ଦୃଢ଼ ଇଚ୍ଛାଶକ୍ତି ଦେଲା ସଫଳତା: ସ୍ବାଗତିକା ହେଲେ ମିସେସ୍‌ ଇଣ୍ଡିଆ

ଯାଜପୁରରୋଡ୍‌,୨୭ା୯(ପବିତ୍ର ରଞ୍ଜନ ମହାନ୍ତି): ଦୃଢ଼ ଇଚ୍ଛାଶକ୍ତି ମଣିଷକୁ ସଫଳତା ଆଣିଦେଇଥାଏ। ଏହାକୁ ପ୍ରମାଣ କରି ଦେଖାଇଛନ୍ତି ଯାଜପୁର ଜିଲା ବ୍ୟାସନଗର ପୌର ପରିଷଦ ଅଧୀନ ନହକା ଅଞ୍ଚଳର ସ୍ବାଗତିକା ସାମଲ। ନୂଆଦିଲ୍ଲୀର ଡିକେ ପିଜାଣ୍ଟ ସଂସ୍ଥା ପକ୍ଷରୁ ରେଡିସନ ବ୍ଲ୍ୟୁ ହୋଟେଲଠାରେ ଗତ ୧୭ ତାରିଖରେ ଆୟୋଜିତ ଜାତୀୟ ସୌନ୍ଦର୍ଯ୍ୟ ପ୍ରତିଯୋଗିତାରେ ୯୦୦ ପ୍ରତିଯୋଗୀଙ୍କୁ ପଛରେ ପକେଇ ସ୍ବାଗତିକା ମିସେସ୍‌ ଇଣ୍ଡିଆ ବିଜୟ ମୁକୁଟ ପିନ୍ଧିଛନ୍ତି। ଏହି ଖବର ପ୍ରଚାରିତ ହେବାପରେ ଯାଜପୁର ଜିଲା ସମେତ ସମଗ୍ର ଅଞ୍ଚଳରେ ଖୁସିର ଲହରି ଖେଳିଯାଇଛି।
ସ୍ବାଗତିକା ବ୍ୟାସନଗର ଫେରିବା ପରେ ତାଙ୍କୁ ଶୁଭେଚ୍ଛାର ସୁଅ ଛୁଟିଛି। କଳିଙ୍ଗନଗର ଟାଟା ଷ୍ଟିଲରେ କାର୍ଯ୍ୟରତ ପ୍ରଭାତ ସାମଲଙ୍କ ସ୍ତ୍ରୀ ସ୍ବାଗତିକା ଜଣେ ସୁଗୃହିଣୀ। ସେ ଜି-୨ କାଟାଗରି ଅର୍ଥାତ ୪୦ ବର୍ଷରୁ ଊର୍ଦ୍ଧ୍ୱ ଓ ୬୦ ବର୍ଷରୁ କମ ପ୍ରତିଯୋଗିତାରେ ଭାଗ ନେଇଥିଲେ। ଏହି କାଟାଗରିରେ ଓଡ଼ିଶା ସମେତ ଆସାମ, ଗୁଜରାଟ, ପଞ୍ଜାବ, ହରିୟାଣା, କେରଳ, କର୍ନାଟକ ଓ ତେଲେଙ୍ଗାନା ରାଜ୍ୟରୁ ପ୍ରତିଯୋଗୀମାନେ ଭାଗ ନେଇଥିଲେ। ଆଗାମୀ ଦିନରେ ସ୍ବାଗତିକା ଅନ୍ତର୍ଜାତୀୟ ସୌନ୍ଦର୍ଯ୍ୟ ପ୍ରତିଯୋଗିତାରେ ଭଗନେବାକୁ ଇଚ୍ଛା ରଖିଛନ୍ତି। ଏହି ସଫଳତା ପାଇଁ ସ୍ବାଗତିକା ତାଙ୍କ ଭାଉଜ, ସ୍ବାମୀ, ଝିଅ ଓ ପରିବାରକୁ ଶ୍ରେୟ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଭାଜନ ବିଭୀଷିକା ସ୍ମୃତି ଦିବସରେ କ୍ୟାଣ୍ଡଲ ଶୋଭାଯାତ୍ରା

ଛତ୍ରପୁର,୧୪ା୮ (ଦିଲ୍ଲୀପି ସାମଲ): ବିଭାଜନ ବିଭୀଷିକା ସ୍ମୃତି ଦିବସରେ ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଶୁକ୍ରବାର କ୍ୟାଣ୍ଡଲ ଶୋଭାଯାତ୍ରା ଅନୁଷ୍ଠିତ ହୋଇଛି। ଏଥିରେ ଛତ୍ରପୁର ବିଧାୟକ କୃଷ୍ଣ…

ଛାତ୍ର କଂଗ୍ରେସର ରାଜ୍ୟ ସାଧାରଣ ସମ୍ପାଦକଙ୍କୁ ଆକ୍ରମଣ ଅଭିଯୋଗ

ଛତ୍ରପୁର, ୧୪ା୮ (ଦିଲ୍ଲୀପ ସାମଲ): ଛାତ୍ର କଂଗ୍ରେସର ରାଜ୍ୟ ସାଧାରଣ ସମ୍ପାଦକ ଚକ୍ରପାଣି ପୋଲାଇଙ୍କୁ ଆକ୍ରମଣର ଧମକ ମିଳିଥିବା ଅଭିଯୋଗ ହୋଇଛି। ଏନେଇ ଚକ୍ରମଣିଙ୍କ କହିବା ଅନୁସାରେ,…

ନିଜ ଝିଅ ବୟସର ଯୁବତୀଙ୍କୁ ଧରି ବୁଲୁଛନ୍ତି ଗୋବିନ୍ଦା, ସ୍ତ୍ରୀ କହିଲେ-ଲଜ୍ଜା ଲାଗିବା କଥା

ମୁମ୍ବାଇ: ଦିନ ଥିଲା ବଲିଉଡ ଅଭିନେତା ଗୋବିନ୍ଦା ନିଜର ଫିଲ୍ମକୁ ନେଇ ବେଶ ଚର୍ଚ୍ଚାରେ ରହୁଥିଲେ। ହେଲେ ଆଜିକାଲି ସିନେମାକୁ ନେଇ କମ୍‌ ହେଲେ ବ୍ୟକ୍ତିଗତ ଜୀବନକୁ…

ଯୁବକଙ୍କୁ ଠେଙ୍ଗାରେ ଆକ୍ରମଣ, ଗୁରୁତର ଯୁବକଙ୍କ ମୃତ୍ୟୁ, ହତ୍ୟା ଅଭିଯୋଗ

କୋକସରା,୧୪ା୮ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ବ୍ଲକ ଆମପାଣି ଥାନା ଅନ୍ତର୍ଗତ ବଡ଼ପୋଡ଼ାଗୁଡ଼ା ଗ୍ରାମରେ ଠେଙ୍ଗା ଆକ୍ରମଣରେ ଗୁରୁତର ଯୁବକଙ୍କ ଶୁକ୍ରବାର ମୃତ୍ୟୁ ଘଟିଛି। ମୃତକ ହେଲେ…

ଘରେ ପଶି ମହିଳାଙ୍କୁ ଅସଦାଚରଣ ମାମଲା: ଅଭିଯୁକ୍ତଙ୍କୁ ଏମିତି ରାୟ ଶୁଣାଇଲେ….

ଦିଗପହଣ୍ଡି,୧୪|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ସିଭିଲ କୋର୍ଟ ସିନିୟର ଡିଭିଜନ କୋର୍ଟରେ ଏକ ମାମଲାର ଚୂଡାନ୍ତ ଶୁଣାଣି ହୋଇଛି। ଗତ ୨ ବର୍ଷ…

କାର ବାଇକ୍ ମୁହାମୁହିଁ ଧକ୍କା,ଦୁଇ ଗୁରୁତର

ଗୁଣପୁର,୧୪।୮( ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ବ୍ଲକ ଜଗନ୍ନାଥପୁର ରୋଡ ଠାରେ ବାଇକ୍ କାର ମୁହାଁ ମୁହିଁ ଯୋଗୁଁ ଦୁଇ ବାଇକ୍ ଆରୋହୀ ଗୁରୁତର ହୋଇ…

୩୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ

ମୋହନା,୧୪ା୮(ମନ୍ମଥ ମିଶ୍ର): ଗୋପଟିମା ଓ କୁଟିଗୁଡ଼ା ଗାଁ ମଧ୍ୟରେ ଥିବା ଜଙ୍ଗଲରୁ ମୋହନା ପୋଲିସ ୩ କୁଇଣ୍ଟାଲରୁ ଊର୍ଦ୍ଧ୍ୱ (୩୦୩ କିଲୋ ୬୦୦ ଗ୍ରାମ) ଗଞ୍ଜେଇ ଜବତ…

୧ ଟଙ୍କାରେ ମିଳୁଛି ସିମ: ନେବାକୁ ଚାହୁଁଥିଲେ…

ଭବାନୀପାଟଣା,୧୪।୮(ଉତ୍ତମ କୁମାର ଦାଶ): ଦେଶରେ ଦୁରସଞ୍ଚାର ସେବା ପ୍ରଦାନକାରୀ ସଂସ୍ଥା ଭାବରେ, ବିଏସଏନଏଲ୍ ସାରା ଦେଶରେ ନିର୍ଭରଯୋଗ୍ୟ, ସୁରକ୍ଷିତ, ସୁଲଭ ଭାବେ ଗଣନା ହେଉଥିବାବେଳେ ଏବେ ସମସ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri