କେନ୍ଦ୍ର ସରକାରଙ୍କୁ କଡ଼ା ସମାଲୋଚନା

ଅନୁଗୋଳ ଅଫିସ, ୨।୧୧ ତୈଳ, ରନ୍ଧନ ଗ୍ୟାସ୍‌ ସହ ଅନ୍ୟ ଅତ୍ୟାବଶ୍ୟକ ସାମଗ୍ରୀର ଅହେତକୁ ମୂଲ୍ୟ ବୃଦ୍ଧିର ଜୋରଦାର ପ୍ରତିବାଦ କରିଛି ଅନୁଗୋଳ ବିଜୁ ମହିଳା ସଙ୍ଗଠନ। ସୋମବାର ପୂର୍ବାହ୍ନରେ ଅନୁଗୋଳ ବିଜେଡି ପକ୍ଷରୁ ସ୍ଥାନୀୟ ବିଜୁ ମଇଦାନଠାରୁ ଏକ ଶୋଭାଯାତ୍ରା ବାହାରି ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ପହଞ୍ଚି ଧାରଣା ଦିଆଯାଇଥିଲା। ସେଠାରେ କର୍ମକର୍ତ୍ତାମାନେ କେନ୍ଦ୍ର ସରକାରଙ୍କକୁ କଡ଼ା ସମାଲୋଚନା କରିଥିଲେ। ଅର୍ଥନୈତିକ ପରିଚାଳନାରେ ତ୍ରୁଟି ଯୋଗୁ ତୈଳ ସହ ଅତ୍ୟାବଶ୍ୟକ ସାମଗ୍ରୀ ମୂଲ୍ୟରେ ଏପରି ଅହେତୁକ ବୃଦ୍ଧି ହେଉଥିବା ମତ ଦେଇଥିଲେ। ବିଜୁ ଜନତା ଦଳ ଅନୁଗୋଳ ଜିଲା ସଭାପତି ମହେନ୍ଦ୍ର ବସ୍ତିଆ, ଅରୁଣାଭ ସିଂହ, ସୁଜିତ ଦ୍ୱିବେଦୀ, ରିତା ସିଂହ, କଲ୍ୟାଣୀ ବିଳାସ, ପ୍ରିୟଦର୍ଶୀ ପଟ୍ଟନାୟକ ପ୍ରମୁଖଙ୍କ ଉପସ୍ଥିତିରେ ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ୟରେ ଜିଲାପାଳଙ୍କୁ ଏକ ଦାବିପତ୍ର ପ୍ରଦାନ କରାଯାଇଥିଲା। ସେହିପରି ଛେଣ୍ଡିପଦା ବ୍ଲକ ବିଜୁ ମହିଳା ଜନତା ଦଳ ସଭାପତି ତୃପ୍ତିମଞ୍ଜରୀ ସାହୁଙ୍କ ନେତୃତ୍ୱରେ ୩୦୦ରୁ ଊଦ୍ଧର୍‌ବ ମହିଳା ବ୍ଲକ ସମ୍ମୁଖରେ ଆନ୍ଦୋଳନ କରିଥିଲେ। ଆଠମଲ୍ଲିକ ସଦର ମହକୁମା ବିଜୁ ମହିଳା ସଙ୍ଗଠନ ପକ୍ଷରୁ ଉପଜିଲାପାଳଙ୍କ ଅଫିସ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲା। ବିଧାୟକ ରମେଶ ଚନ୍ଦ୍ର ସାଏ, ଜିଲା ମହିଳା ବିଜେଡି ସଭାପତି ବିଦ୍ୟୁତ୍‌ ପ୍ରଧାନ, ନଗର ମହିଳା ବିଜେଡି ସଭାପତି ଆଶା କୁମାରୀ ସାହୁ, କିଶୋରନଗର ବ୍ଲକ ଅଧ୍ୟକ୍ଷା ବବିତା ପ୍ରଧାନ, ଆଠମଲ୍ଲିକ ବ୍ଲକ ଅଧ୍ୟକ୍ଷା ମିନାକ୍ଷୀ ଦଳେଇ, ଆଠମଲ୍ଲିକ ବ୍ଲକ ବିଜେଡି ସଭାପତି ବୃନ୍ଦାବନ ସାହୁ ପ୍ରମୁଖ ଉପସ୍ଥିତ ଥିଲେ। ପାଲଲହଡା ବିଧାୟକ ମୁକେଶ କୁମାର ପାଲଙ୍କ ନେତୃତ୍ୱରେ ପାଲଲହଡ଼ା ବ୍ଲକ ମହିଳା ବିଜୁ ଜନତା ଦଳ ସଭାନେତ୍ରୀ ସତ୍ୟଭାମା ପ୍ରଧାନ ଓ ଅନ୍ୟମାନେ ବିକ୍ଷୋଭ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ବାରବାଟୀ ମ୍ୟାଚ୍‌ ପାଇଁ ଗଡ଼ିବ ସ୍ବତନ୍ତ୍ର ବସ୍‌, ଭଡ଼ା ରହିଛି…

କଟକ,୬ା୧୨: ଆସନ୍ତା ୯ ତାରିଖରେ ବାରବାଟୀରେ ହେବ ଦମ୍‌ଦାର ଲଢ଼େଇ। ଭାରତ ସହ ଦକ୍ଷିଣ ଆଫ୍ରିକା ମଇଦାନକୁ ଓହ୍ଲାଇବ। ତେବେ ଏହି ମ୍ୟାଚ୍‌ ଦେଖିବା ପାଇଁ...

ଲାଞ୍ଚ ନେବାବେଳେ ଏଡିଇଓଙ୍କୁ ରେଡ୍‌ ହ୍ୟାଣ୍ଡରେ ଧରିଲା ଭିଜିଲାନ୍ସ, ପାଖରୁ ମିଳିଲା…

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବଡ଼ସାହି ବ୍ଲକ୍‌ ଅଧୀନ ତାଳପଦା ପଞ୍ଚାୟତ ଆକାଉଣ୍ଟାଣ୍ଟ କମ୍‌ ଡାଟା ଏଣ୍ଟ୍ରି ଅପରେଟର(ଏଡିଇଓ) ଲାଞ୍ଚ ନେଇ ଭିଜିଲାନ୍ସ ହାତରେ...

ବଂଶଧାରା ନଦୀ ଉପରେ ନିର୍ମାଣ ହେବ ପୋଲ: ଆନ୍ଧ୍ର -ଓଡିଶା ମଧ୍ୟରେ ବାଣିଜ୍ୟ ସଂପର୍କକ….

ପାରଳାଖେମୁଣ୍ଡି,୬ା୧୨(ଗିରିଧାରୀ ପରିଚ୍ଛା): ବଂଶଧାରା ନଦୀ ଉପରେ ନିର୍ମାଣ ହେବ ପୋଲ। ଗୁପ୍ତ ବୃନ୍ଦାବନ ରୂପେ ପରିଚିତ ଲିହୁରି ଗୋପୀନାଥ ମନ୍ଦିରକୁ ଯାତାୟାତ କରିବା ଏଣିକି ଓଡିଶାବାସୀଙ୍କ...

ପ୍ରେମିକାଙ୍କ ପାଇଁ ଗଳା କାଟିଦେଲେ ପ୍ରେମିକ, ଆଉ ତା’ ପରେ…

ଜି.ଉଦୟଗିରି,୬ା୧୨(ଚିନ୍ମୟ କୁମାର ସେଠୀ): କଳିଙ୍ଗା ପଞ୍ଚାୟତର ଡୁଗୁଡ଼ିପାରୀ ଗ୍ରାମରେ ଶନିବାର ସକାଳେ ଜଣେ ଯୁବକ ଆତ୍ମହତ୍ୟା ଉଦ୍ୟମ କରିଥିବା ଦେଖିବାକୁ ମିଳିଛି। ପ୍ରେମିକାଙ୍କ ନିଜ ଘରକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri