧକ୍କା ଲାଗିଛି। ଯୁବ ଓପନର ଦେବଦତ୍ତ ପଡିକାଲ କୋଭିଡ୍‌-୧୯ ଟେଷ୍ଟରେ ପଜିଟିଭ ବୋଲି ଜଣାପଡିଛି। ଫଳରେ ଆରସିବିକୁ ଝଟକା ଲାଗିଛି। ସ୍ପିନର ଅକ୍ଷର ପଟେଲ ଓ ନୀତୀଶ ରାଣାଙ୍କ ପରେ ତୃତୀୟ ଆଇପିଏଲ୍‌ ଖେଳାଳିଭାବେ ପଡିକାଲ ପଜିଟିଭ ବୋଲି ଜଣାପଡିଛି। ଅକ୍ଷର ଦିଲ୍ଲୀ କ୍ୟାପିଟାଲ୍ସ ଓ ନୀତୀଶ କୋଲକାତା ନାଇଟ୍‌ ରାଇଡର୍ସ ତରଫରୁ ଏଥର ଆଇପିଏଲ ଖେଳିବେ।
ଟେଷ୍ଟରେ ପଜିଟିଭ ବୋଲି ଜଣାପଡିବା ପରେ ୨୦ ବର୍ଷୀୟ ପଡିକାଲଙ୍କୁ ଆଇସୋଲେଶନରେ ରଖାଯାଇଛି ଓ ସେ କ୍ୱାରାଣ୍ଟାଇନରେ ରହିଛନ୍ତି। ପଡିକାଲ ଅତିକମ୍‌ରେ ଆରସିବି ପାଇଁ ପ୍ରଥମ ଦୁଇଟି ମ୍ୟାଚ୍‌ ନ ଖେଳିବା ସ୍ପଷ୍ଟ ହୋଇଛି। ଚେନ୍ନାଇରେ ଆରସିବିର ଖେଳାଳିମାନେ ଅଭ୍ୟାସ କରୁଛନ୍ତି। ଗତ ସଂସ୍କରଣରେ ପଡିକାଲ ଆଇପିଏଲ୍‌ର ସବୁଠାରୁ ବଡ଼ ଆବିଷ୍କାର ବିବେଚିତ ହୋଇଥିଲେ। ସେ ୧୫ଟି ଆଇପିଏଲ୍‌ ମ୍ୟାଚ୍‌ ଖେଳି ୩୧.୫୩ ରନ ହାରରେ ୪୭୩ ରନ ସଂଗ୍ରହ କରିଥିଲେ। ଘରୋଇ କ୍ରିକେଟରେ ମଧ୍ୟ ସେ ଜବରଦସ୍ତ ଫର୍ମର ନମୁନା ପ୍ରଦର୍ଶନ କରିଛନ୍ତି। ଘରୋଇ ଟି୨୦ ଟୁର୍ନାମେଣ୍ଟ ସୟଦ ମୁସ୍ତାକ ଅଲି ଟ୍ରଫିରେ ସେ କର୍ନାଟକ ତରଫରୁ ପ୍ରତିନିଧିତ୍ୱ କରି ୬ଟି ମ୍ୟାଚ୍‌ ଖେଳି ୪୩.୬୦ ହାରରେ ୨୧୮ ରନ ସଂଗ୍ରହ କରିଥିଲେ। ଏହାପରେ ଦିନିକିଆ ଘରୋଇ ଟୁର୍ନାମେଣ୍ଟ ବିଜୟ ହଜାରେ ଟ୍ରଫିରେ ୭ଟି ମ୍ୟାଚ୍‌ ଖେଳି ୧୪୭.୪୦ ହାରରେ ୭୩୭ ରନ ସଂଗ୍ରହ କରିଥିଲେ। ଆସନ୍ତା ୯ ତାରିଖରୁ ଆଇପିଏଲ ଆରମ୍ଭ ହେବାକୁ ଯାଉଥିବା ବେଳେ ଉଦ୍‌ଘାଟନୀ ମୁକାବିଲାରେ ଆରସିବି ଗତଥରର ଚାମ୍ପିୟନ ରୋହିତ ଶର୍ମାଙ୍କ ନେତୃତ୍ୱାଧୀନ ମୁମ୍ବାଇ ଇଣ୍ଡିଆନ୍ସକୁ ଭେଟିବ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

୨ବର୍ଷ ପରେ ଦମଦାର ପ୍ରତ୍ୟାବର୍ତ୍ତନ, ପ୍ରଥମ ବଲ୍‌ରେ ୱିକେଟ୍ ନେଇ ଇତିହାସ ରଚିଲେ ମୟଙ୍କ

ନୂଆଦିଲ୍ଲୀ,୨୩।୭: ମୟଙ୍କ ଯାଦବ ଜିମ୍ବାୱେ ବିପକ୍ଷରେ ଖେଳାଯାଉଥିବା ପ୍ରଥମ ଟି-୨୦ ମ୍ୟାଚ୍‌ରେ ଦୁଇ ବର୍ଷରୁ ଅଧିକ ସମୟ ପରେ ପ୍ରତ୍ୟାବର୍ତ୍ତନ କରିଛନ୍ତି । ସେ ତାଙ୍କର ପ୍ରଥମ…

Commonwealth Games 2026: ପଦକ ପକ୍କା, ଉଦଘାଟନୀ ଉତ୍ସବ ପୂର୍ବରୁ ଇତିହାସ ରଚିଲେ ଲୋଭଲିନା ବୋରଗୋହାଇନ!

ନୂଆଦିଲ୍ଲୀ,୨୩।୭: ଭାରତ ଉଦଘାଟନୀ ଉତ୍ସବ ପୂର୍ବରୁ 2026 ରାଜ୍ୟଗୋଷ୍ଠୀ କ୍ରୀଡାରେ ପଦକ ତାଲିକା ଖୋଲିସାରିଛି। ଷ୍ଟାର ବକ୍ସର ଲୋଭଲିନା ବୋରଗୋହାଇନ ପ୍ରଥମ ରାଉଣ୍ଡରେ ବାଇ ପାଇ 75…

ଅଧିନାୟକ ଆୟରଙ୍କ ବଡ଼ ବୟାନ: ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ କହିଲେ….

ନୂଆଦିଲ୍ଲୀ,୨୩।୭: ଭାରତୀୟ ଦଳ ବର୍ତ୍ତମାନ ଟି-୨୦ ଫର୍ମାଟରେ ଏକ ପରିବର୍ତ୍ତନଶୀଳ ପର୍ଯ୍ୟାୟ ଦେଇ ଗତି କରୁଛି ଏବଂ ନୂତନ ଅଧିନାୟକ ଶ୍ରେୟସ ଆୟରଙ୍କ ନେତୃତ୍ୱରେ ଆରମ୍ଭ ଆଶା…

ICC ODI Rankingରେ ଭାରତୀୟ ବ୍ୟାଟ୍ସମ୍ୟାନ୍‌ଙ୍କ ଦବ୍‌ଦବା: ଟପ୍‌-୪ରେ ୩ ଭାରତୀୟ, ଜାଣନ୍ତୁ କେଉଁ ସ୍ଥାନରେ ରୋହିତ-ବିରାଟ

ନୂଆଦିଲ୍ଲୀ,୨୩।୭: ICC ଦ୍ୱାରା ବୁଧବାର ନୂତନ ରାଙ୍କିଙ୍ଗ ଜାରି କରାଯାଇଛି। ଦିନିକିଆ ବ୍ୟାଟିଂ ରାଙ୍କିଙ୍ଗ୍‌ରେ ଭାରତୀୟ ବ୍ୟାଟ୍ସମ୍ୟାନମାନଙ୍କ ଦବଦବା ଜାରି ରହିଥିବାବେଳେ କ୍ୟାପଟେନ ଶୁବମନ ଗିଲ୍‌ ନମ୍ବର-୧…

ଟିମ୍‌ ଇଣ୍ଡିଆରେ ମିଳିଲାନି ସୁଯୋଗ, ଏବେ ଏହି ଟିମ୍‌ ପାଇଁ ଖେଳିବେ କୁଲଦୀପ ଯାଦବ 

ନୂଆଦିଲ୍ଲୀ,୨୨।୭: ଭାରତୀୟ କ୍ରିକେଟ ଦଳର ତାରକା ସ୍ପିନର କୁଲଦୀପ ଯାଦବଙ୍କୁ ନେଇ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଇଂଲଣ୍ଡ ବିପକ୍ଷ ସୀମିତ ଓଭର ସିରିଜରେ ଭାରତୀୟ…

BCCIର ବଡ଼ ଘୋଷଣା: ଏଣିକି ଏମିତି କଲେ ବୋଲରଙ୍କୁ…ନୂଆ ନିୟମ ଜାରି

ନୂଆଦିଲ୍ଲୀ,୨୨।୭: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ୨୦୨୬-୨୭ ଘରୋଇ କ୍ରିକେଟ ସିଜନ ପୂର୍ବରୁ ଖେଳର ନିୟମରେ ଅନେକ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ କରିଛି। ନୂତନ ନିୟମଗୁଡ଼ିକର ପ୍ରଭାବ…

ବିପଦରେ ବୈଭବ ସୂର୍ଯ୍ୟବଂଶୀଙ୍କ ସ୍ଥାନ! ଜିମ୍ବାୱେ ମ୍ୟାଚରେ ବିଫଳ ହେଲେ…

ନୂଆଦିଲ୍ଲୀ,୨୨।୭: ବୈଭବ ସୂର୍ଯ୍ୟବଂଶୀ ୧୫ ବର୍ଷ ବୟସରେ ନିଜର ଝଡ଼ ବ୍ୟାଟିଂ ବଳରେ ଟିମ ଇଣ୍ଡିଆରେ ସ୍ଥାନ ପାଇଛନ୍ତି। ସେ ଇଂଲଣ୍ଡ ବିପକ୍ଷ ଟି-ଟେଣ୍ଟି ଅନ୍ତର୍ଜାତୀୟ (T20I)…

ଅଧିନାୟଙ୍କ ବଡ଼ ଦାବି , ଜିମ୍ବାଓ୍ବେ ପାଖରେ ସିରିଜ୍‌ ଜିତିବାର ସୁଯୋଗ ରହିଛି

ହରାରେ,୨୧ା୭: ଆସନ୍ତା ଗୁରୁବାର ଭାରତ ଓ ଜିମ୍ବାଓ୍ବେ ମଧ୍ୟରେ ୩ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜ୍‌ର ପ୍ରଥମ ମ୍ୟାଚ୍‌ ଖେଳାଯିବ। ଜିମ୍ବାଓ୍ବେ ଅଧିନାୟକ ଶିକନ୍ଦର ରାଜାଙ୍କ ମତରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri