ଚାଇନାରେ କଠୋର ଲକ୍‌ଡାଉନ୍‌

ବେଜିଂ,୨୩।୧୨: ଚାଇନାରେ କରୋନା ସଂକ୍ରମଣ ମାଡ଼ି ଚାଲିଥିବା ବେଳେ ଏହାକୁ ନିୟନ୍ତ୍ରଣ କରିବାକୁ ସରକାର କଠୋର କଟକଣା ଜାରି କରିଛନ୍ତି। ଉତ୍ତର ଚାଇନାର ଶାନ୍‌ଶି ରାଜଧାନୀ ଶିଆନ ସହରରେ ଗୁରୁବାର ଲକ୍‌ଡାଉନ ଘୋଷଣା କରାଯାଇଛି। ଫଳରେ ପ୍ରାୟ ୧ କୋଟି ୩୦ଲକ୍ଷରୁ ଊର୍ଦ୍ଧ୍ୱ ଲୋକଙ୍କ ଉପରେ ଏହି କଟକଣା ଲାଗୁ ହୋଇଛି। ତେବେ ଓମିକ୍ରନ ଯୋଗୁ ସଂକ୍ରମଣ ବଢ଼ିଛି ନାଁ ଡେଲ୍ଟା ଭାରିଆଣ୍ଟର ପ୍ରକୋପ ବୃଦ୍ଧି ପାଇଛି ସେ ବିଷୟରେ ସ୍ପଷ୍ଟ ଭାବେ ଜଣାପଡ଼ିନାହିଁ। ବର୍ତ୍ତମାନ ସୁଦ୍ଧା ଚାଇନାରେ ୭ ଓମିକ୍ରନ ମାମଲା ଥିବା ସୂଚନା ମଳିଛି।

ଚାଇନା କରୋନାର ଭାଇରସ୍‌ର ଉତ୍ପତ୍ତିସ୍ଥଳ ଉହାନ ସହରରେ କଡ଼ା କଟକଣା ଲଗାଇଥିଲା। ଏଥିଯୋଗୁ ପ୍ରାୟ ୧ କୋଟି ୧୦ ଲକ୍ଷ ଲୋକଙ୍କୁ ଲକ୍‌ଡାଉନ୍‌ ମଧ୍ୟରେ ରହିବାକୁ ପଡ଼ିଥିଲା। ଏହାପରେ ଶିଆନ୍‌ରେ ସବୁଠାରୁ ବଡ଼ ଧରଣର ଲକ୍‌ଡାଉନ୍‌ ଘୋଷଣା କରାଯାଇଛି। ଗୋଟିଏ ଦିନରେ ଶିଆନ୍‌ରେ ୬୩ ଲୋକାଲ କେସ୍‌ ଚିହ୍ନଟ ହୋଇଛି। ଏହାକୁ ମିଶାଇ ସପ୍ତାହକରେ ମୋଟ ମାମଲା ୨୧୧ରେ ପହଞ୍ଚିଛି। ବାହାରକୁ ଲୋକଙ୍କୁ ଉକ୍ତ ସହରକୁ ଯିବାକୁ ମନା କରାଯାଇଛି। ପ୍ରତ୍ୟେକ ଘରର ଜଣେ ଲେଖାଏ ସଦସ୍ୟ ୨ ଦିନରେ ଥରେ ବାହାରକୁ ଆସି ଅତ୍ୟାବଶ୍ୟକ ଜିନିଷ ନେଇପାରିବେ ବୋଲି ନିର୍ଦ୍ଦେଶ ଜାରି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଇଂଲଣ୍ଡ ବିପକ୍ଷରେ ପରାଜୟ ପରେ ବଡ଼ ବୟାନ ଦେଲେ ଅଧିନାୟକ, ପରିବର୍ତ୍ତନର ସମୟ….

ନୂଆଦିଲ୍ଲୀ,୧୦।୭: ଶ୍ରେୟାସ ଆୟରଙ୍କ ଅଧିନାୟକତ୍ୱରେ, ଭାରତୀୟ ଦଳ ଲଗାତାର ଦ୍ୱିତୀୟ ଟି-୨୦ ଅନ୍ତର୍ଜାତୀୟ ସିରିଜ ହାରିଛି । ଇଂଲଣ୍ଡ ବିପକ୍ଷରେ ଚାଲିଥିବା ପାଞ୍ଚ ମ୍ୟାଚ୍ ବିଶିଷ୍ଟ ଟି-୨୦…

ଫକିର ମୋହନ ବିଶ୍ୱବିଦ୍ୟାଳୟରେ ଛାତ୍ରୀଛାତ୍ରଙ୍କ ଆନ୍ଦୋଳନ, ପରୀକ୍ଷା ବିଳମ୍ବକୁ ନେଇ…

ବାଲେଶ୍ୱର,୧୦।୭( ବାଞ୍ଛାନିଧି ଦେ): ବାଲେଶ୍ଵର ଫକୀର ମୋହନ ବିଶ୍ୱବିଦ୍ୟାଳୟ ସମ୍ମୁଖରେ ଗୁରୁବାର ବିଳମ୍ବିତ ରାତିରେ ଉତ୍ତେଜନା ଦେଖାଦେଇଛି । ନ୍ୟାୟ ଦାବିରେ ଧାରଣାରେ ବସିଛନ୍ତି ଶତାଧିକ ନର୍ସିଂ…

ଜଳୁଛି ଇରାନ! ଅନେକ ସହରରେ ବିସ୍ଫୋରଣ ପରେ ନେତାନ୍ୟାହୁଙ୍କ ସହ କଥା ହେଲେ ଟ୍ରମ୍ପ, ବଡ଼ ଚାଲ୍ ଖେଳୁଛନ୍ତି…

ଓ୍ବାଶିଂଟନ,୧୦।୭: ଇରାନର ସର୍ବୋଚ୍ଚ ନେତା ଆୟାତୋଲ୍ଲା ଖାମେନେଇଙ୍କ ଅନ୍ତିମ ସଂସ୍କାର କାର୍ଯ୍ୟର ଶେଷ ଦିନରେ ହଜାର ହଜାର ଲୋକ ଏକାଠି ହୋଇଥିଲେ। ତାଙ୍କ ପୁଅ ମୁସ୍ତାଫା ଖାମେନେଇ…

‘ଇଣ୍ଡିଆନ ଆଇଡଲ’ର ଟପ୍‌-୬ରେ ଜ୍ୟୋତିର୍ମୟୀ: ପ୍ରଶଂସା କଲେ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୦ା୭ (ସୌମ୍ୟରଞ୍ଜନ ରାଉତ):ଓଡ଼ିଆ କଣ୍ଠଶିଳ୍ପୀ ଜ୍ୟୋତିର୍ମୟୀ ନାୟକ ଜାତୀୟସ୍ତରର ଲୋକପ୍ରିୟ ସଙ୍ଗୀତ ରିଆଲିଟି ଶୋ’ ‘ଇଣ୍ଡିଆନ ଆଇଡଲ-୧୬’ରେ ଦମ୍‌ଦାର ପରଫର୍ମାନ୍ସ ମାଧ୍ୟମରେ ଟପ୍‌-୬ରେ ସ୍ଥାନ ହାସଲ କରିଛନ୍ତି।…

ମମତାଙ୍କୁ ଝଟକା ଦେଇଥିବା ୩ ନେତାଙ୍କୁ BJP ଦେଲା ବଡ଼ ଉପହାର

କୋଲକାତା,୯।୭: ପଶ୍ଚିମବଙ୍ଗରେ ହେବାକୁ ଥିବା ରାଜ୍ୟ ସଭା ଉପନିର୍ବାଚନ ପାଇଁ BJP ପ୍ରାର୍ଥୀଙ୍କ ତାଲିକା ପ୍ରକାଶ କରିଛି। ଦଳ ସୁସ୍ମିତା ଦେବ, ସୁଖେନ୍ଦୁ ଶେଖର ରାୟ ଏବଂ…

ମୁଖ୍ୟମନ୍ତ୍ରୀଙ୍କୁ ନିଜ ଜିଲାରେ ବଦନାମ କରୁଛନ୍ତି ତାଙ୍କ ଦଳର ଲୋକ: ବିଜେଡି ବିଧାୟକ

ହାଟଡିହୀ, ୯।୭(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ରର ରାଜନୀତି ଏବେ ଏକ ରୋଚକ ମୋଡ଼ରେ ପହଞ୍ଚିଛି। ‘ବୈତରଣୀ ବଞ୍ଚାଅ ଅଭିଯାନ’ ପ୍ରସଙ୍ଗକୁ ନେଇ ଆନନ୍ଦପୁରରୁ…

ମହିଳା କର୍ମଚାରୀଙ୍କୁ ଅଶ୍ଲୀଳ ଇଙ୍ଗିତ କରିବା ପଡ଼ିଲା ମହଙ୍ଗା: ବଦଳିଲେ ବିବାଦୀୟ ପ୍ରଧାନ ଶିକ୍ଷକ, ଥାନାରେ ଏତଲା

ଭବାନୀପାଟଣା, ୯।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ମଦନପୁର ସରକାରୀ ଏସଏସଡି (SSD) ସ୍କୁଲର ପ୍ରଧାନଶିକ୍ଷକ ଶାନ୍ତନୁ କୁମାର ମେହେରଙ୍କୁ ମହିଳା କର୍ମଚାରୀଙ୍କୁ ଅଶ୍ଲୀଳ ଇଙ୍ଗିତ କରିବା…

କେମିତି ପାତାଳଗଙ୍ଗା ନଦୀରେ ଭାସିଗଲା ହଜାର ହଜାର LPG ସିଲିଣ୍ଡର, ଜାଣନ୍ତୁ ଏହା ପଛର ବଡ଼ କାରଣ

ମୁମ୍ବାଇ,୯।୭: ମହାରାଷ୍ଟ୍ରରେ ନିରନ୍ତର ମୁଷଳଧାରାରେ ବର୍ଷା ଏବେ ଦୈନନ୍ଦିନ ଜୀବନ ଏବଂ ଶିଳ୍ପ ପ୍ରତିଷ୍ଠାନ ଉଭୟ ଉପରେ ଖୁବ୍‌ ପ୍ରଭାବ ପକାଇଛି। ଚାଭନେ (ପାନଭେଲ ତାଲୁକା, ରାୟଗଡ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri