ପୋଲିସ ବାବୁଙ୍କ କଡ଼ା ପଦକ୍ଷେପ: ୫୦୦୦ ଅମାନିଆଙ୍କ ବିରୋଧରେ ମାମଲା ରୁଜୁ…

ନୂଆଦିଲ୍ଲୀ,୧୪।୪: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ପୁଣି କୋକୁଆ ଭୟ ସୃଷ୍ଟି ହୋଇଛି। କରୋନା ମାର୍ଗଦର୍ଶିକା ପାଳନ କରୁ ନ ଥିବା ଅମାନିଆଙ୍କ ପାଇଁ ଦିଲ୍ଲୀ ପୋଲିସ ପକ୍ଷରୁ କଡ଼ା ପଦକ୍ଷେପ ଗ୍ରହଣ କରାଯାଇଛି। ମାସ୍କ ପିନ୍ଧି ନ ଥିବା ଏବଂ କରୋନା ମାର୍ଗଦର୍ଶିକାର ଉଲ୍ଲଂଘନ କରୁଥିବା ୫,୫୪୨ ଲୋକଙ୍କ ବିରୋଧରେ ପୋଲିସ ବାବୁଙ୍କ ପକ୍ଷରୁ ମାମଲା ରୁଜୁ କରାଯାଇଛି। ସେମାନଙ୍କ ମଧ୍ୟରୁ ୧,୬୩୭ ଜଣଙ୍କ ବିରୋଧରେ ବିପର୍ଯ୍ୟୟ ପରିଚାଳନା କର୍ତ୍ତୃପକ୍ଷ ଅଭିଯୋଗ ଆଣିଛନ୍ତି। ଦିଲ୍ଲୀର ଦକ୍ଷିଣ-ପଶ୍ଚିମ ଅଞ୍ଚଳରେ ୧,୦୬୪ ଜଣ ମାସ୍କ୍‌ ନ ପିନ୍ଧି ଥିବାରୁ ୨୦୦୦ ଟଙ୍କା ଲେଖାଏଁ ଜରିମାନା ଦେଇଛନ୍ତି। ଦକ୍ଷିଣ ଅଞ୍ଚଳରେ ୮୮୫ ଜଣଙ୍କ ବିରୋଧରେ ମାମଲା ରୁଜୁ ହୋଇଛି। ଉତ୍ତର-ପଶ୍ଚିମ ଅଞ୍ଚଳରେ ୫୩୨ ଜଣଙ୍କର ଚାଲାଣ କଟା ଯାଇଛି। ରୋହିରୀ ଜିଲାରେ ୪୧୧ ଜଣଙ୍କର ଚାଲାଣ କଟା ହୋଇଛି। ସେହିପରି ଦିଲ୍ଲୀର ଦକ୍ଷିଣ-ପୂର୍ବ ଅଞ୍ଚଳରେ ୩୬୨ ଜଣଙ୍କ ବିରୋଧରେ ଚାଲାଣ କଟା ଯାଇଥିବା ଦିଲ୍ଲୀର ଦକ୍ଷିଣ-ପଶ୍ଚିମ ଅଞ୍ଚଳର ଡିସିପି ପ୍ରତାପ ସିଂ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସତ୍‌ସଙ୍ଗ ଚାଲିଥିବା ବେଳେ ଖଣ୍ଡାରେ ମରଣାନ୍ତକ ଆକ୍ରମଣ

ବାଙ୍କୀ, ୫।୯ (ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ଥାନା ଅନ୍ତର୍ଗତ ବେଦପୁର ଗାଁରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଦୁଇ ଗୋଷ୍ଠୀ ମଧ୍ୟରେ ବଚସା ଓ ଗଣ୍ଡଗୋଳ ତୀବ୍ରତର…

ଗିରଫ ପରେ ସ୍ବତନ୍ତ୍ର ଭରଦ୍ୱାଜଙ୍କୁ କୋର୍ଟରେ ହାଜର କରାଗଲା; ଏବେ ଗୋଟିଏ ଦିନର ପୋଲିସ ହେପାଜତକୁ ପଠାଇ ଦିଆଯାଇଛି

ନୂଆଦିଲ୍ଲୀ,୫।୯: ଦିଲ୍ଲୀ ପୋଲିସ ସ୍ବତନ୍ତ୍ର ଭରଦ୍ୱାଜଙ୍କୁ ଗିରଫ କରିଛି। ତାଙ୍କୁ ପଟିଆଲା ହାଉସ କୋର୍ଟର ବିଚାରପତିଙ୍କ ବାସଭବନରେ ହାଜର କରାଯାଇଥିଲା, ଯାହା ପରେ କୋର୍ଟ ତାଙ୍କୁ ଗୋଟିଏ…

୧୦୦ ଫୁଟ ଘେରିବନ୍ଧ ଭୁଶୁଡ଼ିବା ପରେ ତରବରିଆ କାମ, ଯନ୍ତ୍ରୀଙ୍କ ଦେଖାନାହିଁ, ଯନ୍ତ୍ର କରୁଛି…

ମହାକାଳପଡ଼ା,୫ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ରଡ଼ିଆ-କଂସାର-ବଡ଼ ଦାଣ୍ଡୁଆ ଲୁଣା ଘେରିବନ୍ଧ ନିର୍ମାଣ କାର୍ଯ୍ୟରେ ବହୁ କୋଟି ଟଙ୍କା ବ୍ୟୟ ଅଟକଳ କରାଯାଇଛି।…

୩୧ ଅକ୍ଟୋବର ଯାଏ ୩ରାଶିଙ୍କ ଫିଟିଲା ଭାଗ୍ୟ; ଚାକିରିରେ ମିଳିବ ବଡ଼ ପ୍ରମୋଶନ, ହୁ ହୁ ହୋଇ ବଢିବ ଟଙ୍କା…

ବୈଦିକ ଜ୍ୟୋତିଷରେ ଦେବଗୁରୁ ବୃହସ୍ପତିଙ୍କୁ ଜ୍ଞାନ, ଧନ, ସୁଖ, ସନ୍ତାନ ଏବଂ ସୌଭାଗ୍ୟର କାରକ ଗ୍ରହ ଭାବେ ବିବେଚନା କରାଯାଏ। ଗୁରୁ ଯେତେବେଳେ ରାଶି ପରିବର୍ତ୍ତନ କରନ୍ତି,…

କେସିଙ୍ଗା ଅବକାରୀ ଥାନାରେ ନୂଆ ଓଆଇସିଙ୍କ ଯୋଗଦାନ

କେସିଙ୍ଗା,୫ା୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଅବକାରୀ ଥାନାରେ ନୂତନ ଭାବେ ମଳୟ ପ୍ରଧାନ ଓଆଇସି ଭାବେ ଯୋଗଦାନ କରିଛନ୍ତି। ସେ ଏହା ପୂର୍ବରୁ ବରଗଡ଼ରେ ଏଆଇସି…

ହୃଦୟ ଜିଣିଲେ ହାର୍ଦ୍ଦିକ ପାଣ୍ଡ୍ୟା: ଭାରତୀୟ ସୈନ୍ୟଙ୍କ ସହ…

ନୂଆଦିଲ୍ଲୀ,୫।୯: ଭାରତୀୟ କ୍ରିକେଟ ଦଳର ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଫଟୋ BSF (ସୀମା ସୁରକ୍ଷା ବଳ) କର୍ମଚାରୀଙ୍କ ସହ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ସେ…

ସ୍ତ୍ରୀ ପଛେ ପଛେ ସ୍ବାମୀଙ୍କ ମୃତ୍ୟୁ, ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳି ଆଣିଲେ ୨ ମୃତଦେହ, ସନ୍ଦେହରେ…

ଭଦ୍ରକ,୫ା୯(ସନାତନ ରାଉତ): ମୃତ୍ୟୁର ୨ ଦିନ ପରେ ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳା ହେଲା ଶବ। ସାପ କାମୁଡ଼ାରେ ମୃତ୍ୟୁ ହୋଇଥିବା ସନ୍ଦେହ କରି ପରିବାର…

‘ଯୁଗେ ଯୁଗେ ଗୁରୁ ହିଁ ଶ୍ରେଷ୍ଠ, ଗୁରୁ ହେଉଛନ୍ତି ସମାଜ ସଂସ୍କାରକ’

ଅମରପାଲି,୫ା୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଅମରପାଲି ହାଇସ୍କୁଲରେ ଗୁରୁଦିବସ ପାଳନ ଅବସରରେ ଛାତ୍ରୀମାନଙ୍କ ଦ୍ୱାରା ନାଟକ ତସ୍ମୈ ଶ୍ରୀ ଗୁରବେ ନମଃ ପରିବେଷଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri