ବିଜେଡିର ଜୋର୍‌ଦାର ପ୍ରଚାର, ୫ ବିଧାୟକ ସାମିଲ

ଢେଙ୍କାନାଳ ଅଫିସ, ୨୭।୩:ଢେଙ୍କାନାଳ ଜିଲା ହିନ୍ଦୋଳ ଏନ୍‌ଏସି ନିର୍ବାଚନ ପାଇଁ ମତଦାନ ଦିବସ ଯେତିକି ପାଖଉଛି, ପ୍ରଚାର ମଇଦାନରେ ରାଜନୈତିକ ବାତାବରଣ ସେତିକି ଉଷ୍ମ ହେବାରେ ଲାଗିଛି। ଶାସକ ବିଜେଡି ପୁନର୍ବାର କ୍ଷମତା ଦଖଲ କରିବାକୁ ଜୋର୍‌ଦାର ଉଦ୍ୟମ ଜାରି ରଖିଥିବାବେଳେ ରବିବାର ପ୍ରଚାରରେ ୫ ଜଣ ବିଧାୟକ ସାମିଲ ହୋଇ ଶକ୍ତି ପ୍ରଦର୍ଶନ କରିଛନ୍ତି। ଶଙ୍ଖନାଦ ଓ ପାରମ୍ପରିକ ବାଦ୍ୟର ତାଳେ ତାଳେ ଅନୁଷ୍ଠିତ ଶୋଭାଯାତ୍ରାରେ ଦଳୀୟ ନେତୃବୃନ୍ଦ, ପ୍ରାର୍ଥୀମାନେ ଘର ଘର ବୁଲି ଭୋଟ ଭିକ୍ଷା କରିଥିଲେ।
ଢେଙ୍କାନାଳ ବିଧାୟକ ତଥା ବିଜେଡି ପକ୍ଷରୁ ନିଯୁକ୍ତ ପର୍ଯ୍ୟବେକ୍ଷକ ସୁଧୀର କୁମାର ସାମଲଙ୍କ ନେତୃତ୍ୱରେ ହିନ୍ଦୋଳ ବିଧାୟିକା ସୀମାରାଣୀ ନାୟକ, ଛେଣ୍ଡିପଦା ବିଧାୟକ ସୁଶାନ୍ତ ବେହେରା, ପାଲଲହଡ଼ା ବିଧାୟକ ମୁକେଶ ପାଲ, ଭୁବନେଶ୍ୱର ଉତ୍ତର ବିଧାୟକ ସୁଶାନ୍ତ ରାଉତ ପ୍ରମୁଖ ପ୍ରଚାରରେ ସାମିଲ ହୋଇଥିଲେ। ରାଜ୍ୟ ଯୁବ କଲ୍ୟାଣ ବୋର୍ଡ ଅଧ୍ୟକ୍ଷ କୁନା ବିହାରୀ ଦାସ, ରାଜ୍ୟ ସାଧାରଣ ସମ୍ପାଦକ ହର୍ଷବର୍ଦ୍ଧନ ସିଂଦେଓ, ରାଜ୍ୟ ବନ ନିଗମ ଉପଦେଷ୍ଟା ଦେବୀ ପ୍ରସାଦ ଭୂତିଆ, ଜିଲା ଯୁବ ବିଜେଡି ସଭାପତି ତଥା କାମାକ୍ଷାନଗର ନଗରପାଳ ଧର୍ମାନନ୍ଦ ପରିଡ଼ା, ରାଜ୍ୟ ମହିଳା ବିଜେଡି ଉପସଭାନେତ୍ରୀ ସାଇଶ୍ରୀ ପଟ୍ଟନାୟକ, ଜିଲା ମହିଳା ବିଜେଡି ସଭାନେତ୍ରୀ ସାଗରିକା ମିଶ୍ର, କାର୍ଯ୍ୟକାରୀ ସଭାନେତ୍ରୀ ରୁବି ବିଶ୍ୱାଳ, ଢେଙ୍କାନାଳ ପୌର ଉପାଧ୍ୟକ୍ଷା ପ୍ରକାଶ କୁଅଁର ପ୍ରମୁଖ ଦଳୀୟ ନଗରପାଳ ପ୍ରାର୍ଥୀ କେଶବ ଚନ୍ଦ୍ର ପ୍ରଧାନଙ୍କୁ ଜିତାଇବା ପାଇଁ ଭୋଟରଙ୍କୁ ନିବେଦନ କରିଛନ୍ତି। ଏଥିସହ ୧୦ନଂ. ୱାର୍ଡର ବିଜେଡି କାଉନ୍‌ସିଲର ପ୍ରାର୍ଥୀ ପ୍ରତିମା ରାଉତ, ୧୧ନଂ. ୱାର୍ଡର ଶୁଭଲକ୍ଷ୍ମୀ ଦେହୁରୀ, ୧୨ନଂ. ୱାର୍ଡର ସୁଜିତ କୁମାର ବେହେରା ପ୍ରମୁଖ ଭୋଟରଙ୍କ ନିକଟତର ହେବାକୁ ଉଦ୍ୟମ ଜାରି ରଖିଛନ୍ତି। ଏହି ପରିପ୍ରେକ୍ଷୀରେ ବିଧାୟକ ସାମଲ କହିଲେ, ମୁଖ୍ୟମନ୍ତ୍ରୀଙ୍କ ସମସ୍ତ ବିକାଶମୂଳକ ଯୋଜନା ହିନ୍ଦୋଳ ଏନଏସିରେ କାର୍ଯ୍ୟକାରୀ ହେଉଛି। ଅଞ୍ଚଳବାସୀ ଏହା ଭଲ ଭାବରେ ଜାଣିଛନ୍ତି। ଆମର କେହି ପ୍ରତିଦ୍ୱନ୍ଦ୍ୱୀ ନାହାନ୍ତି। ସମସ୍ତ ୧୬ ଓ୍ବାର୍ଡରେ ଆମେ ଜିତିବୁ ବୋଲି ସେ ଦୃଢ଼ୋକ୍ତି ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡିରୁ ପ୍ରାର୍ଥୀ ଦୌଡ଼ରେ ୪ ମହିଳା

ଖୋର୍ଦ୍ଧା,୨୬ା୪(ପ୍ରଭାତ ପାଣିଗ୍ରାହୀ): ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ ହୋଇସାରିଛି। ଆସନ୍ତା ମେ’୨୫ତାରିଖରେ ଭୁବନେଶ୍ୱର ଲୋକ ସଭା ସଂସଦୀୟ କ୍ଷେତ୍ରରେ ନିର୍ବାଚନ ହେବ।...

୮ ବର୍ଷ ହେଲା ସରୁନି ବିଦ୍ୟୁତ୍‌ ସବ୍‌ଷ୍ଟେଶନ କାର୍ଯ୍ୟ

କୋଣାର୍କ,୨୬।୪(ଜ୍ୟୋତିରାଜ ମହାନ୍ତି): କୋଣାର୍କ ନିକଟସ୍ଥ ସୁତନ ପଞ୍ଚାୟତର ୬ଟି ଗ୍ରାମକୁ ନିରବଛିନ୍ନ ବିଦ୍ୟୁତ୍‌ ଯୋଗାଣ ନିମନ୍ତେ ୨୦୧୬ରେ ଓପିଟିସିଏଲ୍‌ ମାଧ୍ୟମରେ ଆରମ୍ଭ ହୋଇଥିବା ସୁତନ ୩୩...

ଭାଜପା ରାଜ୍ୟ ସମ୍ପାଦକ ଦଳ ଛାଡ଼ିଲେ, ଆଜି ବିଜେଡିରେ ମିଶିବେ

ଭଞ୍ଜନଗର/ସୋରଡ଼ା,୨୬।୪(ବାବୁଲା ପ୍ରଧାନ/ଲମ୍ବୋଦର ପାଣିଗ୍ରାହୀ): ଗଞ୍ଜାମ ଜିଲା ସୋରଡ଼ା ନିର୍ବାଚନ ମଣ୍ଡଳୀର ପୂର୍ବତନ ଭାଜପା ବିଧାୟକ ପ୍ରାର୍ଥୀ ତଥା ବର୍ତ୍ତମାନର ଭାଜପା ରାଜ୍ୟ କୃଷକ ମୋର୍ଚ୍ଚା ସମ୍ପାଦକ...

୩ ଜଣଙ୍କୁ ଚାପିଦେଲା ଟ୍ରକ୍‌

ସୁନ୍ଦରଗଡ଼,୨୬ା୪: ସୁନ୍ଦରଗଡ଼ ଜିଲା ଭସ୍ମା ଥାନା ଅନ୍ତର୍ଗତ ଦର୍ଲିପାଲି ଏନ୍‌ଟିପିସି ପାଓ୍ବାର ପ୍ଲାଣ୍ଟ ନିକଟରେ ଏକ ଟ୍ରକ୍‌ ୩ ବାଇକ୍‌ ଆରୋହୀଙ୍କ ଉପରେ ମାଡ଼ିଯିବାରୁ ଘଟଣାସ୍ଥଳରେ...

ଚାଷୀ ଦେଉଛନ୍ତି ଜଳକର, ଜମିରେ ମାଡୁନି ପାଣି

ନୂଆଗାଁ,୨୬।୪( ଧନେଶ୍ୱର ସାହୁ): ଚାଷ ଜମିକୁ ଜଳସେଚନର ସୁବିଧା ଯୋଗାଇ ଦେବା ପାଇଁ ସରକାର ଅନେକ କୋଟି ଟଙ୍କା ବ୍ୟୟ କରୁଛନ୍ତି। ଜଳସେଚନ ପ୍ରକଳ୍ପ ନିର୍ମାଣ...

ପ୍ରଶାସନିକ ଅବହେଳା, ଆଇନଶୃଙ୍ଖଳା ବିପର୍ଯ୍ୟସ୍ତ

ପଟ୍ଟାମୁଣ୍ଡାଇ, ୨୬ା୪ (କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲାର ପଟ୍ଟାମୁଣ୍ଡାଇ ଅଞ୍ଚଳରେ କାର୍ଯ୍ୟରତ ସରକାରୀ କର୍ମଚାରୀ, ଜନପ୍ରତିନିଧିମାନେ ସାମ୍ବିଧାନିକ ବିଧି ବ୍ୟବସ୍ଥାର ନୀତିନିୟମ ଓ ଆଇନକୁ ଉଲ୍ଲଂଘନ...

ଲଢ଼େଇରେ ନୂଆ ବନାମ ଅଭିଜ୍ଞ

ରାଜକନିକା,୨୬ା୪(ସଞ୍ଜୟ କୁମାର ଦାଶ): କେନ୍ଦ୍ରାପଡ଼ା ଜିଲାର ଶେଷ ସୀମା ହେଉଛି ଆଳି ନିର୍ବାଚନମଣ୍ଡଳୀ। ରାଜକନିକାର ୨୯ଟି ପଞ୍ଚାୟତ ଓ ଆଳିର ୩୪ଟି ପଞ୍ଚାୟତକୁ ମିଶାଇ ଆଳି...

ମା’ଙ୍କ ସହ ପୁରୀ ଆସି ମହାପ୍ରଭୁଙ୍କୁ ଦର୍ଶନ କଲେ ସାଇନା

ପୁରୀ,୨୬ା୪(ଅଜିତ୍‌ ମହାନ୍ତି):ଅନ୍ତର୍ଜାତୀୟ ବ୍ୟାଡ୍‌ମିଣ୍ଟନ ତାରକା ସାଇନା ନେହ୍ବାଲ୍‌ ଗୁରୁବାର ପୁରୀ ଆସି ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି। ସାଇନା ଭୁବନେଶ୍ୱରରେ ପହଞ୍ଚିବା ପରେ ଓଡ଼ିଶା ବ୍ୟାଡ୍‌ମିଣ୍ଟନ ଫେଡେରେଶନର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri