Posted inଫୁରସତ

କାନ୍ଧରେ ଘୋଡ଼ା ଟେକି ଦୌଡ଼ନ୍ତି

ଘୋଡ଼ା ପିଠି ଉପରେ ବସି ଲୋକେ ଯାଆନ୍ତି। ଅନେକେ ସଉକରେ ବି ଘୋଡ଼ା ଚଢ଼ନ୍ତି। ତେବେ ଏମିତି ଜଣେ ବ୍ୟକ୍ତି ଅଛନ୍ତି, ଯିଏ କି ଘୋଡ଼ା ପିଠିରେ ବସନ୍ତି ନାହିଁ। ବରଂ ଘୋଡ଼ାକୁ ନିଜ କାନ୍ଧରେ ବସାନ୍ତି ଆଉ ନିଜେ ଦୌଡ଼ନ୍ତି। ଏହି ଶକ୍ତିଶାଳୀ ବ୍ୟକ୍ତିଜଣକ ହେଉଛନ୍ତି ଦିମିତ୍ରୀ ଖଲାଦ୍‌ଜୀ। ସେ ୟୁକ୍ରେନ୍‌ ନିବାସୀ ଅଟନ୍ତି। ଦିମିତ୍ରୀଙ୍କୁ ପୃଥିବୀର ସବୁଠାରୁ ଶକ୍ତିଶାଳୀ ବ୍ୟକ୍ତିଙ୍କ ମଧ୍ୟରେ ଗଣନା କରାଯାଏ। ସେ ଏତେ ଶକ୍ତିଶାଳୀ ଯେ, ଏକାସାଙ୍ଗରେ ୬ଜଣ ବ୍ୟକ୍ତିଙ୍କୁ ଉଠାଇପାରନ୍ତି। ଆଉ ଘୋଡ଼ାକୁ ତ ସେ କାନ୍ଧରେ ଉଠାଇ ଦୌଡ଼ି ପାରନ୍ତି। ଦିମିତ୍ରୀ ପୂର୍ବରୁ ସର୍କସରେ କାମ କରୁଥିଲେ। ଲୁହା ରଡ୍‌କୁ ଦାନ୍ତରେ ମୋଡ଼ି ଦେଉଥିଲେ। ଗୋଟିଏ ହାତରେ ସେ ୧୫୨ କି.ଗ୍ରା. ଓଜନ ଟେକି ପାରନ୍ତି। ତାଙ୍କ ହାତ ଏତେ ମଜଭୁତ ଯେ, ହାତରେ କଣ୍ଟା ବି ବାଡ଼େଇପାରନ୍ତି। ତାଙ୍କ ଉପରେ ଲୋକ ବସିଥିବା ଏସ୍‌ୟୁଭି ଗାଡ଼ି ଚଢ଼ିଗଲେ ବି କିଛି କ୍ଷତି ହୁଏନା। ଏଭଳି ଅଜବ କାରନାମା ପାଇଁ ତାଙ୍କ ନାମ ୬୦ ଥର ଗିନିଜ୍‌ ଓ୍ବାର୍ଲଡ ରେକର୍ଡସ୍‌ରେ ସ୍ଥାନ ପାଇଛି। ଦିମିତ୍ରୀ ଘୋଡ଼ା ବ୍ୟତୀତ ଓଟ, ମଇଁଷି ବି କାନ୍ଧରେ ଉଠାଇପାରନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ୱର ସବୁଠୁ ମହଙ୍ଗା ଫଳ: ମୂଲ୍ୟ ଜାଣିଲେ ଉଡିଯିବ ହୋଶ୍‌

ସାଧାରଣତଃ ମହଙ୍ଗା ଜିନିଷ କିଣିବାକୁ ହେଲେ ଲୋକେ ବିଳାସପୂର୍ଣ୍ଣ କାର, ସୁନା ଏବଂ ହୀରା ବିଷୟରେ ଚିନ୍ତା କରନ୍ତି। କିନ୍ତୁ ଜାପାନରେ ଏକ ତରଭୁଜ ଅଛି,...

ଏପରି ଗାଁ, ଯେଉଁଠି କାହା ଘରେ ନାହିଁ ରୋଷେଇ ଘର: ଖାଇବା ଶୈଳୀ ଜାଣିଲେ ଉଡ଼ିଯିବ ହୋଶ୍‌

ଶତାବ୍ଦୀ ଧରି ଭାରତୀୟ ଗ୍ରାମଗୁଡ଼ିକ ସେମାନଙ୍କର ସରଳତା ଏବଂ ପରମ୍ପରା ପାଇଁ ଜଣାଶୁଣା। ସମୟ ବଦଳିଛି ଏବଂ ସୁବିଧାସୁଯୋଗ ବୃଦ୍ଧି ପାଇଛି। କିନ୍ତୁ ଆଜି ମଧ୍ୟ...

Post Officeର ଜବରଦସ୍ତ ସ୍କିମ୍‌: ମାସିକ ୫୫୫୦ ଟଙ୍କା ରୋଜଗାର ଗ୍ୟାରେଣ୍ଟି

ପୋଷ୍ଟ ଅଫିସ ଗ୍ରାହକମାନଙ୍କ ପାଇଁ ବିଭିନ୍ନ ପ୍ରକାରର ସଞ୍ଚୟ ଯୋଜନା ପ୍ରଦାନ କରେ। ପୋଷ୍ଟ ଅଫିସ ଏକ ଉଲ୍ଲେଖନୀୟ ଯୋଜନା ହେଉଛି, ମାସିକ ଆୟ ଯୋଜନା...

ବ୍ୟକ୍ତିଙ୍କୁ ଏମିତି ଆକ୍ରମଣ କଲା ବିଶାଳକାୟ ଅଜଗର, ଭିଡିଓ ଦେଖିଲେ…

ସାପକୁ ସାମ୍ନା କରିବା କିମ୍ବା ବୀରତ୍ୱପୂର୍ଣ୍ଣ ସାହସ ପ୍ରଦର୍ଶନ କରିବା ପ୍ରାୟତଃ ଘାତକ ସାବ୍ୟସ୍ତ ହୋଇଥାଏ। ତେଣୁ ଅଧିକାଂଶ ଲୋକ ସାପଠାରୁ ଦୂରେଇ ରହିବାକୁ ପସନ୍ଦ...

ମାତ୍ର ୫ ହଜାର ଟଙ୍କାରେ ଆରମ୍ଭ କରନ୍ତୁ ଏହି ବ୍ୟବସାୟ: ପ୍ରଥମ ଦିନରୁ ଲାଭ ହିଁ ଲାଭ…

ନୂଆଦିଲ୍ଲୀ,୧୨।୧୨: ଅନେକ ଲୋକ ଚାକିରି ଛାଡି ନିଜର ବ୍ୟବସାୟ ଆରମ୍ଭ କରିବାକୁ ଯୋଜନା କରୁଛନ୍ତି। ତଥାପି, ଅନେକ ଲୋକ ପାଣ୍ଠି ଅଭାବରୁ ଏହା କରିପାରୁ ନାହାଁନ୍ତି।...

କିଏ ଅଧିକ ପଢିଛନ୍ତି ରାହୁଲ ନା ପ୍ରିୟଙ୍କା: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୧୧।୧୨: ଗାନ୍ଧୀ ପରିବାର ଭାରତୀୟ ରାଜନୀତିରେ ସବୁଠାରୁ ଚର୍ଚ୍ଚିତ ପରିବାର ମଧ୍ୟରୁ ଗୋଟିଏ। ବର୍ତ୍ତମାନ ଏହି ପରିବାରର ଦୁଇ ପ୍ରମୁଖ ବ୍ୟକ୍ତି, ରାହୁଲ ଗାନ୍ଧୀ ଏବଂ...

ଫ୍ରିଜ୍‌ରେ ଅଣ୍ଡା ରଖିଲେ ପଚିଯାଏ ନା ସତେଜ ରହେ, ପ୍ରକୃତ ଉତ୍ତର ଜାଣିଲେ…

ଅଣ୍ଡା ପୁଷ୍ଟିସାରର ଏକ ବଡ଼ ଉତ୍ସ, ତେଣୁ ଏହାକୁ ଅଧିକାଂଶ ଘରେ ରଖାଯାଇଥାଏ। କିନ୍ତୁ ଏହାକୁ କେଉଁଠାରେ ରଖିବେ ସେନେଇ ଚିନ୍ତାରେ ଥାନ୍ତି ଗୃହିଣୀମାନେ। ଫ୍ରିଜ୍‌ରେ...

୨୦୨୬ଆରମ୍ଭରୁ ଯୁଦ୍ଧ ନୁହେଁ ହେବ ପ୍ରଳୟ! ସଙ୍କେତ ଦେଲାଣି ଗ୍ରହ ଚଳନ, ଭାରତରେ ପଡିବ ପଡ଼ ପ୍ରଭାବ

ନୂଆଦିଲ୍ଲୀ,୧୧।୧୨: ୨୦୨୬ ହେଉଛି ଏପରି ଏକ ବର୍ଷ ଯାହାକୁ ବିଶ୍ୱ ଅଣଦେଖା କରିପାରିବ ନାହିଁ। ଅନେକ ସୀମା ଏପରି ଏକ ସମୟରେ ଆସିବ ଯେଉଁଠାରେ ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri