Posted inଜାତୀୟ

ଦିଲ୍ଲୀ-ଏନସିଆରରେ ତୀବ୍ର ଭୂମିକମ୍ପ ଅନୁଭୂତ, ରିକ୍ଟର ସେଲରେ ତୀବ୍ରତା ୫.୨

ନୂଆଦିଲ୍ଲୀ,୬/୧୧: ଉତ୍ତର ଭାରତଏର ପୁଣି ଭୂକମ୍ପ ଝଟକା। ସୋମବାର ଅପରାହ୍ନରେ ଦିଲ୍ଲୀ-ଏନସିଆରରେ ଭୂକମ୍ପ ଅନୁଭୁତ ହୋଇଛି। ଏହାର କେନ୍ଦ୍ରବିନ୍ଦୁ ନେପାଳରେ ରହିଥିବା କୁହାଯାଉଛି। ଗତ ଚାରି ଦିନରେ ଏହା ଦ୍ୱିତୀୟ ଭୂମିକମ୍ପ। ଦିଲ୍ଲୀ ବ୍ୟତୀତ ଉତ୍ତରାଖଣ୍ଡରେ ମଧ୍ୟ ଲୋକମାନେ ଭୂକମ୍ପ ଝଟକା ଅନୁଭବ କରିଥିଲେ। ଏହି ଝଟକା ପ୍ରାୟ ୪ ଟା ୧୮ ମିନିଟରେ ଅନୁଭବ ହୋଇଥିଲା।

ଏହା ପୂର୍ବରୁ ଶୁକ୍ରବାର ରାତିରେ ମଧ୍ୟ ଉତ୍ତର ଭାରତରେ ବଡ଼ ଭୂମିକମ୍ପ ଅନୁଭୂତ ହୋଇଥିଲା। ଯାହାର କେନ୍ଦ୍ରବିନ୍ଦୁ ନେପାଳରେ ରହିଥିଲା। ଏଇ ଭୂକମ୍ପର ତୀବ୍ରତା ୬.୪ ରଥିଲା।

ଭୂମିକମ୍ପ କାହିଁକି ହୁଏ ଓ କିପରି ହୁଏ ?

ଭୂମିକମ୍ପ ଏକ ପ୍ରକୃତିକ ଦୁର୍ବିପାକ ଅଟେ । ଇଂରାଜୀରେ ଏହାକୁ (earthquake, quake, tremor ବା temblor) କୁହାଯାଏ । ପୃଥିବୀ ପୃଷ୍ଠରୁ ହଠାତ ବହୁତ ପରିମାଣରେ ଶକ୍ତି ନିର୍ଗତ ହେବା ଯୋଗୁଁ ଭୂକମ୍ପୀୟ ତରଙ୍ଗ (seismic wave) ସୃଷ୍ଟି ହୁଏ । ଭୂଗର୍ଭସ୍ଥ ଶିଳାସ୍ତରରେ ଥିବା ତୃଟି ସ୍ଥଳ ଭାଙ୍ଗିଯିବା ଯୋଗୁ ସାଧାରଣତଃ ଭୂମିକମ୍ପ ହୁଏ । ସେଠାରେ ଥିବା ଦୁଇଟି ଶିଳା ବା ପ୍ଲେଟ ପରଷ୍ପର ସ‌ହ ଘସି ହୋଇ ସାମାନ୍ୟ ଲାଖିଯାଆନ୍ତି । ସେଗୁଡ଼ିକ ପରଷ୍ପରକୁ ଠେଲୁଥାଆନ୍ତି । ବେଳେ ବେଳେ ଚାପ ଅତ୍ୟାଧିକ ହେଲେ ସେଗୁଡ଼ିକ ଭାଙ୍ଗିଯାଏ ଓ ଭୂମିକମ୍ପ ହୁଏ । ଏହି ସମୟରେ ମଧ୍ୟ ଶିଳା ସ୍ତର ଘୁଞ୍ଚୁଥାଏ । ଆଉଥରେ ଯେତେବେଳେ ଦୁଇ ସ୍ତର ଲାଖିଯାଆନ୍ତି ସେତେବେଳେ ଏହା ବନ୍ଦ ହୁଏ । ଏହି ଚାପଗ୍ରସ୍ତ ସ୍ଥାନର ଠିକ୍ ଉପରକୁ ଥିବା ଭୂପୃଷ୍ଠକୁ ଏପିସେଣ୍ଟର କୁହାଯାଏ ।

 

 


Enter your email to get our daily news in your inbox.

All Right Reserved By Dharitri.Com

ସରକାରଙ୍କ ବଡ଼ ଘୋଷଣା: ଏଣିକି ୩ୟ ସନ୍ତାନ ହେଲେ ମିଳିବ ୩୦ ହଜାର, ୪ର୍ଥରେ ୪୦ ହଜାର ଟଙ୍କା

ଅମରାବତି,୧୬।୫: ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଏନ୍‌. ଚନ୍ଦ୍ରବାବୁ ନାଇଡୁ ଶନିବାର ଏକ ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ କ୍ରମାଗତ ଭାବେ ହ୍ରାସ ପାଉଥିବା ଜନସଂଖ୍ୟାକୁ ରୋକିବା ପାଇଁ ସରକାର…

‘ଧର୍ମେନ୍ଦ୍ର ପ୍ରଧାନଙ୍କୁ ତୁରନ୍ତ ବହିଷ୍କାର କରାଯାଉ’

ନୂଆଦିଲ୍ଲୀ,୧୬।୫: ଲୋକ ସଭାରେ ବିରୋଧୀ ଦଳ ନେତା ତଥା କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ଶନିବାର ନିଟ (NEET) ପେପର ଲିକ୍‌ ମାମଲାକୁ ନେଇ ପ୍ରଧାନମନ୍ତ୍ରୀ…

ଆନ୍ଧ୍ର ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଚତୁର୍ଥ ସନ୍ତାନ ପାଇଁ ୪୦ ହଜାର

ବିଜୟଓ୍ବାଡ଼ା,୧୬ା୫: ଆନ୍ଧ୍ରପ୍ରଦେଶରେ ତୃତୀୟ ସନ୍ତାନ ଜନ୍ମ ପାଇଁ ୩୦ ହଜାର ଟଙ୍କା ଆର୍ଥତ୍କ ପ୍ରୋତ୍ସାହନ ମିଳିବାକୁ ଥିବାବେଳେ ଚତୁର୍ଥ ସନ୍ତାନ ଜନ୍ମ ହେଲେ ୪୦ ହଜାର ଟଙ୍କା…

ସୁନା ପରେ ଏବେ ରୁପା! ସରକାର ଲଗାଇଲେ ବଡ଼ କଟକଣା, ଏଣିକି ଆଉ…

ନୂଆଦିଲ୍ଲୀ,୧୬।୫: ରୁପା ଆମଦାନୀକୁ ନେଇ କେନ୍ଦ୍ର ସରକାର ଲଗାଇଛନ୍ତି କଟକଣା। ସରକାର ଏହାର ଅନେକ ଶ୍ରେଣୀ କୁ ମୁକ୍ତ ତାଲିକା (Free List)ରୁ ହଟାଇ ପ୍ରତିବନ୍ଧିତ ତାଲିକା…

ସିବିଏସ୍‌ଇ କଲା ବଡ଼ ପରିବର୍ତ୍ତନ: ୩ ଭାଷା ବାଧ୍ୟତାମୂଳକ

ନୂଆଦିଲ୍ଲୀ,୧୬ା୫: କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍‌ଇ) ପକ୍ଷରୁ ନବମ ଏବଂ ଦଶମ ଶ୍ରେଣୀ ପାଇଁ ଏକ ବଡ଼ ପରିବର୍ତ୍ତନ କରାଯାଇଛି। ଜାରି ହୋଇଥିବା ସର୍କୁଲାର ଅନୁଯାୟୀ…

ଭବାନୀପାଟଣାରେ କାଳବୈଶାଖୀ କୁଆପଥର ବର୍ଷା,କାର ଉପରେ ପଡ଼ିଲା ଗଛ

ଭବାନୀପାଟଣା,୧୬।୫(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଭବାନୀପାଟଣା ସହରରେ ଶନିବାର ଅପରାହ୍ନରେ କାଳବୈଶାଖୀ ହୋଇଥିଲା। ଏହାର ପ୍ରଭାବରେ ଜୋରରେ ପବନ ବୋହିବା ସହ କୁଆପଥର ବର୍ଷା ହୋଇଥିଲା। ପଵନ…

୫ଟଙ୍କା ଶସ୍ତା ହେଲା ପେଟ୍ରୋଲ; ଏହି ସରକାର କମାଇଲେ ତେଲଦାମ୍‌

ଇସଲାମାବଦ,୧୬।୫: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନା ଅନେକ ଦେଶକୁ ପ୍ରଭାବିତ କରୁଛି। ଯେତେବେଳେ ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟରେ ପରିବର୍ତ୍ତନ ଘଟେ, ଏହାର ତୁରନ୍ତ ପ୍ରଭାବ ସାଧାରଣ ଲୋକଙ୍କ…

ଗୃହ ବିଭାଗ ନିଜ ପାଖରେ ରଖିଲେ ବିଜୟ

ଚେନ୍ନାଇ,୧୬।୫: ତାମିଲନାଡୁର ନବନିର୍ବାଚିତ ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟଙ୍କ ସୁପାରିଶ ଉପରେ କାର୍ଯ୍ୟ କରି ରାଜ୍ୟପାଳ ବିଶ୍ୱନାଥ ଆର୍ଲେକର ରାଜ୍ୟର ନୂତନ କ୍ୟାବିନେଟକୁ ବିଭାଗ ଆବଣ୍ଟନ କରିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri