୩ ଦଳୀୟ ପ୍ରାର୍ଥୀଙ୍କ ମଧ୍ୟରେ ଜୋରଦାର ଲଢ଼େଇ

ରଘୁନାଥପୁର,୩୧।୫(ରାଜେନ୍ଦ୍ର ନାରାୟଣ ସିଂହ): ତିର୍ତ୍ତୋଲ ବିଧାନସଭା କ୍ଷେତ୍ର(ସଂରକ୍ଷିତ) ଆସନ ହାତେଇବା ପାଇଁ ୩ ଦଳର ପ୍ରାର୍ଥୀଙ୍କ ପକ୍ଷରୁ ଜୋରଦାର କସରତ ଚାଲିଛି। ବିଜେଡି ପ୍ରାର୍ଥୀ ଡ.ରମାକାନ୍ତ ଭୋଇ, ଭାଜପାରୁ ଆଇନ୍‌ଜୀବୀ ରାଜକିଶୋର ବେହେରା ଓ କଂଗ୍ରେସରୁ ଇଂ.ହିମାଂଶୁ ଭୂଷଣ ମଲ୍ଲିକ ନିର୍ବାଚନ ରଣାଙ୍ଗନରେ ଅବତୀର୍ଣ୍ଣ ହୋଇଛନ୍ତି। ବିଜେଡି ପ୍ରାର୍ଥୀ ଭୋଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦୀର୍ଘ ୨୪ ବର୍ଷ ଶାସନ କାଳରେ ରାଜ୍ୟର ବିକାଶକୁ ମୁଖ୍ୟ ଆୟୁଧ କରି ନିଜର ଶକ୍ତି ବୃଦ୍ଧି କରିବା ପାଇଁ ପ୍ରୟାସ ଜାରି ରଖିଛନ୍ତି। ଏହାଛଡା ରଘୁନାଥପୁର, ବିରିଡି ଓ ତିର୍ତ୍ତୋଲ ବ୍ଲକର ୬୦ ପଞ୍ଚାୟତରେ ଥିବା ପ୍ରତି ବୁଥରେ କମିଟି ଗଠନ କରି ସେମାନଙ୍କ ଜରିଆରେ ଭୋଟରଙ୍କୁ ନିଜ ସପକ୍ଷକୁ ଆଣିବାକୁ ଉଦ୍ୟମ କରୁଛନ୍ତି। ସେହିପରି ଭାଜପା ପ୍ରାର୍ଥୀ ଆଇନଜୀବୀ ବେହେରା ରାଜ୍ୟରେ ପରିବର୍ତ୍ତନର ସ୍ବରକୁ ଶାଣିତ କରି ଭୋଟରଙ୍କ ନିକଟତର ହୋଇଛନ୍ତି। ଏହାଛଡା ବିରୋଧୀ ଦଳର ଅସନ୍ତୁଷ୍ଟ କର୍ମକର୍ତ୍ତା ଓ କର୍ମୀଙ୍କୁ ନିଜ ଦଳରେ ମିଶାଇ ଭୋଟ ବ୍ୟବଧାନ ବୃଦ୍ଧି କରିବାକୁ ଉଦ୍ୟମ ଜାରି ରଖିଛନ୍ତି। ଅନ୍ୟପକ୍ଷେ କଂଗ୍ରେସ ପ୍ରାର୍ଥୀ ଇଂ.ମଲ୍ଲିକ ଗତ ୬ ମାସ ତଳୁ ପ୍ରତ୍ୟେକ ପଞ୍ଚାୟତରେ ଆଶୀର୍ବାଦ ଯାତ୍ରା କରି ଲୋକଙ୍କୁ ଆକୃଷ୍ଟ କରିବାରେ ଲାଗିଛନ୍ତି। ଏହାଛଡା ପ୍ରତି ପଞ୍ଚାୟତରେ ସୁପ୍ତ ଥିବା ଦଳୀୟ କର୍ମୀଙ୍କୁ ସକ୍ରିୟ କରି ଅନେକ ଯୁବ ଛାତ୍ରଙ୍କୁ ନିଜ ସପକ୍ଷକୁ ଆଣି ପ୍ରତିଦ୍ୱନ୍ଦ୍ୱିତା ଲକ୍ଷ୍ୟରେ ଆଗେଇ ଚାଲିଛନ୍ତି। ଅପରାହ୍ନରେ ଡାକବାଜି ଯନ୍ତ୍ର ଦ୍ୱାରା ପ୍ରଚାର ଶେଷ ହେବା ପରେ ଉଭୟ ଦଳର ପ୍ରାର୍ଥୀ ବର୍ତ୍ତମାନ ବିଭିନ୍ନ ପଞ୍ଚାୟତ ଗସ୍ତ କରି କିଛି ଅବୁଝା ଭୋଟରଙ୍କୁ ମନେଇବା ପାଇଁ ପ୍ରୟାସ ଚଳାଇଛନ୍ତି। ତିନି ଦଳ ପକ୍ଷରୁ ନିର୍ବାଚନ ବୈତରଣୀ ଅତିକ୍ରମ କରିବା ପାଇଁ ରଣନୀତିକୁ ଅଧିକ କ୍ରିୟାଶୀଳ କରିଥିବାରୁ ଭୋଟରଙ୍କ ମତଦାନ ଉପରେ ସମସ୍ତଙ୍କ ନଜର ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

ପୂର୍ବତନ ବିଧାୟକ, ପୂର୍ବତନ ଏମ୍‌ପିଙ୍କୁ ବିଜେଡିରୁ କରାଗଲା ନିଲମ୍ବନ , ଜାଣନ୍ତୁ କାହିଁକି ଏମିତି କାର୍ଯ୍ୟାନୁଷ୍ଠାନ ନେଲେ ନବୀନ

ବାସୁଦେବପୁର,୬।୪(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁରର ପୂର୍ବତନ ବ୍ଲକ ଅଧ୍ୟକ୍ଷ ତଥା ଧାମନଗରର ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ, ଭଦ୍ରକର ପୂର୍ବତନ ଏମ୍‌ପି ମଞ୍ଜୁଲତା ମଣ୍ଡଳଙ୍କୁ ଦଳ…

ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟରେ ନୂତନ ସ୍ଥାୟୀ କୁଳପତି ନିଯୁକ୍ତ: ଜାଣନ୍ତୁ କାହାକୁ ମିଳିଲା ଦାୟିତ୍ୱ

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟର ନୂତନ ସ୍ଥାୟୀ କୁଳପତି ଭାବେ ଡ଼.ପବନ କୁମାର ଅଗ୍ରୱାଲ ସୋମବାର ନିଯୁକ୍ତ ହୋଇଛନ୍ତି। ଏ…

ଧର୍ମଗଡ଼ ଉପଖଣ୍ଡରେ କୁଆପଥର ବର୍ଷା: ଯାତାୟାତ ବାଧାପ୍ରାପ୍ତ

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଧର୍ମଗଡ଼ ଉପଖଣ୍ଡରେ ସୋମବାର ମଧ୍ୟାହ୍ନରେ ପ୍ରବଳ ଝଡ଼ ତୋଫାନ ସହ କୁଆପଥର ବର୍ଷା ହୋଇଛି। ବିଶେଷ କରି ଉପଖଣ୍ଡର ଧର୍ମଗଡ଼…

ପୋଲିସକୁ ଭୁଆଁ ବୁଲାଇ ନୂଆ ତରିକାରେ ହେଉଥିଲା ଗଞ୍ଜେଇ ଚାଲାଣ, ଖବରପାଇ ପହଞ୍ଚିଗଲା ପୋଲିସ

ମୋହନା,୬।୪( ମନ୍ମଥ ମିଶ୍ର ): ଗଜପତି ଜିଲାର ଭୂସ୍ବର୍ଗ ପାଲଟିଥିବା ଅଡବା ଥାନା ଅଞ୍ଚଳରେ ପୋଲିସର ଘନଘନ ଚଢ଼ାଉ ଜାରି ରହିଛି। ଗତ କିଛି ଦିନ ଭିତରେ…

କଣ୍ଟେନରରେ ଆନ୍ଦ୍ରପ୍ରଦେଶକୁ ହେଉଥିଲା ଗୋ ଚାଲାଣ, ହଠାତ୍‌ ପହଞ୍ଚିଗଲା ପୋଲିସ, ତା’ପରେ…

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ ରିଷଗାଁ ବାଇପାସ ରାସ୍ତାରେ ସୋମବାର ବେଆଇନ ଭାବେ ଏକ କଣ୍ଟେନରରେ ଗୋରୁ ଚାଲାଣ ହେଉଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri