Posted inଜାତୀୟ

ଭୂକମ୍ପ ଝଟ୍‌କାରେ ଥରିଲା ରାଜଧାନୀ ସମେତ ଉତ୍ତର ଭାରତ

ନୂଆଦିଲ୍ଲୀ,୯।୧୧: ରାଜଧାନୀ ଦିଲ୍ଲୀ ଓ ଆଖପାଖ ଅଞ୍ଚଳରେ ମଙ୍ଗଳବାର ବିଳମ୍ବିତ ରାତି ୧ଟା ୫୭ରେ ଜୋରଦାର ଭୂକମ୍ପ ଝଟ୍‌କା ଅନୁଭୂତ ହୋଇଛି। ଏହାର ତୀବ୍ରତା ରିକ୍ଟର ସ୍କେଲରେ ୪.୯ ରହିଛି। ଏହି ଝଟ୍‌କା କେବଳ ଦିଲ୍ଲୀ-ଏନ୍‌ସିଆରରେ ନୁହେଁ ବରଂ ପୁରା ଉତ୍ତର ଭାରତରେ ଅନୁଭୂତ ହୋଇଛି। ଏହିକ୍ରମରେ ନେପାଳର ଦୋତି ଜିଲାରେ ମଙ୍ଗଳବାର ବିଳମ୍ବିତ ରାତି ପ୍ରାୟ ୨ଟା ୧୨ରେ ଭୂକମ୍ପ ଝଟ୍‌କା ଅନୁଭୂତ ହୋଇଥିଲା। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୬.୩ ରହିଛି। ଏଥିରେ ଜଣଙ୍କ ଘର ଭୁଷୁଡିପଡ଼ିବାରୁ ୬ଜଣଙ୍କର ମୃତ୍ୟୁ ଘଟିଛି।

ଅନେକ ଅଞ୍ଚଳରେ ଗୋଟିଏ ପରେ ଗୋଟିଏ ୩ଟି ଝଟ୍‌କା ଅନୁଭୂତ ହୋଇଥିଲା। ଏହାପରେ ପୁଣି ଥରେ ରାତି ୩ଟା୧୫ ଭୂକମ୍ପ ହୋଇଥିବା ବେଳେ ଏହାର ତୀବ୍ରତା ୩.୬ ରହିଥିଲା। ରାତିରେ ଲୋକମାନେ ଶୋଇଥିବା ବେଳେ ଭୂକମ୍ପ ଝଟ୍‌କାରେ ଭୟଭୀତ ହୋଇ ଘରୁ ବାହାରକୁ ପଳାଇ ଆସିଥିଲେ। ଏହି ଭୂକମ୍ପର କେନ୍ଦ୍ରସ୍ଥଳ ନେପାଳର କାଲୁଖେଟିର ୧୦କିଲୋମିଟର ତଳେ ଥିବା ନେଇ ନ୍ୟାସନାଲ ସେଣ୍ଟର ଫର୍‌ ସିସ୍‌ମୋଲୋଜି ପକ୍ଷରୁ ସୂଚନା ଦିଆଯାଇଛି। ଅନ୍ୟପଟେ ଭୂକମ୍ପ ପ୍ରଭାବିତ ଅଞ୍ଚଳରେ ନେପାଳ ସେନାଙ୍କ ପକ୍ଷରୁ ଉଦ୍ଧାର କାର୍ଯ୍ୟ ସହିତ ସର୍ଚ୍ଚ ଅପରେଶନ୍‌ ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିନକ ପରେ ସାବିତ୍ରୀ, ଜମୁଛି ଆମ୍ବ-ପଣସ ଆସର

ଗଞ୍ଜାମ,୧୪।୫(ବିଦ୍ୟାଧର ସାହୁ): ଦିନକ ପରେ ଅର୍ଥାତ ଶନିବାର ସମଗ୍ର ରାଜ୍ୟରେ ପାଳିତ ହେବ ସାବିତ୍ରୀ ଅମାବାସ୍ୟା l କେଉଁ ଆବାହନ କାଳରୁ ବାପାମା’ ଝିଅ ପାଇଁ ଭାର…

ଗୋଟିଏ ବୁନ୍ଦା ନାହିଁ ପେଟ୍ରୋଲ: ସାରା ଦେଶରେ ବ୍ଲାକ୍‌ଆଉଟ୍‌ ଘୋଷଣା କଲେ ସରକାର, ରାଜଧାନୀରେ…

ହାଭାନା,୧୪।୫: କ୍ୟୁବା ବର୍ତ୍ତମାନ ଏକ ଗମ୍ଭୀର ଇନ୍ଧନ ସଙ୍କଟର ସମ୍ମୁଖୀନ ହେଉଛି। ପରିସ୍ଥିତି ଏତେ ଖରାପ ହୋଇଛି ଯେ ଦେଶରେ ପ୍ରାୟ ସମ୍ପୂର୍ଣ୍ଣ ଭାବରେ ଡିଜେଲ ଓ…

LPG-କ୍ଷୀର ପରେ ସାଧାରଣ ଲୋକଙ୍କୁ ବଡ଼ ଝଟ୍‌କା, ଏହି ଜିନିଷର ବଢିଗଲା ଦାମ୍‌…

ନୂଆଦିଲ୍ଲୀ,୧୪।୫: ଏଲପିଜି ଗ୍ୟାସ ସିଲିଣ୍ଡର, ଅମୂଲ ଏବଂ ମଦର ଡେରୀ କ୍ଷୀରର ମୂଲ୍ୟ ବୃଦ୍ଧି ପରେ, ସାଧାରଣ ଲୋକଙ୍କୁ ଆଉ ଏକ ବଡ଼ ଝଟ୍‌କା ଲାଗିଛି। ପ୍ରକୃତରେ,…

ଓ଼୍ବାର୍କ ଫର୍ମ ହୋମ୍‌ ନେଇ ବଡ଼ ଘୋଷଣା କଲେ ରାଜ୍ୟ ସରକାର, କେବଳ ୫୦% କର୍ମଚାରୀ ଯିବେ ଅଫିସ୍‌, ଜାଣନ୍ତୁ କେଉଁଠି…

ନୂଆଦିଲ୍ଲୀ,୧୪।୫: ବିଶ୍ୱ ସଙ୍କଟ ମଧ୍ୟରେ, ପ୍ରଧାନମନ୍ତ୍ରୀ ମୋଦିଙ୍କ ଇନ୍ଧନ ସଂରକ୍ଷଣ ପାଇଁ ଆହ୍ୱାନର ପ୍ରଭାବ ଦେଖାଯିବା ଆରମ୍ଭ ହୋଇଛି। ତ୍ରିପୁରା ସରକାର ଏହାର 50% କର୍ମଚାରୀଙ୍କ ପାଇଁ…

ଟ୍ରମ୍ପଙ୍କୁ ଭେଟି ବଡ଼ ଘୋଷଣା କଲେ ଚାଇନା ରାଷ୍ଟ୍ରପତି: ଚାହିଁ ରହିଗଲା ସାରା ବିଶ୍ୱ

ବେଜିଂ,୧୪।୫: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସେମାନଙ୍କର ଐତିହାସିକ ଶିଖର ସମ୍ମିଳନୀ ପାଇଁ ବେଜିଂରେ ପହଞ୍ଚିଛନ୍ତି। ଗୁରୁବାର ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗ ବେଜିଂରେ ଟ୍ରମ୍ପଙ୍କୁ ସ୍ବାଗତ…

ସିବିଏସଇ ଦ୍ୱାଦଶ ପରୀକ୍ଷା ଫଳ: ନିଲମ କଲେଜ ଟପ୍ପର

ଲୋଇସିଂହା,୧୪।୫(ସୁଶାନ୍ତ ବାରୁକ): ସିବିଏସଇ ଦ୍ୱାଦଶ ପରୀକ୍ଷା ଫଳ ବୁଧବାର ପ୍ରକାଶ ପାଇଛି। ବଲାଙ୍ଗୀର ଲୋଇସିଂହା ବ୍ଲକ ଯୋଗୀସର୍ଡା ଗ୍ରାମ ତଥା ବଲାଙ୍ଗୀର ଜେଆଇଟିମ କଲେଜ କଳା ବିଭାଗ…

ପେଟ୍ରୋଲ ଅଭାବ ଭିତରେ ଭୁବନେଶ୍ୱରରେ ବଦଳିଲା ତେଲଦର! ଜାଣନ୍ତୁ କ’ଣ ହୋଇଛି ପରିବର୍ତ୍ତନ

ନୂଆଦିଲ୍ଲୀ,୧୪।୫: ଦେଶରେ ପେଟ୍ରୋଲ ଓ ଡିଜେଲର ନୂଆ ମୂଲ୍ୟ ଜାରି କରାଯାଇଛି । ପ୍ରମୁଖ ସହର ଗୁଡିକରେ ପେଟ୍ରୋଲ ଓ ଡିଜେଲ ମୂଲ୍ୟରେ ପରିବର୍ତ୍ତନ ହୋଇଛି ।…

୨୦ରେ ରାଜ୍ୟ କ୍ୟାବିନେଟ୍‌: ୯ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ବାଜିପାରେ ମୋହର

ଭୁବନେଶ୍ୱର,୧୪ା୫(ରବିନାରାୟଣ ଜେନା):ଓଡ଼ିଶାର ବିକାଶକୁ ଦୃଷ୍ଟିରେ ରଖି ରାଜ୍ୟ ସରକାରଙ୍କ ପକ୍ଷରୁ ମେ’ ୨୦ରେ ରାଜ୍ୟ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହେବ। ଲୋକସେବା ଭବନର ତୃତୀୟ ମହଲାରେ ଅପରାହ୍ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri