ରଜ ପାଇଁ ବଟେଶ୍ୱର ବେଳାଭୂମିରେ ପ୍ରବଳ ଭିଡ଼

ଗଞ୍ଜାମ,୧୫।୬(ଡି.ଏନ.ଏ.)ଗଞ୍ଜାମ ଜିଲା କଣ୍ଟିଆଗଡ଼ ଗ୍ରାମ ଠାରୁ କିଛି ଦୂରରେ ପ୍ରସିଦ୍ଧ ବାବା ବଟେଶ୍ୱର ଶୈବପୀଠ ଅବସ୍ଥିତ । ଝାଉଁ ବଣ ଜଙ୍ଗଲ ମଧ୍ୟରେ ଥିବା ଏହି ମନ୍ଦିରଠୁ ଅଳ୍ପ ଦୂରରେ ବଟେଶ୍ୱର ସମୁଦ୍ର ବେଳାଭୂମି। ବୁଧବାର ଦ୍ୱିତୀୟ ରଜ ଅବସରରେ ହଜାର ହଜାର ପର୍ଯ୍ୟଟକ ଏହି ସମୁଦ୍ର ବେଳାଭୂମିରେ ମଜା ନେଉଥିବା ଦେଖିବାକୁ ମିଳିଥିଲା। ପ୍ରବଳ ଗ୍ରୀଷ୍ମ ପ୍ରବାହ ସତ୍ତ୍ୱେ ପର୍ଯ୍ୟଟକ ସମୁଦ୍ରରେ ବୁଡୁଥିବା ଦେଖିବାକୁ ମିଳିଥିଲା। ଏଥିସହ ଝାଉଁ ଜଙ୍ଗଲର ବିଭିନ୍ନ ସ୍ଥାନରେ ପର୍ଯ୍ୟଟକ ମାନଙ୍କ ଭୋଜି ଭାତର ଆସର ଜମିଥିଲା। ଏହି ଶୈବପୀଠ ଠାରେ ପର୍ଯ୍ୟଟକଙ୍କ ସୁବିଧା ନିମନ୍ତେ ସୁଲଭ ଶୌଚାଳୟ, କଲ୍ୟାଣୀ ମଣ୍ଡପ ଓ ଆକର୍ଷଣୀୟ ଶିଶୁ ଉଦ୍ୟାନ ରହିଛି। ଛୋଟ ଛୁଆ ଠାରୁ ଆରମ୍ଭ କରି ଯୁବତୀଯୁବକମାନେ ପାର୍କର ମଜା ନେଉଛନ୍ତି। ଏଥିପାଇଁ କୋଣ ଅନୁକୋଣ ତଥା ଜିଲା ବାହାରୁ ମଧ୍ୟ ପ୍ରତିଦିନ ଏଠାକୁ ହଜାର ହଜାର ଭକ୍ତ ଆସି ଏହାର ମଜା ନେଉଛନ୍ତି l ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ ରଜ ସଂକ୍ରାନ୍ତି ଅବସରରେ ମନ୍ଦିର ପରିଚାଳନା କମିଟି ପକ୍ଷରୁ ପ୍ରସାଦର ଆୟୋଜନ କରାଯାଇଥିଲା। ପ୍ରବଳ ଭିଡ଼କୁ ଦେଖି ରମ୍ଭା ଥାନା ପୋଲିସ ପକ୍ଷରୁ ବ୍ୟାପକ ବନ୍ଦୋବସ୍ତ କରାଯାଇଛି । ବଟେଶ୍ୱର ବାଲିଯାତ୍ରା ପଡିଆରେ ବିଭିନ୍ନ ରକମର ଖେଳନା, ଆଇସକ୍ରିମ, ଥଣ୍ଡା ପାନୀୟ ଜଳ, ଆଦି ପସରା ପଡିଛି l ଷୋହଳ ନମ୍ବର ଜାତୀୟ ରାଜପଥ ହୁମା ଠାରୁ ମାତ୍ର ତିନିରୁ ଚାରି କିମି ଯିବା ପରେ ଏହି ପ୍ରସିଦ୍ଧ ଶୈବ ପୀଠ ଦେଖିବାକୁ ମିଳେ।


Enter your email to get our daily news in your inbox.

All Right Reserved By Dharitri.Com

ଋଣ, ଚାକିରୀ ଦେବା ନା’ରେ ବଡ଼ ଧରଣର ଠକେଇ

ହିଞ୍ଜିଳିକାଟୁ,୨୮।୨(ଦ୍ବିତୀକୃଷ୍ଣ ପଣ୍ଡା): ଋଣ ଏବଂ ଚାକିରୀ କରାଇଦେବା ନା’ରେ ଠକେଇ କରୁଥିବା ଜଣେ ଯୁବକଙ୍କୁ ହିଞ୍ଜିଳି ପୋଲିସ ଶନିବାର ଗିରଫ କରିଛି। ଗିରଫ ଅଭିଯୁକ୍ତ ଜଣକ ହେଲେ…

ଇମ୍ପେରିୟାଲ୍ କ୍ଲାସିକ ରାଜ୍ୟ ସୁନ୍ଦର ସ୍ୱାସ୍ଥ୍ୟ ପ୍ରତିଯୋଗିତା ଉଦ୍‌ଘାଟିତ,ଯୋଗଦେଲେ ୧୯ ଜିଲ୍ଲାରୁ ୧୨୫ ପ୍ରତିଯୋଗୀ

ବଲାଙ୍ଗୀର,୨୮।୨ (ସୁନିଲ କୁମାର ମହାନ୍ତି): ସ୍ଥାନୀୟ ପୁରୁଣା ବସଷ୍ଟାଣ୍ଡ ସ୍ଥିତ ଫଳ ବଜାର ପ୍ରାଙ୍ଗଣରେ କଳିଙ୍ଗ ବଡିବିଲଡିଂ ଆସୋସିଏଶନ ବଲାଙ୍ଗୀର ଶାଖା ତରଫରୁ ଇମ୍ପେରିୟାଲ କ୍ଲାସିକ ୨୦୨୬…

କେରଳରେ ବାଇକ ଦୁର୍ଘଟଣାରେ ଦାରିଙ୍ଗବାଡି ଯୁବକଙ୍କ ମୃତ୍ୟୁ, ମୃତଦେହ ଆଣିବାକୁ ପରିବାର ଚିନ୍ତାରେ

ଦାରିଙ୍ଗବାଡି, ୨୮।୨ (ଅରୁଣ ସାହୁ): ବାହାର ରାଜ୍ୟକୁ ଦାଦନ ଖଟିବାକୁ ଯାଇ ଚାଲିଯାଇଛି ଯୁବକଙ୍କ ଜୀବନ।କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଦନେକବାଡି ପଞ୍ଚାୟତ କୁପିବାଡି ଗ୍ରାମର ହେରାର୍ଦ…

ଦିନକ ପରେ ଦୋଳ ଯାତ୍ରା: ଗଞ୍ଜାମ ପୋଲିସର କଡ଼ା ତାଗିଦ, ରାସ୍ତାରେ ହୋର୍ଡିଂ କିମ୍ବା ବାଇକ୍‌ ରଖିଲେ…

ଗଞ୍ଜାମ,୨୮।୨(ବିଦ୍ୟାଧର ସାହୁ): ଦିନକ ପରେ ଗଞ୍ଜାମ ସହରରେ ଅନୁଷ୍ଠିତ ହେବ ଐତିହାସିକ ପ୍ରସିଦ୍ଧ ଦୋଳ ଯାତ୍ରା। ଏଥିପାଇଁ ଚଳଚଞ୍ଚଳ ହୋଇ ପଡ଼ିଛି ସମଗ୍ର ସାହି ଓ ସହର।…

ଦିଗପହଣ୍ଡି ବ୍ଲକ ଗୋଷ୍ଠୀ ଶିକ୍ଷାଧିକାରୀଙ୍କୁ ଅବସରକାଳୀନ ସମ୍ବର୍ଦ୍ଧନା, କର୍ମଚାରୀଙ୍କ ପ୍ରତି ତାଙ୍କ…

ଦିଗପହଣ୍ଡି, ୨୮।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋଷ୍ଠୀ ଶିକ୍ଷାଧିକାରୀ ଡ଼.ଶଙ୍କର ନାରାୟଣ ବେଜ ଶନିବାର ଚାକିରିରୁ ଅବସର ଗ୍ରହଣ କରିଛନ୍ତି। ଶନିବାର ଏଥି…

ବିଜେଡିରୁ ବହିଷ୍କାର ପରେ ପ୍ରତିକ୍ରିୟା ରଖିଲେ ପ୍ରଭାତ, କହିଲେ…

ଭୁବନେଶ୍ୱର,୨୮।୨: ବିଶୃଙ୍ଖଳା ଏବଂ ଦଳ ବିରୋଧୀ କାର୍ଯ୍ୟ ପାଇଁ ବିଜେଡି ନେତା ତଥା ଚୌଦ୍ବାର-କଟକର ପୂର୍ବତନ ବିଧାୟକ ପ୍ରଭାତ ରଞ୍ଜନ ବିଶ୍ବାଳଙ୍କୁ ଶନିବାର ଦଳରୁ ବହିଷ୍କୃତ କରାଯାଇଛି।…

ବିଜେଡିରୁ ବହିଷ୍କୃତ ହେଲେ ପ୍ରଭାତ ବିଶ୍ବାଳ

ଭୁବନେଶ୍ୱର,୨୮।୨: ବିଶୃଙ୍ଖଳା ଏବଂ ଦଳ ବିରୋଧୀ କାର୍ଯ୍ୟ ପାଇଁ ବିଜେଡି ନେତା ତଥା ଚୌଦ୍ବାର-କଟକର ପୂର୍ବତନ ବିଧାୟକ ପ୍ରଭାତ ରଞ୍ଜନ ବିଶ୍ବାଳଙ୍କୁ ଦଳରୁ ବହିଷ୍କୃତ କରାଯାଇଛି। ଏନେଇ…

କ୍ୟାବିନ ପୋଡ଼ି, ଠେଲା ଭାଙ୍ଗିଦେଲେ

ରିଷିଡ଼ା,୨୮ା୨ (ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ତା ବ୍ଲକ୍‌ ରିଷିଡ଼ା ତେରେସିଂହା (ଫଟାମୁଣ୍ତା) ଛକରେ କାଠରେ ତିଆରି ଏକ କ୍ୟାବିନକୁ କେହି ଜଣେ ଦୁର୍ବୃତ୍ତ ପୋଡ଼ିଦେଇଥିବା ଅଭିଯୋଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri