Posted inଖେଳ

ଦମ୍‌ଦାର ବିଜୟ: ୨-୧ରେ ସିରିଜ କବଜା କଲା ଟିମ୍‌ ଇଣ୍ଡିଆ

ବିଶାଖାପାଟଣା,୬।୧୨: ବିଶାଖାପାଟଣାରେ ଶନିବାର ଖେଳାଯାଇଥିବା ତୃତୀୟ ଦିନିକିଆ ମ୍ୟଚ୍‌ରେ ଯଶସ୍ବୀ ଜୟସ୍ବାଲଙ୍କ ଦମ୍‌ଦାର ଶତକ ସହ ଭାରତ ୯ ଉଇକେଟରେ ବିଜୟ ହାସଲ କରିଛି। ଏହା ସହିତ ଭାରତ ସିରିଜକୁ ୨-୧ରେ କବଜା କରିଛି।

ଭାରତ ଆଗରେ ବିଜୟ ପାଇଁ ୨୭୧ ରନ୍‌ର ଲକ୍ଷ୍ୟ ଥିବାବେଳେ ଭାରତ ପକ୍ଷରୁ ଦୁଇ ଓପନର ରୋହିତ ଶର୍ମା ଓ ଯଶସ୍ବୀ ଜୟସ୍ବାଲ ଦଳକୁ ଏକ ଭଲ ଆରମ୍ଭ ଦେଇଥିଲେ । ରୋହିତ ୭୫ ରନ୍‌ କରିଥିବା ବେଳେ ଜୟସ୍ବାଲ ଅପରାଜିତ ୧୧୬ ରନ୍‌ର ଦମ୍‌ଦାର ଇନିଂସ୍‌ ଖେଳିଥିଲେ । ସେହିପରି ବିରାଟ କୋହଲି ବିସ୍ଫୋରକ ଇନିଂସ ଖେଳି ମାତ୍ର ୪୫ ବଲରେ ୬୫ ରନ୍‌ କରିଥିଲେ। ଦକ୍ଷିଣ ଆଫ୍ରିକା ପକ୍ଷରୁ ଏକମାତ୍ର ଉଇକେଟ କେଶବ ମହାରାଜ ନେଇଥିଲେ ।

ଭାରତ ଟସ୍‌ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲା । ଦକ୍ଷିଣ ଆଫ୍ରିକା ଆରମ୍ଭରୁ ଉଇକେଟ ହରାଇଥିଲେ ମଧ୍ୟ କ୍ବିଣ୍ଟନ ଡି’କକ ଏବଂ ଅଧିନାୟକ ଟେମ୍ବା ବାଭୁମା ଲଢୁଆ ବ୍ୟାଟିଂ କରି ଦଳକୁ ଆଗକୁ ନେଇଥିଲେ। ବାଭୁମା ୪୮ ରନ କରି ଆଉଟ ହୋଇଥିବା ବେଳେ ଡିକକ ବ୍ୟାଟିଂ ଜାରି ରଖି ଶତକ ହାସଲ କରିଥିଲେ । ସେ ୧୦୬ ରନ୍‌ର ଏକ ଆକର୍ଷଣୀୟ ଇନିଂସ ଖେଳିଥିଲେ ।

Dharitri – Odisha’s No.1 Odia Daily


Enter your email to get our daily news in your inbox.

All Right Reserved By Dharitri.Com

ଦୁବାଇରେ ହଠାତ ଶସ୍ତା ହେଉଛି ସୁନା! ଇରାନ ସହ ଯୁଦ୍ଧ ମଧ୍ୟରେ ମୂଲ୍ୟରେ ବଡ଼ ହ୍ରାସ, ଭାରତ ଉପରେ ପଡ଼ିବ…

ଦୁବାଇ/ନୂଆଦିଲ୍ଲୀ,୭।୩: ବିଶ୍ୱର ସୁନା ବଜାର କୁହାଯାଉଥିବା ଦୁବାଇରୁ ଏବେ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଚାଲିଥିବା ଭୟଙ୍କର ଯୁଦ୍ଧ ଯୋଗୁ…

ଇରାନ ଉପରେ ଆଜି ହେବ ‘ଭୟଙ୍କର’ ଆକ୍ରମଣ: ଟ୍ରମ୍ପଙ୍କ ଘୋଷଣା ପରେ ସାରା ବିଶ୍ୱରେ ହଇଚଇ, ପଡ଼ୋଶୀ ଦେଶକୁ…

ୱାଶିଂଟନ/ତେହେରାନ,୭।୩: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଯୁଦ୍ଧ ପ୍ରତିଦିନ ଭୟଙ୍କର ରୂପ ନେଉଛି। ମଧ୍ୟପ୍ରାଚ୍ୟର ଅନେକ ସହର ଏହି ସାମରିକ ସଂଘର୍ଷରେ ଛାରଖାର ହୋଇଯାଇଥିବା ବେଳେ,…

ବୋହୂଙ୍କୁ ମାଡ଼ ମାରି ଲହୁଲୁହାଣ କଲେ ପୁଅ, ଥାନାରେ ପହଞ୍ଚି ଅଭିଯୋଗ କରିଦେଲେ ବାପା, ପୁରୁଷୋତ୍ତମଙ୍କୁ ବାନ୍ଧି…

ବୈଶିଙ୍ଗା,୭।୩(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ନଡପୁର ଗ୍ରାମରେ ଜନୈକା ବିବାହିତା ମହିଳାଙ୍କୁ ମାଡ଼ ମାରି ଗୁରୁତର କରିଥିବା ଅଭିଯୋଗରେ ପୋଲିସ ସ୍ବାମୀଙ୍କୁ ଗିରଫ…

ମୋ’ କଥା କେହି ଶୁଣନ୍ତିନି! ବାପା କି ବଡ଼ ଭାଇ ହୋଇ କିଛି ଲାଭ ନାହିଁ…ଫାଇନାଲ ପୂର୍ବରୁ କାହିଁକି ଏମିତି କହିଲେ ସୂର୍ଯ୍ୟା

ଅହମ୍ମଦାବାଦ,୭।୩: ଟି-୨୦ ବିଶ୍ୱକପ ୨୦୨୬ର ଫାଇନାଲ ମୁକାବିଲା ପାଇଁ ପ୍ରସ୍ତୁତ ଟିମ ଇଣ୍ଡିଆ। ୮ ମାର୍ଚ୍ଚରେ ନ୍ୟୁଜିଲାଣ୍ଡ ବିପକ୍ଷରେ ଫାଇନାଲ ମୁକାବିଲା ପାଇଁ ପଡ଼ିଆକୁ ଓହ୍ଲାଇବେ ସୂର୍ଯ୍ୟକୁମାର…

ଫାଇନାଲ ମ୍ୟାଚ୍‌ ପୂର୍ବରୁ ନ୍ୟୁଜିଲାଣ୍ଡ ଅଧିନାୟକଙ୍କ ବଡ଼ ବୟାନ, ଯଦି ଆମକୁ ହୃଦୟ ଭାଙ୍ଗିବାକୁ ପଡ଼େ…

ଅହମଦାବାଦ,୭।୩: ଟୁର୍ନାମେଣ୍ଟ ଜିତିବା ପାଇଁ ଆମେ ଫେଭରାଇଟ୍‌ ଦଳ ନୁହେଁ। କିନ୍ତୁ ଥରେ ଟ୍ରଫି ଉଠାଇବା ପାଇଁ ଯଦି ଆମକୁ କିଛି ହୃଦୟ ଭାଙ୍ଗିବାକୁ ପଡ଼େ, ତେବେ…

ଫାଇନାଲ ପୂର୍ବରୁ ମିଚେଲ ସାଣ୍ଟର୍ନରଙ୍କ ଫଟୋକୁ ନେଇ ହଇଚଇ! ତାଜା ହେଲା ୨୦୨୩ର କ୍ଷତ, ପ୍ରଶଂସକ ଛାନିଆ…

ଅହମ୍ମଦାବାଦ,୭।୩: ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରବିବାର ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଟି-୨୦ ବିଶ୍ୱକପ୍‌ ୨୦୨୬ର ମହାଲଢ଼େଇ ଅନୁଷ୍ଠିତ ହେବ। ପ୍ରଥମ ଥର ପାଇଁ ଏହି…

ସେମିଫାଇନାଲରେ ପହଞ୍ଚିଲେ ଲକ୍ଷ୍ୟ ସେନ୍‌

ବର୍ମିଂହାମ୍‌,୭ା୩:ଭାରତର ଲକ୍ଷ୍ୟ ସେନ୍‌ ଅଲ୍‌ ଇଂଲଣ୍ଡ ଓପନ ବ୍ୟାଡ୍‌ମିଣ୍ଟନ ଚାମ୍ପିୟନଶିପ୍‌ ପୁରୁଷ ସିଙ୍ଗଲ୍ସ ସେମିଫାଇନାଲରେ ପ୍ରବେଶ କରିଛନ୍ତି। ୨୦୨୨ ସଂସ୍କରଣରେ ରନର-ଅପ୍‌ ବିଶ୍ୱର ୧୨ତମ ମାନ୍ୟତାପ୍ରାପ୍ତ ଏହି…

ଖେମୁଣ୍ଡି ଓକିଲ ସଂଘର ନିର୍ବାଚନ ପାଇଁ ପ୍ରାର୍ଥତ୍ପତ୍ର ଦାଖଲ

ଦିଗପହଣ୍ଡି,୭ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ବାର୍‌ କାଉନସିଲ ପକ୍ଷରୁ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର କାର୍ଯ୍ୟକର୍ତ୍ତା ନିର୍ବାଚନ ନିମନ୍ତେ ଶନିବାରଠାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri