୭ରୁ ପ୍ରବଳ ତାତି ୪୩ ଡିଗ୍ରୀ ଟପିବ ପାରଦ

ଭୁବନେଶ୍ୱର,୫ା୫(ବ୍ୟୁରୋ)-ଆସନ୍ତା ୬ ତାରିଖରେ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ୭ ତାରିଖ ବେଳକୁ ଏହା ଲଘୁଚାପରେ ପରିଣତ ହେବ। ଲଘୁଚାପ ଘନୀଭୂତ ହୋଇ ୮ କିମ୍ବା ୯ ତାରିଖ ବେଳକୁ ଅବପାତର ରୂପନେବା ସମ୍ଭାବନା ରହିଛି । ଲଘୁଚାପ କ୍ରମେ ଘନୀଭୂତ ହୋଇ ଉତ୍ତର ଦିଗକୁ ଗତିକରିବ। ପରେ ଏହା ଅଧିକ ଘନୀଭୂତ ହୋଇ ୯ ତାରିଖ ବେଳକୁ ବାତ୍ୟାର ରୂପ ନେଇପାରେ ବୋଲି ଆଇଏମ୍‌ଡି(ଭାରତୀୟ ପାଣିପାଗ ବିଭାଗ) ପକ୍ଷରୁ ଆକଳନ କରାଯାଇଛି। ତେବେ ଘୂର୍ଣ୍ଣିବଳୟ କେବେ ହେବ ସେ ନେଇ ବିଭାଗ ପକ୍ଷରୁ ସ୍ପଷ୍ଟ କରାଯାଇ ନାହିଁ।
ଅନ୍ୟପକ୍ଷରେ ଆଇଏମ୍‌ଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର କହିଛନ୍ତି, ଲଘୁଚାପ ସୃଷ୍ଟି ନ ହେବା ଯାଏ ବାତ୍ୟା ସମ୍ପର୍କରେ ପୂର୍ବାନୁମାନ କରିବା ସମ୍ଭବ ନୁହେଁ। ଯଦିଓ ଓଡ଼ିଶା ବାତ୍ୟାପ୍ରବଣ ରାଜ୍ୟ, ତେବେ ସବୁ ବାତ୍ୟାର ପ୍ରଭାବ ଯେ ଓଡ଼ିଶା ଉପରେ ରହିବ ତାହା କହିବା ଠିକ୍‌ ନୁହେଁ। ସମ୍ଭାବ୍ୟ ବାତ୍ୟା କିମ୍ବା ଓଡ଼ିଶା ଉପରେ ଏହାର ପ୍ରଭାବ ନେଇ ଆଇଏମ୍‌ଡି ପକ୍ଷରୁ କୌଣସି ପୂର୍ବାନୁମାନ ହୋଇନାହିଁ। ଲଘୁଚାପ ସୃଷ୍ଟି ହେବା ପରେ ବାତ୍ୟା ଗତିପଥ, ବେଗ ଇତ୍ୟାଦି ସମ୍ପର୍କରେ ଠିକ୍‌ ତଥ୍ୟ ଦିଆଯାଇପାରିବ। ଗ୍ରୀଷ୍ମ ସମୟରେ ଅର୍ଥାତ୍‌ ମେ’ ମାସରେ ଅନେକ ବାତ୍ୟା ସୃଷ୍ଟି ହେଉଛି। ଏହି ସମୟରେ ବାତ୍ୟା ଆସୁଥିବା କିଛି ନୂଆ ନୁହେଁ। ତେବେ ସବୁ ବାତ୍ୟା ଯେ ଓଡ଼ିିଶା ଉପରେ ପକାଇବ ତାହା ମଧ୍ୟ ଠିକ୍‌ ନୁହେଁ ବୋଲି ଆଇଏମ୍‌ଡି ଡିଜି କହିଛନ୍ତି।
ତେବେ ଓ୍ବିଣ୍ଡ ଓ୍ବେଦର ଭଳି ବିଭିନ୍ନ ଜାତୀୟ ଓ ଅନ୍ତର୍ଜାତୀୟ ପାଣିପାଗ ମଡେଲ ସୂଚନା ଅନୁଯାୟୀ ବାତ୍ୟା ବାଂଲାଦେଶ କିମ୍ବା ମ୍ୟାନ୍‌ମାର ଆଡ଼େ ମୁହାଁଇବା ଅଧିକ ସମ୍ଭାବନା ରହିଛି। ଓଡ଼ିଶା ପ୍ରତି ବିପଦ ନ ଥିବା କୁହାଯାଇଛି। ବାତ୍ୟା ଖବର ପ୍ରକାଶ ପାଇବା ପରେ ରାଜ୍ୟ ସରକାର ମଧ୍ୟ ତତ୍ପର ହୋଇ ଉଠିଛନ୍ତି। ମୁଖ୍ୟମନ୍ତ୍ରୀ, ମୁଖ୍ୟ ଶାସନ ସଚିବ, ଏସ୍‌ଆରସି ପ୍ରମୁଖ ସମୀକ୍ଷା ବୈଠକ କରିଛନ୍ତି। ସମସ୍ତ ଜିଲାପାଳଙ୍କୁ ଆଲର୍ଟ ରଖାଯାଇଛି ।
ବାତ୍ୟା ଆସୁ କି ନ ଆସୁ ଆସନ୍ତା ୭ ତାରିଖରୁ ରାଜ୍ୟରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଆରମ୍ଭ ହେବ। ଦିନର ସର୍ବୋଚ୍ଚ ତାପମାତ୍ରା ୪୩ ଡିଗ୍ରୀ ସେଲ୍‌ସିୟସକୁ ଟପିଯିବା ସମ୍ଭାବନା ରହିଛି । ତାତିର ପ୍ରକୋପ ୧୨ ତାରିଖ ପର୍ଯ୍ୟନ୍ତ ଜାରି ରହିବା ନେଇ ପୂର୍ବାନୁମାନ କରାଯାଇଛି। ଗତ ୨୪ ଘଣ୍ଟା ମଧ୍ୟରେ କାଳବୈଶାଖୀ ଯୋଗୁ ରାଜ୍ୟର ବିଭିନ୍ନ ସ୍ଥାନରେ ଝଡ଼ ବର୍ଷା ହୋଇଛି। ଏଥିଯୋଗୁ ସର୍ବୋଚ୍ଚ ତାପମାତ୍ରା ୪୦ ଡିଗ୍ରୀ ସେଲ୍‌ସିୟସ ତଳେ ରହିଛି। ଶୁକ୍ରବାର ଭୁବନେଶ୍ୱରରେ ୩୮ ମିଲିମିଟର ବର୍ଷା ହୋଇଥିବା ବେଳେ ଖୋର୍ଦ୍ଧା ୧୮, ଯାଜପୁର ୮.୪, ଛତ୍ରପୁର ୨.୬, ନବରଙ୍ଗପୁରରେ ୨ ମିଲିମିଟର ବର୍ଷା ରେକର୍ଡ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭୀମ ଭୋଇ ସାମର୍ଥ୍ୟ ଶିବିରରେ ଅଧିକାରୀଙ୍କ ଦାଦାଗିରି: ସେବା ଅପେକ୍ଷା ‘ଫଟୋ ସୋ’ ଅଧିକ 

ଥୁଆମୂଳରାମପୁର,୭ା୨(ଦୁର୍ଗା କୀର୍ତ୍ତି): କଳାହାଣଣ୍ଡି ଜିଲା ଥୁଆମୂଳରାମପୁର ବ୍ଲକ ଗୋପୀନାଥପୁର ପଞ୍ଚାୟତର ଫଟକି ମହୁଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ଶନିବାର ଅନୁଷ୍ଠିତ ଭୀମ ଭୋଇ ଭିନ୍ନକ୍ଷମ ସାମର୍ଥ୍ୟ…

ସରିଲା ଗୋଲାପ ଦିଆନିଆ, ଆଜି ପ୍ରପୋଜ୍‌

ଭୁବନେଶ୍ୱର,୮।୨(ସୌମ୍ୟରଞ୍ଜନ ରାଉତ): ଭାଲାଣ୍ଟାଇନ୍‌ ଡେ’ର ପ୍ରଥମ ପାହାଚ ରୋଜ୍‌ ଡେ’ ପାଇଁ ଶନିବାର ଚଳଚଞ୍ଚଳ ହୋଇଉଠିଥିଲା ରାଜଧାନୀ। ପରସ୍ପରକୁ ଗୋଲାପ ଦେଇ ଶୁଭେଚ୍ଛା ଜଣାଇଥିଲେ ପ୍ରେମୀଯୁଗଳ। ହଷ୍ଟେଲ୍‌ଗୁଡିକରେ…

ହନୁ ମାଙ୍କଡ଼ ଉପଦ୍ରବରେ ଆତଙ୍କିତ ଅଞ୍ଚଳବାସୀ, କାବୁ କରିବାରେ ବନ କର୍ମଚାରୀ ବିଫଳ

ପରଜଙ୍ଗ,୮।୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ ଅନ୍ତର୍ଗତ ପାଟରପଦା ନୂଆସାହି ଏବଂ ଆଖପାଖ ଅଞ୍ଚଳ କଟାବାହାଳ, ମେଣ୍ଢାପଦା, ଖଳିବାହାଳ, ମାଧପୁର ଗ୍ରାମବାସୀ ମାଙ୍କଡ ଆତଙ୍କରେ ଆତଙ୍କିତ…

ଅବ୍ୟବସ୍ଥା ଘେରରେ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ଛାତ୍ରାବାସରୁ ଛାତ୍ର ନିଖୋଜ

ଦାରିଙ୍ଗବାଡି, ୮।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ପୁଣି ଆଉ ଏକ ଅଘଟଣ ଘଟିଛି । ଜଣେ ନବମ ଶ୍ରେଣୀ…

ରୋଷେଇ କରୁଥିଲେ, ଗ୍ୟାସ ସିଲିଣ୍ଡରରୁ ଲାଗିଗଲା ନିଆଁ; ପରିବାରର ୫ ଗୁରୁତର…

ଆନନ୍ଦପୁର,୭।୨(ସୁଶାନ୍ତ କୁମାର ସାହୁ): ରୋଷେଇ କରୁଥିବା ବେଳେ ଅଘଟଣ। ଗ୍ୟାସ ସିଲିଣ୍ଡରରୁ ନିଆଁ ଲାଗି ପରିବାରର ୫ଜଣ ଗୁରୁତର। ଏଭଳି ଏକ ଅଘଟଣ ଘଟିଛି କେନ୍ଦୁଝର ଜିଲା…

ଟ୍ରକ ନେଲା ୨ବାଇକ୍‌ ଆରୋହୀଙ୍କ ଜୀନନ

କୋକସରା/ବେହେରା,୭।୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ/ଭୂପେଶ ତିୱାରୀ): କଳାହାଣ୍ଡି ଜିଲା କୋକସରା ଥାନା ଅନ୍ତର୍ଗତ ବିଜୁ ଏକ୍ସପ୍ରେସୱେ ବେହେରା ବିଦେଶୀ ମଦ ଦୋକାନ ଛକ ନିକଟରେ ଶନିବାର ଏକ ମର୍ମନ୍ତୁଦ…

ଆଇନଜୀବୀ ପୀତବାସ ଦାଶଙ୍କ ପରଲୋକ

ଭଞ୍ଜନଗର,୭।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନର ବରିଷ୍ଠ ସଦସ୍ୟ ପୀତବାସ ଦାଶ (୫୨)ଙ୍କ ଶନିବାର ଅପରାହ୍ନରେ ପରଲୋକ ହୋଇଛି। ସେ ବିଗତ କିଛି ହେବ…

ଚାଲିଥିଲା ବାର୍ଷିକୋତ୍ସବ: ଅଣଛାତ୍ର ପଶି କଲେଜ ଛାତ୍ରଙ୍କୁ କଲେ ଲହୁଲୁହାଣ

ବଲାଙ୍ଗୀର,୭ା୨(ସୁନିଲ କୁମାର ମହାନ୍ତି): ସରକାରୀ ବଲାଙ୍ଗୀର କଲେଜରେ ଉତ୍ତେଜନା ପ୍ରକାଶ ପାଇଛି। ଅଣଛାତ୍ରଙ୍କ ମାଡ଼ରେ ଦୁଇ କଲେଜ ଛାତ୍ର ଗୁରୁତର ହୋଇପଡ଼ିଛନ୍ତି। ବଲାଙ୍ଗୀର ସହର ଉପକଣ୍ଠରେ ଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri