ବିଜେଡିର ଜୋର୍‌ଦାର ପ୍ରଚାର, ୫ ବିଧାୟକ ସାମିଲ

ଢେଙ୍କାନାଳ ଅଫିସ, ୨୭।୩:ଢେଙ୍କାନାଳ ଜିଲା ହିନ୍ଦୋଳ ଏନ୍‌ଏସି ନିର୍ବାଚନ ପାଇଁ ମତଦାନ ଦିବସ ଯେତିକି ପାଖଉଛି, ପ୍ରଚାର ମଇଦାନରେ ରାଜନୈତିକ ବାତାବରଣ ସେତିକି ଉଷ୍ମ ହେବାରେ ଲାଗିଛି। ଶାସକ ବିଜେଡି ପୁନର୍ବାର କ୍ଷମତା ଦଖଲ କରିବାକୁ ଜୋର୍‌ଦାର ଉଦ୍ୟମ ଜାରି ରଖିଥିବାବେଳେ ରବିବାର ପ୍ରଚାରରେ ୫ ଜଣ ବିଧାୟକ ସାମିଲ ହୋଇ ଶକ୍ତି ପ୍ରଦର୍ଶନ କରିଛନ୍ତି। ଶଙ୍ଖନାଦ ଓ ପାରମ୍ପରିକ ବାଦ୍ୟର ତାଳେ ତାଳେ ଅନୁଷ୍ଠିତ ଶୋଭାଯାତ୍ରାରେ ଦଳୀୟ ନେତୃବୃନ୍ଦ, ପ୍ରାର୍ଥୀମାନେ ଘର ଘର ବୁଲି ଭୋଟ ଭିକ୍ଷା କରିଥିଲେ।
ଢେଙ୍କାନାଳ ବିଧାୟକ ତଥା ବିଜେଡି ପକ୍ଷରୁ ନିଯୁକ୍ତ ପର୍ଯ୍ୟବେକ୍ଷକ ସୁଧୀର କୁମାର ସାମଲଙ୍କ ନେତୃତ୍ୱରେ ହିନ୍ଦୋଳ ବିଧାୟିକା ସୀମାରାଣୀ ନାୟକ, ଛେଣ୍ଡିପଦା ବିଧାୟକ ସୁଶାନ୍ତ ବେହେରା, ପାଲଲହଡ଼ା ବିଧାୟକ ମୁକେଶ ପାଲ, ଭୁବନେଶ୍ୱର ଉତ୍ତର ବିଧାୟକ ସୁଶାନ୍ତ ରାଉତ ପ୍ରମୁଖ ପ୍ରଚାରରେ ସାମିଲ ହୋଇଥିଲେ। ରାଜ୍ୟ ଯୁବ କଲ୍ୟାଣ ବୋର୍ଡ ଅଧ୍ୟକ୍ଷ କୁନା ବିହାରୀ ଦାସ, ରାଜ୍ୟ ସାଧାରଣ ସମ୍ପାଦକ ହର୍ଷବର୍ଦ୍ଧନ ସିଂଦେଓ, ରାଜ୍ୟ ବନ ନିଗମ ଉପଦେଷ୍ଟା ଦେବୀ ପ୍ରସାଦ ଭୂତିଆ, ଜିଲା ଯୁବ ବିଜେଡି ସଭାପତି ତଥା କାମାକ୍ଷାନଗର ନଗରପାଳ ଧର୍ମାନନ୍ଦ ପରିଡ଼ା, ରାଜ୍ୟ ମହିଳା ବିଜେଡି ଉପସଭାନେତ୍ରୀ ସାଇଶ୍ରୀ ପଟ୍ଟନାୟକ, ଜିଲା ମହିଳା ବିଜେଡି ସଭାନେତ୍ରୀ ସାଗରିକା ମିଶ୍ର, କାର୍ଯ୍ୟକାରୀ ସଭାନେତ୍ରୀ ରୁବି ବିଶ୍ୱାଳ, ଢେଙ୍କାନାଳ ପୌର ଉପାଧ୍ୟକ୍ଷା ପ୍ରକାଶ କୁଅଁର ପ୍ରମୁଖ ଦଳୀୟ ନଗରପାଳ ପ୍ରାର୍ଥୀ କେଶବ ଚନ୍ଦ୍ର ପ୍ରଧାନଙ୍କୁ ଜିତାଇବା ପାଇଁ ଭୋଟରଙ୍କୁ ନିବେଦନ କରିଛନ୍ତି। ଏଥିସହ ୧୦ନଂ. ୱାର୍ଡର ବିଜେଡି କାଉନ୍‌ସିଲର ପ୍ରାର୍ଥୀ ପ୍ରତିମା ରାଉତ, ୧୧ନଂ. ୱାର୍ଡର ଶୁଭଲକ୍ଷ୍ମୀ ଦେହୁରୀ, ୧୨ନଂ. ୱାର୍ଡର ସୁଜିତ କୁମାର ବେହେରା ପ୍ରମୁଖ ଭୋଟରଙ୍କ ନିକଟତର ହେବାକୁ ଉଦ୍ୟମ ଜାରି ରଖିଛନ୍ତି। ଏହି ପରିପ୍ରେକ୍ଷୀରେ ବିଧାୟକ ସାମଲ କହିଲେ, ମୁଖ୍ୟମନ୍ତ୍ରୀଙ୍କ ସମସ୍ତ ବିକାଶମୂଳକ ଯୋଜନା ହିନ୍ଦୋଳ ଏନଏସିରେ କାର୍ଯ୍ୟକାରୀ ହେଉଛି। ଅଞ୍ଚଳବାସୀ ଏହା ଭଲ ଭାବରେ ଜାଣିଛନ୍ତି। ଆମର କେହି ପ୍ରତିଦ୍ୱନ୍ଦ୍ୱୀ ନାହାନ୍ତି। ସମସ୍ତ ୧୬ ଓ୍ବାର୍ଡରେ ଆମେ ଜିତିବୁ ବୋଲି ସେ ଦୃଢ଼ୋକ୍ତି ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦିବ୍ୟାଙ୍ଗ ନାବାଳକଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପାଣ୍ଠିରୁ ମିଳିଲା ସହାୟତା

ଗଞ୍ଜାମ,୪ା୧୦(ବିଦ୍ୟାଧର ସାହୁ): ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଜସ୍ବ ପାଣ୍ଠିରୁ ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ଲକ୍ଷ୍ମୀପୁର ଗ୍ରାମର ଦିବ୍ୟାଙ୍ଗ ନାବାଳକ ଏନ ନୀଳାଞ୍ଚଳ…

ଦୁର୍ଘଟଣାରେ ଆହତ ବ୍ୟକ୍ତିଙ୍କୁ ତୁରନ୍ତ ମେଡିକାଲରେ ପହଞ୍ଚାଇ ଚର୍ଚ୍ଚାରେ ୨ ହୋମ୍‌ଗାର୍ଡ, ସାହସିକତାକୁ ଚାରିଆଡୁ ପ୍ରଶଂସା

ମୋହନା,୪ା୧୦(ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା ଅନ୍ତର୍ଗତ ଅନ୍ତରବା ଛକ ନିକଟରେ ପିକଅପ୍‌ ଓ ଦୁଇଟି ବାଇକ୍‌ ମଧ୍ୟରେ ଦୁର୍ଘଟଣା ଘଟି ୩ ଗୁରୁତର ଥିବାବେଳେ…

ଛତୁ ତୋଳିବାକୁ ଯାଇ ଭାଲୁ ହାବୁଡ଼ରେ ପଡ଼ିଗଲେ ମହିଳା, ଆଉ ତା’ ପରେ…

ଆନନ୍ଦପୁର,୪ା୧୦(ସୁଶାନ୍ତ କୁମାର ସାହୁ): ଛତୁ ତୋଳିବାକୁ ଯାଇଥିବାବେଳେ ମହିଳା ଭାଲୁ ଆକ୍ରମଣରେ ଗୁରତର ଅବସ୍ଥାରେ ପ୍ରଥମେ ଆନନ୍ଦପୁର ମେଡିକାଲ ପରେ ଗୁରୁତର ଅବସ୍ଥାରେ କଟକ ସ୍ଥାନାନ୍ତର କରାଯାଇଛି।…

ପୈତୃକ ସମ୍ପତ୍ତି ଭାଗବଣ୍ଟାକୁ ନେଇ ହଣାକଟା: ୫ ଆହତ, ଦମ୍ପତି ଗୁରୁତର

ଦିଗପହଣ୍ଡି,୪ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଏରେଣ୍ଡ୍ରା ପଞ୍ଚାୟତ ଆମ୍ବଠା ଗ୍ରାମରେ ପୈତୃକ ସମ୍ପତ୍ତି ଭାଗ ବଣ୍ଟନକୁ କେନ୍ଦ୍ର କରି ରବିବାର ସକାଳେ ଦୁଇ…

୨ଛାତ୍ରୀଙ୍କୁ ଅସଦାଚରଣ, ସ୍କୁଲ କିରାଣି ଗିରଫ

ଟେନ୍‌ସା,।୪।୧୦(ସମୀର କୁମାର ପାଢ଼ୀ): ସୁନ୍ଦରଗଡ଼ ଜିଲା କୋଇଡ଼ା ବ୍ଲକ କେ. ବଲାଙ୍ଗ ଥାନା ଜାମୁଢ଼ି ପଞ୍ଚାୟତର ଏକ ହାଇସ୍କୁଲରେ ୨ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅସଦାଚରଣ କରାଯାଇଥିବା…

ଶାଳକଙ୍କ ମାଡ଼ରେ ଭିଣୋଇଙ୍କ ମୃତ୍ୟୁ

ବଡ଼ବିଲ,୪।୧୦(ଜୟନ୍ତୀ ରଣା): କେନ୍ଦୁଝର ଜିଲା ବଡ଼ବିଲ ଥାନା ଅନ୍ତର୍ଗତ ଉଲିବୁରୁସ୍ଥିତ ବୁରୁସାହିରେ ଶୁକ୍ରବାର ରାତିରେ ଶାଳକଙ୍କ ମାଡ଼ରେ ଭିଣୋଇଙ୍କ ମୃତ୍ୟୁ ଘଟିଛି। ମୃତକ ଭିଣୋଇ ହେଲେ ବନମାଳୀ…

ଗୋଟିଏ କୋଠରିରେ ଦୁଇଟି ଶ୍ରେଣୀର ପାଠପଢ଼ା

ବରଗଡ଼,୪।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଝାରବନ୍ଧ ବ୍ଲକ ଅନ୍ତର୍ଗତ କନ୍ଦାଡଙ୍ଗର ଗ୍ରାମରେ ୧୯୪୦ରେ ପ୍ରତିଷ୍ଠିତ ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ସମ୍ପ୍ରତି ବିଭିନ୍ନ ସମସ୍ୟାଘେରରେ ରହିଛି। କେବଳ…

ଟିପିସିଓଡିଏଲ ଆଉଟସୋର୍ସିଂ ଷ୍ଟାଫ୍‌ଙ୍କ ଛଟେଇ ପ୍ରତିବାଦରେ କାର୍ଯ୍ୟବନ୍ଦ ଆନ୍ଦୋଳନ: ଅନ୍ତର୍ଘାତୀ କାର୍ଯ୍ୟକଳାପ ବୃଦ୍ଧି ଅଭିଯୋଗ

କଟକ ସଦର, ୪/୧୦ (ସୁଶାନ୍ତ କୁମାର ଜେନା): ଟିପିସିଓଡିଏଲ କର୍ତ୍ତୃପକ୍ଷ କର୍ମଚାରୀ ଛଟେଇ ଆରମ୍ଭ କରିଥିବା ଅଭିଯୋଗ କରି ଆଉଟସୋର୍ସିଂ କର୍ମଚାରୀମାନେ ପ୍ରତିବାଦ ଆରମ୍ଭ କରିଛନ୍ତି। ଏହାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?