୨୮ନଂ. ଜୋନ୍‌ରେ ଜୋରଦାର ଲଢ଼େଇ

ବିଞ୍ଝାରପୁର,୧୧ା୨(ଡି.ଏନ.ଏ.): ଯାଜପୁର ଜିଲା ପରିଷଦ ଅଧୀନ ବିଞ୍ଝାରପୁର ବ୍ଲକର ୨୮ ନଂ. ଜୋନରେ ବିଜେଡି, ଭାଜପା ଓ କଂଗ୍ରେସ ୩ ପ୍ରମୁଖ ଦଳ ମଧ୍ୟରେ ଜୋରଦାର ଲଢ଼େଇ ଦେଖିବାକୁ ମିଳିଛି। ବ୍ଲକର ବାଙ୍ଗରା, ଜରି, ସିଂହପୁର, ହଳଦୀଡ଼ିହ, ଆଉଁରୀ, ଓଳେଇଚନ୍ଦନପୁର, ବାଚ୍ଛୋଳ ଓ ଟିଣା ସମେତ ୮ ପଞ୍ଚାୟତକୁ ନେଇ ଉକ୍ତ ଜୋନ୍‌ ଗଠିତ। ପୂର୍ବରୁ କଂଗ୍ରେସ ଅଧୀନରେ ଥିବା ଉକ୍ତ ଜୋନକୁ ୧୦ ବର୍ଷହେଲା ବିଜେଡି ନିଜ ଅକ୍ତିଆରରେ ରଖିଛି। ତେବେ ଚଳିତ ନିର୍ବାଚନରେ ପୂର୍ବତନ ଜିଲାପରିଷଦସଭ୍ୟ ତଥା ବିଜେଡି ଦଳର ନିର୍ବାଚନମଣ୍ଡଳୀ ସଭାପତି ଖଗେଶ୍ୱର ମହାନ୍ତିଙ୍କୁ ଦଳ ପ୍ରାର୍ଥୀ କରିଛି। ବିଜେଡି ସରକାରର ବିକାଶ ସାଙ୍ଗକୁ ନବୀନଙ୍କ ଭାବମୂର୍ତ୍ତି ଓ ବିଧାୟିକା ପ୍ରମିଳା ମଲିକଙ୍କ ନୀତିଆଦର୍ଶକୁ ପାଥେୟକରି ମହାନ୍ତି ଘରକୁଘର ବୁଲି ଭୋଟ ଭିକ୍ଷା କରିବାସହ ଦଳର ଗଡ଼ ବଞ୍ଚାଇବାକୁ ଚେଷ୍ଟା ଚଳାଇଛନ୍ତି।
ସେହିପରି କଂଗ୍ରେସ ଛାଡି ଭାଜପାରେ ମିଶିଥିବା ଭୂବନାନନ୍ଦ ସାମଲଙ୍କୁ ଭାଜପା ଏହି ଜୋନରେ ପ୍ରାର୍ଥୀ କରିଛି। ୨୦୧୭ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନରେ ଏହି ଜୋନରେ ଦ୍ୱିତୀୟ ସ୍ଥାନ ଅକ୍ତିଆର କରିଥିବା ଭାଜପା ଚଳିତ ନିର୍ବାଚନରେ ଜୋନକୁ ନିଜ ଅକ୍ତିଆରକୁ ନେବାପାଇଁ ସାମଲଙ୍କୁ ପ୍ରାର୍ଥୀ କରିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବିକାଶ ଧାରା ଓ ବିଜେଡିର ଦୁର୍ନୀତିକୁ ପାଥେୟକରି ଲୋକଙ୍କ ନିକଟତର ହେବାକୁ ଚେଷ୍ଟା କରୁଛି ଭାଜପା। ଏହି ଜୋନରେ ଥିବା ବିଭିନ୍ନ ପଞ୍ଚାୟତରେ ଘରକୁ ଘର ବୁଲି ଲୋକଙ୍କ ଆଶୀର୍ବାଦ ଭିକ୍ଷା କରିବାସହ ଭାଜପାକୁ ବିପୁଳ ସଂଖ୍ୟାରେ ଭୋଟ ଦେବାକୁ ସାମଲ ଲୋକଙ୍କୁ ନିବେଦନ କରୁଛନ୍ତି।
ସେହିପରି କଂଗ୍ରେସ ଉକ୍ତ ଜୋନ୍‌ରେ ମନୋଜ କୁମାର ସାମଲଙ୍କୁ ପ୍ରାର୍ଥୀ କରିଛି। ୨୦୧୭ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନରେ ଏହି ଜୋନରେ ତୃତୀୟ ସ୍ଥାନ ଅକ୍ତିଆର କରିଥିବା କଂଗ୍ରେସ ଚଳିତ ନିର୍ବାଚନରେ ଜଣେ ନୂଆ ଚେହେରାଙ୍କୁ ପ୍ରାର୍ଥୀ କରିଛି। ସାମଲ ପୂର୍ବରୁ ବିଞ୍ଝାରପୁର ବ୍ଲକ ଯୁବ କଂଗ୍ରେସ ସଭାପତି ଭାବେ କାର୍ଯ୍ୟ କରିବାସହ ବାତ୍ୟା, ବନ୍ୟା ସମେତ ବିଭିନ୍ନ ସମୟରେ ଲୋକଙ୍କ ସହିତ ଜଡ଼ିତରହି ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ଏହି ଯୁବ ସାମାଜିକ କର୍ମୀ ସାମଲ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଦୋଷ ଦୁର୍ବଳତାକୁ ଲୋକଙ୍କ ନିକଟରେ ପହଞ୍ଚାଇବାସହ ସୋନିଆ ଗାନ୍ଧୀ ଓ ରାହୁଲ ଗାନ୍ଧୀଙ୍କ ନୀତି ଆଦର୍ଶ, ଦରଦାମ ବୃଦ୍ଧି, ବେକାରି ସମସ୍ୟାକୁ ପାଥେୟକରି ଲୋକଙ୍କ ନିକଟତର ହେବାକୁ ଚାହୁଁଛନ୍ତି। ଜୋନରେ ଥିବା ବିଭିନ୍ନ ପଞ୍ଚାୟତରେ ଘରକୁ ଘର ବୁଲି ଲୋକଙ୍କ ଆଶୀର୍ବାଦ ଭିକ୍ଷା କରିବାସହ କଂଗ୍ରେସକୁ ବିପୁଳ ସଂଖ୍ୟାରେ ଭୋଟ ଦେବାକୁ ଲୋକଙ୍କୁ ନିବେଦନ କରୁଛନ୍ତି। ସାମଲଙ୍କ ସମେତ କଂଗ୍ରେସର ରାଜ୍ୟ ସାଧାରଣ ସମ୍ପାଦିକା କନକଲତା ମଲିକ, ବ୍ଲକ ସଭାପତି ପ୍ରଦ୍ୟୁମ୍ନ ପାତ୍ର ଓ ଅମର ମଲିକ ପ୍ରମୁଖଙ୍କୁ ସାମଲଙ୍କ ସହିତ ଦେଖିବାକୁ ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ACF ସୌମ୍ୟରଞ୍ଜନ ମୃତ୍ୟୁ ମାମଲା: ରୋଷେୟାଙ୍କୁ ଗିରଫ କଲା ପୋଲିସ, ସ୍ତ୍ରୀ ବିଦ୍ୟାଭାରତୀଙ୍କର…

ଗଜପତି,୩୦ା୯(ଗିରିଧାରୀ ପରିଚ୍ଛା): ବହୁଚର୍ଚ୍ଚିତ ଏସିଏଫ୍‌ ସୌମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାରେ ଅନ୍ୟତମ ଅଭିଯୁକ୍ତ ରୋଷେୟା ମନ୍ମଥ କୁମ୍ଭଙ୍କୁ ପାରଳାଖେମୁଣ୍ଡି ପୋଲିସ ଗିରଫ କରିଛି। ଏସ୍‌ଡିଜେଏମ୍‌ ପାରଳାଖେମୁଣ୍ଡିଙ୍କ ଅଦାଲତରୁ…

ପଛରେ ପଡ଼ିଗଲେ କୋହଲି: ଗିଲ୍‌ ଦେଉଛନ୍ତି ଜୋରଦାର ଚ୍ୟାଲେଞ୍ଜ

ନୂଆଦିଲ୍ଲୀ,୩୦।୯: ଆଇସିସିର ସଦ୍ୟତମ ଦିନିକିଆ ବ୍ୟାଟିଂ ରାଙ୍କିଙ୍ଗରେ ଭାରତୀୟ ଦଳର ଦୁଇ ଷ୍ଟାର୍‌ ବ୍ୟାଟରଙ୍କ ମଧ୍ୟରେ ଜୋରଦାର ଲଢ଼େଇ ଦେଖିବାକୁ ମିଳିଛି। ଶୁବମନ ଗିଲ ନମ୍ବର-୧ ସ୍ଥାନ…

ଦିନେ କରୁଥିଲେ ନକଲ, ଏବେ ଟିମ୍‌ ଇଣ୍ଡିଆ ପାଇଁ ଡେବ୍ୟୁ କରିବେ ଏହି କ୍ରିକେଟର୍‌

ନୂଆଦିଲ୍ଲୀ,୩୦।୯: କୁହାଯାଏ, ନକଲ ପାଇଁ ମଧ୍ୟ ଅକଲ ଦରକାର। ଦକ୍ଷିଣ ଆଫ୍ରିକାର ପୂର୍ବତନ ଦ୍ରୁତ ବୋଲର ଡେଲ ଷ୍ଟେନଙ୍କ ଆଦର୍ଶ ମାନି ତାଙ୍କ ବୋଲିଂ ଆକ୍ସନ ଓ…

୫୩ ବର୍ଷରେ କର୍ଲାମୁଣ୍ଡା ଦୁର୍ଗାପୂଜା: ନୂଆ କମିଟିରେ ଦେବେନ୍ଦ୍ର ସଭାପତି, ଚନ୍ଦ୍ରଭାନୁ ସମ୍ପାଦକ

କର୍ଲାମୁଣ୍ଡା, ୩୦।୯(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦର ଦୁର୍ଗାମଣ୍ଡପରେ ଚଳିତ ବର୍ଷ ୫୩ତମ ବର୍ଷରେ ପଦାର୍ପଣ କରିଛି ଡୁକେରମାଲ ଦୁର୍ଗାପୂଜା। ଆଗାମୀ ଦୁର୍ଗାପୂଜାକୁ…

ଟିମ ମାହୋଲରେ ଖୁସିନାହାନ୍ତି ବିରାଟ କୋହଲି: ଚାଞ୍ଚଲ୍ୟକର ବୟାନ ଦେଲେ କ୍ରିକେଟ୍‌ କିମ୍ବଦନ୍ତୀ

ନୂଆଦିଲ୍ଲୀ,୩୦।୯: ୱେଷ୍ଟଇଣ୍ଡିଜ ବିପକ୍ଷ ଦିନିକିଆ ସିରିଜ୍‌ରେ ବ୍ୟସ୍ତ ଅଛନ୍ତି ବିରାଟ କୋହଲି। ଏହି ସମୟରେ ପୂର୍ବତନ ଭାରତୀୟ କ୍ରିକେଟର ମହମ୍ମଦ କୈଫ ବିରାଟଙ୍କ ଟେଷ୍ଟ କ୍ରିକେଟରୁ ଅବସରକୁ…

ମହାନଦୀର ପଛୁଆ ପାଣିରେ ବୁଡ଼ିଲା ରାସ୍ତାଘାଟ, ଡଙ୍ଗା ପାଲଟିଛି ସାହାରା

ଖୋର୍ଦ୍ଧା,୩୦ା୯(ପ୍ରଭାତ ପାଣିଗ୍ରାହୀ): ମହାନଦୀର ପଛୁଆ ପାଣି ପ୍ରବେଶ ଯୋଗୁ ଖୋର୍ଦ୍ଧା ବ୍ଲକରେ ବନ୍ୟାଜଳ ପରିସ୍ଥିତି ସୃଷ୍ଟି ହୋଇଛି। ଏହି ବ୍ଲକ ଓରବରସିଂହ ପଞ୍ଚାୟତର ହିରୁମୂଳକୁ ସଂଯୋଗ କରୁଥିବା…

ଲଭ-ସେକ୍ସ-ଧୋକା: ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା ଅଭିଯୋଗ: ଅଭିଯୁକ୍ତ ଫେରାର

ଦିଗପହଣ୍ଡି, ୩୦।୯ (ଅଶେଷ ନାଥ ମିଶ୍ର): ଭଲ ପାଇବା, ବିବାହର ପ୍ରତିଶ୍ରୁତି ଏବଂ ପରେ ପ୍ରତାରଣା ଅଭିଯୋଗକୁ ନେଇ ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଏକ ମାମଲା…

‘ମୋଦି ମୋତେ କହିଲେ ମୋ ପରେ ତୁମେ…’, ରାହୁଲଙ୍କ ବୟାନକୁ ନେଇ ଜୋରଦାର ଚର୍ଚ୍ଚା

ନୂଆଦିଲ୍‌ଲୀ,୩୦।୯: କଂଗ୍ରେସ କାର୍ଯ୍ୟକାରୀ କମିଟି (CWC) ବୈଠକ ପରେ ରାହୁଲ ଗାନ୍ଧୀଙ୍କ ଏକ କଥିତ ବୟାନକୁ ନେଇ ବିବାଦ ଆରମ୍ଭ ହୋଇଯାଇଛି। ରାହୁଲ ଗାନ୍ଧୀ ବୈଠକରେ ର୍ନିବାଚନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?