୭ରୁ ପ୍ରବଳ ତାତି ୪୩ ଡିଗ୍ରୀ ଟପିବ ପାରଦ

ଭୁବନେଶ୍ୱର,୫ା୫(ବ୍ୟୁରୋ)-ଆସନ୍ତା ୬ ତାରିଖରେ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ୭ ତାରିଖ ବେଳକୁ ଏହା ଲଘୁଚାପରେ ପରିଣତ ହେବ। ଲଘୁଚାପ ଘନୀଭୂତ ହୋଇ ୮ କିମ୍ବା ୯ ତାରିଖ ବେଳକୁ ଅବପାତର ରୂପନେବା ସମ୍ଭାବନା ରହିଛି । ଲଘୁଚାପ କ୍ରମେ ଘନୀଭୂତ ହୋଇ ଉତ୍ତର ଦିଗକୁ ଗତିକରିବ। ପରେ ଏହା ଅଧିକ ଘନୀଭୂତ ହୋଇ ୯ ତାରିଖ ବେଳକୁ ବାତ୍ୟାର ରୂପ ନେଇପାରେ ବୋଲି ଆଇଏମ୍‌ଡି(ଭାରତୀୟ ପାଣିପାଗ ବିଭାଗ) ପକ୍ଷରୁ ଆକଳନ କରାଯାଇଛି। ତେବେ ଘୂର୍ଣ୍ଣିବଳୟ କେବେ ହେବ ସେ ନେଇ ବିଭାଗ ପକ୍ଷରୁ ସ୍ପଷ୍ଟ କରାଯାଇ ନାହିଁ।
ଅନ୍ୟପକ୍ଷରେ ଆଇଏମ୍‌ଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର କହିଛନ୍ତି, ଲଘୁଚାପ ସୃଷ୍ଟି ନ ହେବା ଯାଏ ବାତ୍ୟା ସମ୍ପର୍କରେ ପୂର୍ବାନୁମାନ କରିବା ସମ୍ଭବ ନୁହେଁ। ଯଦିଓ ଓଡ଼ିଶା ବାତ୍ୟାପ୍ରବଣ ରାଜ୍ୟ, ତେବେ ସବୁ ବାତ୍ୟାର ପ୍ରଭାବ ଯେ ଓଡ଼ିଶା ଉପରେ ରହିବ ତାହା କହିବା ଠିକ୍‌ ନୁହେଁ। ସମ୍ଭାବ୍ୟ ବାତ୍ୟା କିମ୍ବା ଓଡ଼ିଶା ଉପରେ ଏହାର ପ୍ରଭାବ ନେଇ ଆଇଏମ୍‌ଡି ପକ୍ଷରୁ କୌଣସି ପୂର୍ବାନୁମାନ ହୋଇନାହିଁ। ଲଘୁଚାପ ସୃଷ୍ଟି ହେବା ପରେ ବାତ୍ୟା ଗତିପଥ, ବେଗ ଇତ୍ୟାଦି ସମ୍ପର୍କରେ ଠିକ୍‌ ତଥ୍ୟ ଦିଆଯାଇପାରିବ। ଗ୍ରୀଷ୍ମ ସମୟରେ ଅର୍ଥାତ୍‌ ମେ’ ମାସରେ ଅନେକ ବାତ୍ୟା ସୃଷ୍ଟି ହେଉଛି। ଏହି ସମୟରେ ବାତ୍ୟା ଆସୁଥିବା କିଛି ନୂଆ ନୁହେଁ। ତେବେ ସବୁ ବାତ୍ୟା ଯେ ଓଡ଼ିିଶା ଉପରେ ପକାଇବ ତାହା ମଧ୍ୟ ଠିକ୍‌ ନୁହେଁ ବୋଲି ଆଇଏମ୍‌ଡି ଡିଜି କହିଛନ୍ତି।
ତେବେ ଓ୍ବିଣ୍ଡ ଓ୍ବେଦର ଭଳି ବିଭିନ୍ନ ଜାତୀୟ ଓ ଅନ୍ତର୍ଜାତୀୟ ପାଣିପାଗ ମଡେଲ ସୂଚନା ଅନୁଯାୟୀ ବାତ୍ୟା ବାଂଲାଦେଶ କିମ୍ବା ମ୍ୟାନ୍‌ମାର ଆଡ଼େ ମୁହାଁଇବା ଅଧିକ ସମ୍ଭାବନା ରହିଛି। ଓଡ଼ିଶା ପ୍ରତି ବିପଦ ନ ଥିବା କୁହାଯାଇଛି। ବାତ୍ୟା ଖବର ପ୍ରକାଶ ପାଇବା ପରେ ରାଜ୍ୟ ସରକାର ମଧ୍ୟ ତତ୍ପର ହୋଇ ଉଠିଛନ୍ତି। ମୁଖ୍ୟମନ୍ତ୍ରୀ, ମୁଖ୍ୟ ଶାସନ ସଚିବ, ଏସ୍‌ଆରସି ପ୍ରମୁଖ ସମୀକ୍ଷା ବୈଠକ କରିଛନ୍ତି। ସମସ୍ତ ଜିଲାପାଳଙ୍କୁ ଆଲର୍ଟ ରଖାଯାଇଛି ।
ବାତ୍ୟା ଆସୁ କି ନ ଆସୁ ଆସନ୍ତା ୭ ତାରିଖରୁ ରାଜ୍ୟରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଆରମ୍ଭ ହେବ। ଦିନର ସର୍ବୋଚ୍ଚ ତାପମାତ୍ରା ୪୩ ଡିଗ୍ରୀ ସେଲ୍‌ସିୟସକୁ ଟପିଯିବା ସମ୍ଭାବନା ରହିଛି । ତାତିର ପ୍ରକୋପ ୧୨ ତାରିଖ ପର୍ଯ୍ୟନ୍ତ ଜାରି ରହିବା ନେଇ ପୂର୍ବାନୁମାନ କରାଯାଇଛି। ଗତ ୨୪ ଘଣ୍ଟା ମଧ୍ୟରେ କାଳବୈଶାଖୀ ଯୋଗୁ ରାଜ୍ୟର ବିଭିନ୍ନ ସ୍ଥାନରେ ଝଡ଼ ବର୍ଷା ହୋଇଛି। ଏଥିଯୋଗୁ ସର୍ବୋଚ୍ଚ ତାପମାତ୍ରା ୪୦ ଡିଗ୍ରୀ ସେଲ୍‌ସିୟସ ତଳେ ରହିଛି। ଶୁକ୍ରବାର ଭୁବନେଶ୍ୱରରେ ୩୮ ମିଲିମିଟର ବର୍ଷା ହୋଇଥିବା ବେଳେ ଖୋର୍ଦ୍ଧା ୧୮, ଯାଜପୁର ୮.୪, ଛତ୍ରପୁର ୨.୬, ନବରଙ୍ଗପୁରରେ ୨ ମିଲିମିଟର ବର୍ଷା ରେକର୍ଡ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଛତୁଆ ବିଲ୍‌ କରିଦେବା ପାଇଁ ପୂର୍ବତନ ସିଡିପିଓ ମାଗିଥିଲେ୮୦ ହଜାର ଲାଞ୍ଚ : ଆସିଲା ବଡ଼ ରାୟ 

ଭବାନୀପାଟଣା,୧୯।୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକର ପୂର୍ବତନ ସିଡିପିଓ (ସମ୍ମନିତ ଶିଶୁ ବିକାଶ ସେବା ପ୍ରକଳ୍ପ ଅଧିକାରିଣୀ) ମୀନା ପାତ୍ର ୨୦୨୧ ମସିହାର...

ଭୋଜି ସାରି ଫେରୁଥିଲେ, ମୁହାଁମୁହିଁ ହେଲା ୨ ବାଇକ୍‌, ଆଉ ତା’ ପରେ…

ଭଞ୍ଜନଗର,୧୯ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଜଳଭଣ୍ଡାର ସେତୁ ନିକଟରେ ଶୁକ୍ରବାର ଅପରାହ୍ନରେ ଦୁଇ ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ ବାସୁ ଦାସ...

ପୁରୁଷୋତ୍ତମପୁର ସବ୍‌-ରେଜିଷ୍ଟ୍ରାର ଅଫିସରେ ଜମି ଦୁର୍ନୀତି ଘଟଣା: କାର୍ଯ୍ୟାନୁଷ୍ଠାନ ଲାଗି ଅତିରିକ୍ତ ଜିଲାପାଳଙ୍କୁ ସ୍ମାରକପତ୍ର

ପୁରୁଷୋତ୍ତମପୁର,୧୯ା୧୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସବ୍‌ରେଜିଷ୍ଟ୍ରାର ଅଫିସରେ ଜମି ଦୁର୍ନୀତି ଘଟି ଜମିର ପ୍ରକୃତ ମାଲିକଙ୍କ ମୃତ୍ୟୁ ଘଟିଥିବା ସତ୍ତ୍ବେ ଅନ୍ୟ ଜଣେ ବ୍ୟକ୍ତି...

ବିଜେଡି ନେତାଙ୍କ ମେଳିକୁ ନେଇ ପ୍ରଶ୍ନ କରିବାରୁ ଚିହିଁକି ଉଠିଲେ ନେତା: କହିଲେ କେହି ବଙ୍କା କରିପାରିବେ…

ଭୁବନେଶ୍ୱର,୧୯।୧୨: ବିଜେଡି ନେତାଙ୍କ ମେଳିକୁ ନେଇ ପ୍ରଶ୍ନ ପଚାରିବାରୁ ଚିହିଁକି ଉଠିଲେ ରାଜେନ୍ଦ୍ର। ସାମ୍ବାଦିକଙ୍କ ପ୍ରଶ୍ନରେ ପୂର୍ବତନ ବିଧାୟକ ରାଜେନ୍ଦ୍ର ସାହୁ ଚିହିଁକି ଉଠିଛନ୍ତି। ଖରାପ...

୯ ଦଫା ଦାବି ନେଇ ଗଣଧାରଣା ଦେଲେ ପାଚିକା ସଂଘ, ଦରମା ବୃଦ୍ଧି ନ ହେଲେ…

କେସିଙ୍ଗା,୧୯ା୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ପାଚିକା ଓ ସହାୟିକା ମଜଦୁର ସଂଘ ସଭାନେତ୍ରୀ ରଶ୍ମିତା ହେର୍ନାଙ୍କ ନେତୃତ୍ୱରେ ୯ ଦଫା ଦାବି ନେଇ...

ପୁରୁଷୋତ୍ତମପୁର ତହସିଲଦାର ଭାବେ ଯୋଗଦେଲେ ମୃଣାଳିକା ରାଠୋର, ପ୍ରତିଶ୍ରୁତି ଦେଇ କହିଲେ…

ପୁରୁଷୋତ୍ତମପୁର,୧୯ା୧୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ନୂତନ ତହସିଲଦାର ଭାବରେ ୨୦୨୪ ବ୍ୟାଚ୍‌ର ପ୍ରୋବେସନ ଆଇଏଏସ୍‌ ଅଫିସର ମୃଣାଳିକା ରାଠୋର ଶୁକ୍ରବାର ଦାୟିତ୍ୱ ଗ୍ରହଣ କରିଛନ୍ତି।...

ଆର୍‌ଟିଓ ଅଫିସ ନିକଟରେ ବ୍ରେକ୍‌ ଫେଲ୍‌ ହେଲା ମିନି ଟ୍ରକ୍‌, ୨ କାର୍‌ ସହ ୧୦ରୁ ଊର୍ଦ୍ଧ୍ୱ ବାଇକ୍‌ ନଷ୍ଟ

କୋରାପୁଟ,୧୯ା୧୨(ଅମିତାଭ ବେହେରା): କୋରାପୁଟ ଆରଟିଓ କାର୍ଯ୍ୟାଳୟ ନିକଟରେ ଏକ ମିନି ଟ୍ରକ୍‌ ବ୍ରେକ୍‌ ଫେଲ ହୋଇ ଘଟିଛି ସିରିଜ୍‌ ଦୁର୍ଘଟଣା। ୨ କାର୍‌ ସହ ୧୦...

ଦାରିଙ୍ଗବାଡ଼ି ଇକୋ ରିଟ୍ରିଟ୍‌ରେ ବଢୁଛି ଭିଡ଼, ଜୈବିକ ହଳଦୀ-କଫିଚାଷକୁ ପ୍ରଶଂସା କରି ପର୍ଯ୍ୟଟକ କହିଲେ…

ଦାରିଙ୍ଗବାଡ଼ି,୧୯ା୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ି ଇକୋ ରିଟ୍ରିଟ୍‌ ସମେତ ବିଭିନ୍ନ ପର୍ଯ୍ୟଟନକ୍ଷେତ୍ରରେ ପ୍ରବଳ ଭିଡ଼ ଦେଖିବାକୁ ମିଳିଛି। ଶନିବାରଠାରୁ ଆସନ୍ତା ନୂତନ ବର୍ଷର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri